ଯିରିମିୟ 23 : 2 (IRVOR)
ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନର ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର !” ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
ଯିରିମିୟ 23 : 3 (IRVOR)
ପୁଣି, ଆମ୍ଭେ ଯେଉଁ ଯେଉଁ ଦେଶକୁ ଆପଣା ପଲକୁ ତଡ଼ି ଦେଇଅଛୁ, ସେହିସବୁ ଦେଶରୁ ସେମାନଙ୍କର ଅବଶିଷ୍ଟାଂଶ ସଂଗ୍ରହ କରିବା, ଆଉ ପୁନର୍ବାର ସେମାନଙ୍କୁ ସେମାନଙ୍କ ଖୁଆଡ଼କୁ ଆଣିବା; ତହିଁରେ ସେମାନେ ପ୍ରଜାବନ୍ତ ଓ ବହୁସଂଖ୍ୟକ ହେବେ।
ଯିରିମିୟ 23 : 4 (IRVOR)
ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
ଯିରିମିୟ 23 : 5 (IRVOR)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ଦାଉଦ ବଂଶରେ ଏକ ଧାର୍ମିକ ଶାଖା ଉତ୍ପନ୍ନ କରିବା, ଏପରି ସମୟ ଆସୁଅଛି, ତହିଁରେ ସେ ରାଜା ହୋଇ ରାଜତ୍ୱ କରିବେ ଓ ଜ୍ଞାନରେ ବ୍ୟବହାର କରିବେ, ପୁଣି ଦେଶରେ ସୁବିଚାର ଓ ନ୍ୟାୟ ପ୍ରଚଳିତ କରିବେ।
ଯିରିମିୟ 23 : 6 (IRVOR)
ତାହାଙ୍କ ସମୟରେ ଯିହୁଦା ପରିତ୍ରାଣ ପାଇବ ଓ ଇସ୍ରାଏଲ ନିରାପଦରେ ବାସ କରିବ; ପୁଣି, ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ, ଏହି ନାମରେ ସେ ବିଖ୍ୟାତ ହେବେ।”
ଯିରିମିୟ 23 : 7 (IRVOR)
ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ, ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
ଯିରିମିୟ 23 : 8 (IRVOR)
ମାତ୍ର ଇସ୍ରାଏଲ କୁଳଜାତ ବଂଶକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ଆମ୍ଭେ ସେମାନଙ୍କୁ ତଡ଼ି ଦେଇଥିଲୁ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ ବୋଲି କହିବେ,” ଏପରି ସମୟ ଆସୁଅଛି; ଆଉ, ସେମାନେ ଆପଣାମାନଙ୍କ ଦେଶରେ ବାସ କରିବେ।
ଯିରିମିୟ 23 : 9 (IRVOR)
ମିଥ୍ୟା ଭାବବାଦୀ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।
ଯିରିମିୟ 23 : 10 (IRVOR)
କାରଣ ଦେଶ ବ୍ୟଭିଚାରୀଗଣରେ* ବ୍ୟଭିଚାରୀଗଣରେ ଅର୍ଥାତ୍ ସଦାପ୍ରଭୁଙ୍କ ପ୍ରତି ଅବିଶ୍ଵସ୍ତତା ପରିପୂର୍ଣ୍ଣ ଓ ଅଭିଶାପ ସକାଶୁ ଦେଶ ଶୋକ କରୁଅଛି; ପ୍ରାନ୍ତରସ୍ଥ ଚରାସ୍ଥାନସବୁ ଶୁଷ୍କ ହୋଇଅଛି ଓ ଲୋକମାନଙ୍କର ବ୍ୟବହାର ମନ୍ଦ, ଆଉ ସେମାନଙ୍କର ପରାକ୍ରମ ନ୍ୟାୟସଙ୍ଗତ ନୁହେଁ।
ଯିରିମିୟ 23 : 11 (IRVOR)
କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
ଯିରିମିୟ 23 : 12 (IRVOR)
ଏଣୁକରି ସେମାନଙ୍କର ପଥ ଅନ୍ଧକାରାବୃତ ଖସଡ଼ା ସ୍ଥାନ ହେବ; ସେମାନେ ତାଡ଼ିତ ହୋଇ ତହିଁରେ ପଡ଼ିବେ;” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କୁ ପ୍ରତିଫଳ ଦେବାର ବର୍ଷ ଆଣିବା।
ଯିରିମିୟ 23 : 13 (IRVOR)
ଆହୁରି, ଆମ୍ଭେ ଶମରୀୟାର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଅଜ୍ଞାନତା ଦେଖିଅଛୁ; ସେମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି ଆମ୍ଭର ଇସ୍ରାଏଲ ଲୋକମାନଙ୍କୁ ଭ୍ରାନ୍ତ କରାଇଲେ।
ଯିରିମିୟ 23 : 14 (IRVOR)
ଯିରୂଶାଲମର ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”
ଯିରିମିୟ 23 : 15 (IRVOR)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”
ଯିରିମିୟ 23 : 16 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
ଯିରିମିୟ 23 : 17 (IRVOR)
ସେମାନେ ଆମ୍ଭର ଅବଜ୍ଞାକାରୀମାନଙ୍କୁ ଅନୁକ୍ଷଣେ କହନ୍ତି, ସଦାପ୍ରଭୁ କହିଅଛନ୍ତି, ‘ତୁମ୍ଭମାନଙ୍କର ଶାନ୍ତି ହେବ;’ ପୁଣି, ଯେଉଁମାନେ ଆପଣା ଆପଣା ହୃଦୟର ଅବାଧ୍ୟତାନୁସାରେ ଆଚରଣ କରନ୍ତି, ସେହି ପ୍ରତ୍ୟେକ ଲୋକଙ୍କୁ ସେମାନେ କହନ୍ତି, ‘ତୁମ୍ଭମାନଙ୍କ ପ୍ରତି କୌଣସି ଅମଙ୍ଗଳ ଘଟିବ ନାହିଁ।’
ଯିରିମିୟ 23 : 18 (IRVOR)
ମାତ୍ର ସଦାପ୍ରଭୁଙ୍କର ବାକ୍ୟ ପ୍ରତ୍ୟକ୍ଷରେ ଶୁଣିବା ପାଇଁ କିଏ ତାହାଙ୍କ ଆଗରେ ଠିଆ ହୋଇ ଅଛି ? କିଏ ଆମ୍ଭର ବାକ୍ୟ ମନ ଦେଇ ଶୁଣିଅଛି ?”
ଯିରିମିୟ 23 : 19 (IRVOR)
ଦେଖ, ସଦାପ୍ରଭୁଙ୍କର ତୋଫାନ, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ହଁ, ଘୂର୍ଣ୍ଣାୟମାନ ତୋଫାନ ବାହାର ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
ଯିରିମିୟ 23 : 20 (IRVOR)
ଯେପର୍ଯ୍ୟନ୍ତ ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରନ୍ତି, ସେପର୍ଯ୍ୟନ୍ତ ତାହାଙ୍କ କ୍ରୋଧ ଫେରିବ ନାହିଁ; ତୁମ୍ଭେମାନେ ଶେଷ କାଳରେ ତାହା ସମ୍ପୂର୍ଣ୍ଣ ରୂପେ ବୁଝିବ।
ଯିରିମିୟ 23 : 21 (IRVOR)
ଆମ୍ଭେ ଏହି ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲୁ ନାହିଁ, ତଥାପି ସେମାନେ ଦୌଡ଼ିଲେ; ଆମ୍ଭେ ସେମାନଙ୍କୁ କଥା କହିଲୁ ନାହିଁ, ତଥାପି ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
ଯିରିମିୟ 23 : 22 (IRVOR)
ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା’ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା’ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା’ନ୍ତେ।
ଯିରିମିୟ 23 : 23 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ କି ନିକଟରେ ପରମେଶ୍ୱର ଅଟୁ ଓ ଦୂରରେ ପରମେଶ୍ୱର ନୋହୁଁ ?”
ଯିରିମିୟ 23 : 24 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?
ଯିରିମିୟ 23 : 25 (IRVOR)
‘ଆମ୍ଭେ ସ୍ୱପ୍ନ ଦେଖିଅଛୁ, ଆମ୍ଭେ ସ୍ୱପ୍ନ ଦେଖିଅଛୁ ବୋଲି କହି’ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର କଥା ଆମ୍ଭେ ଶୁଣିଅଛୁ।
ଯିରିମିୟ 23 : 26 (IRVOR)
ଯେଉଁ ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ?
ଯିରିମିୟ 23 : 27 (IRVOR)
ସେମାନଙ୍କର ପିତୃପୁରୁଷମାନେ ଯେପରି ବାଲ୍ଦେବ ସକାଶେ ଆମ୍ଭ ନାମ ପାସୋରି ପକାଇଲେ, ସେପରି ସେମାନେ ଆପଣା ଆପଣା ପ୍ରତିବାସୀ ନିକଟରେ ନିଜ ସ୍ୱପ୍ନ କଥା କହି ଆମ୍ଭ ଲୋକମାନଙ୍କୁ ଆମ୍ଭର ନାମ ବିସ୍ମୃତ କରାଇବାକୁ ବିଚାର କରନ୍ତି।”
ଯିରିମିୟ 23 : 28 (IRVOR)
ଯେଉଁ ଭବିଷ୍ୟଦ୍ବକ୍ତା ସ୍ୱପ୍ନ ଦେଖିଅଛି, ସେ ସ୍ୱପ୍ନ କଥା ପ୍ରକାଶ କରୁ, ପୁଣି ଯେ ଆମ୍ଭର ବାକ୍ୟ ପାଇଅଛି, ସେ ବିଶ୍ୱସ୍ତ ରୂପେ ଆମ୍ଭର ବାକ୍ୟ କହୁ। ସଦାପ୍ରଭୁ କହନ୍ତି, “ଶସ୍ୟ ନିକଟରେ ପାଳ କଅଣ ?”
ଯିରିମିୟ 23 : 29 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ ?”
ଯିରିମିୟ 23 : 30 (IRVOR)
ଏଥିପାଇଁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ, ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀଠାରୁ ଆମ୍ଭର ବାକ୍ୟ ହରଣ କରନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।”
ଯିରିମିୟ 23 : 31 (IRVOR)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆପଣା ଆପଣା ଜିହ୍ୱା ବ୍ୟବହାର କରି, ‘ସେ କହନ୍ତି’ ବୋଲି କହନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ।”
ଯିରିମିୟ 23 : 32 (IRVOR)
ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
ଯିରିମିୟ 23 : 33 (IRVOR)
ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’
ଯିରିମିୟ 23 : 34 (IRVOR)
ଆଉ, ‘ସଦାପ୍ରଭୁଙ୍କର ପ୍ରତ୍ୟାଦେଶ,’ ଏହି କଥା ଭବିଷ୍ୟଦ୍ବକ୍ତା, ଯାଜକ ଓ ଲୋକମାନେ କହିଲେ, ଆମ୍ଭେ ସେ ଲୋକକୁ ଓ ତାହାର ବଂଶକୁ ଶାସ୍ତି ଦେବା।”
ଯିରିମିୟ 23 : 35 (IRVOR)
ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକି ଓ ଆପଣା ଭ୍ରାତାକୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି ? ଓ ସଦାପ୍ରଭୁ କି କଥା କହିଅଛନ୍ତି ?”
ଯିରିମିୟ 23 : 36 (IRVOR)
ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।
ଯିରିମିୟ 23 : 37 (IRVOR)
ତୁମ୍ଭେ ଭବିଷ୍ୟଦ୍ବକ୍ତାଙ୍କୁ ଏହି କଥା କହିବ, “ସଦାପ୍ରଭୁ କି ଉତ୍ତର ଦେଇଅଛନ୍ତି ? ଓ ସଦାପ୍ରଭୁ କି କଥା କହିଅଛନ୍ତି ?”
ଯିରିମିୟ 23 : 38 (IRVOR)
ମାତ୍ର “ସଦାପ୍ରଭୁଙ୍କର ଭାରୋକ୍ତି,” ଏହି କଥା ଯେବେ ତୁମ୍ଭେମାନେ କୁହ, ତେବେ ତହିଁ ସକାଶୁ ସଦାପ୍ରଭୁ କହନ୍ତି : “ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଲୋକ ପଠାଇ, ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହିବାକୁ ନିଷେଧ କରିଅଛୁ, ତଥାପି ତୁମ୍ଭେମାନେ ‘ସଦାପ୍ରଭୁଙ୍କର ଭାରୋକ୍ତି’ ବୋଲି କହୁଅଛ।
ଯିରିମିୟ 23 : 39 (IRVOR)
ଏଣୁକରି ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ନିତାନ୍ତ ପାସୋରିବା,ପୁଣି, ତୁମ୍ଭମାନଙ୍କୁ ଓ ଯେଉଁ ନଗର ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଦେଇଅଛୁ, ତାହାକୁ ଆମ୍ଭ ଛାମୁରୁ ଦୂର କରିବା;
ଯିରିମିୟ 23 : 40 (IRVOR)
ଆଉ, ଯାହା ବିସ୍ମୃତ ହେବ ନାହିଁ, ଏପରି ନିତ୍ୟସ୍ଥାୟୀ ଦୁର୍ନାମ ଓ ଚିରସ୍ଥାୟୀ ଲଜ୍ଜା ଆମ୍ଭେ ତୁମ୍ଭମାନଙ୍କୁ ଭୋଗ କରାଇବା।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
37
38
39
40