ଯିଶାଇୟ 45 : 1 (IRVOR)
{କୋରସ୍‍ ସଦାପ୍ରଭୁଙ୍କ ମାଧ୍ୟମ } ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍‍, କୋରସ୍‍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
ଯିଶାଇୟ 45 : 2 (IRVOR)
“ଆମ୍ଭେ ତୁମ୍ଭର ଆଗେ ଆଗେ ଗମନ କରିବା, ରଗଡ଼ା ସ୍ଥାନ ସବୁ ସମାନ କରିବା; ଆମ୍ଭେ ପିତ୍ତଳର କବାଟସବୁ ଭାଙ୍ଗି ଖଣ୍ଡ ଖଣ୍ଡ କରିବା ଓ ଲୌହ ଅର୍ଗଳସବୁ କାଟି ପକାଇବା;
ଯିଶାଇୟ 45 : 3 (IRVOR)
ପୁଣି, ଆମ୍ଭେ ଅନ୍ଧକାରାବୃତ ଧନଭଣ୍ଡାର ଓ ଗୁପ୍ତ ସ୍ଥାନରେ ସଞ୍ଚିତ ସମ୍ପତ୍ତିସବୁ ତୁମ୍ଭକୁ ଦେବା, ତହିଁରେ ତୁମ୍ଭର ନାମ ଧରି ଆହ୍ୱାନକାରୀ ଆମ୍ଭେ ଯେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର ଅଟୁ, ଏହା ତୁମ୍ଭେ ଜାଣି ପାରିବ।
ଯିଶାଇୟ 45 : 4 (IRVOR)
ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ।
ଯିଶାଇୟ 45 : 5 (IRVOR)
ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
ଯିଶାଇୟ 45 : 6 (IRVOR)
ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
ଯିଶାଇୟ 45 : 7 (IRVOR)
ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
ଯିଶାଇୟ 45 : 8 (IRVOR)
ହେ ଆକାଶମଣ୍ଡଳ, ତୁମ୍ଭେମାନେ ଉପରୁ ବର୍ଷଣ କର, ମେଘମାଳ ଧର୍ମବୃଷ୍ଟି କରୁ; ଯେପରି ପରିତ୍ରାଣ ଉତ୍ପନ୍ନ ହେବ, ଏଥିପାଇଁ ପୃଥିବୀ ବିଦୀର୍ଣ୍ଣ ହେଉ ଓ ସେ ଧାର୍ମିକତା ଏକତ୍ର ଅଙ୍କୁରିତ କରାଉ; ଆମ୍ଭେ ସଦାପ୍ରଭୁ ଏହା ସୃଷ୍ଟି କରିଅଛୁ।
ଯିଶାଇୟ 45 : 9 (IRVOR)
ସୃଷ୍ଟି ଓ ଇତିହାସର ପ୍ରଭୁ ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ?
ଯିଶାଇୟ 45 : 10 (IRVOR)
ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ ? ସେ ସନ୍ତାପର ପାତ୍ର !
ଯିଶାଇୟ 45 : 11 (IRVOR)
ସଦାପ୍ରଭୁ, ଇସ୍ରାଏଲର ଧର୍ମସ୍ୱରୂପ ଓ ତାହାର ନିର୍ମାଣକର୍ତ୍ତା ଏହି କଥା କହନ୍ତି, ଆଗାମୀ ଘଟଣାର ବିଷୟ ଆମ୍ଭକୁ ପଚାର; ତୁମ୍ଭେମାନେ ଆମ୍ଭ ସନ୍ତାନଗଣର ବିଷୟରେ ଓ ଆମ୍ଭ ହସ୍ତକୃତ କର୍ମ ବିଷୟରେ ଆମ୍ଭକୁ ଆଦେଶ ଦିଅ।
ଯିଶାଇୟ 45 : 12 (IRVOR)
ଆମ୍ଭେ ପୃଥିବୀ ନିର୍ମାଣ କରିଅଛୁ ଓ ତହିଁ ମଧ୍ୟରେ ମନୁଷ୍ୟର ସୃଷ୍ଟି କରିଅଛୁ; ଆମ୍ଭେ, ଆମ୍ଭର ହସ୍ତ ହିଁ ଆକାଶମଣ୍ଡଳ ବିସ୍ତୀର୍ଣ୍ଣ କରିଅଛି ଓ ତହିଁର ସକଳ ବିଷୟକୁ ଆମ୍ଭେ ଆଜ୍ଞା ଦେଇଅଛୁ।
ଯିଶାଇୟ 45 : 13 (IRVOR)
ଆମ୍ଭେ ଧର୍ମରେ ତାହାକୁ ଉତ୍ପନ୍ନ କରିଅଛୁ ଓ ଆମ୍ଭେ ତାହାର ସକଳ ପଥ ସରଳ କରିବା; ସେ ଆମ୍ଭର ନଗର ନିର୍ମାଣ କରିବ ଓ ସେ ଆମ୍ଭର ନିର୍ବାସିତ ଲୋକମାନଙ୍କୁ ଛାଡ଼ି ଦେବ, ମୂଲ୍ୟ ନିମନ୍ତେ କିଅବା ପୁରସ୍କାର ନିମନ୍ତେ ନୁହେଁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଯିଶାଇୟ 45 : 14 (IRVOR)
ସଦାପ୍ରଭୁ ଏକମାତ୍ର ତ୍ରାଣକର୍ତ୍ତା ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍‍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
ଯିଶାଇୟ 45 : 15 (IRVOR)
ହେ ତ୍ରାଣକର୍ତ୍ତା, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ନିଶ୍ଚୟ ଆତ୍ମଗୋପନକାରୀ ପରମେଶ୍ୱର ଅଟ।
ଯିଶାଇୟ 45 : 16 (IRVOR)
ସେମାନେ ଲଜ୍ଜିତ ହେବେ, ହଁ, ସେମାନେ ସମସ୍ତେ ବିବ୍ରତ ହେବେ; ପ୍ରତିମା ନିର୍ମାଣକାରୀ ସମସ୍ତେ ଏକାସଙ୍ଗେ ଅପମାନଗ୍ରସ୍ତ ହେବେ।
ଯିଶାଇୟ 45 : 17 (IRVOR)
ମାତ୍ର ଇସ୍ରାଏଲ, ସଦାପ୍ରଭୁଙ୍କ ଦ୍ୱାରା ଅନନ୍ତକାଳସ୍ଥାୟୀ ପରିତ୍ରାଣ ପ୍ରାପ୍ତ ହେବ; ତୁମ୍ଭେମାନେ ଯୁଗଯୁଗାନ୍ତ ପର୍ଯ୍ୟନ୍ତ ଲଜ୍ଜିତ କିଅବା ବିବ୍ରତ ହେବ ନାହିଁ।
ଯିଶାଇୟ 45 : 18 (IRVOR)
କାରଣ, ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଏହିପରି କହନ୍ତି; ସେ ପରମେଶ୍ୱର ଅଟନ୍ତି; ସେ ପୃଥିବୀକୁ ନିର୍ମାଣ କରି ପ୍ରସ୍ତୁତ କଲେ; ସେ ତାହା ସ୍ଥାପନ କଲେ, ସେ ତାହା ଶୂନ୍ୟ କରି ସୃଷ୍ଟି ନ କରି ବସତି ସ୍ଥାନ ହେବା ପାଇଁ ନିର୍ମାଣ କଲେ, ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
ଯିଶାଇୟ 45 : 19 (IRVOR)
ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ୍ କଥା ପ୍ରକାଶ କରୁ।
ଯିଶାଇୟ 45 : 20 (IRVOR)
ହେ ନାନା ଗୋଷ୍ଠୀ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନେ, ତୁମ୍ଭେମାନେ ଏକତ୍ର ହୋଇ ଆସ, ଏକ ସଙ୍ଗେ ନିକଟକୁ ଆସ; ଯେଉଁମାନେ ଆପଣାମାନଙ୍କ ଖୋଦିତ ପ୍ରତିମାର କାଷ୍ଠ ବୋହି ବୁଲନ୍ତି ଓ ପରିତ୍ରାଣ କରିବାକୁ ଅସମର୍ଥ ଦେବତା ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କର କିଛି ଜ୍ଞାନ ନାହିଁ।
ଯିଶାଇୟ 45 : 21 (IRVOR)
ତୁମ୍ଭେମାନେ ପ୍ରକାଶ କର ଓ ତାହା ଉପସ୍ଥିତ କର; ହଁ, ସେମାନେ ପରସ୍ପର ମନ୍ତ୍ରଣା କରନ୍ତୁ; ପୂର୍ବ କାଳରୁ କିଏ ଏହା ଜଣାଇଅଛି ? ପୁରାତନ କାଳରୁ କିଏ ଏହା ପ୍ରକାଶ କରିଅଛି ? ଆମ୍ଭେ ସଦାପ୍ରଭୁ କି ଏହା କରି ନାହୁଁ ? ଆମ୍ଭ ଛଡ଼ା ଅନ୍ୟ ପରମେଶ୍ୱର ନାହିଁ, ଆମ୍ଭେ ଧର୍ମଶୀଳ ପରମେଶ୍ୱର ଓ ତ୍ରାଣକର୍ତ୍ତା; ଆମ୍ଭ ଛଡ଼ା ଆଉ କେହି ନାହିଁ।
ଯିଶାଇୟ 45 : 22 (IRVOR)
ହେ ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ, ତୁମ୍ଭେମାନେ ଆମ୍ଭ ପ୍ରତି ଅନାଇ ପରିତ୍ରାଣ ପ୍ରାପ୍ତ ହୁଅ; କାରଣ ଆମ୍ଭେ ପରମେଶ୍ୱର, ଆମ୍ଭ ଛଡ଼ା ଦ୍ୱିତୀୟ ନାହିଁ।
ଯିଶାଇୟ 45 : 23 (IRVOR)
ଆମ୍ଭେ ଆପଣା ନାମ ନେଇ ଶପଥ କରିଅଛୁ ଓ ଧର୍ମମୟ ବାକ୍ୟ ଆମ୍ଭ ମୁଖରୁ ନିର୍ଗତ ହୋଇଅଛି, ତାହା ଅନ୍ୟଥା ହେବ ନାହିଁ, ଆମ୍ଭ ଛାମୁରେ ପ୍ରତ୍ୟେକ ଆଣ୍ଠୁ ନତ ହେବ, ପ୍ରତ୍ୟେକ ଜିହ୍ୱା ଶପଥ କରିବ।
ଯିଶାଇୟ 45 : 24 (IRVOR)
ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
ଯିଶାଇୟ 45 : 25 (IRVOR)
ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25