ଯିରିମିୟ 46 : 1 (IRVOR)
{ମିସରର ବିଚାର} [PS] ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
ଯିରିମିୟ 46 : 2 (IRVOR)
ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍‍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍‍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା। [QBR]
ଯିରିମିୟ 46 : 3 (IRVOR)
ତୁମ୍ଭେମାନେ ଚର୍ମର ଢାଲ ଓ ଫଳକ ପ୍ରସ୍ତୁତ କର [QBR] ଓ ଯୁଦ୍ଧ କରିବା ଲାଗି ନିକଟକୁ ଆସ। [QBR]
ଯିରିମିୟ 46 : 4 (IRVOR)
ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର [QBR] ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍‍କଣ କର, ସାଞ୍ଜୁଆ ପିନ୍ଧ। [QBR]
ଯିରିମିୟ 46 : 5 (IRVOR)
ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ? [QBR] ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି [QBR] ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; [QBR] ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି। [QBR]
ଯିରିମିୟ 46 : 6 (IRVOR)
ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ; [QBR] ଉତ୍ତର ଦିଗରେ ଫରାତ୍‍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। [QBR]
ଯିରିମିୟ 46 : 7 (IRVOR)
ନୀଳ ନଦୀ ପରି ଯେ ଉଠୁଅଛି, [QBR] ଯାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, ସେ କିଏ ? [QBR]
ଯିରିମିୟ 46 : 8 (IRVOR)
ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି, [QBR] ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍‍କ୍ଷିପ୍ତ ହେଉଅଛି, [QBR] ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; [QBR] ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।” [QBR]
ଯିରିମିୟ 46 : 9 (IRVOR)
ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; [QBR] ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, [QBR] ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। [QBR]
ଯିରିମିୟ 46 : 10 (IRVOR)
କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର [QBR] ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; [QBR] ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; [QBR] କାରଣ ଫରାତ୍‍ ନଦୀ ନିକଟସ୍ଥ ଉତ୍ତର ଦେଶରେ [QBR] ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି। [QBR]
ଯିରିମିୟ 46 : 11 (IRVOR)
ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ। [QBR] ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ। [QBR]
ଯିରିମିୟ 46 : 12 (IRVOR)
ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି, [QBR] ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; [QBR] କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି। ନବୂଖଦ୍‍ନିତ୍ସରର ଆଗମନ [PE][PS]
ଯିରିମିୟ 46 : 13 (IRVOR)
ବାବିଲର ରାଜା ନବୂଖଦ୍‍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା, [QBR]
ଯିରିମିୟ 46 : 14 (IRVOR)
“ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍‍ଦୋଲରେ ଘୋଷଣା କର, [QBR] ଆଉ ନୋଫ ଓ ତଫନ୍‍ହେଷରରେ ଘୋଷଣା କର; [QBR] ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, [QBR] କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’ [QBR]
ଯିରିମିୟ 46 : 15 (IRVOR)
ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ? [QBR] ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।” [QBR]
ଯିରିମିୟ 46 : 16 (IRVOR)
ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ, [QBR] ସେମାନେ ପରସ୍ପର ଉପରେ ପଡ଼ିଲେ; [QBR] ପୁଣି, ସେମାନେ କହିଲେ, [QBR] “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ [QBR] ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।” [QBR]
ଯିରିମିୟ 46 : 17 (IRVOR)
ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ, [QBR] “ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।” [QBR]
ଯିରିମିୟ 46 : 18 (IRVOR)
ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, [QBR] “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ [QBR] ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। [QBR]
ଯିରିମିୟ 46 : 19 (IRVOR)
ଆଗୋ ମିସର ନିବାସିନୀ କନ୍ୟେ, [QBR] ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; [QBR] କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ। [QBR]
ଯିରିମିୟ 46 : 20 (IRVOR)
ମିସର ଅତି ସୁନ୍ଦରୀ ତରୁଣୀ ଗାଭୀ; [QBR] ମାତ୍ର ଉତ୍ତର ଦିଗରୁ ବିନାଶ ଆସିଅଛି, ତାହା ଆସିଅଛି। [QBR]
ଯିରିମିୟ 46 : 21 (IRVOR)
ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; [QBR] କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, [QBR] ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, [QBR] କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ [QBR] ସେମାନଙ୍କର ନିକଟରେ ଉପସ୍ଥିତ ହେଲା। [QBR]
ଯିରିମିୟ 46 : 22 (IRVOR)
ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ [QBR] ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, [QBR] ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।” [QBR]
ଯିରିମିୟ 46 : 23 (IRVOR)
ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ [QBR] ସେମାନେ ତାହା ହାଣି ପକାଇବେ; [QBR] କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। [QBR]
ଯିରିମିୟ 46 : 24 (IRVOR)
ମିସରର କନ୍ୟା ଲଜ୍ଜିତା ହେବ; [QBR] ସେ ଉତ୍ତର ଦେଶୀୟ ଲୋକମାନଙ୍କ ହସ୍ତରେ ସମର୍ପିତା ହେବ।” [PE][PS]
ଯିରିମିୟ 46 : 25 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍‍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
ଯିରିମିୟ 46 : 26 (IRVOR)
ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।” [PS]
ଯିରିମିୟ 46 : 27 (IRVOR)
{ସଦାପ୍ରଭୁ ତାଙ୍କ ଲୋକଙ୍କୁ ରକ୍ଷା କରିବେ} [PS] ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
ଯିରିମିୟ 46 : 28 (IRVOR)
ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: