ଯିରିମିୟ 30 : 1 (IRVOR)
ଇସ୍ରାଏଲ ଓ ଯିହୁଦାର ପୁନଃସ୍ଥାପନ ସଦାପ୍ରଭୁଙ୍କଠାରୁ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ଯଥା,
ଯିରିମିୟ 30 : 2 (IRVOR)
“ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଯେଉଁ ସକଳ କଥା କହିଅଛୁ, ତାହା ଗୋଟିଏ ପୁସ୍ତକରେ ଲେଖି ରଖ।’
ଯିରିମିୟ 30 : 3 (IRVOR)
କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ଆମ୍ଭେ ଆପଣା ଲୋକ ଇସ୍ରାଏଲର ଓ ଯିହୁଦାର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ଏପରି ସମୟ ଆସୁଅଛି,’ ସଦାପ୍ରଭୁ କହନ୍ତି; ‘ହଁ, ଆମ୍ଭେ ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶକୁ ସେମାନଙ୍କୁ ଫେରାଇ ଆଣିବା ଓ ସେମାନେ ତାହା ଅଧିକାର କରିବେ।’ ”
ଯିରିମିୟ 30 : 4 (IRVOR)
ଯିରିମିୟ 30 : 5 (IRVOR)
ଇସ୍ରାଏଲ ଓ ଯିହୁଦା ବିଷୟରେ ସଦାପ୍ରଭୁଙ୍କର କଥିତ ବାକ୍ୟ ଏହି। “ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେମାନେ କମ୍ପିବାର ଓ ଭୟର ଶବ୍ଦ ଶୁଣିଅଛୁ, କିନ୍ତୁ ଶାନ୍ତିର ଶବ୍ଦ ନୁହେଁ।
ଯିରିମିୟ 30 : 6 (IRVOR)
କୌଣସି ପୁରୁଷର ପ୍ରସବ ବେଦନା ହେଉଅଛି କି ନାହିଁ, ତୁମ୍ଭେମାନେ ପଚାରି ବୁଝ; ପ୍ରସବ ବେଦନାର ସମୟରେ ଯେପରି ସ୍ତ୍ରୀଲୋକର, ସେପରି ପ୍ରତ୍ୟେକ ପୁରୁଷର ଆପଣା କଟିଦେଶରେ ହସ୍ତ ଦେବାର ଓ ସମସ୍ତଙ୍କର ମୁଖ ମଳିନ ହେବାର ଆମ୍ଭେ କାହିଁକି ଦେଖୁଅଛୁ ?
ଯିରିମିୟ 30 : 7 (IRVOR)
ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’
ଯିରିମିୟ 30 : 8 (IRVOR)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ‘ଆମ୍ଭେ ସେହି ଦିନ ତୁମ୍ଭ ସ୍କନ୍ଧରୁ ତାହାର ଯୁଆଳି ଭାଙ୍ଗି ପକାଇବା ଓ ତୁମ୍ଭର ବନ୍ଧନସବୁ ଛିଣ୍ଡାଇ ଦେବା; ପୁଣି, ବିଦେଶୀମାନେ ଆଉ ଆପଣାମାନଙ୍କର ଦାସ୍ୟକର୍ମ ତାହାକୁ କରାଇବେ ନାହିଁ।
ଯିରିମିୟ 30 : 9 (IRVOR)
ମାତ୍ର ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଓ ଆମ୍ଭେ ସେମାନଙ୍କ ନିମନ୍ତେ ଯାହାଙ୍କୁ ଉତ୍ପନ୍ନ କରିବା, ଆପଣାମାନଙ୍କର ସେହି ରାଜା ଦାଉଦଙ୍କର ଦାସ୍ୟକର୍ମ କରିବେ।’
ଯିରିମିୟ 30 : 10 (IRVOR)
ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’
ଯିରିମିୟ 30 : 11 (IRVOR)
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’
ଯିରିମିୟ 30 : 12 (IRVOR)
କାରଣ ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭର କ୍ଷତ ଅପ୍ରତୀକାର୍ଯ୍ୟ ଓ ତୁମ୍ଭର ଘା’ ବ୍ୟଥାଜନକ।
ଯିରିମିୟ 30 : 13 (IRVOR)
ତୁମ୍ଭର କ୍ଷତ ଯେପରି ବନ୍ଧା ଯିବ, ଏଥିପାଇଁ ତୁମ୍ଭ ସପକ୍ଷରେ ପ୍ରତିବାଦ କରିବାକୁ କେହି ନାହିଁ, ତୁମ୍ଭର ସ୍ୱାସ୍ଥ୍ୟଜନକ ଔଷଧ ନାହିଁ।’
ଯିରିମିୟ 30 : 14 (IRVOR)
ତୁମ୍ଭର ପ୍ରେମକାରୀ ସମସ୍ତେ ତୁମ୍ଭକୁ ପାସୋରି ଅଛନ୍ତି; ସେମାନେ ତୁମ୍ଭକୁ ଖୋଜନ୍ତି ନାହିଁ; କାରଣ ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭକୁ ଶତ୍ରୁ ତୁଲ୍ୟ ଆଘାତ କରିଅଛୁ ଓ ନିର୍ଦ୍ଦୟ ଲୋକ ତୁଲ୍ୟ ଶାସ୍ତି ଦେଇଅଛୁ।
ଯିରିମିୟ 30 : 15 (IRVOR)
ତୁମ୍ଭେ ଆପଣା କ୍ଷତ ସକାଶୁ କାହିଁକି କ୍ରନ୍ଦନ କରୁଅଛ ? ତୁମ୍ଭର ବେଦନା ଅପ୍ରତୀକାର୍ଯ୍ୟ, ତୁମ୍ଭର ଅଧର୍ମ ବହୁଳ ଓ ତୁମ୍ଭର ପାପ ବୃଦ୍ଧି ହେବା ସକାଶୁ ଆମ୍ଭେ ତୁମ୍ଭ ପ୍ରତି ଏହିସବୁ କରିଅଛୁ।
ଯିରିମିୟ 30 : 16 (IRVOR)
ଏହେତୁ ଯେଉଁମାନେ ତୁମ୍ଭକୁ ଗ୍ରାସ କରନ୍ତି, ସେମାନେ ଗ୍ରାସିତ ହେବେ ଓ ତୁମ୍ଭର ବିପକ୍ଷ ସମସ୍ତେ ସେମାନଙ୍କର ପ୍ରତ୍ୟେକ ଜଣର ବନ୍ଦୀତ୍ୱ ସ୍ଥାନକୁ ଯିବେ ଓ ଯେଉଁମାନେ ତୁମ୍ଭକୁ ଲୁଟନ୍ତି, ସେମାନେ ଲୁଟିତ ହେବେ; ଯେଉଁମାନେ ତୁମ୍ଭର ଦ୍ରବ୍ୟ ହରଣ କରନ୍ତି, ସେହି ସମସ୍ତଙ୍କର ଦ୍ରବ୍ୟ ଆମ୍ଭେ ହରଣ କରାଇବା।
ଯିରିମିୟ 30 : 17 (IRVOR)
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା’ ସବୁ ସୁସ୍ଥ କରିବା; କାରଣ ସେମାନେ ତୁମ୍ଭକୁ ଦୂରୀକୃତା ବୋଲି ଡାକି କହନ୍ତି, ଏ ସିୟୋନ, ଏହାକୁ କେହି ଚାହେଁ ନାହିଁ।’
ଯିରିମିୟ 30 : 18 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାକୁବର ତମ୍ବୁସକଳର ବନ୍ଦୀତ୍ୱ ପରିବର୍ତ୍ତନ କରିବା ଓ ତାହାର ସକଳ ବାସସ୍ଥାନ ପ୍ରତି ଦୟା କରିବା; ତହିଁରେ ନଗର ଆପଣାର ଉପପର୍ବତ ଉପରେ ପୁନର୍ବାର ନିର୍ମିତ ହେବ ଓ ରାଜଗୃହ ତହିଁର ରୀତିମତେ ରହିବ।
ଯିରିମିୟ 30 : 19 (IRVOR)
ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
ଯିରିମିୟ 30 : 20 (IRVOR)
ସେମାନଙ୍କର ସନ୍ତାନଗଣ ମଧ୍ୟ ପୂର୍ବ ପରି ହେବେ ଓ ସେମାନଙ୍କର ମଣ୍ଡଳୀ ଆମ୍ଭ ସାକ୍ଷାତରେ ସ୍ଥିରୀକୃତ ହେବ ଓ ଯେଉଁମାନେ ସେମାନଙ୍କର ଉପଦ୍ରବ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ଶାସ୍ତି ଦେବା।
ଯିରିମିୟ 30 : 21 (IRVOR)
ପୁଣି, ସେମାନଙ୍କର ଅଧିପତି ସେମାନଙ୍କ ମଧ୍ୟରୁ ହେବେ ଓ ସେମାନଙ୍କର ଶାସନକର୍ତ୍ତା ସେମାନଙ୍କ ମଧ୍ୟରୁ ନିର୍ଗତ ହେବେ; ଆଉ, ଆମ୍ଭେ ତାଙ୍କୁ ଆପଣାର ନିକଟବର୍ତ୍ତୀ କରାଇବା ଓ ସେ ଆମ୍ଭ ନିକଟକୁ ଆସିବେ,’ କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭ ନିକଟକୁ ଆସିବା ପାଇଁ ଯେ ସାହସ କରିଅଛନ୍ତି, ସେ କିଏ ?
ଯିରିମିୟ 30 : 22 (IRVOR)
ପୁଣି, ତୁମ୍ଭେମାନେ ଆମ୍ଭର ଲୋକ ହେବ, ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।’
ଯିରିମିୟ 30 : 23 (IRVOR)
ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।
ଯିରିମିୟ 30 : 24 (IRVOR)
ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24