ଯିରିମିୟ 13 : 1 (IRVOR)
{ଶଣବସ୍ତ୍ରର କଟିବନ୍ଧ} [PS] ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
ଯିରିମିୟ 13 : 2 (IRVOR)
ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।
ଯିରିମିୟ 13 : 3 (IRVOR)
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
ଯିରିମିୟ 13 : 4 (IRVOR)
“ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍‍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।” [PE][PS]
ଯିରିମିୟ 13 : 5 (IRVOR)
ତହିଁରେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୁଁ ଯାଇ ଫରାତ୍‍ ନଦୀ ନିକଟରେ ତାହା ଲୁଚାଇ ରଖିଲି।
ଯିରିମିୟ 13 : 6 (IRVOR)
ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍‍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
ଯିରିମିୟ 13 : 7 (IRVOR)
ତେବେ ମୁଁ ଫରାତ୍‍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ। [PE][PS]
ଯିରିମିୟ 13 : 8 (IRVOR)
ତେବେ ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା,
ଯିରିମିୟ 13 : 9 (IRVOR)
ଯଥା, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ପ୍ରକାରେ ଯିହୁଦାର ଦର୍ପ ଓ ଯିରୂଶାଲମର ମହାଦର୍ପ ଚୂର୍ଣ୍ଣ କରିବା।
ଯିରିମିୟ 13 : 10 (IRVOR)
ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍‍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
ଯିରିମିୟ 13 : 11 (IRVOR)
କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।” [PS]
ଯିରିମିୟ 13 : 12 (IRVOR)
{ଦ୍ରାକ୍ଷାକଳଶ} [PS] ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’
ଯିରିମିୟ 13 : 13 (IRVOR)
ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍‍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’
ଯିରିମିୟ 13 : 14 (IRVOR)
ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’ ”
ଯିରିମିୟ 13 : 15 (IRVOR)
{ଅହଂକାରୀଙ୍କୁ ସତର୍କବାଣୀ} [PS] ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ; [QBR] କାରଣ ସଦାପ୍ରଭୁ କଥା କହିଅଛନ୍ତି। [QBR2]
ଯିରିମିୟ 13 : 16 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ [QBR] ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; [QBR] ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ [QBR] ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ। [QBR]
ଯିରିମିୟ 13 : 17 (IRVOR)
ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ, [QBR] ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ [QBR] ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ [QBR] ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। [QBR]
ଯିରିମିୟ 13 : 18 (IRVOR)
ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; [QBR] କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି। [QBR]
ଯିରିମିୟ 13 : 19 (IRVOR)
ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି [QBR] ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; [QBR] ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି। [QBR]
ଯିରିମିୟ 13 : 20 (IRVOR)
ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; [QBR] ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ? [QBR]
ଯିରିମିୟ 13 : 21 (IRVOR)
ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, [QBR] ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, [QBR] ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, [QBR] ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ? [QBR]
ଯିରିମିୟ 13 : 22 (IRVOR)
ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, [QBR] ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? [QBR] (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି [QBR] ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। [QBR]
ଯିରିମିୟ 13 : 23 (IRVOR)
କୂଶୀୟ ଲୋକ କି ଆପଣା ଚର୍ମ [QBR] ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? [QBR] ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, [QBR] ତୁମ୍ଭେମାନେ କି ସୁକର୍ମ କରି ପାରିବ ? [QBR]
ଯିରିମିୟ 13 : 24 (IRVOR)
ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି [QBR] ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା। [QBR]
ଯିରିମିୟ 13 : 25 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; [QBR] କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ। [QBR]
ଯିରିମିୟ 13 : 26 (IRVOR)
ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ [QBR] ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ। [QBR]
ଯିରିମିୟ 13 : 27 (IRVOR)
ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର, [QBR] ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। [QBR] ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; [QBR] ଆହୁରି କେତେ କାଳ ଏପରି ହେବ ? [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: