ଯିଶାଇୟ 33 : 1 (IRVOR)
ସାହାଯ୍ୟ ପାଇଁ ପ୍ରାର୍ଥନା ଆପେ ଲୁଟିତ ନୋହିଲେ ହେଁ ଲୁଟୁଅଛ ଯେ ତୁମ୍ଭେ; ପୁଣି, ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା ନ କଲେ ହେଁ ବିଶ୍ୱାସଘାତକତା କରୁଅଛ ଯେ ତୁମ୍ଭେ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଲୁଟିବାର ସମାପ୍ତ କଲା ଉତ୍ତାରେ ଲୁଟିତ ହେବ ଓ ବିଶ୍ୱାସଘାତକତା କରିବାର ସମାପ୍ତ କଲା ଉତ୍ତାରେ ଲୋକମାନେ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିବେ।
ଯିଶାଇୟ 33 : 2 (IRVOR)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି କୃପା କର; ଆମ୍ଭେମାନେ ତୁମ୍ଭର ଅପେକ୍ଷା କରିଅଛୁ; ତୁମ୍ଭେ ପ୍ରତି ପ୍ରଭାତ ସେମାନଙ୍କର ବାହୁ ସ୍ୱରୂପ ହୁଅ, ସଙ୍କଟ ସମୟରେ ମଧ୍ୟ ଆମ୍ଭମାନଙ୍କର ଉଦ୍ଧାର ସ୍ୱରୂପ ହୁଅ।
ଯିଶାଇୟ 33 : 3 (IRVOR)
କୋଳାହଳର ଶବ୍ଦରେ ଗୋଷ୍ଠୀୟମାନେ ପଳାୟନ କଲେ, ତୁମ୍ଭେ ଉଠନ୍ତେ, ଅନ୍ୟ ଦେଶୀୟମାନେ ଛିନ୍ନଭିନ୍ନ ହେଲେ।
ଯିଶାଇୟ 33 : 4 (IRVOR)
ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ।
ଯିଶାଇୟ 33 : 5 (IRVOR)
ସଦାପ୍ରଭୁ ଉନ୍ନତ; କାରଣ ସେ ଉର୍ଦ୍ଧ୍ୱଲୋକରେ ବାସ କରନ୍ତି; ସେ ସିୟୋନକୁ ନ୍ୟାୟ ବିଚାର ଓ ଧାର୍ମିକତାରେ ପୂର୍ଣ୍ଣ କରିଅଛନ୍ତି।
ଯିଶାଇୟ 33 : 6 (IRVOR)
ପୁଣି, ତୁମ୍ଭ ସମୟରେ ସୁସ୍ଥିରତା ହେବ; ପରିତ୍ରାଣର, ଜ୍ଞାନର ଓ ବୁଦ୍ଧିର ବାହୁଲ୍ୟ ହେବ; ସଦାପ୍ରଭୁ ବିଷୟକ ଭୟ ତାହାର ଭଣ୍ଡାର।
ଯିଶାଇୟ 33 : 7 (IRVOR)
ଦେଖ, ସେମାନଙ୍କର ବିକ୍ରମଶାଳୀମାନେ ବାହାରେ କ୍ରନ୍ଦନ କରୁଅଛନ୍ତି; ସନ୍ଧି-ଅନ୍ୱେଷଣକାରୀ ଦୂତମାନେ ଅତିଶୟ ରୋଦନ କରୁଅଛନ୍ତି।
ଯିଶାଇୟ 33 : 8 (IRVOR)
ରାଜପଥସବୁ ନରଶୂନ୍ୟ, ପଥିକ କେହି ନାହିଁ; ସେ ନିୟମ ଭାଙ୍ଗିଅଛି, ସେ ନଗରସବୁକୁ* ନଗରସବୁକୁ ଅର୍ଥାତ୍ ସାକ୍ଷୀସବୁ ତୁଚ୍ଛ କରିଅଛି, ସେ ମନୁଷ୍ୟକୁ ଗଣେ ନାହିଁ।
ଯିଶାଇୟ 33 : 9 (IRVOR)
ଦେଶ ବିଳାପ କରି ମଳିନ ହେଉଅଛି; ଲିବାନୋନ ଲଜ୍ଜିତ ହୋଇ ଶୁଷ୍କ ହେଉଅଛି; ଶାରୋଣ ଅରଣ୍ୟ ତୁଲ୍ୟ ହୋଇଅଛି; ପୁଣି ବାଶନ ଓ କର୍ମିଲ୍ ପତ୍ର ଝାଡ଼ି ଦେଉଅଛନ୍ତି।
ଯିଶାଇୟ 33 : 10 (IRVOR)
ପରମେଶ୍ୱରଙ୍କ ଚେତାବନୀ ସଦାପ୍ରଭୁ କହନ୍ତି, “ଆମ୍ଭେ ଏବେ ଉଠିବା,” “ଆମ୍ଭେ ଏବେ ଆପଣାକୁ ଉଠାଇବା; ଆମ୍ଭେ ଏବେ ଉନ୍ନତ ହେବା।
ଯିଶାଇୟ 33 : 11 (IRVOR)
ତୁମ୍ଭେମାନେ ତୁଷରୂପ ଗର୍ଭଧାରଣ କରି ନଡ଼ା ପ୍ରସବ କରିବ; ତୁମ୍ଭମାନଙ୍କର ଅଗ୍ନିବତ୍ ଶ୍ୱାସବାୟୁ ତୁମ୍ଭମାନଙ୍କୁ ଗ୍ରାସ କରିବ।
ଯିଶାଇୟ 33 : 12 (IRVOR)
ପୁଣି, ଗୋଷ୍ଠୀୟମାନେ ଭସ୍ମୀକୃତ ଚୂନ ପରି ଓ ଅଗ୍ନିରେ ଦଗ୍ଧ କଟା କଣ୍ଟକ ତୁଲ୍ୟ ହେବେ।
ଯିଶାଇୟ 33 : 13 (IRVOR)
ହେ ଦୂରବର୍ତ୍ତୀ ଲୋକସମସ୍ତେ, ତୁମ୍ଭେମାନେ ଆମ୍ଭ କୃତ କର୍ମର କଥା ଶୁଣ; ପୁଣି, ହେ ନିକଟବର୍ତ୍ତୀ ଲୋକ ସମସ୍ତେ, ତୁମ୍ଭେମାନେ ଆମ୍ଭର ପରାକ୍ରମ ସ୍ୱୀକାର କର।”
ଯିଶାଇୟ 33 : 14 (IRVOR)
ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?
ଯିଶାଇୟ 33 : 15 (IRVOR)
ଯେଉଁ ଲୋକ ଧର୍ମରୂପ ପଥରେ ଚାଲେ ଓ ଯେ ସରଳ କଥା କହେ; ଯେଉଁ ଲୋକ ଉପଦ୍ରବଜାତ ଲାଭ ତୁଚ୍ଛ କରେ ଓ ଲାଞ୍ଚ ଧରିବା ବିଷୟରୁ ଆପଣା ହାତ ଝାଡ଼ି ଦିଏ, ଯେ ରକ୍ତପାତ କଥାର ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରେ, ପୁଣି ଦୁଷ୍କର୍ମର ଦର୍ଶନରୁ ଆପଣା ଚକ୍ଷୁ ମୁଦ୍ରିତ କରେ;
ଯିଶାଇୟ 33 : 16 (IRVOR)
ସେ ଉଚ୍ଚ ସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।
ଯିଶାଇୟ 33 : 17 (IRVOR)
ଗୌରବୋଜ୍ୱଳ ଭବିଷ୍ୟତ ତୁମ୍ଭର ଚକ୍ଷୁ ରାଜାଙ୍କୁ ତାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶନ କରିବ; ଏକ ଦୂରବ୍ୟାପୀ ଦେଶ ଦେଖିବ।
ଯିଶାଇୟ 33 : 18 (IRVOR)
ତୁମ୍ଭର ଚିତ୍ତ ଭୟ ବିଷୟ ଆନ୍ଦୋଳନ କରିବ; ସେ ଗଣନାକାରୀ କାହିଁ ? ମୁଦ୍ରା ତୌଲକାରୀ କାହିଁ ? ଦୁର୍ଗ ଗଣନାକାରୀ କାହିଁ ?
ଯିଶାଇୟ 33 : 19 (IRVOR)
ତୁମ୍ଭେ ସେହି ଦୁରନ୍ତ ଗୋଷ୍ଠୀକୁ, ଅର୍ଥାତ୍, ଯେଉଁମାନଙ୍କର ଗଭୀର ଭାଷା ତୁମ୍ଭେ ଜାଣି ପାରିଲ ନାହିଁ, ଯେଉଁମାନଙ୍କର ବିଦେଶୀୟ ଭାଷା ତୁମ୍ଭେ ବୁଝି ପାରିଲ ନାହିଁ, ସେହି ଗୋଷ୍ଠୀକୁ ଆଉ ଦେଖିବ ନାହିଁ।
ଯିଶାଇୟ 33 : 20 (IRVOR)
ଆମ୍ଭମାନଙ୍କର ପବିତ୍ର ସଭାସ୍ଥାନ ସିୟୋନ ନଗର ପ୍ରତି ଦୃଷ୍ଟି କର; ତୁମ୍ଭର ଚକ୍ଷୁ ଶାନ୍ତିମୟ ବସତିସ୍ଥାନ ଯିରୂଶାଲମକୁ ଦେଖିବ, ତାହା ଅଟଳ ତମ୍ବୁ ସ୍ୱରୂପ, ତହିଁର କିଳାସବୁ କେବେ ଉପୁଡ଼ା ଯିବ ନାହିଁ, କିଅବା ତହିଁର କୌଣସି ରଜ୍ଜୁ ଛିଣ୍ଡିବ ନାହିଁ।
ଯିଶାଇୟ 33 : 21 (IRVOR)
ମାତ୍ର ସେଠାରେ ସଦାପ୍ରଭୁ ପ୍ରତାପରେ ଆମ୍ଭମାନଙ୍କର ସହବର୍ତ୍ତୀ ହେବେ, ପ୍ରଶସ୍ତ ନଦନଦୀ ଓ ସ୍ରୋତସମୂହର ସ୍ଥାନ ସ୍ୱରୂପ ହେବେ; ସେହି ସ୍ଥାନରେ ଆହୁଲାଯୁକ୍ତ କୌଣସି ପୋତ ଗମନ କରିବ ନାହିଁ, କିଅବା ଭୟଙ୍କର ଜାହାଜ ତାହା ପାର ହେବ ନାହିଁ।
ଯିଶାଇୟ 33 : 22 (IRVOR)
କାରଣ ସଦାପ୍ରଭୁ ଆମ୍ଭମାନଙ୍କର ବିଚାରକର୍ତ୍ତା, ସଦାପ୍ରଭୁ ଆମ୍ଭମାନଙ୍କର ବ୍ୟବସ୍ଥାଦାତା, ସଦାପ୍ରଭୁ ଆମ୍ଭମାନଙ୍କର ରାଜା, ସେ ଆମ୍ଭମାନଙ୍କର ପରିତ୍ରାଣ କରିବେ।
ଯିଶାଇୟ 33 : 23 (IRVOR)
ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
ଯିଶାଇୟ 33 : 24 (IRVOR)
ପୁଣି, ମୁଁ ପୀଡ଼ିତ ଅଛି ବୋଲି ନିବାସୀଲୋକ କହିବ ନାହିଁ; ତନ୍ନିବାସୀଲୋକମାନଙ୍କର ଅପରାଧ କ୍ଷମା କରାଯିବ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24