ଯିରିମିୟ 39 : 1 (IRVOR)
{ଯିରୂଶାଲମର ପତନ} [PS] ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
ଯିରିମିୟ 39 : 2 (IRVOR)
ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
ଯିରିମିୟ 39 : 3 (IRVOR)
ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍‍, ନେର୍ଗଲ ଶରେତ୍ସର, ସମ୍‍ଗର-ନବୋ, ଶର୍ସଖୀମ୍‍, ରବ୍‍ସାରୀସ୍‍, ନେର୍ଗଲ ଶରେତ୍ସର, ରବମାଗ୍‍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ। [PE][PS]
ଯିରିମିୟ 39 : 4 (IRVOR)
ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା।
ଯିରିମିୟ 39 : 5 (IRVOR)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍‍ ଦେଶସ୍ଥ ରିବ୍‍ଲାରେ ବାବିଲର ରାଜା ନବୂଖଦ୍‍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। [PE][PS]
ଯିରିମିୟ 39 : 6 (IRVOR)
ପୁଣି, ବାବିଲର ରାଜା ରିବ୍‍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
ଯିରିମିୟ 39 : 7 (IRVOR)
ଆହୁରି, ସେ ସିଦିକୀୟର ଚକ୍ଷୁ ଉପାଡ଼ି ତାହାକୁ ବାବିଲକୁ ନେଇଯିବା ନିମନ୍ତେ ଶୃଙ୍ଖଳରେ ବଦ୍ଧ କଲା। [PE][PS]
ଯିରିମିୟ 39 : 8 (IRVOR)
ପୁଣି, କଲ୍‍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
ଯିରିମିୟ 39 : 9 (IRVOR)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।
ଯିରିମିୟ 39 : 10 (IRVOR)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। [PS]
ଯିରିମିୟ 39 : 11 (IRVOR)
{ଯିରିମୀୟଙ୍କ ମୁକ୍ତି} [PS] ପୁଣି, ବାବିଲର ରାଜା ନବୂଖଦ୍‍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍କୁ ଏହି ଆଜ୍ଞା କଲା,
ଯିରିମିୟ 39 : 12 (IRVOR)
“ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।” [PE][PS]
ଯିରିମିୟ 39 : 13 (IRVOR)
ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଓ ନବୂଶସ୍‍ବନ୍‍, ରବ୍‍ସାରୀସ୍‍ ଓ ନେର୍ଗଲ ଶରେତ୍ସର, ରବମାଗ୍‍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
ଯିରିମିୟ 39 : 14 (IRVOR)
ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍‍ର ପୌତ୍ର ଅହୀକାମ୍‍‍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। ଏବଦ୍‍-ମେଲକ ପାଇଁ କୁଶଳବାର୍ତ୍ତା [PE][PS]
ଯିରିମିୟ 39 : 15 (IRVOR)
ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ବନ୍ଦ ଥିବା ସମୟରେ, ତାହାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
ଯିରିମିୟ 39 : 16 (IRVOR)
ତୁମ୍ଭେ ଯାଇ କୂଶୀୟ ଏବଦ୍‍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’ [PE][PS]
ଯିରିମିୟ 39 : 17 (IRVOR)
ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
ଯିରିମିୟ 39 : 18 (IRVOR)
କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ [* ଖଡ୍ଗରେ ଅର୍ଥାତ୍ ଯୁଦ୍ଧରେ ] ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।” [PE]

1 2 3 4 5 6 7 8 9 10 11 12 13 14 15 16 17 18

BG:

Opacity:

Color:


Size:


Font: