ଯିରିମିୟ 30 : 1 (IRVOR)
{ଇସ୍ରାଏଲ ଓ ଯିହୁଦାର ପୁନଃସ୍ଥାପନ} [PS] ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
ଯିରିମିୟ 30 : 2 (IRVOR)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’
ଯିରିମିୟ 30 : 3 (IRVOR)
କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’ ” [PE][PS]
ଯିରିମିୟ 30 : 4 (IRVOR)
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି। [QBR]
ଯିରିମିୟ 30 : 5 (IRVOR)
“ସଦାପ୍ରଭୁ ଏହି କଥା କହନ୍ତି; [QBR] ‘ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ। [QBR]
ଯିରିମିୟ 30 : 6 (IRVOR)
କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; [QBR] ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, [QBR] ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର [QBR] ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ ? [QBR]
ଯିରିମିୟ 30 : 7 (IRVOR)
ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, [QBR] ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’ [QBR]
ଯିରିମିୟ 30 : 8 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, [QBR] ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା [QBR] ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; [QBR] ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ। [QBR]
ଯିରିମିୟ 30 : 9 (IRVOR)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ [QBR] ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, [QBR] ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’ [QBR]
ଯିରିମିୟ 30 : 10 (IRVOR)
ଏହେତୁ ସଦାପ୍ରଭୁ କହନ୍ତି, [QBR] ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; [QBR] ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; [QBR] କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ [QBR] ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, [QBR] ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ [QBR] ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’ [QBR]
ଯିରିମିୟ 30 : 11 (IRVOR)
କାରଣ ସଦାପ୍ରଭୁ କହନ୍ତି, [QBR] ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; [QBR] ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, [QBR] ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, [QBR] ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; [QBR] ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା [QBR] ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’ [QBR]
ଯିରିମିୟ 30 : 12 (IRVOR)
କାରଣ ସଦାପ୍ରଭୁ ଏହି କଥା କହନ୍ତି, [QBR] ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ। [QBR]
ଯିରିମିୟ 30 : 13 (IRVOR)
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, [QBR] ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, [QBR] ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।’ [QBR]
ଯିରିମିୟ 30 : 14 (IRVOR)
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; [QBR] ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; [QBR] କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ [QBR] ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ। [QBR]
ଯିରିମିୟ 30 : 15 (IRVOR)
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, [QBR] ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ [QBR] ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ। [QBR]
ଯିରିମିୟ 30 : 16 (IRVOR)
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ [QBR] ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ [QBR] ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; [QBR] ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା। [QBR]
ଯିରିମିୟ 30 : 17 (IRVOR)
କାରଣ ସଦାପ୍ରଭୁ କହନ୍ତି, [QBR] ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା [QBR] ଓ ଆମ୍ଭେ ତୁମ୍ଭର ଘା’ ସବୁ ସୁସ୍ଥ କରିବା; [QBR] କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, [QBR] ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।’ [QBR]
ଯିରିମିୟ 30 : 18 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, [QBR] ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା [QBR] ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; [QBR] ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ [QBR] ଓ ରାଜଗୃହ ତହିଁର ରୀତିମତେ ରହିବ। [QBR]
ଯିରିମିୟ 30 : 19 (IRVOR)
ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ [QBR] ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; [QBR] ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; [QBR] ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ। [QBR]
ଯିରିମିୟ 30 : 20 (IRVOR)
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ [QBR] ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ [QBR] ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା। [QBR]
ଯିରିମିୟ 30 : 21 (IRVOR)
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ [QBR] ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; [QBR] ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ [QBR] କାରଣ ସଦାପ୍ରଭୁ କହନ୍ତି, [QBR] ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ? [QBR]
ଯିରିମିୟ 30 : 22 (IRVOR)
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, [QBR] ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’ [QBR]
ଯିରିମିୟ 30 : 23 (IRVOR)
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, [QBR] ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ। [QBR]
ଯିରିମିୟ 30 : 24 (IRVOR)
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ [QBR] ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: