ଯିରିମିୟ 50 : 1 (IRVOR)
{ବାବିଲର ବିଚାର} [PS] ସଦାପ୍ରଭୁ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାବିଲ ବିଷୟରେ, କଲ୍‍ଦୀୟମାନଙ୍କ ଦେଶ ବିଷୟରେ ଯାହା କହିଲେ, ତାହା ଏହି, ଯଥା। [QBR]
ଯିରିମିୟ 50 : 2 (IRVOR)
“ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ପ୍ରକାଶ କରି ପ୍ରଚାର କର ଓ ଧ୍ୱଜା ଉଠାଅ; [QBR] ପ୍ରଚାର କର ଓ ଗୋପନ ନ କରି କୁହ, [QBR] ‘ବାବିଲ ହସ୍ତଗତ ହେଲା, ବେଲ୍ ଲଜ୍ଜିତ ହେଲା, ମରୋଦକ୍‍ ବିସ୍ମିତ ହେଲା; [QBR] ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦେବତା ସକଳ ବିସ୍ମିତ ହେଲେ।’ [QBR]
ଯିରିମିୟ 50 : 3 (IRVOR)
କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ତାହା ବିରୁଦ୍ଧରେ ଉଠି ଆସୁଅଛନ୍ତି, [QBR] ସେମାନେ ତାହାର ଦେଶ ଧ୍ୱଂସ କରିବେ ଓ ତହିଁ ମଧ୍ୟରେ କେହି ବାସ କରିବ ନାହିଁ; [QBR] ମନୁଷ୍ୟ ଓ ପଶୁ ଉଭୟ ପଳାଇଲେ, ସେମାନେ ଚାଲିଗଲେ।” [PS]
ଯିରିମିୟ 50 : 4 (IRVOR)
{ଇସ୍ରାଏଲର ପ୍ରତ୍ୟାବର୍ତ୍ତନ} [PS] ସଦାପ୍ରଭୁ କହନ୍ତି, “ସେଦିନରେ ଓ ସେସମୟରେ [QBR] ଇସ୍ରାଏଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହୋଇ ଆସିବେ; [QBR] ସେମାନେ କ୍ରନ୍ଦନ କରୁ କରୁ ପଥରେ ଗମନ କରିବେ [QBR] ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବେ। [QBR]
ଯିରିମିୟ 50 : 5 (IRVOR)
ସେମାନେ ସିୟୋନର ବିଷୟ ପଚାରିବେ, ତହିଁଆଡ଼େ ମୁଖ କରି କହିବେ, [QBR] ‘ତୁମ୍ଭେମାନେ ଆସ, ଅନନ୍ତ କାଳସ୍ଥାୟୀ ଅବିସ୍ମରଣୀୟ ନିୟମ ଦ୍ୱାରା [QBR] ସଦାପ୍ରଭୁଙ୍କଠାରେ ଆସକ୍ତ ହୁଅ।’ [QBR]
ଯିରିମିୟ 50 : 6 (IRVOR)
ଆମ୍ଭର ଲୋକମାନେ ହଜିଲା ମେଷ ହୋଇଅଛନ୍ତି, [QBR] ସେମାନଙ୍କର ପାଳକମାନେ ସେମାନଙ୍କୁ ବିପଥରେ ଗମନ କରାଇଅଛନ୍ତି, [QBR] ନାନା ପର୍ବତରେ ସେମାନଙ୍କୁ ପଥ ହୁଡ଼ାଇ ଭ୍ରମଣ କରାଇ ଅଛନ୍ତି; [QBR] ସେମାନେ ପର୍ବତରୁ ଉପପର୍ବତକୁ ଗମନ କରିଅଛନ୍ତି, [QBR] ସେମାନେ ଆପଣାମାନଙ୍କର ବିଶ୍ରାମସ୍ଥାନ ପାସୋରିଅଛନ୍ତି। [QBR]
ଯିରିମିୟ 50 : 7 (IRVOR)
ଯେଉଁମାନେ ସେମାନଙ୍କୁ ପାଇଲେ, ସେସମସ୍ତେ ସେମାନଙ୍କୁ ଗ୍ରାସ କରିଅଛନ୍ତି [QBR] ଓ ସେମାନଙ୍କର ବିପକ୍ଷମାନେ କହିଲେ, [QBR] ‘ଆମ୍ଭେମାନେ ଦୋଷ କରୁ ନାହୁଁ, କାରଣ ସେମାନେ ଧର୍ମନିବାସ ସଦାପ୍ରଭୁଙ୍କର, [QBR] ଆପଣାମାନଙ୍କର ପୂର୍ବପୁରୁଷଗଣର ଆଶାଭୂମି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି। [QBR]
ଯିରିମିୟ 50 : 8 (IRVOR)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ [QBR] ଓ କଲ୍‍ଦୀୟମାନଙ୍କ ଦେଶ ମଧ୍ୟରୁ ବାହାରି ଯାଅ, [QBR] ପୁଣି ପଲର ଅଗ୍ରଗାମୀ ଛାଗସ୍ୱରୂପ ହୁଅ। [QBR]
ଯିରିମିୟ 50 : 9 (IRVOR)
କାରଣ ଦେଖ, ଆମ୍ଭେ ଉତ୍ତର ଦେଶରୁ [QBR] ମହା ମହା ଗୋଷ୍ଠୀର ସମାଜକୁ ଉତ୍ତେଜିତ କରି [QBR] ବାବିଲ ବିରୁଦ୍ଧରେ ସେମାନଙ୍କୁ ଗମନ କରାଇବା; [QBR] ଆଉ, ସେମାନେ ତାହା ବିରୁଦ୍ଧରେ ଆପଣାମାନଙ୍କୁ ସଜାଇବେ; [QBR] ତହିଁରେ ତାହା ଶତ୍ରୁର ହସ୍ତଗତ ହେବ; [QBR] ସେମାନଙ୍କର ତୀର ନିପୁଣ ବୀର ପୁରୁଷର ତୀର ପରି ହେବ, [QBR] କୌଣସି ତୀର ବିଫଳ ହେବ ନାହିଁ। [QBR]
ଯିରିମିୟ 50 : 10 (IRVOR)
ପୁଣି, କଲ୍‍ଦୀୟା ଲୁଟିତ ଦ୍ରବ୍ୟ ହେବ,” [QBR] ସଦାପ୍ରଭୁ କହନ୍ତି, “ଯେଉଁମାନେ ତାହା ଲୁଟିବେ, ସେସମସ୍ତେ ପରିତୃପ୍ତ ହେବେ। [QBR]
ଯିରିମିୟ 50 : 11 (IRVOR)
“ହେ ଆମ୍ଭର ଅଧିକାର ଅପହରଣକାରୀମାନେ, [QBR] ତୁମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁଅଛ, [QBR] ତୁମ୍ଭେମାନେ ଶସ୍ୟମର୍ଦ୍ଦନକାରିଣୀ ଗାଭୀ ପରି କୁଦା ମାରୁଅଛ [QBR] ଓ ବଳବାନ ଅଶ୍ୱ ପରି ନାସା ଶବ୍ଦ କରୁଅଛ; [QBR]
ଯିରିମିୟ 50 : 12 (IRVOR)
ଏଥିପାଇଁ ତୁମ୍ଭମାନଙ୍କର ମାତା ଅତିଶୟ ଲଜ୍ଜିତା ହେବ; [QBR] ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶା ହେବ; [QBR] ଦେଖ, ସେ ଗୋଷ୍ଠୀଗଣ ମଧ୍ୟରେ ସର୍ବପଶ୍ଚାତ୍‍ ହେବ, [QBR] ପ୍ରାନ୍ତର, ଶୁଷ୍କସ୍ଥାନ ଓ ମରୁଭୂମି ହେବ। [QBR]
ଯିରିମିୟ 50 : 13 (IRVOR)
ସଦାପ୍ରଭୁଙ୍କ କୋପ ସକାଶୁ ସେ ବସତିବିଶିଷ୍ଟ ହେବ ନାହିଁ, [QBR] ମାତ୍ର ସମ୍ପୂର୍ଣ୍ଣ ଧ୍ୱଂସସ୍ଥାନ ହେବ; [QBR] ଯେ ପ୍ରତ୍ୟେକ ଲୋକ ବାବିଲର ନିକଟ ଦେଇ ଯିବ, [QBR] ସେ ବିସ୍ମିତ ହେବ ଓ ତାହାର ସକଳ ଦଣ୍ଡ ସକାଶୁ ଶୀସ୍‍ ଶବ୍ଦ କରିବ। [QBR]
ଯିରିମିୟ 50 : 14 (IRVOR)
ହେ ଧନୁରେ ଗୁଣଦାୟୀ ଲୋକ ସମସ୍ତେ, [QBR] ତୁମ୍ଭେମାନେ ବାବିଲର ବିରୁଦ୍ଧରେ ଚାରିଆଡ଼େ ସୈନ୍ୟ ସଜାଅ; [QBR] କୁଣ୍ଠିତ ନ ହୋଇ ତାହା ପ୍ରତି ତୀର ନିକ୍ଷେପ କର; [QBR] କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି। [QBR]
ଯିରିମିୟ 50 : 15 (IRVOR)
ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; [QBR] ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; [QBR] କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; [QBR] ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର। [QBR]
ଯିରିମିୟ 50 : 16 (IRVOR)
ତୁମ୍ଭେମାନେ ବାବିଲରୁ ବୀଜବାପକକୁ [QBR] ଓ ଶସ୍ୟ ସଂଗ୍ରହ ସମୟରେ ଦା’ ଧରିବା ଲୋକଙ୍କୁ ଉଚ୍ଛିନ୍ନ କର, [QBR] ଉତ୍ପୀଡ଼କ ଖଡ୍ଗ ଭୟରେ ସେମାନେ ପ୍ରତ୍ୟେକେ [QBR] ଆପଣା ଆପଣା ଲୋକଙ୍କ ନିକଟକୁ ଫେରି ଯିବେ [QBR] ଓ ସେମାନେ ପ୍ରତ୍ୟେକେ ଆପଣା ଆପଣା ଦେଶକୁ ପଳାଇବେ। [QBR]
ଯିରିମିୟ 50 : 17 (IRVOR)
ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; [QBR] ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; [QBR] ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର [QBR] ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି। [PE][PS]
ଯିରିମିୟ 50 : 18 (IRVOR)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, [QBR] “ଦେଖ, ଆମ୍ଭେ ଅଶୂରର ରାଜାକୁ ଯେପରି ଦଣ୍ଡ ଦେଇ ଅଛୁ, [QBR] ସେପରି ବାବିଲର ରାଜାକୁ ଓ ତାହାର ଦେଶକୁ ଆମ୍ଭେ ଦଣ୍ଡ ହେବା। [QBR]
ଯିରିମିୟ 50 : 19 (IRVOR)
ପୁଣି, ଆମ୍ଭେ ଇସ୍ରାଏଲକୁ ପୁନର୍ବାର ତାହାର ଚରାସ୍ଥାନକୁ ଆଣିବା [QBR] ଓ ସେ କର୍ମିଲ ଓ ବାଶନର ଉପରେ ଚରିବ, ଆଉ ଇଫ୍ରୟିମର ପର୍ବତମାନର ଉପରେ [QBR] ଓ ଗିଲୀୟଦରେ ତାହାର ପ୍ରାଣ ତୃପ୍ତ ହେବ।” [QBR]
ଯିରିମିୟ 50 : 20 (IRVOR)
ସଦାପ୍ରଭୁ କହନ୍ତି, [QBR] “ସେହି ଦିନରେ ଓ ସେହି ସମୟରେ [QBR] ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ [QBR] ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। [QBR] କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।” [QBR]
ଯିରିମିୟ 50 : 21 (IRVOR)
ସଦାପ୍ରଭୁ କହନ୍ତି, [QBR] “ତୁମ୍ଭେ ମରାଥୟିମ୍‍ (ଦ୍ୱିଗୁଣ ଦ୍ରୋହ) ଦେଶର ବିରୁଦ୍ଧରେ [QBR] ଓ ପକୋଦ (ପ୍ରତିଫଳପୁର) ନିବାସୀମାନଙ୍କ ବିରୁଦ୍ଧରେ ଉଠିଯାଅ; [QBR] ସେମାନଙ୍କର ପଶ୍ଚାତ୍‍ ପଶ୍ଚାତ୍‍ ଯାଇ ସେମାନଙ୍କୁ ବଧ କରି ନିଃଶେଷ ରୂପେ ବିନାଶ କର [QBR] ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିଅଛୁ, ତଦନୁସାରେ କର।” [QBR]
ଯିରିମିୟ 50 : 22 (IRVOR)
ଦେଶରେ ସଂଗ୍ରାମର ଓ ମହାବିନାଶର ଶବ୍ଦ ହେଉଅଛି। [QBR]
ଯିରିମିୟ 50 : 23 (IRVOR)
ସମୁଦାୟ ପୃଥିବୀର ହାତୁଡ଼ି କିପରି ଛିନ୍ନ ଓ ଭଗ୍ନ ହୋଇଅଛି! [QBR] ଗୋଷ୍ଠୀଗଣ ମଧ୍ୟରେ ବାବିଲ କିପରି ଉତ୍ସନ୍ନ ହୋଇଅଛି ! [QBR]
ଯିରିମିୟ 50 : 24 (IRVOR)
ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାନ୍ଦ ପାତିଅଛୁ, [QBR] ଆଉ ତୁମ୍ଭେ ନ ଜାଣି ତହିଁରେ ଧରା ପଡ଼ିଅଛ, ତୁମ୍ଭର ଅନୁସନ୍ଧାନ ମିଳିଅଛି, [QBR] ମଧ୍ୟ ତୁମ୍ଭେ ଧରା ପଡ଼ିଅଛ, କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ଯୁଦ୍ଧ କରିଅଛ।” [QBR]
ଯିରିମିୟ 50 : 25 (IRVOR)
ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ [QBR] ଆପଣା କ୍ରୋଧରୂପ ଅସ୍ତ୍ରସବୁ ବାହାର କରି ଆଣିଅଛନ୍ତି, କାରଣ କଲ୍‍ଦୀୟମାନଙ୍କ ଦେଶରେ [QBR] ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କର ଗୋଟିଏ କାର୍ଯ୍ୟ କରିବାର ଅଛି। [QBR]
ଯିରିମିୟ 50 : 26 (IRVOR)
ତୁମ୍ଭେମାନେ ପ୍ରାନ୍ତ ସୀମାରୁ ତାହାର ବିରୁଦ୍ଧରେ ଆସ, [QBR] ତାହାର ଭଣ୍ଡାରସବୁ ଫିଟାଅ; ତାହାକୁ ସମ୍ପୂର୍ଣ୍ଣ ରୂପେ ବିନାଶ କରି ରାଶି ପରି ଢିପି କର; [QBR] ତାହାର କିଛି ଅବଶିଷ୍ଟ ରଖ ନାହିଁ। [QBR]
ଯିରିମିୟ 50 : 27 (IRVOR)
ତାହାର ବୃଷସବୁକୁ ବଧ କର; ସେସବୁ ବଧ ସ୍ଥାନକୁ ଯାଉନ୍ତୁ; [QBR] ସେମାନେ ସନ୍ତାପର ପାତ୍ର ! କାରଣ ସେମାନଙ୍କର ଦିନ, [QBR] ସେମାନଙ୍କ ପ୍ରତିଫଳର ସମୟ ଉପସ୍ଥିତ ହେଲା। [QBR]
ଯିରିମିୟ 50 : 28 (IRVOR)
ଯେଉଁ ପଳାତକମାନେ ଓ ବାବିଲ ଦେଶରୁ ରକ୍ଷାପ୍ରାପ୍ତ ଲୋକମାନେ, [QBR] ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ପ୍ରତିଶୋଧ ନେବାର, [QBR] ହଁ, ତାହାଙ୍କ ମନ୍ଦିର ହେତୁରୁ ପ୍ରତିଶୋଧ ନେବାର ବିଷୟ [QBR] ସିୟୋନରେ ପ୍ରକାଶ କରିବାକୁ ଯାଉଅଛନ୍ତି, ଏହା ସେମାନଙ୍କର ରବ। [QBR]
ଯିରିମିୟ 50 : 29 (IRVOR)
“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ [QBR] ବାବିଲ ବିରୁଦ୍ଧରେ ଏକତ୍ର ଡାକ; [QBR] ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; [QBR] ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; [QBR] ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; [QBR] ସେ ଯେପରି କରିଅଛି, ତାହା ପ୍ରତି ସେପରି କର; [QBR] କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ [QBR] ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।” [QBR]
ଯିରିମିୟ 50 : 30 (IRVOR)
ଏହେତୁ ସଦାପ୍ରଭୁ କହନ୍ତି, [QBR] “ସେଦିନରେ ତାହାର ଯୁବକଗଣ ରାଜଦାଣ୍ଡରେ ପତିତ ହେବେ [QBR] ଓ ତାହାର ଯୋଦ୍ଧା ସମସ୍ତେ ନୀରବ କରାଯିବେ।” [QBR]
ଯିରିମିୟ 50 : 31 (IRVOR)
ହେ ଅହଙ୍କାରୀ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, [QBR] “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ , କାରଣ ତୁମ୍ଭର ଦିନ, [QBR] ତୁମ୍ଭକୁ ଆମ୍ଭର ପ୍ରତିଫଳ ଦେବାର ସମୟ ଉପସ୍ଥିତ। [QBR]
ଯିରିମିୟ 50 : 32 (IRVOR)
ତହିଁରେ ସେ ଅହଙ୍କାରୀ ଜନ ଝୁଣ୍ଟି କରି ପଡ଼ିବ [QBR] ଓ କେହି ତାହାକୁ ଉଠାଇବ ନାହିଁ; [QBR] ପୁଣି, ଆମ୍ଭେ ତାହାର ନଗରସମୂହରେ ଅଗ୍ନି ଲଗାଇବା [QBR] ଓ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।” [QBR]
ଯିରିମିୟ 50 : 33 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QBR] “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି [QBR] ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, [QBR] ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; [QBR] ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି; [QBR]
ଯିରିମିୟ 50 : 34 (IRVOR)
(ମାତ୍ର) ସେମାନଙ୍କର ମୁକ୍ତିଦାତା ବଳବାନ; [QBR] ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ, [QBR] ସେ ପୃଥିବୀକି ଶାନ୍ତ ଓ ବାବିଲ ନିବାସୀମାନଙ୍କୁ ଉଦ୍‍ବିଗ୍ନ କରିବା ନିମନ୍ତେ [QBR] ସେମାନଙ୍କର ବିବାଦ ସମ୍ପୂର୍ଣ୍ଣ ରୂପେ ନିଷ୍ପତ୍ତି କରିବେ।” [QBR]
ଯିରିମିୟ 50 : 35 (IRVOR)
ସଦାପ୍ରଭୁ କହନ୍ତି, [QBR] “କଲ୍‍ଦୀୟମାନଙ୍କ ଉପରେ, ବାବିଲ ନିବାସୀମାନଙ୍କ ଉପରେ, [QBR] ତାହାର ଅଧିପତିମାନଙ୍କ ଓ ଜ୍ଞାନୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି। [QBR]
ଯିରିମିୟ 50 : 36 (IRVOR)
ଦର୍ପବାଦୀମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ହତବୁଦ୍ଧି ହେବେ; [QBR] ତାହାର ବୀରମାନଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ବିସ୍ମିତ ହେବେ। [QBR]
ଯିରିମିୟ 50 : 37 (IRVOR)
ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ [QBR] ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକ ସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, [QBR] ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; [QBR] ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ। [QBR]
ଯିରିମିୟ 50 : 38 (IRVOR)
ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; [QBR] କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, [QBR] ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି। [QBR]
ଯିରିମିୟ 50 : 39 (IRVOR)
ଏଥିପାଇଁ ବନପଶୁ ଓ କେନ୍ଦୁଆମାନେ ସେଠାରେ ବାସ କରିବେ [QBR] ଓ ଓଟପକ୍ଷୀମାନେ ତହିଁ ମଧ୍ୟରେ ବାସ କରିବେ; [QBR] ତାହା ଆଉ କେବେ ହେଁ ବସତି ସ୍ଥାନ ହେବ ନାହିଁ [QBR] ଓ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରା ଯିବ ନାହିଁ।” [QBR]
ଯିରିମିୟ 50 : 40 (IRVOR)
ସଦାପ୍ରଭୁ କହନ୍ତି, [QBR] “ପରମେଶ୍ୱର ସଦୋମ, ହମୋରା ଓ ତନ୍ନିକଟବର୍ତ୍ତୀ ନଗରସବୁ [QBR] ଉତ୍ପାଟନ କଲା ବେଳେ ଯେରୂପ ହୋଇଥିଲା, [QBR] ସେରୂପ କୌଣସି ମନୁଷ୍ୟ ସେଠାରେ ବାସ କରିବ ନାହିଁ, [QBR] କିଅବା କୌଣସି ମନୁଷ୍ୟପୁତ୍ର ତହିଁ ମଧ୍ୟରେ ପ୍ରବାସ କରିବ ନାହିଁ। [QBR]
ଯିରିମିୟ 50 : 41 (IRVOR)
ଦେଖ, ଉତ୍ତର ଦିଗରୁ ଏକ ଜନବୃନ୍ଦ ଆସୁଅଛନ୍ତି [QBR] ଓ ପୃଥିବୀର ପ୍ରାନ୍ତରୁ ଏକ ମହାଗୋଷ୍ଠୀ ଓ ଅନେକ ରାଜା ଉତ୍ତେଜିତ ହେବେ। [QBR]
ଯିରିମିୟ 50 : 42 (IRVOR)
ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; [QBR] ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; [QBR] ଗୋ ବାବିଲର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ [QBR] ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି। [QBR]
ଯିରିମିୟ 50 : 43 (IRVOR)
ବାବିଲର ରାଜା ସେମାନଙ୍କ ବିଷୟରେ ଜନରବ ଶୁଣିଅଛି [QBR] ଓ ତାହାର ହସ୍ତ ଦୁର୍ବଳ ହୁଏ; [QBR] ଯନ୍ତ୍ରଣା ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନା ତାହାକୁ ଆକ୍ରାନ୍ତ କରିଅଛି। [QBR]
ଯିରିମିୟ 50 : 44 (IRVOR)
ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି [QBR] ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; [QBR] ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; [QBR] ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; [QBR] କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ [QBR] ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ? [QBR]
ଯିରିମିୟ 50 : 45 (IRVOR)
ଏହେତୁ ସଦାପ୍ରଭୁ ବାବିଲର ବିରୁଦ୍ଧରେ ଯେଉଁ ମନ୍ତ୍ରଣା [QBR] ଓ କଲ୍‍ଦୀୟମାନଙ୍କ ଦେଶ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ; [QBR] ଲୋକମାନେ ସେମାନଙ୍କୁ, ପଲର ଛୁଆମାନଙ୍କୁ ମଧ୍ୟ ଟାଣି ନେଇ ଯିବେ; [QBR] ସେ ନିଶ୍ଚୟ ସେମାନଙ୍କର ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ। [QBR]
ଯିରିମିୟ 50 : 46 (IRVOR)
ବାବିଲ ଶତ୍ରୁହସ୍ତଗତ ହେବାର ଶବ୍ଦରେ ପୃଥିବୀ କମ୍ପୁଅଛି [QBR] ଓ ଗୋଷ୍ଠୀଗଣ ମଧ୍ୟରେ କ୍ରନ୍ଦନର ଶବ୍ଦ ଶୁଣା ଯାଉଅଛି।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46

BG:

Opacity:

Color:


Size:


Font: