ଯିରିମିୟ 19 : 1 (IRVOR)
{ଭଗ୍ନ ପାତ୍ର} [PS] ସଦାପ୍ରଭୁ ଏହି କଥା କହିଲେ, “ତୁମ୍ଭେ ଯାଇ କୁମ୍ଭକାରର ଏକ ମୃତ୍ତିକା ପାତ୍ର କ୍ରୟ କର, ଆଉ ଲୋକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ଓ ଯାଜକମାନଙ୍କର କେତେକ ପ୍ରାଚୀନ ଲୋକଙ୍କୁ ନେଇ,
ଯିରିମିୟ 19 : 2 (IRVOR)
ହାର୍ଶିତ୍‍ ଦ୍ୱାରର ପ୍ରବେଶ ସ୍ଥାନର ନିକଟସ୍ଥ ହିନ୍ନୋମ ପୁତ୍ରର ଉପତ୍ୟକାକୁ ବାହାରି ଯାଅ, ଆଉ ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, ତାହା ସେ ସ୍ଥାନରେ ପ୍ରଚାର କର;
ଯିରିମିୟ 19 : 3 (IRVOR)
ଆଉ କୁହ, ‘ହେ ଯିହୁଦାର ରାଜାଗଣ ଓ ଯିରୂଶାଲମ ନିବାସୀମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସ୍ଥାନ ପ୍ରତି ଅମଙ୍ଗଳ ଘଟାଇବା,” ତାହା ଯେ ଶୁଣେ, ତାହାର କର୍ଣ୍ଣ ଶିହରି ଉଠିବ। [PE][PS]
ଯିରିମିୟ 19 : 4 (IRVOR)
କାରଣ ସେମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଏହି ସ୍ଥାନକୁ ପରର ସ୍ଥାନ ବୋଲି ଜ୍ଞାନ କରି ତହିଁ ମଧ୍ୟରେ ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଓ ଯିହୁଦାର ରାଜାମାନେ ଯେଉଁ ଅନ୍ୟ ଦେବଗଣକୁ ଜାଣିଲେ ନାହିଁ, ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
ଯିରିମିୟ 19 : 5 (IRVOR)
ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍‍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।’ ” [PE][PS]
ଯିରିମିୟ 19 : 6 (IRVOR)
ଏଥି ନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଏହି ସ୍ଥାନ ତୋଫତ୍‍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ବୋଲି ଖ୍ୟାତ ନ ହୋଇ ହତ୍ୟା ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି।
ଯିରିମିୟ 19 : 7 (IRVOR)
ପୁଣି, ଆମ୍ଭେ ଏହି ସ୍ଥାନରେ ଯିହୁଦାର ଓ ଯିରୂଶାଲମର ମନ୍ତ୍ରଣା ବ୍ୟର୍ଥ କରିବା; ପୁଣି, ସେମାନଙ୍କ ଶତ୍ରୁଗଣ ସମ୍ମୁଖରେ ଖଡ୍ଗ ଦ୍ୱାରା ଓ ସେମାନଙ୍କ ପ୍ରାଣ ଅନ୍ୱେଷଣକାରୀମାନଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ନିପାତ କରିବା; ଆଉ, ଆମ୍ଭେ ଖେଚର ପକ୍ଷୀଗଣକୁ ଓ ଭୂଚର ପଶୁଗଣକୁ ସେମାନଙ୍କର ଶବ ଖାଦ୍ୟ ନିମନ୍ତେ ଦେବା। [PE][PS]
ଯିରିମିୟ 19 : 8 (IRVOR)
ଆମ୍ଭେ ଏହି ନଗରକୁ ବିସ୍ମୟର ଓ ଶୀସ୍‍ ଶବ୍ଦର ପାତ୍ର କରିବା; ଆଉ, ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ତହିଁ ପ୍ରତି ଘଟିତ ସକଳ ଉତ୍ପାତ ସକାଶୁ ବିସ୍ମିତ ହୋଇ ଶୀସ୍‍ ଶବ୍ଦ କରିବ।
ଯିରିମିୟ 19 : 9 (IRVOR)
ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।” [PE][PS]
ଯିରିମିୟ 19 : 10 (IRVOR)
ଆଉ, ତୁମ୍ଭେ ତୁମ୍ଭ ସଙ୍ଗୀ ଲୋକମାନଙ୍କ ସାକ୍ଷାତରେ ସେହି ପାତ୍ର ଭାଙ୍ଗି ସେମାନଙ୍କୁ କହିବ,
ଯିରିମିୟ 19 : 11 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଯେପରି କେହି କୁମ୍ଭକାରର ପାତ୍ର ଭାଙ୍ଗି ପକାଇଲେ ତାହା ପୁନର୍ବାର ଯୋଡ଼ାଯାଇ ନ ପାରେ, ଆମ୍ଭେ ସେହିପରି ଏହି ଲୋକମାନଙ୍କୁ ଓ ଏହି ନଗରକୁ ଭାଙ୍ଗି ପକାଇବା; ତହିଁରେ କବରସ୍ଥାନର ଅଭାବ ନ ହେବା ଯାଏ ଲୋକମାନେ ତୋଫତ୍‍ରେ କବର ଦେବେ।” [PE][PS]
ଯିରିମିୟ 19 : 12 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନ ପ୍ରତି ଓ ତହିଁର ନିବାସୀମାନଙ୍କ ପ୍ରତି ଏହି କାର୍ଯ୍ୟ କରିବା, ଆମ୍ଭେ ଏହି ନଗରକୁ ତୋଫତ୍‍ ତୁଲ୍ୟ କରିବା।
ଯିରିମିୟ 19 : 13 (IRVOR)
ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍‍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍‍ ସ୍ଥାନ ତୁଲ୍ୟ ହେବ।” [PE][PS]
ଯିରିମିୟ 19 : 14 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ଯିରିମୀୟଙ୍କୁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ନିମନ୍ତେ ଯେଉଁ ତୋଫତ୍‍କୁ ପଠାଇଥିଲେ, ସେ ସେହି ସ୍ଥାନରୁ ଆସିଲେ ଓ ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ ଠିଆ ହୋଇ ସମସ୍ତ ଲୋକଙ୍କୁ କହିଲେ;
ଯିରିମିୟ 19 : 15 (IRVOR)
“ସୈନ୍ୟାଧିପତି ସଦାପ୍ରଭୁ ଓ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଏହି ନଗର ଓ ତହିଁର ସକଳ ଉପନଗର ବିରୁଦ୍ଧରେ ଯେଉଁ ଯେଉଁ ଅମଙ୍ଗଳର କଥା କହିଅଛୁ, ସେସବୁ ସେମାନଙ୍କ ପ୍ରତି ଘଟାଇବା; କାରଣ ସେମାନେ ଆମ୍ଭର ବାକ୍ୟରେ ଅବଧାନ ନ କରିବା ପାଇଁ ଆପଣାମାନଙ୍କର ଗ୍ରୀବା ଶକ୍ତ କରିଅଛନ୍ତି।’ ” [PE]

1 2 3 4 5 6 7 8 9 10 11 12 13 14 15

BG:

Opacity:

Color:


Size:


Font: