ଯିରିମିୟ 28 : 1 (IRVOR)
{ଭଣ୍ଡ ଭାବବାଦୀ ହନାନୀୟ} [PS] ଏଥିଉତ୍ତାରେ ସେହି ବର୍ଷ, ଅର୍ଥାତ୍‍, ଯିହୁଦାର ରାଜା ସିଦିକୀୟର ରାଜତ୍ୱର ଆରମ୍ଭ ସମୟରେ, ଚତୁର୍ଥ ବର୍ଷର ପଞ୍ଚମ ମାସରେ ଗିବୀୟୋନ୍‍ ନିବାସୀ ଅସ୍‍ସୁରର ପୁତ୍ର ହନାନୀୟ ଭବିଷ୍ୟଦ୍‍ବକ୍ତା ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କର ଓ ଲୋକସମସ୍ତଙ୍କର ସାକ୍ଷାତରେ ମୋତେ ଏହି କଥା କହିଲା, [PE][PS]
ଯିରିମିୟ 28 : 2 (IRVOR)
“ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ଅଛୁ।
ଯିରିମିୟ 28 : 3 (IRVOR)
ବାବିଲର ରାଜା ନବୂଖଦ୍‍ନିତ୍ସର ଏହି ସ୍ଥାନରୁ ସଦାପ୍ରଭୁଙ୍କ ଗୃହର ଯେସକଳ ପାତ୍ର ବାବିଲକୁ ନେଇ ଯାଇଅଛି, ସେସବୁ ଆମ୍ଭେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ପୁନର୍ବାର ଏହି ସ୍ଥାନକୁ ଆଣିବା।
ଯିରିମିୟ 28 : 4 (IRVOR)
ପୁଣି, ଯିହୋୟାକୀମ୍‍ର ପୁତ୍ର ଯିହୁଦାର ରାଜା ଯିହୋୟାଖୀନ୍‍କୁ, ଯିହୁଦାରୁ ବାବିଲକୁ ବନ୍ଦୀ ହୋଇ ଯାଇଥିବା ସମସ୍ତ ଲୋକ ସହିତ ଏହି ସ୍ଥାନକୁ ଫେରାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି; “କାରଣ ଆମ୍ଭେ ବାବିଲ ରାଜାର ଯୁଆଳି ଭାଙ୍ଗି ପକାଇବା।” [PE][PS]
ଯିରିମିୟ 28 : 5 (IRVOR)
ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଗୃହରେ ଠିଆ ହୋଇଥିବା ଯାଜକମାନଙ୍କ ସାକ୍ଷାତରେ ଓ ସମସ୍ତ ଲୋକଙ୍କ ସାକ୍ଷାତରେ ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ,
ଯିରିମିୟ 28 : 6 (IRVOR)
ଅର୍ଥାତ୍‍, ଯିରିମୀୟ ଭବିଷ୍ୟଦ୍‍ବକ୍ତା ଏହା କହିଲେ, “ଆମେନ୍‍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ। [PE][PS]
ଯିରିମିୟ 28 : 7 (IRVOR)
ତଥାପି ମୁଁ ତୁମ୍ଭ କର୍ଣ୍ଣଗୋଚରରେ ଓ ସମଗ୍ର ଲୋକଙ୍କ କର୍ଣ୍ଣଗୋଚରରେ ଏହି ଯେଉଁ କଥା କହିଅଛି, ତାହା ଶୁଣ।
ଯିରିମିୟ 28 : 8 (IRVOR)
ତୁମ୍ଭର ଓ ମୋର ପୂର୍ବରେ ଥିବା ପୁରାତନ କାଳର ଭବିଷ୍ୟଦ୍‍ବକ୍ତାମାନେ ଅନେକ ଦେଶ ଓ ବୃହତ ବୃହତ ରାଜ୍ୟ ବିରୁଦ୍ଧରେ ଯୁଦ୍ଧ, ଅମଙ୍ଗଳ ଓ ମହାମାରୀ ବିଷୟକ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛନ୍ତି।
ଯିରିମିୟ 28 : 9 (IRVOR)
ଯେଉଁ ଭବିଷ୍ୟଦ୍‍ବକ୍ତା ଶାନ୍ତିର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ, ସେହି ଭବିଷ୍ୟଦ୍‍ବକ୍ତାଙ୍କର ବାକ୍ୟ ସଫଳ ହେଲା ଉତ୍ତାରେ ସିନା ସଦାପ୍ରଭୁ ପ୍ରକୃତରେ ତାହାକୁ ପଠାଇ ଅଛନ୍ତି ବୋଲି ଜଣା ପଡ଼େ।” [PE][PS]
ଯିରିମିୟ 28 : 10 (IRVOR)
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି କାଢ଼ି ନେଇ ତାହା ଭାଙ୍ଗି ପକାଇଲା।
ଯିରିମିୟ 28 : 11 (IRVOR)
ଆଉ, ହନାନୀୟ ଲୋକସମୂହର ସାକ୍ଷାତରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ଏହି ରୂପେ ପୂର୍ଣ୍ଣ ଦୁଇ ବର୍ଷ ମଧ୍ୟରେ ବାବିଲର ରାଜା ନବୂଖଦ୍‍ନିତ୍ସରର ଯୁଆଳି, ସବୁ ଦେଶୀୟମାନଙ୍କ ସ୍କନ୍ଧରୁ କାଢ଼ି ଭାଙ୍ଗି ପକାଇବା।’ ” ଏଥିରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ଆପଣା ବାଟରେ ଚାଲିଗଲେ। [PE][PS]
ଯିରିମିୟ 28 : 12 (IRVOR)
ହନାନୀୟ ଭବିଷ୍ୟଦ୍‍ବକ୍ତା ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ସ୍କନ୍ଧରୁ ଯୁଆଳି ଭାଙ୍ଗିଲା ଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 28 : 13 (IRVOR)
ତୁମ୍ଭେ ଯାଇ ହନାନୀୟକୁ କୁହ, “ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ କାଷ୍ଠର ଯୁଆଳି ଭାଙ୍ଗିଅଛ ପ୍ରମାଣ; ମାତ୍ର ତହିଁ ବଦଳରେ ତୁମ୍ଭେ ଲୁହାର ଯୁଆଳି ପ୍ରସ୍ତୁତ କରିବ।’
ଯିରିମିୟ 28 : 14 (IRVOR)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍‍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’ ” [PE][PS]
ଯିରିମିୟ 28 : 15 (IRVOR)
ତହିଁରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ହନାନୀୟ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
ଯିରିମିୟ 28 : 16 (IRVOR)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭକୁ ପୃଥିବୀରୁ ଦୂର କରି ଦେବା; ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଦ୍ରୋହର କଥା କହିଅଛ, ଏଥିପାଇଁ ଏହି ବର୍ଷ ମଧ୍ୟରେ ତୁମ୍ଭେ ମରିବ।’ ”
ଯିରିମିୟ 28 : 17 (IRVOR)
ତହିଁରେ ହନାନୀୟ ଭବିଷ୍ୟଦ୍‍ବକ୍ତା ସେହି ବର୍ଷର ସପ୍ତମ ମାସରେ ମଲେ। [PE]

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: