ଯିଶାଇୟ 4 : 1 (IRVOR)
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” [PS]
ଯିଶାଇୟ 4 : 2 (IRVOR)
{ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା} [PS] ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
ଯିଶାଇୟ 4 : 3 (IRVOR)
ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
ଯିଶାଇୟ 4 : 4 (IRVOR)
ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
ଯିଶାଇୟ 4 : 5 (IRVOR)
ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
ଯିଶାଇୟ 4 : 6 (IRVOR)
ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। [PE]

1 2 3 4 5 6

BG:

Opacity:

Color:


Size:


Font: