ଯିଶାଇୟ 47 : 1 (IRVOR)
ବାବିଲର ଲଜ୍ଜା ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।
ଯିଶାଇୟ 47 : 2 (IRVOR)
ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ।
ଯିଶାଇୟ 47 : 3 (IRVOR)
ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ* ଲଜ୍ଜାର ବିଷୟ ଅର୍ଥାତ୍ ପ୍ରଜନନ ଅଙ୍ଗ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ।
ଯିଶାଇୟ 47 : 4 (IRVOR)
ଆମ୍ଭମାନଙ୍କର ମୁକ୍ତିଦାତା ଇସ୍ରାଏଲର ଧର୍ମସ୍ୱରୂପ, ସୈନ୍ୟାଧିପତି ସଦାପ୍ରଭୁ, ତାହାଙ୍କର ନାମ।
ଯିଶାଇୟ 47 : 5 (IRVOR)
ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟ-ସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।
ଯିଶାଇୟ 47 : 6 (IRVOR)
ଆମ୍ଭେ ଆପଣା ଲୋକମାନଙ୍କ ପ୍ରତି କ୍ରୁଦ୍ଧ ହୋଇ ଆପଣା ଅଧିକାର ଅପବିତ୍ର କଲୁ ଓ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ; ତୁମ୍ଭେ ସେମାନଙ୍କ ପ୍ରତି କିଛି ଦୟା ପ୍ରକାଶ କଲ ନାହିଁ; ତୁମ୍ଭେ ବୃଦ୍ଧ ଲୋକ ଉପରେ ତୁମ୍ଭର ଯୁଆଳି ବଡ଼ ଭାରୀ କରି ଥୋଇଲ।
ଯିଶାଇୟ 47 : 7 (IRVOR)
ପୁଣି, ତୁମ୍ଭେ କହିଲ, “ଆମ୍ଭେ ସଦାକାଳ କର୍ତ୍ତୃତ୍ୱକାରିଣୀ ହୋଇ ରହିବା; ଏହେତୁ ତୁମ୍ଭେ ଏହି ସବୁ ବିଷୟରେ ମନୋଯୋଗ କଲ ନାହିଁ, କିଅବା ତହିଁର ଶେଷ ଫଳ ସ୍ମରଣ କଲ ନାହିଁ।”
ଯିଶାଇୟ 47 : 8 (IRVOR)
ଏହେତୁ ଗୋ ସୁଖଭୋଗିନୀ, ଏବେ ଏହା ଶୁଣ, ତୁମ୍ଭେ ନିର୍ଭୟରେ ବାସ କରି ମନେ ମନେ କହୁଅଛ, “ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ; ଆମ୍ଭେ ବିଧବା ପରି ବସିବା ନାହିଁ, କିଅବା ସନ୍ତାନ-ବିରହ ଜାଣିବା ନାହିଁ,”
ଯିଶାଇୟ 47 : 9 (IRVOR)
ମାତ୍ର ସନ୍ତାନ-ବିରହ ଓ ବୈଧବ୍ୟ ଏ ଦୁଇ ଏକ ମୁହୂର୍ତ୍ତରେ, ଏକ ଦିନରେ ତୁମ୍ଭ ପ୍ରତି ଘଟିବ; ତୁମ୍ଭର ଅପାର ଗଣକତା ଓ ଅତି ପ୍ରଚୁର ମାୟାବୀତ୍ୱ ଥିଲେ ହେଁ, ସେ ଦୁଇ ସମ୍ପୂର୍ଣ୍ଣ ପରିମାଣରେ ତୁମ୍ଭ ପ୍ରତି ଘଟିବ।
ଯିଶାଇୟ 47 : 10 (IRVOR)
କାରଣ ତୁମ୍ଭେ ଆପଣା ଦୁଷ୍ଟତାରେ ନିର୍ଭର ରଖିଅଛ; ତୁମ୍ଭେ କହିଅଛ, କେହି ଆମ୍ଭକୁ ଦେଖୁ ନାହିଁ, ତୁମ୍ଭର ଜ୍ଞାନ ଓ ବିଦ୍ୟା ତୁମ୍ଭକୁ ବିପଥଗାମୀ କରିଅଛି; ପୁଣି ତୁମ୍ଭେ ଆପଣା ମନେ ମନେ କହିଅଛ, ଆମ୍ଭେ ଅଛୁ, ଆମ୍ଭ ଛଡ଼ା ଆଉ କେହି ନାହିଁ;
ଯିଶାଇୟ 47 : 11 (IRVOR)
ଏହେତୁ ତୁମ୍ଭ ପ୍ରତି ଦୁର୍ଦ୍ଦଶା ଘଟିବ, ତୁମ୍ଭେ ତହିଁର ଉଦୟ ଜାଣିବ ନାହିଁ; ପୁଣି, ତୁମ୍ଭ ଉପରେ ବିପଦ ପଡ଼ିବ, ତୁମ୍ଭେ ତାହା ଦୂର କରି ପାରିବ ନାହିଁ; ଆଉ, ଯାହା ତୁମ୍ଭେ ଜାଣୁ ନାହଁ, ଏପରି ବିନାଶ ହଠାତ୍‍ ତୁମ୍ଭ ଉପରେ ଘଟିବ।
ଯିଶାଇୟ 47 : 12 (IRVOR)
ତୁମ୍ଭେ ବାଲ୍ୟ କାଳରୁ ଆପଣାର ଯେଉଁ ମାୟାବୀତ୍ୱ ଓ ଅପାର ଗଣକତାରେ ପରିଶ୍ରମ କରି ଆସିଅଛ, ଏବେ ତାହା ଅବଲମ୍ବନ କର। କେଜାଣି ଅବା ତୁମ୍ଭେ ଉପକାର ପାଇ ପାରିବ, କେଜାଣି ଅବା ତୁମ୍ଭେ ଜୟଯୁକ୍ତ ହୋଇ ପାରିବ।
ଯିଶାଇୟ 47 : 13 (IRVOR)
ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।
ଯିଶାଇୟ 47 : 14 (IRVOR)
ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
ଯିଶାଇୟ 47 : 15 (IRVOR)
ଯେଉଁ ଯେଉଁ ବିଷୟରେ ତୁମ୍ଭେ ପରିଶ୍ରମ କରିଅଛ, ସେହି ସବୁ ତୁମ୍ଭ ପ୍ରତି ଏହିପରି ହେବ; ତୁମ୍ଭର ଯୌବନରୁ ଯେଉଁମାନେ ତୁମ୍ଭ ସହିତ ବାଣିଜ୍ୟ କରିଅଛନ୍ତି, ସେମାନଙ୍କର ପ୍ରତ୍ୟେକେ ଏଣେତେଣେ ଭ୍ରମଣ କରି ଆପଣା ଆପଣା ସ୍ଥାନକୁ ଯିବେ, ତୁମ୍ଭକୁ ରକ୍ଷା କରିବାକୁ କେହି ରହିବେ ନାହିଁ।

1 2 3 4 5 6 7 8 9 10 11 12 13 14 15