ଯିରିମିୟ 3 : 1 (IRVOR)
ଲୋକେ କହନ୍ତି, “କେହି ଆପଣା ଭାର୍ଯ୍ୟାକୁ ତ୍ୟାଗ କଲେ, [QBR] ସେ ସ୍ତ୍ରୀ ତାହା ନିକଟକୁ ଯାଇ ଯଦି ଅନ୍ୟ ପୁରୁଷର ହୁଏ, [QBR] ତେବେ ତାହାର ସ୍ୱାମୀ କି ପୁନର୍ବାର ତାହା ନିକଟକୁ ଯିବ ?” [QBR] ଗଲେ, ସେହି ଦେଶ କି ଅତ୍ୟନ୍ତ ଅଶୁଚି ହେବ ନାହିଁ ? [QBR] ମାତ୍ର ତୁମ୍ଭେ ଅନେକ ଉପପତିର ସଙ୍ଗେ ବ୍ୟଭିଚାର କରିଅଛ ? [QBR] ତଥାପି ସଦାପ୍ରଭୁ କହନ୍ତି, “ତୁମ୍ଭେ ପୁନର୍ବାର ଆମ୍ଭ ନିକଟକୁ ଫେରି ଆସୁଅଛ ! [QBR]
ଯିରିମିୟ 3 : 2 (IRVOR)
ଚକ୍ଷୁ ଟେକି ବୃକ୍ଷଶୂନ୍ୟ ଟିକର ସ୍ଥାନ ସବୁ ଦେଖ; [QBR] ତୁମ୍ଭେ କେଉଁଠାରେ ବ୍ୟଭିଚାର କରି ନାହଁ ? [QBR] ଯେପରି ଆରବୀୟ ଲୋକ ପ୍ରାନ୍ତରରେ ବସେ, [QBR] ସେପରି ତୁମ୍ଭେ ସେମାନଙ୍କ ନିମନ୍ତେ ରାଜପଥରେ ବସିଅଛ; [QBR] ଆଉ, ତୁମ୍ଭେ ଆପଣା ବ୍ୟଭିଚାର ଓ ଦୁଷ୍ଟକ୍ରିୟା ଦ୍ୱାରା ଦେଶ ଅଶୁଚି କରିଅଛ। [QBR]
ଯିରିମିୟ 3 : 3 (IRVOR)
ଏହେତୁ ବୃଷ୍ଟି ନିବାରିତ ହୋଇଅଛି ଓ ଶେଷ ବର୍ଷା ହୋଇ ନାହିଁ; [QBR] ତଥାପି ତୁମ୍ଭେ ବେଶ୍ୟାର କପାଳ ଧାରଣ କରିଅଛ, [QBR] ତୁମ୍ଭେ ଲଜ୍ଜିତା ହେବାକୁ ଅସମ୍ମତା ହୋଇଅଛ।” [QBR]
ଯିରିମିୟ 3 : 4 (IRVOR)
ତୁମ୍ଭେ କି ଏହି ସମୟଠାରୁ ଆମ୍ଭ ନିକଟରେ ପ୍ରାର୍ଥନା କରି ନ କହିବ, [QBR] “ହେ ମୋର ପିତଃ, ତୁମ୍ଭେ ମୋର ବାଲ୍ୟକାଳର ପଥପ୍ରଦର୍ଶକ ? [QBR]
ଯିରିମିୟ 3 : 5 (IRVOR)
ସେ କି ସଦାକାଳ କ୍ରୁଦ୍ଧ ହୋଇଥିବେ ? [QBR] ସେ କି ଶେଷ ପର୍ଯ୍ୟନ୍ତ ତାହା ରଖିବେ ? [QBR] ଦେଖ, ତୁମ୍ଭେ କଥା କହିଅଛ, ପୁଣି ଦୁଷ୍କ୍ରିୟା କରିଅଛ ଓ ନିଜ ପଥରେ ଚାଲିଅଛ।” [PS]
ଯିରିମିୟ 3 : 6 (IRVOR)
{ଇସ୍ରାଏଲ ଓ ଯିହୁଦାର ଅନୁତାପ ନିମନ୍ତେ ଆହ୍ୱାନ} [PS] ଆହୁରି, ଯୋଶୀୟ ରାଜାର ସମୟରେ ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ଯାହା କରିଅଛି, ତାହା କି ତୁମ୍ଭେ ଦେଖିଅଛ ? ସେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ଯାଇ ସେଠାରେ ବ୍ୟଭିଚାର କରିଅଛି।
ଯିରିମିୟ 3 : 7 (IRVOR)
ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ‘ସେ ଆମ୍ଭ ନିକଟକୁ ଫେରି ଆସିବ,’ ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା। [PE][PS]
ଯିରିମିୟ 3 : 8 (IRVOR)
ଆଉ, ଆମ୍ଭେ ଦେଖିଲୁ, ବିପଥଗାମୀନୀ ଇସ୍ରାଏଲ ବ୍ୟଭିଚାର କରିବା ସକାଶୁ ଆମ୍ଭେ ତାହାକୁ ତ୍ୟାଗ କରି ଛାଡ଼ପତ୍ର ଦେଲେ ହେଁ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଭୟ କଲା ନାହିଁ; ମାତ୍ର ସେ ମଧ୍ୟ ଯାଇ ବ୍ୟଭିଚାର କଲା।
ଯିରିମିୟ 3 : 9 (IRVOR)
ତାହାର ବ୍ୟଭିଚାରର ଅଖ୍ୟାତିରେ ଦେଶ ଅଶୁଚି ହେଲା ଓ ସେ ପଥର ଓ କାଠ ସଙ୍ଗରେ ବ୍ୟଭିଚାର କଲା।
ଯିରିମିୟ 3 : 10 (IRVOR)
ପୁଣି, ଏସବୁ ହେଲେ ହେଁ ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଆପଣା ସର୍ବାନ୍ତଃକରଣ ସହିତ ନୁହେଁ, ମାତ୍ର କପଟ ଭାବରେ ଆମ୍ଭ ପ୍ରତି ଫେରିଅଛି,” ଏହା ସଦାପ୍ରଭୁ କହନ୍ତି। [PE][PS]
ଯିରିମିୟ 3 : 11 (IRVOR)
ଆଉ, ସଦାପ୍ରଭୁ ମୋତେ କହିଲେ, “ବିପଥଗାମୀନୀ ଇସ୍ରାଏଲ ବିଶ୍ୱାସଘାତିନୀ ଯିହୁଦା ଅପେକ୍ଷା ଆପଣାକୁ ଧାର୍ମିକା ଦେଖାଇଅଛି।
ଯିରିମିୟ 3 : 12 (IRVOR)
ତୁମ୍ଭେ ଯାଇ ଉତ୍ତର ଦିଗ ଆଡ଼େ ଏହି କଥା ପ୍ରଚାର କରି କୁହ, ହେ ବିପଥଗାମୀନୀ ଇସ୍ରାଏଲ, ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଫେର; ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ ଦୃଷ୍ଟି କରିବା ନାହିଁ;’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ଦୟାବାନ, ଆମ୍ଭେ ସର୍ବଦା କ୍ରୋଧ ରଖିବା ନାହିଁ।’ ” [QBR]
ଯିରିମିୟ 3 : 13 (IRVOR)
ସଦାପ୍ରଭୁ କହନ୍ତି, “ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ [QBR] ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ [QBR] ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, [QBR] ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।” [QBR]
ଯିରିମିୟ 3 : 14 (IRVOR)
ସଦାପ୍ରଭୁ କହନ୍ତି, ‘ହେ ବିପଥଗାମୀ ସନ୍ତାନଗଣ, ଫେର; [QBR] କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ୱାମୀ; [QBR] ଆମ୍ଭେ ନଗରରୁ ଏକ ଜଣ ଓ ଗୋଷ୍ଠୀ ମଧ୍ୟରୁ ଦୁଇ ଜଣ କରି [QBR] ତୁମ୍ଭମାନଙ୍କୁ ସିୟୋନକୁ ଆଣିବା; [QBR]
ଯିରିମିୟ 3 : 15 (IRVOR)
ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, [QBR] ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।’ [PE][PS]
ଯିରିମିୟ 3 : 16 (IRVOR)
ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।’ [PE][PS]
ଯିରିମିୟ 3 : 17 (IRVOR)
ସେସମୟରେ ଲୋକମାନେ ଯିରୂଶାଲମକୁ ସଦାପ୍ରଭୁଙ୍କର ସିଂହାସନ ବୋଲି କହିବେ; ଆଉ, ସବୁ ଦେଶୀୟ ଲୋକମାନେ ତହିଁ ନିକଟରେ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯିରୂଶାଲମରେ ସଂଗୃହୀତ ହେବେ; ପୁଣି, ସେମାନେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତା ଅନୁସାରେ ଆଉ ଗମନ କରିବେ ନାହିଁ। [PE][PS]
ଯିରିମିୟ 3 : 18 (IRVOR)
ସେହି ସମୟରେ ଯିହୁଦା ବଂଶ, ଇସ୍ରାଏଲ ବଂଶ ସଙ୍ଗେ ଗମନ କରିବେ ଓ ସେମାନେ ଉତ୍ତର ଦେଶରୁ ଏକତ୍ର ବାହାରି ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ଅଧିକାର ନିମନ୍ତେ ଆମ୍ଭର ଦତ୍ତ ଦେଶକୁ ଆସିବେ। [QBR]
ଯିରିମିୟ 3 : 19 (IRVOR)
ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି [QBR] ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, [QBR] ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” [QBR] ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ [QBR] ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।” [QBR]
ଯିରିମିୟ 3 : 20 (IRVOR)
ସଦାପ୍ରଭୁ କହନ୍ତି, ଯେପରି କୌଣସି ଭାର୍ଯ୍ୟା [QBR] ବିଶ୍ୱାସଘାତକତାପୂର୍ବକ ଆପଣା ସ୍ୱାମୀକି ଛାଡ଼ିଯାଏ, [QBR] ସେପରି ହେ ଇସ୍ରାଏଲ, ତୁମ୍ଭେ ନିଶ୍ଚୟ ଆମ୍ଭ ପ୍ରତି [QBR] ସେହି ପ୍ରକାର ବିଶ୍ୱାସଘାତକତା କରିଅଛ। [QBR]
ଯିରିମିୟ 3 : 21 (IRVOR)
ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀମାନରେ ଏକ ସ୍ୱର, [QBR] ଇସ୍ରାଏଲ ସନ୍ତାନଗଣର ରୋଦନ ଓ କାକୂକ୍ତି ଶୁଣାଯାଏ; [QBR] କାରଣ ସେମାନେ କୁଟିଳ ପଥଗାମୀ [QBR] ଓ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ପକାଇ ଅଛନ୍ତି। [QBR]
ଯିରିମିୟ 3 : 22 (IRVOR)
ହେ ବିପଥଗାମୀ ସନ୍ତାନଗଣ ଫେର, [QBR] ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପ ରୋଗ ସୁସ୍ଥ କରିବା। [QBR] ଦେଖ, ଆମ୍ଭେମାନେ ତୁମ୍ଭ ନିକଟକୁ ଆସିଅଛୁ; [QBR] କାରଣ ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟ। [QBR]
ଯିରିମିୟ 3 : 23 (IRVOR)
ଉପପର୍ବତସମୂହରୁ, ପର୍ବତମାନର ଉପରିସ୍ଥ କୋଳାହଳରୁ ଅପେକ୍ଷିତ ଉପକାର ନିତାନ୍ତ ବ୍ୟର୍ଥ; [QBR] ନିତାନ୍ତ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କଠାରେ ଇସ୍ରାଏଲର ପରିତ୍ରାଣ ଅଛି। [QBR]
ଯିରିମିୟ 3 : 24 (IRVOR)
ମାତ୍ର ଲଜ୍ଜାସ୍ପଦ ବସ୍ତୁ ଆମ୍ଭମାନଙ୍କର ବାଲ୍ୟ କାଳରୁ [QBR] ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଶ୍ରମଫଳ, ସେମାନଙ୍କ ଗୋମେଷାଦି ପଲ [QBR] ସେମାନଙ୍କର ପୁତ୍ର ଓ କନ୍ୟାଗଣଙ୍କୁ ଗ୍ରାସ କରିଅଛି। [QBR]
ଯିରିମିୟ 3 : 25 (IRVOR)
ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ [QBR] ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; [QBR] କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ [QBR] ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ [QBR] ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: