ଯିଶାଇୟ 20 : 1 (IRVOR)
ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
ଯିଶାଇୟ 20 : 2 (IRVOR)
ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
ଯିଶାଇୟ 20 : 3 (IRVOR)
ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
ଯିଶାଇୟ 20 : 4 (IRVOR)
ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
ଯିଶାଇୟ 20 : 5 (IRVOR)
ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
ଯିଶାଇୟ 20 : 6 (IRVOR)
ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?
❮
❯
1
2
3
4
5
6