ଯିରିମିୟ 33 : 1 (IRVOR)
{ଏକ ଶାନ୍ତିର ପ୍ରତିଜ୍ଞା} [PS] ଆହୁରି, ଯିରିମୀୟ, ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ବେଳେ ସଦାପ୍ରଭୁଙ୍କର ବାକ୍ୟ ଦ୍ୱିତୀୟ ଥର ତାହାଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
ଯିରିମିୟ 33 : 2 (IRVOR)
“ଏହି କାର୍ଯ୍ୟର ସାଧନକର୍ତ୍ତା ସଦାପ୍ରଭୁ, ଯେ ଏହା ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଅଛନ୍ତି, ସେହି ସଦାପ୍ରଭୁ ଏହି କଥା କହନ୍ତି; ‘ସଦାପ୍ରଭୁ ତାହାଙ୍କର ନାମ;
ଯିରିମିୟ 33 : 3 (IRVOR)
ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।’ [PE][PS]
ଯିରିମିୟ 33 : 4 (IRVOR)
କାରଣ ଏହି ନଗରର ଯେସକଳ ଗୃହ ଓ ଯିହୁଦାର ରାଜାଗଣର ଯେସକଳ ଗୃହ ବନ୍ଧ ଓ ଖଡ୍ଗ ବିରୁଦ୍ଧରେ ଆଶ୍ରୟ ସ୍ୱରୂପ ହେବା ନିମନ୍ତେ ଭଗ୍ନ ହୋଇଅଛି, ସେହି ସକଳର ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
ଯିରିମିୟ 33 : 5 (IRVOR)
‘ଲୋକମାନେ କଲ୍‍ଦୀୟମାନଙ୍କ ସଙ୍ଗେ ଯୁଦ୍ଧ କରିବାକୁ ଆସନ୍ତି, ମାତ୍ର ଯେଉଁମାନଙ୍କୁ ଆମ୍ଭେ ଆପଣା କ୍ରୋଧରେ ଓ ପ୍ରଚଣ୍ଡ କୋପରେ ବଧ କରିଅଛୁ ଓ ଯେଉଁମାନଙ୍କ ସକଳ ଦୁଷ୍ଟତା ସକାଶୁ ଆମ୍ଭେ ଏହି ନଗରଠାରୁ ଆପଣା ମୁଖ ଲୁଚାଇଅଛୁ, ସେହି ଲୋକମାନଙ୍କ ଶବରେ ସେସବୁ ଗୃହ ପରିପୂର୍ଣ୍ଣ ହେବ। [PE][PS]
ଯିରିମିୟ 33 : 6 (IRVOR)
ଦେଖ, ଆମ୍ଭେ ଏହି ନଗର ପ୍ରତି ସ୍ୱାସ୍ଥ୍ୟ ଆଉ ଆରୋଗ୍ୟ ଆଣିବା, ଆମ୍ଭେ ଲୋକମାନଙ୍କୁ ଆରୋଗ୍ୟ କରିବା; ପୁଣି, ଆମ୍ଭେ ସେମାନଙ୍କ ପ୍ରତି ପ୍ରଚୁର ଶାନ୍ତି ଓ ସତ୍ୟତା ପ୍ରକାଶ କରିବା।
ଯିରିମିୟ 33 : 7 (IRVOR)
ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା। [PE][PS]
ଯିରିମିୟ 33 : 8 (IRVOR)
ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞା-ଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।
ଯିରିମିୟ 33 : 9 (IRVOR)
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯେସକଳ ମଙ୍ଗଳ କରିବା, ତାହା ପୃଥିବୀସ୍ଥ ସକଳ ଗୋଷ୍ଠୀ ଶ୍ରବଣ କରିବେ, ସେମାନଙ୍କ ସମ୍ମୁଖରେ ଏହି ନଗର ଆମ୍ଭ ପକ୍ଷରେ ଆନନ୍ଦଜନକ କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ ହେବ, ଆଉ ଆମ୍ଭେ ତାହା ପାଇଁ ଯେସବୁ ମଙ୍ଗଳ ଓ ଶାନ୍ତି ଆୟୋଜନ କରିବା, ତହିଁ ସକାଶୁ ସେମାନେ ଭୀତ ଓ କମ୍ପିତ ହେବେ।’ ” [PE][PS]
ଯିରିମିୟ 33 : 10 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଏହି ଯେଉଁ ସ୍ଥାନକୁ ‘ଧ୍ୱଂସିତ, ନରଶୂନ୍ୟ ଓ ପଶୁଶୂନ୍ୟ,’ ବୋଲି କହୁଅଛ, ସେଠାରେ, ଅର୍ଥାତ୍‍, ଧ୍ୱଂସିତ, ନରଶୂନ୍ୟ, ନିବାସୀ ବିହୀନ ଓ ପଶୁଶୂନ୍ୟ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ସଡ଼କରେ
ଯିରିମିୟ 33 : 11 (IRVOR)
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’ ” [PE][PS]
ଯିରିମିୟ 33 : 12 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଏହି ନରଶୂନ୍ୟ ଓ ପଶୁଶୂନ୍ୟ ଧ୍ୱଂସସ୍ଥାନରେ ଓ ତହିଁର ସକଳ ନଗରରେ, ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହେବ, ସେମାନେ ସେସ୍ଥାନରେ ଆପଣା ଆପଣା ପଲମାନଙ୍କୁ ବିଶ୍ରାମ କରାଇବେ।”
ଯିରିମିୟ 33 : 13 (IRVOR)
ସଦାପ୍ରଭୁ କହନ୍ତି, “ପାର୍ବତୀୟ ଦେଶର ନଗରସମୂହରେ, ନିମ୍ନ ଭୂମିର ନଗରମାନରେ ଓ ଦକ୍ଷିଣ ଦିଗସ୍ଥ ସକଳ ନଗରରେ ଓ ବିନ୍ୟାମୀନ୍ ଦେଶରେ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳରେ ଓ ଯିହୁଦାର ନଗରମାନରେ, ମେଷଗଣନାକାରୀ ଲୋକର ହସ୍ତାଧୀନରେ ମେଷପଲ ପୁନର୍ବାର ଗତାୟାତ କରିବେ।” [PS]
ଯିରିମିୟ 33 : 14 (IRVOR)
{ଦାଉଦଙ୍କ ସହ ଅନନ୍ତକାଳୀନ ନିୟମ} [PS] ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସମ୍ବନ୍ଧରେ ଯେଉଁ ମଙ୍ଗଳ ବାକ୍ୟ କହିଅଛୁ, ଆମ୍ଭର ତାହା ସଫଳ କରିବାର ସମୟ ଆସୁଅଛି।
ଯିରିମିୟ 33 : 15 (IRVOR)
ସେସକଳ ଦିନରେ ଓ ସେହି ସମୟରେ ଆମ୍ଭେ ଦାଉଦ ବଂଶରେ ଧର୍ମରୂପ ଏକ ଶାଖା ଉତ୍ପନ୍ନ କରାଇବା; ପୁଣି, ସେ ଦେଶରେ ନ୍ୟାୟ ବିଚାର ଓ ଧର୍ମ ପ୍ରଚଳିତ କରିବେ।
ଯିରିମିୟ 33 : 16 (IRVOR)
ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।” [PE][PS]
ଯିରିମିୟ 33 : 17 (IRVOR)
କାରଣ ସଦାପ୍ରଭୁ ଏହି କଥା କହନ୍ତି: “ଇସ୍ରାଏଲ ବଂଶୀୟ ସିଂହାସନରେ ଉପବିଷ୍ଟ ହେବା ପାଇଁ ଦାଉଦ ସମ୍ପର୍କୀୟ ପୁରୁଷର ଅଭାବ କଦାପି ହେବ ନାହିଁ,
ଯିରିମିୟ 33 : 18 (IRVOR)
କିଅବା ଆମ୍ଭ ସମ୍ମୁଖରେ ହୋମ ଉତ୍ସର୍ଗ, ଭକ୍ଷ୍ୟ ନୈବେଦ୍ୟ ଦାହ ଓ ନିତ୍ୟ ବଳିଦାନ କରିବା ପାଇଁ ଲେବୀୟ ଯାଜକମାନଙ୍କ ସମ୍ପର୍କୀୟ ଲୋକର ଅଭାବ ହେବ ନାହିଁ।” [PE][PS]
ଯିରିମିୟ 33 : 19 (IRVOR)
ଏଥିଉତ୍ତାରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 33 : 20 (IRVOR)
“ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଯଦି ଦିବସ ସମ୍ବନ୍ଧୀୟ ଆମ୍ଭର ନିୟମ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ଏରୂପ ଭଗ୍ନ କରିପାର ଯେ, ଯଥା ସମୟରେ ଦିବସ କି ରାତ୍ରି ନ ହୁଏ;
ଯିରିମିୟ 33 : 21 (IRVOR)
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ହେବ ନାହିଁ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ମଧ୍ୟ ଭଗ୍ନ କରାଯାଇ ପାରିବ।
ଯିରିମିୟ 33 : 22 (IRVOR)
ଆକାଶମଣ୍ଡଳସ୍ଥ ସୈନ୍ୟଗଣର ସଂଖ୍ୟା ଯେପରି ଗଣାଯାଇ ନ ପାରେ, କିଅବା ସମୁଦ୍ରର ବାଲି ଯେପରି ମପାଯାଇ ନ ପାରେ, ସେପରି ଆମ୍ଭେ ଆପଣାର ଦାସ ଦାଉଦର ବଂଶକୁ ଓ ଆମ୍ଭର ପରିଚର୍ଯ୍ୟାକାରୀ ଲେବୀୟମାନଙ୍କୁ ବୃଦ୍ଧି କରିବା।’ ” [PE][PS]
ଯିରିମିୟ 33 : 23 (IRVOR)
ଆଉ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିରିମିୟ 33 : 24 (IRVOR)
“ଏହି ଲୋକମାନେ ଯାହା କହିଅଛନ୍ତି, ତାହା କି ତୁମ୍ଭେ ବିବେଚନା କରୁ ନାହଁ ? ସେମାନେ କହିଅଛନ୍ତି, ‘ସଦାପ୍ରଭୁ ଆପଣାର ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି।’ ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛ ଜ୍ଞାନ କରନ୍ତି, ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ଆଉ ରହିବେ ନାହିଁ।” [PE][PS]
ଯିରିମିୟ 33 : 25 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ଯେବେ ଦିବସ ଓ ରାତ୍ରି ସମ୍ବନ୍ଧୀୟ ଆମ୍ଭର ନିୟମ ସ୍ଥିର ନ ରହେ, ଆମ୍ଭେ ଯଦି ଆକାଶର ଓ ପୃଥିବୀର ବିଧିସକଳ ନିରୂପଣ କରି ନ ଥାଉ,
ଯିରିମିୟ 33 : 26 (IRVOR)
ତାହାହେଲେ ଆମ୍ଭେ ଯାକୁବର ଓ ଆମ୍ଭ ଦାସ ଦାଉଦର ବଂଶକୁ ଅଗ୍ରାହ୍ୟ କରି ଅବ୍ରହାମର, ଇସ୍‍ହାକର ଓ ଯାକୁବର ବଂଶ ଉପରେ ଶାସନକର୍ତ୍ତା କରିବା ପାଇଁ ତାହାର ବଂଶରୁ ଲୋକ ଗ୍ରହଣ କରିବା ନାହିଁ। ଆମ୍ଭେ ସେମାନଙ୍କୁ ବନ୍ଦୀତ୍ୱାବସ୍ଥାରୁ ଫେରାଇ ଆଣିବା ଓ ସେମାନଙ୍କ ପ୍ରତି ଦୟା କରିବା।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: