ଯିରିମିୟ 22 : 1 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯିହୁଦାର ରାଜଗୃହକୁ ଯାଇ ସେଠାରେ ଏହି କଥା କୁହ।
ଯିରିମିୟ 22 : 2 (IRVOR)
‘ଯଥା, ହେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ଯିହୁଦାର ରାଜନ୍‍, ତୁମ୍ଭେ ତୁମ୍ଭର ଦାସଗଣ ଓ ଏହିସବୁ ଦ୍ୱାର ଦେଇ ପ୍ରବେଶକାରୀ ତୁମ୍ଭର ଲୋକମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ।
ଯିରିମିୟ 22 : 3 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ନ୍ୟାୟବିଚାର ଓ ଧାର୍ମିକତା ବ୍ୟବହାର କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର; ପୁଣି, ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ୟାୟ ଓ ଉପଦ୍ରବ କର ନାହିଁ, କିଅବା ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ କର ନାହିଁ। [PE][PS]
ଯିରିମିୟ 22 : 4 (IRVOR)
କାରଣ ଯଦି ତୁମ୍ଭେମାନେ ପ୍ରକୃତରେ ଏହିସବୁ କାର୍ଯ୍ୟ କରିବ, ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେ, ତାହାର ଦାସଗଣ ଓ ଲୋକମାନେ ଏହି ଗୃହର ଦ୍ୱାର ଦେଇ ପ୍ରବେଶ କରିବେ।’ ”
ଯିରିମିୟ 22 : 5 (IRVOR)
ମାତ୍ର ଯଦି ତୁମ୍ଭେମାନେ ଏହିସବୁ କଥା ଶୁଣିବ ନାହିଁ, ତେବେ ସଦାପ୍ରଭୁ କହନ୍ତି, “ଆମ୍ଭେ ଆପଣା ନାମରେ ଶପଥ କରୁଅଛୁ ଯେ, ଏହି ଗୃହ ଉଚ୍ଛିନ୍ନ ହେବ।” [PE][PS]
ଯିରିମିୟ 22 : 6 (IRVOR)
କାରଣ ଯିହୁଦାର ରାଜଗୃହ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; [QBR] ‘ତୁମ୍ଭେ ଆମ୍ଭ ପ୍ରତି ଗିଲୀୟଦ ଓ ଲିବାନୋନର ଶୃଙ୍ଗ ସ୍ୱରୂପ ଅଟ; [QBR] ତଥାପି ଆମ୍ଭେ ନିଶ୍ଚୟ ତୁମ୍ଭକୁ ପ୍ରାନ୍ତର ଓ ନିବାସୀବିହୀନ ନଗରସମୂହର ସ୍ୱରୂପ କରିବା। [QBR]
ଯିରିମିୟ 22 : 7 (IRVOR)
ପୁଣି, ତୁମ୍ଭ ବିରୁଦ୍ଧରେ ବିନାଶକଗଣକୁ ପ୍ରତ୍ୟେକର ଅସ୍ତ୍ର ସହିତ ପ୍ରସ୍ତୁତ କରିବା; [QBR] ତହିଁରେ ସେମାନେ ତୁମ୍ଭର ଉତ୍ତମ ଏରସ ବୃକ୍ଷସବୁ କାଟି ଅଗ୍ନିରେ ପକାଇ ଦେବେ।’ [PE][PS]
ଯିରିମିୟ 22 : 8 (IRVOR)
ଆଉ, ଅନେକ ଦେଶୀୟ ଲୋକ ଏହି ନଗର ନିକଟ ଦେଇ ଗତାୟାତ କରୁ କରୁ ପ୍ରତ୍ୟେକେ, ଆପଣା ଆପଣା ସଙ୍ଗୀକୁ କହିବେ, “ସଦାପ୍ରଭୁ କି ନିମନ୍ତେ ଏହି ବୃହତ ନଗରକୁ ଏପରି କଲେ ?”
ଯିରିମିୟ 22 : 9 (IRVOR)
ତହିଁରେ ସେମାନେ ଉତ୍ତର କରିବେ, ‘କାରଣ ଏହି, ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିୟମ ପରିତ୍ୟାଗ କରି ଅନ୍ୟ ଦେବଗଣକୁ ପ୍ରଣାମ ଓ ସେବା କଲେ।’ ” [QBR]
ଯିରିମିୟ 22 : 10 (IRVOR)
ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, [QBR] କିଅବା ତାହା ସକାଶେ ବିଳାପ କର ନାହିଁ; [QBR] ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; [QBR] କାରଣ ସେ ଆଉ ଫେରି ଆସିବ ନାହିଁ, [QBR] କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ। [PS]
ଯିରିମିୟ 22 : 11 (IRVOR)
{ଯୋଶୀୟର ପୁତ୍ର ପ୍ରତି ବାର୍ତ୍ତା} [PS] ଯେହେତୁ ଯିହୁଦାର ରାଜା ଯୋଶୀୟର ପୁତ୍ର ଶଲ୍ଲୁମ୍‍ ଯେ ଆପଣା ପିତା ଯୋଶୀୟର ପଦରେ ରାଜତ୍ୱ କଲା ଓ ଏହି ସ୍ଥାନରୁ ବାହାରି ଗଲା, ତାହାର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି;
ଯିରିମିୟ 22 : 12 (IRVOR)
“ସେ ଏହି ସ୍ଥାନକୁ ଆଉ ଫେରି ଆସିବ ନାହିଁ; ମାତ୍ର ସେ ଯେଉଁ ସ୍ଥାନକୁ ବନ୍ଦୀତ୍ୱ ଅବସ୍ଥାରେ ନୀତ ହୋଇଅଛି, ସେହି ସ୍ଥାନରେ ମରିବ ଓ ସେ ଏହି ଦେଶ ଆଉ ଦେଖିବ ନାହିଁ।” [QBR]
ଯିରିମିୟ 22 : 13 (IRVOR)
ଯେଉଁ ଲୋକ ଅଧର୍ମରେ ଆପଣା ଗୃହ [QBR] ଓ ଅନ୍ୟାୟରେ ଆପଣା କୋଠରିମାନ ନିର୍ମାଣ କରେ; [QBR] ଯେ ବିନା ବେତନରେ ଆପଣା ପ୍ରତିବାସୀକି ସେବା କରାଏ [QBR] ଓ ତାହାର ବେତନ ତାହାକୁ ନ ଦିଏ; [QBR]
ଯିରିମିୟ 22 : 14 (IRVOR)
ଯେ କହେ, ଆମ୍ଭେ ଆପଣା ପାଇଁ ଏକ ପ୍ରଶସ୍ତ ଗୃହ [QBR] ଓ ବୃହତ କୋଠରିମାନ ନିର୍ମାଣ କରିବା ଓ ଯେ ଆପଣା ପାଇଁ ଝରକା କାଟେ, [QBR] ଆଉ ଏରସ କାଷ୍ଠରେ ଗୃହର ଭିତର ଛାତ କରେ [QBR] ଓ ରକ୍ତବର୍ଣ୍ଣର ରଙ୍ଗ ଲେପନ କରେ, ସେ ସନ୍ତାପର ପାତ୍ର ! [QBR]
ଯିରିମିୟ 22 : 15 (IRVOR)
ତୁମ୍ଭେ ଏରସ କାଷ୍ଠ ବିଷୟରେ ବଡ଼ ହେବା ପାଇଁ [QBR] ଯତ୍ନ କରିବା ହେତୁରୁ କି ରାଜତ୍ୱ କରିବ ? [QBR] ତୁମ୍ଭର ପିତା କି ଭୋଜନ ପାନ କରି ବିଚାର ଓ ଧର୍ମାଚରଣ କଲା ନାହିଁ ? [QBR] ତହିଁରେ ତାହାର ମଙ୍ଗଳ ହେଲା। [QBR]
ଯିରିମିୟ 22 : 16 (IRVOR)
ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। [QBR] ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ? [QBR]
ଯିରିମିୟ 22 : 17 (IRVOR)
ମାତ୍ର ତୁମ୍ଭର ଚକ୍ଷୁ ଓ ତୁମ୍ଭର ଅନ୍ତଃକରଣ, [QBR] ଆପଣାର ଲୋଭ, ନିର୍ଦ୍ଦୋଷର ରକ୍ତପାତ, [QBR] ଉପଦ୍ରବ ଓ ଦୌରାତ୍ମ୍ୟ କରିବା ଛଡ଼ା ଆଉ କାହିଁରେ ନାହିଁ। [QBR]
ଯିରିମିୟ 22 : 18 (IRVOR)
ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ [QBR] ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! [QBR] କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! [QBR] ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।” [QBR]
ଯିରିମିୟ 22 : 19 (IRVOR)
ତାହାର କବର ଗଧର କବର ତୁଲ୍ୟ ହେବ, [QBR] ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ। [QBR]
ଯିରିମିୟ 22 : 20 (IRVOR)
ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; [QBR] ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; [QBR] କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି। [QBR]
ଯିରିମିୟ 22 : 21 (IRVOR)
ଆମ୍ଭେ ତୁମ୍ଭର ସମୃଦ୍ଧି ସମୟରେ ତୁମ୍ଭକୁ କଥା କହିଲୁ; [QBR] ମାତ୍ର ତୁମ୍ଭେ କହିଲ, “ମୁଁ ଶୁଣିବି ନାହିଁ;” [QBR] ଆମ୍ଭ ବାକ୍ୟରେ ଅବଧାନ ନ କରିବାର ବାଲ୍ୟକାଳରୁ [QBR] ତୁମ୍ଭର ଏପରି ବ୍ୟବହାର ହୋଇଅଛି। [QBR]
ଯିରିମିୟ 22 : 22 (IRVOR)
ବାୟୁ ତୁମ୍ଭର ସମସ୍ତ ମେଷପାଳକଙ୍କୁ ଚରାଇବ [QBR] ଓ ତୁମ୍ଭର ପ୍ରେମକାରୀମାନେ ବନ୍ଦୀତ୍ୱ ସ୍ଥାନକୁ ଯିବେ; [QBR] ସେହି ସମୟରେ ତୁମ୍ଭେ ଆପଣାର ସକଳ ଦୁଷ୍ଟତା ସକାଶୁ [QBR] ନିଶ୍ଚୟ ଲଜ୍ଜିତା ଓ ବ୍ୟାକୁଳିତା ହେବ। [QBR]
ଯିରିମିୟ 22 : 23 (IRVOR)
ହେ ଲିବାନୋନ ନିବାସିନୀ, ଏରସ ବୃକ୍ଷ ବନରେ ବସା କରିଅଛ ଯେ ତୁମ୍ଭେ, [QBR] ଯେତେବେଳେ ପ୍ରସବବେଦନା ତୁଲ୍ୟ ତୁମ୍ଭର ବେଦନା ଉପସ୍ଥିତ ହେବ, [QBR] ସେତେବେଳେ ତୁମ୍ଭର ଅବସ୍ଥା ବଡ଼ ଶୋଚନୀୟ ହେବ। ଯିହୋୟାଖୀନ୍‍ ପ୍ରତି ଈଶ୍ୱରଙ୍କ ଦଣ୍ଡାଜ୍ଞା [PE][PS]
ଯିରିମିୟ 22 : 24 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହୋୟାକୀମ୍‍ର ପୁତ୍ର କନୀୟ ଆମ୍ଭ ଦକ୍ଷିଣ ହସ୍ତରେ ମୋହର ତୁଲ୍ୟ ହେଲେ ହେଁ ଆମ୍ଭେ ତୁମ୍ଭକୁ ସେଠାରୁ କାଢ଼ି ପକାଇବା;
ଯିରିମିୟ 22 : 25 (IRVOR)
ପୁଣି, ଯେଉଁମାନେ ତୁମ୍ଭର ପ୍ରାଣ ନାଶ କରିବାକୁ ଚେଷ୍ଟା କରନ୍ତି ଓ ଯେଉଁମାନଙ୍କ ବିଷୟରେ ତୁମ୍ଭେ ଭୟ କରୁଅଛ, ସେମାନଙ୍କ ହସ୍ତରେ, ଅର୍ଥାତ୍‍, ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ କଲ୍‍ଦୀୟମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପି ଦେବା।
ଯିରିମିୟ 22 : 26 (IRVOR)
ଆଉ, ଆମ୍ଭେ ତୁମ୍ଭକୁ ଓ ତୁମ୍ଭର ପ୍ରସବକାରିଣୀ ମାତାକୁ, ଯେଉଁ ଦେଶରେ ତୁମ୍ଭମାନଙ୍କର ଜନ୍ମ ହୋଇ ନ ଥିଲା, ଏପରି ଏକ ଦେଶରେ ତୁମ୍ଭମାନଙ୍କୁ ନିକ୍ଷେପ କରିବା। ଆଉ, ସେଠାରେ ତୁମ୍ଭେମାନେ ମରିବ। [QBR]
ଯିରିମିୟ 22 : 27 (IRVOR)
ମାତ୍ର ଯେଉଁ ଦେଶକୁ ଫେରି ଆସିବା ପାଇଁ [QBR] ସେମାନଙ୍କର ପ୍ରାଣ ଅତିଶୟ ଲାଳସା କରେ, [QBR] ସେ ଦେଶକୁ ସେମାନେ ଫେରି ଆସିବେ ନାହିଁ। [QBR]
ଯିରିମିୟ 22 : 28 (IRVOR)
ଏହି କନୀୟ କି ତୁଚ୍ଛୀକୃତ ଭଗ୍ନପାତ୍ର ? ସେ କି ଅପ୍ରୀତିକର ପାତ୍ର ? [QBR] ସେ ଓ ତାହାର ବଂଶ କାହିଁକି ଦୂରୀକୃତ ହୋଇ [QBR] ସେମାନଙ୍କ ଅଜ୍ଞାତ ଦେଶରେ ନିକ୍ଷିପ୍ତ ହେଲେ। [QBR]
ଯିରିମିୟ 22 : 29 (IRVOR)
ହେ ପୃଥିବୀ, ପୃଥିବୀ, ପୃଥିବୀ, ସଦାପ୍ରଭୁଙ୍କର ବାକ୍ୟ ଶୁଣ। [QBR]
ଯିରିମିୟ 22 : 30 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, [QBR] “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ [QBR] ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; [QBR] କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ [QBR] ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30

BG:

Opacity:

Color:


Size:


Font: