ଯିରିମିୟ 1 : 1 (IRVOR)
ବିନ୍ୟାମୀନ୍ ପ୍ରଦେଶୀୟ ଅନାଥୋତ୍ ନିବାସୀ ଯାଜକମାନଙ୍କର ମଧ୍ୟବର୍ତ୍ତୀ ହିଲ୍କୀୟଙ୍କ ପୁତ୍ର ଯିରିମୀୟଙ୍କ ବାକ୍ୟ;
ଯିରିମିୟ 1 : 2 (IRVOR)
ଆମୋନ୍ର ପୁତ୍ର, ଯିହୁଦା ଦେଶର ରାଜା ଯୋଶୀୟର ରାଜତ୍ୱର ତ୍ରୟୋଦଶ ବର୍ଷରେ ସଦାପ୍ରଭୁଙ୍କର ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା।
ଯିରିମିୟ 1 : 3 (IRVOR)
ମଧ୍ୟ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ସମୟରେ, ଯୋଶୀୟର ପୁତ୍ର ଯିହୁଦାର ରାଜା ସିଦିକୀୟଙ୍କର ରାଜତ୍ୱର ଏକାଦଶ ବର୍ଷ ସମାପ୍ତି ପର୍ଯ୍ୟନ୍ତ ପଞ୍ଚମ ମାସରେ ଯିରୂଶାଲମ ନିର୍ବାସିତ ହେବା ପର୍ଯ୍ୟନ୍ତ ସେହି ବାକ୍ୟ ଉପସ୍ଥିତ ହେଲା।
ଯିରିମିୟ 1 : 4 (IRVOR)
ଯିରିମୀୟଙ୍କ ଆହ୍ୱାନ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା,
ଯିରିମିୟ 1 : 5 (IRVOR)
“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍ବକ୍ତା କରି ନିଯୁକ୍ତ କରିଅଛୁ।”
ଯିରିମିୟ 1 : 6 (IRVOR)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
ଯିରିମିୟ 1 : 7 (IRVOR)
ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
ଯିରିମିୟ 1 : 8 (IRVOR)
ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
ଯିରିମିୟ 1 : 9 (IRVOR)
ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
ଯିରିମିୟ 1 : 10 (IRVOR)
ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”
ଯିରିମିୟ 1 : 11 (IRVOR)
ଦୁଇଟି ଦର୍ଶନ ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ବାଦାମ ବୃକ୍ଷର ଏକ ଦଣ୍ଡ ଦେଖୁଅଛି।”
ଯିରିମିୟ 1 : 12 (IRVOR)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”
ଯିରିମିୟ 1 : 13 (IRVOR)
ପୁଣି, ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, “ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ମୁଁ ଗୋଟିଏ ରନ୍ଧା ହଣ୍ଡା; ଦେଖୁଅଛି; ତହିଁର ମୁଖ ଉତ୍ତର ଦିଗରୁ (ଢଳିଅଛି)।”
ଯିରିମିୟ 1 : 14 (IRVOR)
ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।”
ଯିରିମିୟ 1 : 15 (IRVOR)
କାରଣ ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଉତ୍ତର ଦିଗସ୍ଥ ରାଜ୍ୟସମୂହର ସମୁଦାୟ ଗୋଷ୍ଠୀଙ୍କୁ ଡାକିବା; ତହିଁରେ ସେମାନେ ଆସି ଯିରୂଶାଲମ ନଗର ଦ୍ୱାରର ପ୍ରବେଶ ସ୍ଥାନରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ପ୍ରାଚୀର ସମ୍ମୁଖରେ ଓ ଯିହୁଦାର ନଗରସମୂହର ସମ୍ମୁଖରେ ଆପଣା ଆପଣା ସିଂହାସନ ସ୍ଥାପନ କରିବେ।
ଯିରିମିୟ 1 : 16 (IRVOR)
ତହିଁରେ ସେମାନେ ଆମ୍ଭକୁ ପରିତ୍ୟାଗ କରିବାରେ ଓ ଅନ୍ୟ ଦେବତାମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାରେ ଓ ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ପ୍ରଣାମ କରିବାରେ ଯେଉଁ ଯେଉଁ ଦୁଷ୍ଟତା କରିଅଛନ୍ତି; ସେସକଳର ବିରୁଦ୍ଧରେ ଆମ୍ଭେ ଆପଣା ବିଚାର ପ୍ରକାଶ କରିବା।
ଯିରିମିୟ 1 : 17 (IRVOR)
ଏହେତୁ ତୁମ୍ଭେ ଆପଣା କଟି ବାନ୍ଧି ଉଠ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେମାନଙ୍କୁ କୁହ; ସେମାନଙ୍କ ସକାଶୁ ଉଦ୍ବିଗ୍ନ ହୁଅ ନାହିଁ; ହେଲେ, ଆମ୍ଭେ ସେମାନଙ୍କ ସାକ୍ଷାତରେ ତୁମ୍ଭକୁ ଉଦ୍ବିଗ୍ନ କରିବା।
ଯିରିମିୟ 1 : 18 (IRVOR)
କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।
ଯିରିମିୟ 1 : 19 (IRVOR)
ପୁଣି, ସେମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବେ; ମାତ୍ର ତୁମ୍ଭ ଉପରେ ଜୟଯୁକ୍ତ ହେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭର ସଙ୍ଗେ ସଙ୍ଗେ ଅଛୁ।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19