ଯିରିମିୟ 14 : 1 (IRVOR)
ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ। [QBR]
ଯିରିମିୟ 14 : 2 (IRVOR)
ଯିହୁଦା ଶୋକ କରୁଅଛି ଓ ତହିଁର ନଗର ଦ୍ୱାରସକଳ କ୍ଷୀଣ ହୋଇଅଛି, [QBR] ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି। [QBR]
ଯିରିମିୟ 14 : 3 (IRVOR)
ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; [QBR] ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; [QBR] ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; [QBR] ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। [QBR]
ଯିରିମିୟ 14 : 4 (IRVOR)
ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ [QBR] କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି। [QBR]
ଯିରିମିୟ 14 : 5 (IRVOR)
ହଁ, ତୃଣ ନ ଥିବାରୁ ହରିଣୀ ମଧ୍ୟ ପଦାରେ ପ୍ରସବ କରି ଆପଣା ଛୁଆ ତ୍ୟାଗ କରିଯାଏ। [QBR]
ଯିରିମିୟ 14 : 6 (IRVOR)
ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ [QBR] ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; [QBR] ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ। [QBR]
ଯିରିମିୟ 14 : 7 (IRVOR)
ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ [QBR] ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; [QBR] କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; [QBR] ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। [QBR]
ଯିରିମିୟ 14 : 8 (IRVOR)
ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, [QBR] ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ [QBR] ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ ? [QBR]
ଯିରିମିୟ 14 : 9 (IRVOR)
ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; [QBR] ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ [QBR] ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ। [QBR]
ଯିରିମିୟ 14 : 10 (IRVOR)
ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, [QBR] “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; [QBR] ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; [QBR] ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; [QBR] ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ [QBR] ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।” [QBR]
ଯିରିମିୟ 14 : 11 (IRVOR)
ଆହୁରି, ସଦାପ୍ରଭୁ ମୋତେ କହିଲେ, [QBR] “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ। [QBR]
ଯିରିମିୟ 14 : 12 (IRVOR)
ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; [QBR] ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, [QBR] ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; [QBR] ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।” [PS]
ଯିରିମିୟ 14 : 13 (IRVOR)
{ମିଥ୍ୟା ଭାବବାଦୀ} [PS] ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ ! ଦେଖ, ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।”
ଯିରିମିୟ 14 : 14 (IRVOR)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି; ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, ଆମ୍ଭେ ସେମାନଙ୍କୁ ଆଜ୍ଞା ଦେଇ ନାହୁଁ, କିଅବା ଆମ୍ଭେ ସେମାନଙ୍କୁ କଥା କହିନାହୁଁ; ସେମାନେ ତୁମ୍ଭମାନଙ୍କ ନିକଟରେ ମିଥ୍ୟାଦର୍ଶନ, ମନ୍ତ୍ର, ଅସାର ବିଷୟ ଓ ଆପଣା ଆପଣା ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି। [PE][PS]
ଯିରିମିୟ 14 : 15 (IRVOR)
ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
ଯିରିମିୟ 14 : 16 (IRVOR)
ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।’ ” [QBR]
ଯିରିମିୟ 14 : 17 (IRVOR)
ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, [QBR] “ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ,ତାହା ନିବୃତ୍ତ ନ ହେଉ; [QBR] କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, [QBR] ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି। [QBR]
ଯିରିମିୟ 14 : 18 (IRVOR)
ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, [QBR] ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ ! [QBR] ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, [QBR] ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ ! [QBR] କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, [QBR] ସେମାନେ କିଛି ଜାଣନ୍ତି ନାହିଁ।”
ଯିରିମିୟ 14 : 19 (IRVOR)
{ସଦାପ୍ରଭୁଙ୍କ ନିକଟରେ ଲୋକମାନଙ୍କର କାକୂକ୍ତି} [PS] ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ ? [QBR] ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି ? [QBR] କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ [QBR] ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ ? [QBR] ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ [QBR] ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ ! [QBR]
ଯିରିମିୟ 14 : 20 (IRVOR)
ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା [QBR] ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; [QBR] କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ। [QBR]
ଯିରିମିୟ 14 : 21 (IRVOR)
ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; [QBR] ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; [QBR] ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ। [QBR]
ଯିରିମିୟ 14 : 22 (IRVOR)
ଅନ୍ୟ ଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, [QBR] ଏପରି କି କେହି ଅଛି ? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରି ପାରେ ? [QBR] ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ ? [QBR] ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; [QBR] କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: