ଯିଶାଇୟ 48 : 1 (IRVOR)
ଇସ୍ରାଏଲ ପରିଷ୍କୃତ ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ୱରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ।
ଯିଶାଇୟ 48 : 2 (IRVOR)
କାରଣ ସେମାନେ ଆପଣାମାନଙ୍କୁ ପବିତ୍ର ନଗରର ଲୋକ ବୋଲି ଖ୍ୟାତ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କ ଉପରେ ନିର୍ଭର ରଖନ୍ତି; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
ଯିଶାଇୟ 48 : 3 (IRVOR)
ଆମ୍ଭେ ପୂର୍ବ କାଳର କଥା ପ୍ରାଚୀନ କାଳରୁ ପ୍ରକାଶ କରିଅଛୁ; ହଁ, ତାହା ଆମ୍ଭ ମୁଖରୁ ନିର୍ଗତ ହେଲା ଓ ତାହା ଆମ୍ଭେ ପ୍ରକାଶ କଲୁ; ଆମ୍ଭେ ତାହା କଲୁ ଓ ଅକସ୍ମାତ୍ ସେହି ସବୁ ଘଟିଲା।
ଯିଶାଇୟ 48 : 4 (IRVOR)
ତୁମ୍ଭେ ଅବାଧ୍ୟ, ତୁମ୍ଭର ଗ୍ରୀବା ଲୌହନଳୀ ଓ ତୁମ୍ଭର କପାଳ ପିତ୍ତଳ ସ୍ୱରୂପ ବୋଲି ଆମ୍ଭେ ଜାଣିଲୁ।
ଯିଶାଇୟ 48 : 5 (IRVOR)
ଏଥିପାଇଁ ଆମ୍ଭେ ପ୍ରାଚୀନକାଳରୁ ତୁମ୍ଭ ପ୍ରତି ତାହା ପ୍ରକାଶ କଲୁ; ତାହା ଘଟିବା ପୂର୍ବେ ତୁମ୍ଭକୁ ଜଣାଇଲୁ; ନୋହିଲେ ଅବା ତୁମ୍ଭେ କୁହନ୍ତ, “ଆମ୍ଭର ଦେବତା ଏହା କରିଅଛି,” “ଆମ୍ଭର ଖୋଦିତ ଓ ଛାଞ୍ଚରେ ଢଳା ପ୍ରତିମା ଏହା ଆଜ୍ଞା କରିଅଛି।”
ଯିଶାଇୟ 48 : 6 (IRVOR)
ତୁମ୍ଭେ ଶୁଣିଅଛ; ଏହିସବୁ ଦେଖ ଓ ତୁମ୍ଭେମାନେ କି ତାହା ପ୍ରକାଶ କରିବ ନାହିଁ ? ଏହି ସମୟଠାରୁ ଆମ୍ଭେ ତୁମ୍ଭକୁ ନୂତନ ବିଷୟ, ଅର୍ଥାତ୍, ତୁମ୍ଭର ଅଜ୍ଞାତ ନିଗୂଢ଼ ବିଷୟ ଦେଖାଇ ଅଛୁ।
ଯିଶାଇୟ 48 : 7 (IRVOR)
ସେହି ସବୁ ପୂର୍ବ କାଳରୁ ନୁହେଁ, ମାତ୍ର ଏବେ ସୃଷ୍ଟ ହେଲା; ଆଜି ଦିନର ପୂର୍ବେ ତୁମ୍ଭେ ତାହା ଶୁଣିଲ ନାହିଁ; ନୋହିଲେ ଅବା ଦେଖ, “ଆମ୍ଭେ ସେହି ସବୁ ଜାଣିଲୁ ବୋଲି ତୁମ୍ଭେ କୁହନ୍ତ।”
ଯିଶାଇୟ 48 : 8 (IRVOR)
ବାସ୍ତବିକ, ତୁମ୍ଭେ ଶୁଣିଲ ନାହିଁ; ତୁମ୍ଭେ ଜାଣିଲ ନାହିଁ; ପୂର୍ବରୁ ତୁମ୍ଭର କର୍ଣ୍ଣ ମୁକ୍ତ ହୋଇ ନ ଥିଲା; କାରଣ ତୁମ୍ଭେ ଯେ ଭାରୀ ବିଶ୍ୱାସଘାତକତା କଲ ଓ ଗର୍ଭରୁ ଅଧର୍ମାଚାରୀ ବୋଲି ବିଖ୍ୟାତ ହୋଇଥିଲ, ଏହା ଆମ୍ଭେ ଜାଣିଲୁ।
ଯିଶାଇୟ 48 : 9 (IRVOR)
ଆମ୍ଭେ ଯେପରି ତୁମ୍ଭକୁ ଉଚ୍ଛିନ୍ନ ନ କରୁ, ଏଥିପାଇଁ ଆମ୍ଭେ ଆପଣା ନାମ ସକାଶୁ ଆପଣା କ୍ରୋଧ ସମ୍ବରଣ କରିବା ଓ ଆପଣା ପ୍ରଶଂସା ପାଇଁ ତୁମ୍ଭ ପ୍ରତି କ୍ଷାନ୍ତ ହେବା।
ଯିଶାଇୟ 48 : 10 (IRVOR)
ଦେଖ, ଆମ୍ଭେ ତୁମ୍ଭକୁ ପରିଷ୍କାର କରିଅଛୁ, ମାତ୍ର ରୂପା ପରି ନୁହେଁ; ଆମ୍ଭେ ଦୁଃଖରୂପ ଉହ୍ମାଇରେ ତୁମ୍ଭକୁ ମନୋନୀତ କରିଅଛୁ।
ଯିଶାଇୟ 48 : 11 (IRVOR)
ଆମ୍ଭେ ଆପଣା ସକାଶୁ, କେବଳ ଆପଣା ସକାଶୁ ତାହା କରିବା; କାରଣ ଆମ୍ଭର ନାମ କାହିଁକି ଅପବିତ୍ରୀକୃତ ହେବ ? ପୁଣି, ଆମ୍ଭେ ଆପଣା ଗୌରବ ଅନ୍ୟକୁ ଦେବା ନାହିଁ।
ଯିଶାଇୟ 48 : 12 (IRVOR)
ଇସ୍ରାଏଲ ପ୍ରତି ଈଶ୍ୱରଙ୍କ ଆହ୍ୱାନ ହେ ଯାକୁବ, ହେ ଆମ୍ଭର ଆହୂତ ଇସ୍ରାଏଲ, ଆମ୍ଭ ବାକ୍ୟରେ ମନୋଯୋଗ କର; ଆମ୍ଭେ ସେହି ଅଟୁ; ଆମ୍ଭେ ଆଦି, ଆମ୍ଭେ ହିଁ ଅନ୍ତ।
ଯିଶାଇୟ 48 : 13 (IRVOR)
ଆହୁରି, ଆମ୍ଭର ହସ୍ତ ପୃଥିବୀର ଭିତ୍ତିମୂଳ ସ୍ଥାପନ କରିଅଛି ଓ ଆମ୍ଭର ଡାହାଣ ହସ୍ତ ଗଗନମଣ୍ଡଳ ବିସ୍ତାର କରିଅଛି; ଆମ୍ଭେ ସେମାନଙ୍କୁ ଡାକିଲେ, ସେମାନେ ଏକତ୍ର ଛିଡ଼ା ହୁଅନ୍ତି।
ଯିଶାଇୟ 48 : 14 (IRVOR)
ତୁମ୍ଭେ ସମସ୍ତେ ଏକତ୍ର ହୋଇ ଶୁଣ; ସେମାନଙ୍କ ମଧ୍ୟରେ କିଏ ଏହିସବୁ ପ୍ରକାଶ କରିଅଛି ? ସଦାପ୍ରଭୁ ତାହାକୁ ପ୍ରେମ କରିଅଛନ୍ତି; ସେ ବାବିଲ ଉପରେ ତାହାଙ୍କର ମନସ୍କାମନା ସିଦ୍ଧ କରିବ ଓ କଲ୍ଦୀୟମାନଙ୍କ ଉପରେ ତାହାଙ୍କର ବାହୁ ରହିବ।
ଯିଶାଇୟ 48 : 15 (IRVOR)
ଆମ୍ଭେ, ଆମ୍ଭେ ହିଁ ବାକ୍ୟ କହିଅଛୁ; ହଁ, ଆମ୍ଭେ ତାହାକୁ ଆହ୍ୱାନ କରିଅଛୁ; ଆମ୍ଭେ ତାହାକୁ ଆଣିଅଛୁ, ଆଉ ସେ ଆପଣା ପଥରେ କୃତକାର୍ଯ୍ୟ ହେବ।
ଯିଶାଇୟ 48 : 16 (IRVOR)
ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
ଯିଶାଇୟ 48 : 17 (IRVOR)
ତାଙ୍କ ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଯୋଜନା ସଦାପ୍ରଭୁ ତୁମ୍ଭର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ, ଏହି କଥା କହନ୍ତି; “ଆମ୍ଭେ ସଦାପ୍ରଭୁ, ତୁମ୍ଭ ପରମେଶ୍ୱର, ତୁମ୍ଭକୁ ଉପକାରଜନକ ଶିକ୍ଷା ଦେଉ, ତୁମ୍ଭର ଗନ୍ତବ୍ୟ ପଥରେ ତୁମ୍ଭକୁ ଗମନ କରାଉ।
ଯିଶାଇୟ 48 : 18 (IRVOR)
ଆଃ, ତୁମ୍ଭେ ଯଦି ଆମ୍ଭ ଆଜ୍ଞାରେ ମନୋଯୋଗ କରିଥା’ନ୍ତ ! ତେବେ ତୁମ୍ଭର ଶାନ୍ତି ନଦୀ ତୁଲ୍ୟ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ୟ ହୋଇଥା’ନ୍ତା;
ଯିଶାଇୟ 48 : 19 (IRVOR)
ତୁମ୍ଭର ବଂଶ ମଧ୍ୟ ବାଲୁକା ତୁଲ୍ୟ ଓ ତୁମ୍ଭର ଔରସଜାତ ସନ୍ତାନଗଣ ତହିଁର କଣିକାସମୂହର ତୁଲ୍ୟ ହୋଇଥା’ନ୍ତେ; ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିଅବା ବିନଷ୍ଟ ହୋଇ ନ ଥା’ନ୍ତା।
ଯିଶାଇୟ 48 : 20 (IRVOR)
ତୁମ୍ଭେମାନେ ବାବିଲରୁ ବାହାରି ଯାଅ, କଲ୍ଦୀୟମାନଙ୍କ ମଧ୍ୟରୁ ପଳାଅ; ତୁମ୍ଭେମାନେ ଗାୟନ ଧ୍ୱନିରେ ପ୍ରଚାର କରି ଜଣାଅ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଏହା ପ୍ରକାଶ କର; ତୁମ୍ଭେମାନେ କୁହ, ସଦାପ୍ରଭୁ ଆପଣା ଦାସ ଯାକୁବକୁ ମୁକ୍ତ କରିଅଛନ୍ତି।”
ଯିଶାଇୟ 48 : 21 (IRVOR)
ପୁଣି, ସେ ମରୁଭୂମି ଦେଇ ସେମାନଙ୍କୁ ଗମନ କରାଇବା ବେଳେ ସେମାନେ ତୃଷାର୍ତ୍ତ ନୋହିଲେ, ସେ ସେମାନଙ୍କ ନିମନ୍ତେ ଶୈଳରୁ ଜଳସ୍ରୋତ ବୁହାଇଲେ, ଆହୁରି ସେ ଶୈଳକୁ ବିଦୀର୍ଣ୍ଣ କଲେ, ପୁଣି ତହିଁରୁ ଜଳ ନିର୍ଗତ ହେଲା।
ଯିଶାଇୟ 48 : 22 (IRVOR)
ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22