ଯିରିମିୟ 4 : 1 (IRVOR)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
ଯିରିମିୟ 4 : 2 (IRVOR)
ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।
ଯିରିମିୟ 4 : 3 (IRVOR)
କାରଣ ସଦାପ୍ରଭୁ ଯିହୁଦାର ଓ ଯିରୂଶାଲମର ଲୋକମାନଙ୍କୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ପଡ଼ିଆ ଭୂମି ଚାଷ କର ଓ କଣ୍ଟାବଣ ମଧ୍ୟରେ ବୀଜ ବୁଣ ନାହିଁ।’ ”
ଯିରିମିୟ 4 : 4 (IRVOR)
ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
ଯିରିମିୟ 4 : 5 (IRVOR)
ଯିହୁଦା ଉପରେ ଶତ୍ରୁ ଆକ୍ରମଣର ଧମକ ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ୱର କରି କୁହ, “ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ।”
ଯିରିମିୟ 4 : 6 (IRVOR)
ସିୟୋନ ଆଡ଼େ ଧ୍ୱଜା ଟେକ, ରକ୍ଷା ନିମନ୍ତେ ପଳାଅ, ବିଳମ୍ବ କର ନାହିଁ; କାରଣ ଆମ୍ଭେ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆଣିବା।
ଯିରିମିୟ 4 : 7 (IRVOR)
ସିଂହ ଆପଣା ଗହ୍ୱରରୁ ବାହାରି ଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରି ଅଛି।
ଯିରିମିୟ 4 : 8 (IRVOR)
ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।
ଯିରିମିୟ 4 : 9 (IRVOR)
ପୁଣି ସଦାପ୍ରଭୁ କହନ୍ତି, “ସେହି ଦିନ ରାଜାର ହୃଦୟ ଓ ଅଧିପତିଗଣର ହୃଦୟ କ୍ଷୟ ପାଇବ ଓ ଯାଜକଗଣ ଚମତ୍କୃତ ହେବେ ଓ ଭବିଷ୍ୟଦ୍ବକ୍ତାମାନେ ବିସ୍ମୟାପନ୍ନ ହେବେ।”
ଯିରିମିୟ 4 : 10 (IRVOR)
ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ ତୁମ୍ଭମାନଙ୍କର ଶାନ୍ତି ହେବ ବୋଲି କହି ନିଶ୍ଚୟ ଅତିଶୟ ଭ୍ରାନ୍ତ କରିଅଛ; ଯେହେତୁ ଖଡ୍ଗ ପ୍ରାଣକୁ ଆଘାତ କରୁଅଛି।”
ଯିରିମିୟ 4 : 11 (IRVOR)
ସେହି ସମୟରେ ଏହି ଲୋକମାନଙ୍କୁ ଓ ଯିରୂଶାଲମକୁ କୁହାଯିବ, “ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରୁ ଆମ୍ଭ ଲୋକମାନଙ୍କର କନ୍ୟା ଆଡ଼କୁ ଉଷ୍ମ ବାୟୁ ଆସୁଅଛି, ତାହା ଶସ୍ୟ ଝାଡ଼ିବା କି ପରିଷ୍କାର କରିବା ନିମନ୍ତେ ନୁହେଁ;
ଯିରିମିୟ 4 : 12 (IRVOR)
ସେହିସବୁ ସ୍ଥାନରୁ ଘୂର୍ଣ୍ଣିବାୟୁ ଆମ୍ଭ ସପକ୍ଷରେ ଆସିବ; ଏବେ ଆମ୍ଭେ ହିଁ ଲୋକମାନଙ୍କ ବିରୁଦ୍ଧରେ ଦଣ୍ଡାଜ୍ଞା ପ୍ରକାଶ କରିବା।”
ଯିରିମିୟ 4 : 13 (IRVOR)
ଯିହୁଦାର ଚତୁର୍ଦ୍ଦିଗରେ ଶତ୍ରୁ ସମାବେଶ ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ ! ଆମ୍ଭେମାନେ ବିନଷ୍ଟ ହେଲୁ।
ଯିରିମିୟ 4 : 14 (IRVOR)
ହେ ଯିରୂଶାଲମ, ଉଦ୍ଧାର ପାଇବା ନିମନ୍ତେ ଦୁଷ୍ଟତାରୁ ଆପଣା ହୃଦୟ ଧୁଅ। ତୁମ୍ଭର ମନ୍ଦ କଳ୍ପନାସବୁ କେତେ କାଳ ତୁମ୍ଭ ମଧ୍ୟରେ ବାସ କରିବ ?
ଯିରିମିୟ 4 : 15 (IRVOR)
କାରଣ ଦାନ୍ ନଗରଠାରୁ ଏକ ରବ ପ୍ରଚାର କରେ ଓ ଇଫ୍ରୟିମ ପର୍ବତମାଳାରୁ ଅମଙ୍ଗଳ ଘୋଷଣା କରେ;
ଯିରିମିୟ 4 : 16 (IRVOR)
ତୁମ୍ଭେମାନେ ନାନା ଦେଶୀୟମାନଙ୍କୁ ଜଣାଅ; ଦେଖ, ଯିରୂଶାଲମ ବିରୁଦ୍ଧରେ ଘୋଷଣା କର, ଦୂର ଦେଶରୁ ଅବରୋଧକାରୀମାନେ ଆସୁଅଛନ୍ତି ଓ ସେମାନେ ଯିହୁଦାର ନଗରସମୂହର ବିରୁଦ୍ଧରେ ହୁଙ୍କାର କରୁଅଛନ୍ତି।
ଯିରିମିୟ 4 : 17 (IRVOR)
ସେମାନେ କ୍ଷେତ୍ର ରକ୍ଷକମାନଙ୍କ ପରି ତାହାର ଚାରିଆଡ଼େ ଅଛନ୍ତି, କାରଣ ସଦାପ୍ରଭୁ କହନ୍ତି, “ସେ ଆମ୍ଭର ବିଦ୍ରୋହାଚାରିଣୀ ହୋଇଅଛି।
ଯିରିମିୟ 4 : 18 (IRVOR)
ତୁମ୍ଭର ଆଚରଣ ଓ ତୁମ୍ଭର କ୍ରିୟା ଏହିସବୁ ତୁମ୍ଭ ପ୍ରତି ଘଟାଇଅଛି; ଏହା ତୁମ୍ଭ ଦୁଷ୍ଟତାର ଫଳ, ହଁ, ତାହା ତିକ୍ତ, ହଁ, ତାହା ମର୍ମଭେଦକ।”
ଯିରିମିୟ 4 : 19 (IRVOR)
ଯିହୁଦାର ଉଚ୍ଛିନ୍ନତା ପାଇଁ ଯିରିମୀୟଙ୍କ ଶୋକ ହାୟ, ମୋହର ପ୍ରାଣ ! ମୋହର ପ୍ରାଣ ! ମୁଁ ହୃଦୟରେ ବ୍ୟଥିତ ଅଛି; ମୋର ହୃଦୟ ମୋ’ ମଧ୍ୟରେ ଅସ୍ଥିର ହେଉଅଛି; ମୁଁ ନୀରବ ରହି ନ ପାରେ; କାରଣ ହେ ମୋହର ପ୍ରାଣ, ତୁମ୍ଭେ ତୂରୀଶବ୍ଦ ଓ ଯୁଦ୍ଧର ନାଦ ଶୁଣିଅଛ।
ଯିରିମିୟ 4 : 20 (IRVOR)
ବିନାଶ ଉପରେ ବିନାଶ ପ୍ରଚାରିତ ହେଉଅଛି; କାରଣ ସମୁଦାୟ ଦେଶ ଉଚ୍ଛିନ୍ନ ହୋଇଅଛି; ଅକସ୍ମାତ୍ ମୋହର ତମ୍ବୁ, ଏକ ନିମିଷ ମଧ୍ୟରେ ମୋହର ଆବରଣସବୁ ଉଚ୍ଛିନ୍ନ ହେଲା।
ଯିରିମିୟ 4 : 21 (IRVOR)
ମୁଁ କେତେ କାଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?
ଯିରିମିୟ 4 : 22 (IRVOR)
କାରଣ ଆମ୍ଭର ଲୋକମାନେ ଅଜ୍ଞାନ, ସେମାନେ ଆମ୍ଭକୁ ଚିହ୍ନନ୍ତି ନାହିଁ; ସେମାନେ ନିର୍ବୋଧ ବାଳକ, ସେମାନଙ୍କର କିଛି ବିବେଚନା ନାହିଁ; ସେମାନେ କୁକର୍ମ କରିବାକୁ ନିପୁଣ, ମାତ୍ର ସୁକର୍ମ କରିବାକୁ ସେମାନଙ୍କର କିଛି ଜ୍ଞାନ ନାହିଁ।
ଯିରିମିୟ 4 : 23 (IRVOR)
ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।
ଯିରିମିୟ 4 : 24 (IRVOR)
ମୁଁ ପର୍ବତମାଳାକୁ ଅନାଇଲି, ଆଉ ଦେଖ, ସେସବୁ କମ୍ପିଲେ ଓ ଉପପର୍ବତସବୁ ଏଣେତେଣେ ଦୋହଲିଲେ।
ଯିରିମିୟ 4 : 25 (IRVOR)
ମୁଁ ଅନାଇଲି, ଆଉ ଦେଖ, କେହି ମନୁଷ୍ୟ ନ ଥିଲା ଓ ଆକାଶର ପକ୍ଷୀସବୁ ପଳାଇ ଯାଇଥିଲେ।
ଯିରିମିୟ 4 : 26 (IRVOR)
ମୁଁ ଅନାଇଲି, ଆଉ ଦେଖ, ସଦାପ୍ରଭୁଙ୍କ ଛାମୁରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧ ସମ୍ମୁଖରେ ଉର୍ବରା କ୍ଷେତ୍ର, ମରୁଭୂମି ଓ ତହିଁର ନଗରସକଳ ଭଗ୍ନ ହୋଇଥିଲା।
ଯିରିମିୟ 4 : 27 (IRVOR)
କାରଣ ସଦାପ୍ରଭୁ ଏହି କଥା କହନ୍ତି, “ସମୁଦାୟ ଦେଶ ଧ୍ୱଂସସ୍ଥାନ ହେବ; ତଥାପି ଆମ୍ଭେ ସମ୍ପୂର୍ଣ୍ଣ ରୂପେ ନାଶ କରିବା ନାହିଁ।
ଯିରିମିୟ 4 : 28 (IRVOR)
ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
ଯିରିମିୟ 4 : 29 (IRVOR)
ଅଶ୍ୱାରୋହୀ ଓ ଧନୁର୍ଦ୍ଧାରୀମାନଙ୍କ ରବ ସକାଶୁ ସମୁଦାୟ ନଗର ପଳାୟନ କରେ; ସେମାନେ ନିବିଡ଼ ବନକୁ ଯାଆନ୍ତି ଓ ଶୈଳ ଉପରେ ଚଢ଼ନ୍ତି; ପ୍ରତ୍ୟେକ ନଗର ତ୍ୟକ୍ତ ହୋଇଅଛି ଓ ତହିଁ ମଧ୍ୟରେ ଜଣେ ମନୁଷ୍ୟ ସୁଦ୍ଧା ବାସ କରେ ନାହିଁ।
ଯିରିମିୟ 4 : 30 (IRVOR)
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।
ଯିରିମିୟ 4 : 31 (IRVOR)
କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31