ଯିଶାଇୟ 66 : 1 (IRVOR)
ଆତ୍ମାରେ ଦୁଃଖୀ ଓ ଚୂର୍ଣ୍ଣମନା ସଦାପ୍ରଭୁ ଏହି କଥା କହନ୍ତି, “ସ୍ୱର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ; ତୁମ୍ଭେମାନେ ଆମ୍ଭ ନିମନ୍ତେ କିପ୍ରକାର ଗୃହ ନିର୍ମାଣ କରିବ ? ଓ କେଉଁ ସ୍ଥାନ ଆମ୍ଭର ବିଶ୍ରାମ ସ୍ଥାନ ହେବ ?
ଯିଶାଇୟ 66 : 2 (IRVOR)
କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।
ଯିଶାଇୟ 66 : 3 (IRVOR)
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
ଯିଶାଇୟ 66 : 4 (IRVOR)
ଆମ୍ଭେ ମଧ୍ୟ ସେମାନଙ୍କର ଭ୍ରାନ୍ତିଜନକ ବିଷୟ ମନୋନୀତ କରିବା ଓ ସେମାନଙ୍କ ଭୟର ବିଷୟ ସେମାନଙ୍କ ପ୍ରତି ଘଟାଇବା; କାରଣ ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେଲେ ନାହିଁ; ଆମ୍ଭେ କଥା କହିଲା ବେଳେ ସେମାନେ ଶୁଣିଲେ ନାହିଁ; ମାତ୍ର ଯାହା ଆମ୍ଭ ଦୃଷ୍ଟିରେ ମନ୍ଦ, ତାହା ସେମାନେ କଲେ ଓ ଯହିଁରେ ଆମ୍ଭର ସନ୍ତୋଷ ନାହିଁ, ତାହା ସେମାନେ ମନୋନୀତ କଲେ।”
ଯିଶାଇୟ 66 : 5 (IRVOR)
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।
ଯିଶାଇୟ 66 : 6 (IRVOR)
ନଗରରୁ କଳହର ରବ, ମନ୍ଦିରରୁ ରବ, ଯେ ଆପଣା ଶତ୍ରୁମାନଙ୍କୁ ପ୍ରତିଫଳ ଦିଅନ୍ତି, ସେହି ସଦାପ୍ରଭୁଙ୍କର ରବ !
ଯିଶାଇୟ 66 : 7 (IRVOR)
ଯିରୂଶାଲମ ସହ ଆନନ୍ଦିତ ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।
ଯିଶାଇୟ 66 : 8 (IRVOR)
ଏପ୍ରକାର କଥା କିଏ ଶୁଣିଅଛି ? ଏପ୍ରକାର କଥା କିଏ ଦେଖିଅଛି ? ଏକ ଦିନରେ କି କୌଣସି ଦେଶର ଜନ୍ମ ହେବ ? କୌଣସି ଗୋଷ୍ଠୀୟ ଲୋକେ କି ଏକାବେଳେ ଜନ୍ମ ହେବେ ? ସିୟୋନ ଗର୍ଭବେଦନା ପାଇବା ମାତ୍ରେ, ସେ ଆପଣା ସନ୍ତାନଗଣକୁ ପ୍ରସବ କଲା।”
ଯିଶାଇୟ 66 : 9 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ ପ୍ରସବ କାଳ ଉପସ୍ଥିତ କରି କି ପ୍ରସବ କରାଇବା ନାହିଁ ?” ତୁମ୍ଭର ପରମେଶ୍ୱର କହନ୍ତି, “ପ୍ରସବ କରାଉ ଯେ ଆମ୍ଭେ, ଆମ୍ଭେ କି ଗର୍ଭ ରୋଧ କରିବା ?”
ଯିଶାଇୟ 66 : 10 (IRVOR)
ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;
ଯିଶାଇୟ 66 : 11 (IRVOR)
ତହିଁରେ ତୁମ୍ଭେମାନେ ତାହାର ସାନ୍ତ୍ୱନାରୂପ ସ୍ତନ୍ୟ ପାନ କରି ତୃପ୍ତ ହେବ; ତୁମ୍ଭେମାନେ ଦୁଗ୍ଧ ଦୁହିଁ ତାହାର ଐଶ୍ୱର୍ଯ୍ୟର ବାହୁଲ୍ୟରେ ଆନନ୍ଦିତ ହେବ।
ଯିଶାଇୟ 66 : 12 (IRVOR)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ।
ଯିଶାଇୟ 66 : 13 (IRVOR)
ଯେପରି ଜଣକୁ ତାହାର ମାତା ସାନ୍ତ୍ୱନା କରେ, ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରିବା ଓ ତୁମ୍ଭେମାନେ ଯିରୂଶାଲମରେ ସାନ୍ତ୍ୱନା ପାଇବ।”
ଯିଶାଇୟ 66 : 14 (IRVOR)
ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।
ଯିଶାଇୟ 66 : 15 (IRVOR)
ଈଶ୍ୱରଙ୍କ ମହିମା ଏବଂ ଶେଷ ବିଚାର କାରଣ ଦେଖ, ମହାତାପରେ ଆପଣାର କ୍ରୋଧ ଓ ପ୍ରଜ୍ୱଳିତ ଅଗ୍ନି ଦ୍ୱାରା ଆପଣା ଭର୍ତ୍ସନା ପ୍ରତିଦାନ କରିବା ପାଇଁ ସଦାପ୍ରଭୁ ଅଗ୍ନି ସହକାରେ ଆଗମନ କରିବେ ଓ ତାହାଙ୍କର ରଥସବୁ ଘୂର୍ଣ୍ଣିବାୟୁ ତୁଲ୍ୟ ହେବ।
ଯିଶାଇୟ 66 : 16 (IRVOR)
କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।
ଯିଶାଇୟ 66 : 17 (IRVOR)
ସଦାପ୍ରଭୁ କହନ୍ତି, “ଯେଉଁମାନେ ମଧ୍ୟବର୍ତ୍ତୀ ଏକ ଜଣର ପଶ୍ଚାତ୍ ଉଦ୍ୟାନକୁ ଯିବା ପାଇଁ ଆପଣାମାନଙ୍କୁ ପବିତ୍ର ଓ ଶୁଚି କରନ୍ତି, ଶୂକର ମାଂସ ଓ ଘୃଣ୍ୟ ଦ୍ରବ୍ୟ ଓ ମୂଷା ଖାଆନ୍ତି, ସେମାନେ ଏକତ୍ର ବିନଷ୍ଟ ହେବେ।”
ଯିଶାଇୟ 66 : 18 (IRVOR)
“କାରଣ ଆମ୍ଭେ ସେମାନଙ୍କର କ୍ରିୟା ଓ କଳ୍ପନାସବୁ ଜାଣୁ; ସର୍ବଦେଶୀୟ ଓ ଭାଷାବାଦୀ ଲୋକଙ୍କୁ ଆମ୍ଭର ସଂଗ୍ରହ କରିବାର ସମୟ ଆସୁଅଛି ଓ ସେମାନେ ଆସି ଆମ୍ଭର ମହିମା ଦେଖିବେ।
ଯିଶାଇୟ 66 : 19 (IRVOR)
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ୍, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।”
ଯିଶାଇୟ 66 : 20 (IRVOR)
ପୁଣି, ସଦାପ୍ରଭୁ କହନ୍ତି, “ଇସ୍ରାଏଲର ସନ୍ତାନଗଣ ଯେପରି ଶୁଚି ପାତ୍ରରେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣନ୍ତି, ସେହିପରି ସେମାନେ ତୁମ୍ଭମାନଙ୍କର ଭ୍ରାତା ସମସ୍ତଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ନିମନ୍ତେ, ସର୍ବଦେଶୀୟମାନଙ୍କ ମଧ୍ୟରୁ ସେମାନଙ୍କୁ ଅଶ୍ୱ, ରଥ ଓ ଚୌଦଳ, ଖଚର ଓ ଦ୍ରୁତଗାମୀ ପଶୁମାନଙ୍କ ଉପରେ ଆମ୍ଭର ପବିତ୍ର ପର୍ବତ ଯିରୂଶାଲମକୁ ଆଣିବେ।”
ଯିଶାଇୟ 66 : 21 (IRVOR)
“ଆହୁରି, ଆମ୍ଭେ ସେମାନଙ୍କ ମଧ୍ୟରୁ ଯାଜକ ଓ ଲେବୀୟ ହେବା ନିମନ୍ତେ ଲୋକ ଗ୍ରହଣ କରିବା,” ଏହା ସଦାପ୍ରଭୁ କହନ୍ତି।
ଯିଶାଇୟ 66 : 22 (IRVOR)
“କାରଣ ଆମ୍ଭେ ଯେଉଁ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀ ନିର୍ମାଣ କରିବା, ତାହା ଯେପରି ଆମ୍ଭ ସମ୍ମୁଖରେ ସ୍ଥାୟୀ ହେବ, ସେହିପରି ତୁମ୍ଭମାନଙ୍କର ବଂଶ ଓ ତୁମ୍ଭମାନଙ୍କର ନାମ ସ୍ଥାୟୀ ହେବ,” ଏହା ସଦାପ୍ରଭୁ କହନ୍ତି।
ଯିଶାଇୟ 66 : 23 (IRVOR)
“ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି।
ଯିଶାଇୟ 66 : 24 (IRVOR)
“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24