ଯିଶାଇୟ 7 : 1 (IRVOR)
{ରାଜା ଆହସ୍ଙ୍କ ନିମନ୍ତେ ଏକ ବାର୍ତ୍ତା } ଯିହୁଦା-ରାଜା ଉଷୀୟର ପୌତ୍ର ଯୋଥମ୍ର ପୁତ୍ର ଆହସ୍ର ସମୟରେ ଅରାମର ରତ୍ସୀନ ରାଜା ଓ ରମଲୀୟର ପୁତ୍ର ପେକହ ନାମେ ଇସ୍ରାଏଲର ରାଜା ଯିରୂଶାଲମର ବିରୁଦ୍ଧରେ ଯୁଦ୍ଧ କରିବା ନିମନ୍ତେ ସେଠାକୁ ଗଲେ; ମାତ୍ର ତାହା ପରାସ୍ତ କରି ପାରିଲେ ନାହିଁ।
ଯିଶାଇୟ 7 : 2 (IRVOR)
ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
ଯିଶାଇୟ 7 : 3 (IRVOR)
ସେତେବେଳେ ସଦାପ୍ରଭୁ ଯିଶାଇୟଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ପୁତ୍ର ଶାର-ଯାଶୂବ, ରଜକ କ୍ଷେତ୍ରର ରାଜପଥସ୍ଥ ଉପର ପୁଷ୍କରିଣୀର ନାଳ ମୁଣ୍ଡରେ ଆହସ୍ର ସଙ୍ଗେ ସାକ୍ଷାତ କରିବାକୁ ଯାଅ।
ଯିଶାଇୟ 7 : 4 (IRVOR)
ଓ ତାହାକୁ କୁହ, ସାବଧାନ ଓ ସୁସ୍ଥିର ହୁଅ; ଏହି ଧୂମମୟ କାଷ୍ଠର ଦୁଇ ଲାଞ୍ଜ, ଅର୍ଥାତ୍, ରତ୍ସୀନ, ଅରାମର ଓ ରମଲୀୟର ପୁତ୍ରର ପ୍ରଚଣ୍ଡ କ୍ରୋଧ ସକାଶୁ ଭୀତ ହୁଅ ନାହିଁ, କିଅବା ଆପଣା ହୃଦୟକୁ ନିରାଶ ହେବାକୁ ଦିଅ ନାହିଁ।
ଯିଶାଇୟ 7 : 5 (IRVOR)
କାରଣ ଅରାମ, ମଧ୍ୟ ଇଫ୍ରୟିମ ଓ ରମଲୀୟର ପୁତ୍ର ତୁମ୍ଭ ବିରୁଦ୍ଧରେ କୁମନ୍ତ୍ରଣା କରି କହୁଅଛନ୍ତି,
ଯିଶାଇୟ 7 : 6 (IRVOR)
ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ।
ଯିଶାଇୟ 7 : 7 (IRVOR)
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ତାହା ସ୍ଥିର ହେବ ନାହିଁ ଅବା ସିଦ୍ଧ ହିଁ ହେବ ନାହିଁ।”
ଯିଶାଇୟ 7 : 8 (IRVOR)
କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ;
ଯିଶାଇୟ 7 : 9 (IRVOR)
ଆଉ, ଇଫ୍ରୟିମର ମସ୍ତକ ଶମରୀୟା ଓ ଶମରୀୟାର ମସ୍ତକ ରମଲୀୟର ପୁତ୍ର। ଯଦି ତୁମ୍ଭେମାନେ ବିଶ୍ୱାସ ନ କରିବ, ତେବେ ସ୍ଥିରୀକୃତ ହେବ ନାହିଁ, ଏହା ନିଶ୍ଚୟ।”
ଯିଶାଇୟ 7 : 10 (IRVOR)
ଇମ୍ମାନୁୟେଲ ପରମେଶ୍ୱରଙ୍କ ଚିହ୍ନ ଏଥିଉତ୍ତାରେ ସଦାପ୍ରଭୁ ଆହସ୍କୁ ଆହୁରି କହିଲେ,
ଯିଶାଇୟ 7 : 11 (IRVOR)
“ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଏକ ଚିହ୍ନ ମାଗ; ଅଧୋଲୋକରେ କି ଉର୍ଦ୍ଧ୍ୱଲୋକରେ ହେଉ, ମାଗ।”
ଯିଶାଇୟ 7 : 12 (IRVOR)
ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।”
ଯିଶାଇୟ 7 : 13 (IRVOR)
ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
ଯିଶାଇୟ 7 : 14 (IRVOR)
ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
ଯିଶାଇୟ 7 : 15 (IRVOR)
ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।
ଯିଶାଇୟ 7 : 16 (IRVOR)
କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ।
ଯିଶାଇୟ 7 : 17 (IRVOR)
ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
ଯିଶାଇୟ 7 : 18 (IRVOR)
ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ।
ଯିଶାଇୟ 7 : 19 (IRVOR)
ତହିଁରେ ସେସମସ୍ତେ ଆସି ଉଚ୍ଛିନ୍ନ ଉପତ୍ୟକାସମୂହରେ ଓ ଶୈଳମାନଙ୍କର ଛିଦ୍ର ସ୍ଥାନରେ ଓ କଣ୍ଟକ ବନରେ ଓ ଚରାଭୂମିସମୂହରେ ବସିବେ।
ଯିଶାଇୟ 7 : 20 (IRVOR)
ସେହି ଦିନ ପ୍ରଭୁ ନଦୀର ସେପାରିସ୍ଥ ଭଡ଼ାଟିଆ କ୍ଷୁର ଦ୍ୱାରା, ଅର୍ଥାତ୍, ଅଶୂରର ରାଜା ଦ୍ୱାରା ମସ୍ତକ, ପଦର ଲୋମ କ୍ଷୌର କରିବେ ଓ ତଦ୍ଦ୍ୱାରା ଦାଢ଼ି ମଧ୍ୟ ନଷ୍ଟ ହେବ।
ଯିଶାଇୟ 7 : 21 (IRVOR)
ସେହି ଦିନ କେହି ଗୋଟିଏ ଯୁବତୀ ଗାଭୀ ଓ ଦୁଇ ଗୋଟି ମେଷ ପୋଷିଲେ,
ଯିଶାଇୟ 7 : 22 (IRVOR)
ସେମାନଙ୍କ ଦତ୍ତ ଦୁଗ୍ଧର ବାହୁଲ୍ୟରେ ସେ ଦହି ଖାଇବ; କାରଣ ଦେଶ ମଧ୍ୟରେ ଅବଶିଷ୍ଟ ସମସ୍ତ ଲୋକ ଦହି ଓ ମଧୁ ଖାଇବେ।
ଯିଶାଇୟ 7 : 23 (IRVOR)
ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।
ଯିଶାଇୟ 7 : 24 (IRVOR)
ପୁଣି, ସମୁଦାୟ ଦେଶ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବାରୁ ଲୋକେ ତୀର ଓ ଧନୁ ନେଇ ସେସ୍ଥାନକୁ ଯିବେ।
ଯିଶାଇୟ 7 : 25 (IRVOR)
ଆଉ, ଯେସବୁ ପର୍ବତ କୋଡ଼ିରେ ଖୋଳା ହୋଇଥିଲା, ତୁମ୍ଭେ କାନକୋଳି ଓ କଣ୍ଟକ ବନର ଭୟରେ ସେ ସ୍ଥାନକୁ ଗମନ କରିବ ନାହିଁ, ମାତ୍ର ତାହା ବଳଦର ଚରାସ୍ଥାନ ଓ ମେଷର ପାଦ ତଳେ ଦଳିତ ହେବାର ସ୍ଥାନ ହେବ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25