ଯିରିମିୟ 17 : 1 (IRVOR)
{ଯିହୁଦାର ପାପ} [PS] ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; [QBR] ତାହା ସେମାନଙ୍କର ହୃଦୟ ଫଳକରେ [QBR] ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି। [QBR]
ଯିରିମିୟ 17 : 2 (IRVOR)
ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ [QBR] ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି। [QBR]
ଯିରିମିୟ 17 : 3 (IRVOR)
ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ [QBR] ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା। [QBR]
ଯିରିମିୟ 17 : 4 (IRVOR)
ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। [QBR] ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; [QBR] କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ। [PS]
ଯିରିମିୟ 17 : 5 (IRVOR)
{ପରମେଶ୍ୱରଙ୍କ ଉପରେ ନିର୍ଭର} [PS] ସଦାପ୍ରଭୁ ଏହି କଥା କହନ୍ତି; [QBR] “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, [QBR] ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। [QBR]
ଯିରିମିୟ 17 : 6 (IRVOR)
ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, [QBR] ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; [QBR] ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। [QBR]
ଯିରିମିୟ 17 : 7 (IRVOR)
ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, [QBR] ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ। [QBR]
ଯିରିମିୟ 17 : 8 (IRVOR)
କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ [QBR] ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; [QBR] ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, [QBR] କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ। [QBR]
ଯିରିମିୟ 17 : 9 (IRVOR)
ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; [QBR] କିଏ ତାହା ଜାଣିପାରେ ? [QBR]
ଯିରିମିୟ 17 : 10 (IRVOR)
ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ [QBR] ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, [QBR] ଆମ୍ଭେ ମର୍ମ ପରୀକ୍ଷା କରୁ। [QBR]
ଯିରିମିୟ 17 : 11 (IRVOR)
ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, [QBR] ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; [QBR] ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ [QBR] ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। [QBR]
ଯିରିମିୟ 17 : 12 (IRVOR)
ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, [QBR] ଆମ୍ଭମାନଙ୍କର ଧର୍ମଧାମ ଅଟେ। [QBR]
ଯିରିମିୟ 17 : 13 (IRVOR)
ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, [QBR] ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; [QBR] ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, [QBR] କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
ଯିରିମିୟ 17 : 14 (IRVOR)
{ସଦାପ୍ରଭୁଙ୍କ ସାହାଯ୍ୟ ଭିକ୍ଷା} [PS] ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, [QBR] ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; [QBR] କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। [QBR]
ଯିରିମିୟ 17 : 15 (IRVOR)
ଦେଖ, ସେମାନେ ମୋତେ କୁହନ୍ତି, ସଦାପ୍ରଭୁଙ୍କର ବାକ୍ୟ କାହିଁ। [QBR] ତାହା ଏବେ ଉପସ୍ଥିତ ହେଉ। [QBR]
ଯିରିମିୟ 17 : 16 (IRVOR)
ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ [QBR] ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; [QBR] ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। [QBR]
ଯିରିମିୟ 17 : 17 (IRVOR)
ମୋ’ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ। [QBR]
ଯିରିମିୟ 17 : 18 (IRVOR)
ଯେଉଁମାନେ ମୋତେ ତାଡ଼ନା କରନ୍ତି, [QBR] ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; [QBR] ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; [QBR] ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। [PS]
ଯିରିମିୟ 17 : 19 (IRVOR)
{ବିଶ୍ରାମବାର ବିଧି ପାଳନ} [PS] ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;
ଯିରିମିୟ 17 : 20 (IRVOR)
ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; [PE][PS]
ଯିରିମିୟ 17 : 21 (IRVOR)
ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
ଯିରିମିୟ 17 : 22 (IRVOR)
ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
ଯିରିମିୟ 17 : 23 (IRVOR)
ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’ [PE][PS]
ଯିରିମିୟ 17 : 24 (IRVOR)
ପୁଣି, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;
ଯିରିମିୟ 17 : 25 (IRVOR)
ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ। [PE][PS]
ଯିରିମିୟ 17 : 26 (IRVOR)
ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
ଯିରିମିୟ 17 : 27 (IRVOR)
ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’ ” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27

BG:

Opacity:

Color:


Size:


Font: