ଯିଶାଇୟ 3 : 1 (IRVOR)
ଯିହୁଦା ଓ ଯିରୂଶାଲମର ଶାସ୍ତି ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
ଯିଶାଇୟ 3 : 2 (IRVOR)
ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
ଯିଶାଇୟ 3 : 3 (IRVOR)
ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
ଯିଶାଇୟ 3 : 4 (IRVOR)
“ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
ଯିଶାଇୟ 3 : 5 (IRVOR)
ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
ଯିଶାଇୟ 3 : 6 (IRVOR)
କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;
ଯିଶାଇୟ 3 : 7 (IRVOR)
ସେ ସେହି ଦିନ ଆପଣା ରବ ଉଠାଇ କହିବ ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋ’ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
ଯିଶାଇୟ 3 : 8 (IRVOR)
ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
ଯିଶାଇୟ 3 : 9 (IRVOR)
ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
ଯିଶାଇୟ 3 : 10 (IRVOR)
ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
ଯିଶାଇୟ 3 : 11 (IRVOR)
ଦୁଷ୍ଟ ଲୋକର ସନ୍ତାପ ହେବ ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
ଯିଶାଇୟ 3 : 12 (IRVOR)
ମୋ’ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋ’ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
ଯିଶାଇୟ 3 : 13 (IRVOR)
ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
ଯିଶାଇୟ 3 : 14 (IRVOR)
ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;
ଯିଶାଇୟ 3 : 15 (IRVOR)
ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କ’ଣ ? ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
ଯିଶାଇୟ 3 : 16 (IRVOR)
ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
ଯିଶାଇୟ 3 : 17 (IRVOR)
ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।
ଯିଶାଇୟ 3 : 18 (IRVOR)
ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
ଯିଶାଇୟ 3 : 19 (IRVOR)
କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
ଯିଶାଇୟ 3 : 20 (IRVOR)
ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
ଯିଶାଇୟ 3 : 22 (IRVOR)
ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
ଯିଶାଇୟ 3 : 23 (IRVOR)
ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
ଯିଶାଇୟ 3 : 24 (IRVOR)
ତହିଁରେ ସୁଗନ୍ଧିଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
ଯିଶାଇୟ 3 : 25 (IRVOR)
ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
ଯିଶାଇୟ 3 : 26 (IRVOR)
ସିୟୋନର ନଗରଦ୍ୱାରସକଳ ଶୋକ, ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26