ଯିରିମିୟ 45 : 1 (IRVOR)
{ବାରୂକକୁ ଈଶ୍ୱରଙ୍କ ପ୍ରତିଜ୍ଞା} [PS] ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,
ଯିରିମିୟ 45 : 2 (IRVOR)
“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
ଯିରିମିୟ 45 : 3 (IRVOR)
ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’ [PE][PS]
ଯିରିମିୟ 45 : 4 (IRVOR)
ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
ଯିରିମିୟ 45 : 5 (IRVOR)
ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’ ” [PE]

1 2 3 4 5

BG:

Opacity:

Color:


Size:


Font: