ଯିରିମିୟ 51 : 1 (IRVOR)
{ବାବିଲର ସମ୍ପୂର୍ଣ୍ଣ ପତନ} [PS] ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ବାବିଲ ବିରୁଦ୍ଧରେ [QBR] ଓ ଲେବ କାମାଇ [* ଲେବ କାମାଇ କିମ୍ବା ମୋ’ର ପ୍ରତିରୋଧକାରୀମାନଙ୍କ ଅନ୍ତଃକରଣ] [QBR] ନିବାସୀମାନଙ୍କ ବିରୁଦ୍ଧରେ ଏକ ବିନାଶକ ବାୟୁ ଉତ୍ପନ୍ନ କରିବା। [QBR]
ଯିରିମିୟ 51 : 2 (IRVOR)
ପୁଣି, ଆମ୍ଭେ ବିଦେଶୀମାନଙ୍କୁ ବାବିଲକୁ ପ୍ରେରଣ କରିବା, [QBR] ସେମାନେ ତାହାକୁ ଝାଡ଼ି ତାହାର ଦେଶ ଶୂନ୍ୟ କରିବେ; [QBR] କାରଣ ବିପଦ ଦିନରେ ସେମାନେ ଚତୁର୍ଦ୍ଦିଗରେ ତାହାର ବିପକ୍ଷ ହେବେ। [QBR]
ଯିରିମିୟ 51 : 3 (IRVOR)
ଧନୁର୍ଦ୍ଧାରୀ ଆପଣା ଧନୁରେ ଗୁଣ ନ ଦେଉ [QBR] ଓ ସେ ଆପଣା ସାଞ୍ଜୁଆ ପିନ୍ଧି ଉତ୍‍ଥିତ ନ ହେଉ; [QBR] ତୁମ୍ଭେମାନେ ତାହାର ଯୁବକଗଣକୁ ଦୟା କର ନାହିଁ; [QBR] ତାହାର ସୈନ୍ୟସକଳକୁ ସମ୍ପୂର୍ଣ୍ଣ ରୂପେ ବିନାଶ କର। [QBR]
ଯିରିମିୟ 51 : 4 (IRVOR)
ତହିଁରେ ସେମାନେ କଲ୍‍ଦୀୟ ଦେଶରେ ହତ [QBR] ଓ ରାଜଦାଣ୍ଡରେ ବିଦ୍ଧ ହୋଇ ପଡ଼ିବେ। [QBR]
ଯିରିମିୟ 51 : 5 (IRVOR)
କାରଣ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧ ଦୋଷରେ [QBR] ସେମାନଙ୍କ ଦେଶ ପରିପୂର୍ଣ୍ଣ ହେଲେ ମଧ୍ୟ ଇସ୍ରାଏଲ କିଅବା ଯିହୁଦା [QBR] ଆପଣା ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କ ଦ୍ୱାରା ପରିତ୍ୟକ୍ତ ହୋଇ ନାହାନ୍ତି। [QBR]
ଯିରିମିୟ 51 : 6 (IRVOR)
ତୁମ୍ଭେମାନେ ବାବିଲ ମଧ୍ୟରୁ ପଳାଅ [QBR] ଓ ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରାଣ ରକ୍ଷା କର; [QBR] ତାହାର ଅଧର୍ମରେ ଉଚ୍ଛିନ୍ନ ହୁଅ ନାହିଁ; [QBR] କାରଣ ସଦାପ୍ରଭୁଙ୍କର ପ୍ରତିଶୋଧ ନେବାର ସମୟ ଏହି; [QBR] ସେ ତାହାକୁ ପ୍ରତିଫଳ ଦେବେ। [QBR]
ଯିରିମିୟ 51 : 7 (IRVOR)
ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, [QBR] ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; [QBR] ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; [QBR] ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି। [QBR]
ଯିରିମିୟ 51 : 8 (IRVOR)
ବାବିଲ ଅକସ୍ମାତ୍‍ ପତିତ ଓ ବିନଷ୍ଟ ହୋଇଅଛି; ତାହା ପାଇଁ ହାହାକାର କର; [QBR] ତାହାର ବେଦନାର ପାଇଁ ଔଷଧ ନିଅ, କେଜାଣି ସେ ସୁସ୍ଥ ହୋଇ ପାରିବ। [QBR]
ଯିରିମିୟ 51 : 9 (IRVOR)
ଆମ୍ଭେମାନେ ବାବିଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ମାତ୍ର ସେ ସୁସ୍ଥ ହେଲା ନାହିଁ; [QBR] ଆସ, ଆମ୍ଭେମାନେ ତାହାକୁ ପରିତ୍ୟାଗ କରି ପ୍ରତ୍ୟେକେ ଆପଣା ଆପଣା ଦେଶକୁ ଯାଉ; [QBR] କାରଣ ତାହାର ଦଣ୍ଡ ଗଗନସ୍ପର୍ଶୀ ଓ ଆକାଶ ପର୍ଯ୍ୟନ୍ତ ଉଚ୍ଚୀକୃତ ଅଛି। [QBR]
ଯିରିମିୟ 51 : 10 (IRVOR)
ସଦାପ୍ରଭୁ ଆମ୍ଭମାନଙ୍କର ଧାର୍ମିକତା ପ୍ରକାଶ କରିଅଛନ୍ତି; [QBR] ଆସ, ଆମ୍ଭେମାନେ ସିୟୋନରେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର କ୍ରିୟା ପ୍ରକାଶ କରୁ। [QBR]
ଯିରିମିୟ 51 : 11 (IRVOR)
ତୁମ୍ଭେମାନେ ତୀର ତୀକ୍ଷ୍ଣ କର; ଦୃଢ଼ କରି ଢାଲ ଧର; [QBR] ସଦାପ୍ରଭୁ ମାଦୀୟ ରାଜାଗଣର ମନ ଉତ୍ତେଜିତ କରିଅଛନ୍ତି; [QBR] କାରଣ ବାବିଲକୁ ନଷ୍ଟ କରିବା ପାଇଁ ତାହା ବିରୁଦ୍ଧରେ ତାହାଙ୍କର ସଂକଳ୍ପ ଅଛି; [QBR] ଯେହେତୁ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ, [QBR] ତାହାଙ୍କର ମନ୍ଦିର ନିମିତ୍ତକ ପ୍ରତିଶୋଧ ଅଟେ। [QBR]
ଯିରିମିୟ 51 : 12 (IRVOR)
ବାବିଲର ପ୍ରାଚୀର ବିରୁଦ୍ଧରେ ଧ୍ୱଜା ସ୍ଥାପନ କର, ରକ୍ଷକଦଳ ଦୃଢ଼ କର, [QBR] ପ୍ରହରୀଗଣ ନିଯୁକ୍ତ କର, ଗୋପନ ସ୍ଥାନରେ ସୈନ୍ୟ ରଖ: [QBR] କାରଣ ସଦାପ୍ରଭୁ ବାବିଲର ନିବାସୀମାନଙ୍କ ବିଷୟରେ ଯାହା କହିଲେ, [QBR] ତାହା ସଂକଳ୍ପ କରି ସିଦ୍ଧ କରିଅଛନ୍ତି। [QBR]
ଯିରିମିୟ 51 : 13 (IRVOR)
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, [QBR] ତୁମ୍ଭର ଅନ୍ତିମ କାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ। [QBR]
ଯିରିମିୟ 51 : 14 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଆପଣା ନାମରେ ଏହି ଶପଥ କରିଅଛନ୍ତି, [QBR] ‘ନିଶ୍ଚୟ ଆମ୍ଭେ ତୁମ୍ଭକୁ ପତଙ୍ଗ ପରି ଜନତାରେ ପୂର୍ଣ୍ଣ କରିବା; [QBR] ଆଉ, ସେମାନେ ତୁମ୍ଭ ବିରୁଦ୍ଧରେ ସିଂହନାଦ ଉଠାଇବେ।’ [QBR]
ଯିରିମିୟ 51 : 15 (IRVOR)
ସେ ଆପଣା ପରାକ୍ରମରେ ପୃଥିବୀ ନିର୍ମାଣ କରିଅଛନ୍ତି, [QBR] ସେ ଆପଣା ଜ୍ଞାନରେ ଜଗତ ସ୍ଥାପନ କରି ଅଛନ୍ତି [QBR] ଓ ଆପଣା ବୁଦ୍ଧିରେ ସେ ଗଗନମଣ୍ଡଳ ବିସ୍ତାର କରିଅଛନ୍ତି। [QBR]
ଯିରିମିୟ 51 : 16 (IRVOR)
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, [QBR] ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଅଇ [QBR] ଓ ପୃଥିବୀର ପ୍ରାନ୍ତରୁ ସେ ବାଷ୍ପ ଉତ୍‍ଥାପନ କରାନ୍ତି; [QBR] ସେ ବୃଷ୍ଟି ନିମନ୍ତେ ବିଦ୍ୟୁତ୍‍ ସୃଷ୍ଟି କରନ୍ତି [QBR] ଓ ଆପଣା ଭଣ୍ଡାର ସମୂହରୁ ବାୟୁ ବାହାର କରି ଆଣନ୍ତି। [QBR]
ଯିରିମିୟ 51 : 17 (IRVOR)
ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ହୋଇଅଛି ଓ ଜ୍ଞାନବିହୀନ ଅଟେ; [QBR] ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; [QBR] କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ। [QBR]
ଯିରିମିୟ 51 : 18 (IRVOR)
ସେସବୁ ଅସାର ଓ ମାୟାର କର୍ମ; [QBR] ପୁଣି, ପ୍ରତିଫଳ ପାଇବା ସମୟରେ ସେମାନେ ବିନଷ୍ଟ ହେବେ। [QBR]
ଯିରିମିୟ 51 : 19 (IRVOR)
ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏସବୁର ପରି ନୁହନ୍ତି। [QBR] କାରଣ ସେ ସକଳ ବସ୍ତୁର ଗଠନକାରୀ; [QBR] ପୁଣି, ଇସ୍ରାଏଲ ତାହାଙ୍କର ଅଧିକାର ସ୍ୱରୂପ ବଂଶ; [QBR] ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। [QBR]
ଯିରିମିୟ 51 : 20 (IRVOR)
ତୁମ୍ଭେ ଆମ୍ଭର ଗଦା ଓ ଯୁଦ୍ଧର ଅସ୍ତ୍ର ସ୍ୱରୂପ; [QBR] ପୁଣି, ଆମ୍ଭେ ତୁମ୍ଭ ଦ୍ୱାରା ନାନା ଗୋଷ୍ଠୀଙ୍କୁ ଚୂର୍ଣ୍ଣ କରିବା [QBR] ଓ ତୁମ୍ଭ ଦ୍ୱାରା ନାନା ରାଜ୍ୟକୁ ସଂହାର କରିବା; [QBR]
ଯିରିମିୟ 51 : 21 (IRVOR)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ଅଶ୍ୱ ଓ ତଦାରୋହୀକୁ ଚୂର୍ଣ୍ଣ କରିବା, [QBR] ଆଉ ରଥ ଓ ତଦାରୋହୀକୁ ଚୂର୍ଣ୍ଣ କରିବା; [QBR]
ଯିରିମିୟ 51 : 22 (IRVOR)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପୁରୁଷ ଓ ସ୍ତ୍ରୀକୁ ଚୂର୍ଣ୍ଣ କରିବା [QBR] ଓ ତୁମ୍ଭ ଦ୍ୱାରା ଆମ୍ଭେ ବୃଦ୍ଧ ଓ ବାଳକକୁ ଚୂର୍ଣ୍ଣ କରିବା [QBR] ଓ ତୁମ୍ଭ ଦ୍ୱାରା ଆମ୍ଭେ ଯୁବକ ଓ ଯୁବତୀକୁ ଚୂର୍ଣ୍ଣ କରିବା; [QBR]
ଯିରିମିୟ 51 : 23 (IRVOR)
ପୁଣି, ତୁମ୍ଭ ଦ୍ୱାରା ଆମ୍ଭେ ପାଳକ ଓ ତାହାର ପଲକୁ ଚୂର୍ଣ୍ଣ କରିବା [QBR] ଓ ତୁମ୍ଭ ଦ୍ୱାରା ଆମ୍ଭେ କୃଷକକୁ ଓ ତାହାର ହଳ ବଳଦକୁ ଚୂର୍ଣ୍ଣ କରିବା; [QBR] ଆଉ, ତୁମ୍ଭ ଦ୍ୱାରା ଆମ୍ଭେ ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଚୂର୍ଣ୍ଣ କରିବା। [QBR]
ଯିରିମିୟ 51 : 24 (IRVOR)
ପୁଣି, ଆମ୍ଭେ ବାବିଲକୁ ଓ କଲ୍‍ଦୀୟ ନିବାସୀସକଳକୁ, [QBR] ସିୟୋନରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ [QBR] ସେମାନଙ୍କ କୃତ ସକଳ ଦୁଷ୍କର୍ମର ପ୍ରତିଫଳ ଦେବା,” ଏହା ସଦାପ୍ରଭୁ କହନ୍ତି। [QBR]
ଯିରିମିୟ 51 : 25 (IRVOR)
ହେ ବିନାଶକ ପର୍ବତ,ତୁମ୍ଭେ ସମୁଦାୟ ପୃଥିବୀକୁ ବିନାଶ କରୁଅଛ, [QBR] ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ବିପକ୍ଷ ଅଟୁ; [QBR] ଆଉ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା [QBR] ଓ ଶୈଳରୁ ତୁମ୍ଭକୁ ଗଡ଼ାଇ ପକାଇ ଏକ ଦଗ୍ଧ ପର୍ବତ କରିବା। [QBR]
ଯିରିମିୟ 51 : 26 (IRVOR)
ଆଉ, ଲୋକମାନେ କୋଣ କିଅବା ଭିତ୍ତିମୂଳ ନିମନ୍ତେ ତୁମ୍ଭଠାରୁ ପ୍ରସ୍ତର ନେବେ ନାହିଁ; [QBR] ମାତ୍ର ସଦାପ୍ରଭୁ କହନ୍ତି, ‘ତୁମ୍ଭେ ଚିରକାଳ ଧ୍ୱଂସସ୍ଥାନ ହୋଇ ରହିବ।’ [QBR]
ଯିରିମିୟ 51 : 27 (IRVOR)
ତୁମ୍ଭେମାନେ ଦେଶରେ ଧ୍ୱଜା ସ୍ଥାପନ କର, [QBR] ଗୋଷ୍ଠୀୟମାନଙ୍କ ମଧ୍ୟରେ ତୂରୀ ବଜାଅ, [QBR] ଗୋଷ୍ଠୀୟମାନଙ୍କୁ ତାହା ବିରୁଦ୍ଧରେ ପ୍ରସ୍ତୁତ କର, [QBR] ଆରାରାଟ୍‍, ମିନ୍ନି ଓ ଅସ୍କିନସ୍‍, ଏହିସବୁ ରାଜ୍ୟକୁ ତାହାର ବିରୁଦ୍ଧରେ ଏକତ୍ର ଡାକ, [QBR] ତାହାର ବିରୁଦ୍ଧରେ ସେନାପତି ବର୍ଗଙ୍କୁ ନିଯୁକ୍ତ କର [QBR] ଓ କର୍କଶ ପତଙ୍ଗ ପରି ଅଶ୍ୱଗଣକୁ ପଠାଅ। [QBR]
ଯିରିମିୟ 51 : 28 (IRVOR)
ତାହାର ବିରୁଦ୍ଧରେ ଗୋଷ୍ଠୀୟମାନଙ୍କୁ, ମାଦୀୟ ରାଜାଗଣଙ୍କୁ, [QBR] ସେମାନଙ୍କର ଦେଶାଧ୍ୟକ୍ଷ ଓ ତହିଁର ଅଧିପତିଗଣକୁ [QBR] ଓ ତାହାର କର୍ତ୍ତୃତ୍ୱାଧୀନ ସମୁଦାୟ ଦେଶକୁ ପ୍ରସ୍ତୁତ କର। [QBR]
ଯିରିମିୟ 51 : 29 (IRVOR)
ପୁଣି, ଦେଶ କମ୍ପିତ ଓ ବେଦନାଗ୍ରସ୍ତ ହେଉଅଛି, [QBR] କାରଣ ବାବିଲ ଦେଶକୁ ଧ୍ୱଂସିତ ଓ ନିବାସୀଶୂନ୍ୟ କରିବା ପାଇଁ [QBR] ବାବିଲ ବିରୁଦ୍ଧରେ ସଦାପ୍ରଭୁଙ୍କର ସଂକଳ୍ପ ସଫଳ ହେଉଅଛି। [QBR]
ଯିରିମିୟ 51 : 30 (IRVOR)
ବାବିଲର ବୀରଗଣ ଯୁଦ୍ଧରୁ କ୍ଷାନ୍ତ ହୋଇଅଛନ୍ତି, [QBR] ସେମାନେ ଆପଣାମାନଙ୍କର ଗଡ଼ ମଧ୍ୟରେ ରହୁଛନ୍ତି; [QBR] ସେମାନଙ୍କର ବଳ ଊଣା ହୋଇଅଛି; ସେମାନେ ସ୍ତ୍ରୀମାନଙ୍କ ସମାନ ହୋଇଅଛନ୍ତି, [QBR] ତାହାର ବାସସ୍ଥାନସବୁ ଦଗ୍ଧ, ତାହାର ହୁଡ଼କାସବୁ ଭଗ୍ନ ହୋଇଅଛି। [QBR]
ଯିରିମିୟ 51 : 31 (IRVOR)
ବାବିଲ ରାଜାର ନଗର ଚତୁର୍ଦ୍ଦିଗରେ ହସ୍ତଗତ ହୋଇଅଛି, [QBR] ଏହି ସମ୍ବାଦ ତାହାକୁ ଦେବା ନିମନ୍ତେ ଏକ ଧାଉଡ଼ିଆ ଅନ୍ୟ ଧାଉଡ଼ିଆର [QBR] ଓ ଏକ ଦୂତ ଅନ୍ୟ ଦୂତ ସହିତ ଭେଟିବାକୁ ଦୌଡ଼ିବେ, [QBR]
ଯିରିମିୟ 51 : 32 (IRVOR)
ପୁଣି, ପାରଘାଟସବୁ ହସ୍ତଗତ ହୋଇଅଛି, [QBR] ନଳବଣସବୁ ଅଗ୍ନିରେ ଦଗ୍ଧ ଓ ଯୋଦ୍ଧାମାନେ ଭୟଗ୍ରସ୍ତ ହୋଇଅଛନ୍ତି।” [QBR]
ଯିରିମିୟ 51 : 33 (IRVOR)
କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, [QBR] “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; [QBR] ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ। [QBR]
ଯିରିମିୟ 51 : 34 (IRVOR)
‘ବାବିଲର ରାଜା ନବୂଖଦ୍‍ନିତ୍ସର ମୋତେ ଗ୍ରାସ କରିଅଛି, [QBR] ସେ ମୋତେ ଚୂର୍ଣ୍ଣ କରିଅଛି, ସେ ମୋତେ ଶୂନ୍ୟପାତ୍ର ସ୍ୱରୂପ କରିଅଛି, [QBR] ସେ ନାଗସର୍ପ ପରି ମୋତେ ଗ୍ରାସ କରିଅଛି, [QBR] ମୋହର ସୁଖାଦ୍ୟ ଦ୍ରବ୍ୟରେ ସେ ଉଦର ପୂର୍ଣ୍ଣ କରିଅଛି, [QBR] ସେ ମୋତେ ଦୂର କରି ଦେଇଅଛି।’ [QBR]
ଯିରିମିୟ 51 : 35 (IRVOR)
ସିୟୋନ ନିବାସିନୀ କହିବ, [QBR] ‘ମୋ’ ପ୍ରତି ଓ ମୋ’ ମାଂସ ପ୍ରତି କୃତ ଦୌରାତ୍ମ୍ୟ ବାବିଲ ଉପରେ ବର୍ତ୍ତୁ’ [QBR] ଓ ଯିରୂଶାଲମ କହିବ, ‘ମୋ’ ରକ୍ତର ଦାୟ କଲ୍‍ଦୀୟ ନିବାସୀମାନଙ୍କ ଉପରେ ବର୍ତ୍ତୁ।’ ” [QBR]
ଯିରିମିୟ 51 : 36 (IRVOR)
ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, [QBR] “ଦେଖ, ଆମ୍ଭେ ତୁମ୍ଭର ବିବାଦ ନିଷ୍ପନ୍ନ କରିବା ଓ ତୁମ୍ଭ ନିମନ୍ତେ ପ୍ରତିଶୋଧ ନେବା। [QBR] ପୁଣି, ଆମ୍ଭେ ତାହାର ସମୁଦ୍ରକୁ ଜଳଶୂନ୍ୟ ଓ ତାହାର ନିର୍ଝରକୁ ଶୁଷ୍କ କରିବା। [QBR]
ଯିରିମିୟ 51 : 37 (IRVOR)
ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, [QBR] ଶୀସ୍‍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ। [QBR]
ଯିରିମିୟ 51 : 38 (IRVOR)
ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; [QBR] ସେମାନେ ସିଂହଛୁଆ ପରି ଘୋର ନାଦ କରିବେ।” [QBR]
ଯିରିମିୟ 51 : 39 (IRVOR)
ସଦାପ୍ରଭୁ କହନ୍ତି, [QBR] “ସେମାନେ ଉତ୍ତପ୍ତ ହେଲା ଉତ୍ତାରେ ଆମ୍ଭେ ସେମାନଙ୍କର ଭୋଜ ପ୍ରସ୍ତୁତ କରିବା, [QBR] ପୁଣି ସେମାନେ ଯେପରି ଆହ୍ଳାଦିତ ହେବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ମତ୍ତ କରିବା, [QBR] ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ। [QBR]
ଯିରିମିୟ 51 : 40 (IRVOR)
ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, [QBR] ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧସ୍ଥାନକୁ ଆଣିବା।” [QBR]
ଯିରିମିୟ 51 : 41 (IRVOR)
ଶେଶକ୍‍ [† ଶେଶକ୍‍ ବାବିଲର ଅନ୍ୟ ନାମ] କିପରି ପରହସ୍ତଗତ ହୋଇଅଛି ! [QBR] ଓ ସମୁଦାୟ ପୃଥିବୀର ପ୍ରଶଂସାପାତ୍ର କିପରି ହଠାତ୍‍ ଧରା ପଡ଼ିଅଛି ! [QBR] ଗୋଷ୍ଠୀସମୂହର ମଧ୍ୟରେ ବାବିଲ କିପରି ଧ୍ୱଂସସ୍ଥାନ ହୋଇଅଛି ! [QBR]
ଯିରିମିୟ 51 : 42 (IRVOR)
ବାବିଲ ଉପରେ ସମୁଦ୍ର ମାଡ଼ି ଆସିଅଛି; [QBR] ସେ ତହିଁର ଲହରୀମାଳାରେ ଆଚ୍ଛାଦିତ ହୋଇଅଛି। [QBR]
ଯିରିମିୟ 51 : 43 (IRVOR)
ତାହାର ନଗରସକଳ ଧ୍ୱଂସସ୍ଥାନ ଓ ଶୁଷ୍କଭୂମି ଓ ପ୍ରାନ୍ତର ହୋଇଅଛି, [QBR] ସେ ଦେଶ ମଧ୍ୟରେ କୌଣସି ମନୁଷ୍ୟ ବାସ କରେ ନାହିଁ, [QBR] କିଅବା ତହିଁ ମଧ୍ୟଦେଇ କୌଣସି ମନୁଷ୍ୟ ସନ୍ତାନ ଗମନାଗମନ କରେ ନାହିଁ। [QBR]
ଯିରିମିୟ 51 : 44 (IRVOR)
ପୁଣି, ଆମ୍ଭେ ବାବିଲରେ ବେଲ୍ ଦେବତାକୁ ପ୍ରତିଫଳ ଦେବା [QBR] ଓ ଯାହା ସେ ଗିଳିଅଛି, ଆମ୍ଭେ ତାହାର ମୁଖରୁ ତାହା ବାହାର କରିବା [QBR] ଓ ଗୋଷ୍ଠୀୟମାନେ ଆଉ ତାହା ନିକଟକୁ ଧାବମାନ ହେବେ ନାହିଁ; [QBR] ଆହୁରି ବାବିଲର ପ୍ରାଚୀର ପଡ଼ିଯିବ। [QBR]
ଯିରିମିୟ 51 : 45 (IRVOR)
ହେ ଆମ୍ଭର ଲୋକେ, ତୁମ୍ଭେମାନେ ତାହାର ମଧ୍ୟରୁ ବାହାରି ଯାଅ [QBR] ଓ ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧରୁ ଆପଣା ଆପଣାକୁ ରକ୍ଷା କରୁ। [QBR]
ଯିରିମିୟ 51 : 46 (IRVOR)
ପୁଣି, ତୁମ୍ଭେମାନେ ଆପଣା ହୃଦୟକୁ କ୍ଷୀଣ ହେବାକୁ ଦିଅ ନାହିଁ, [QBR] କିଅବା ଦେଶ ମଧ୍ୟରେ ଯେଉଁ ଜନରବ ଶୁଣାଯିବ, ତହିଁ ସକାଶୁ ଭୀତ ହୁଅ ନାହିଁ; [QBR] କାରଣ ଏକ ବର୍ଷ ଏକ ଜନରବ ଉଠିବ, ଅନ୍ୟ ବର୍ଷ ଅନ୍ୟ ଏକ ଜନରବ ଉଠିବ, [QBR] ପୁଣି ଦେଶରେ ଦୌରାତ୍ମ୍ୟ ଓ ଶାସନକର୍ତ୍ତା ଶାସନକର୍ତ୍ତାର ବିପକ୍ଷ ହେବ। [QBR]
ଯିରିମିୟ 51 : 47 (IRVOR)
ଏହେତୁ ଦେଖ, ଯେଉଁ ସମୟରେ ଆମ୍ଭେ ବାବିଲର [QBR] ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା ଓ ତାହାର ସମୁଦାୟ ଦେଶ ଲଜ୍ଜିତ ହେବ, [QBR] ଆଉ ତାହାର ହତ ଲୋକମାନେ ତାହା ମଧ୍ୟରେ ପଡ଼ିବେ, ଏପରି ସମୟ ଆସୁଅଛି। [QBR]
ଯିରିମିୟ 51 : 48 (IRVOR)
ସେସମୟରେ ସ୍ୱର୍ଗ ଓ ପୃଥିବୀ ଓ ତନ୍ମଧ୍ୟସ୍ଥିତସକଳ [QBR] ବାବିଲ ବିଷୟରେ ଆନନ୍ଦଗାନ କରିବେ; କାରଣ ସଦାପ୍ରଭୁ କହନ୍ତି, [QBR] “ଉତ୍ତର ଦିଗରୁ ବିନାଶକଗଣ ତାହା ବିରୁଦ୍ଧରେ ଆସିବେ।” [QBR]
ଯିରିମିୟ 51 : 49 (IRVOR)
“ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, [QBR] ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। [QBR]
ଯିରିମିୟ 51 : 50 (IRVOR)
ହେ ଖଡ୍ଗରୁ ରକ୍ଷାପ୍ରାପ୍ତ ଲୋକମାନେ, [QBR] ତୁମ୍ଭେମାନେ ଚାଲିଯାଅ, ସ୍ଥିର ହୋଇ ଠିଆ ହୁଅ ନାହିଁ ! [QBR] ଦୂର ଦେଶରୁ ସଦାପ୍ରଭୁଙ୍କୁ ସ୍ମରଣ କର ଓ ଯିରୂଶାଲମ ତୁମ୍ଭମାନଙ୍କ ମନରେ ପଡ଼ୁ। [QBR]
ଯିରିମିୟ 51 : 51 (IRVOR)
ଆମ୍ଭେମାନେ ନିନ୍ଦା କଥା ଶୁଣିବାରୁ ଲଜ୍ଜିତ ହୋଇଅଛୁ; [QBR] ଅପମାନ ଆମ୍ଭମାନଙ୍କ ମୁଖକୁ ଆଚ୍ଛାଦିତ କରିଅଛି; [QBR] କାରଣ ବିଦେଶୀମାନେ ସଦାପ୍ରଭୁଙ୍କ ଗୃହର ସକଳ ପବିତ୍ର ସ୍ଥାନରେ ପ୍ରବେଶ କରିଅଛନ୍ତି।” [QBR]
ଯିରିମିୟ 51 : 52 (IRVOR)
ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ [QBR] ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି [QBR] ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।” [QBR]
ଯିରିମିୟ 51 : 53 (IRVOR)
ସଦାପ୍ରଭୁ କହନ୍ତି, “ଯଦ୍ୟପି ବାବିଲ ଆକାଶ ପର୍ଯ୍ୟନ୍ତ ଉଠିବ, [QBR] ଆଉ ଯଦ୍ୟପି ସେ ଆପଣା ବଳରୂପ ଉଚ୍ଚ ଦୁର୍ଗକୁ ଦୃଢ଼ କରିବ, [QBR] ତଥାପି ଆମ୍ଭ ନିକଟରୁ ବିନାଶକମାନେ ତାହାର ମଧ୍ୟରେ ଉପସ୍ଥିତ ହେବେ। [QBR]
ଯିରିମିୟ 51 : 54 (IRVOR)
ବାବିଲରୁ କ୍ରନ୍ଦନର ରବ ଓ କଲ୍‍ଦୀୟମାନଙ୍କ ଦେଶରୁ [QBR] ମହାବିନାଶର ଶବ୍ଦ ଉଠୁଅଛି ! [QBR]
ଯିରିମିୟ 51 : 55 (IRVOR)
କାରଣ ସଦାପ୍ରଭୁ ବାବିଲକୁ ଉଚ୍ଛିନ୍ନ କରୁଅଛନ୍ତି [QBR] ଓ ତହିଁ ମଧ୍ୟରୁ ମହାରବ କ୍ଷାନ୍ତ କରୁଅଛନ୍ତି; [QBR] ସେମାନଙ୍କର ତରଙ୍ଗସକଳ ଜଳରାଶି ପରି ଗର୍ଜ୍ଜନ କରୁଅଛି, [QBR] ସେମାନଙ୍କର କଲ୍ଲୋଳ ଧ୍ୱନି ଶୁଣା ଯାଉଅଛି। [QBR]
ଯିରିମିୟ 51 : 56 (IRVOR)
କାରଣ ତାହା ବିରୁଦ୍ଧରେ, [QBR] ହଁ, ବାବିଲର ବିରୁଦ୍ଧରେ ବିନାଶକ ଆସିଅଛି ଓ ତାହାର ବୀରମାନେ ଧରା ଯାଇଅଛନ୍ତି, [QBR] ସେମାନଙ୍କର ଧନୁସବୁ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଯାଇଅଛି; [QBR] କାରଣ ସଦାପ୍ରଭୁ ପ୍ରତିଫଳଦାତା ପରମେଶ୍ୱର ଅଟନ୍ତି, [QBR] ସେ ନିଶ୍ଚୟ ସମୁଚିତ ପ୍ରତିଫଳ ଦେବେ। [QBR]
ଯିରିମିୟ 51 : 57 (IRVOR)
ପୁଣି, ଆମ୍ଭେ ତାହାର ଅଧିପତିଗଣକୁ ଓ ତାହାର ଜ୍ଞାନୀ ଲୋକମାନଙ୍କୁ [QBR] ଓ ତାହାର ଦେଶାଧ୍ୟକ୍ଷ ଓ ଅଧିପତିଗଣକୁ ଓ ତାହାର ବୀରପୁରୁଷମାନଙ୍କୁ ମତ୍ତ କରାଇବା; [QBR] ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” [‡ ତହିଁରେ ସେମାନେ ଚିର ନିଦ୍ରାରେ ନିଦ୍ରିତ ହୋଇ ଆଉ ଜାଗରିତ ହେବେ ନାହିଁ” ସେମାନେ ମୃତ ହେବେ] [QBR] ଏହା ରାଜା କହନ୍ତି, ସୈନ୍ୟାଧିପତି ସଦାପ୍ରଭୁ ତାହାଙ୍କର ନାମ। [QBR]
ଯିରିମିୟ 51 : 58 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QBR] “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ [QBR] ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; [QBR] ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ [QBR] ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; [QBR] ଆଉ ସେମାନେ କ୍ଳାନ୍ତ ହେବେ।” [PE][PS]
ଯିରିମିୟ 51 : 59 (IRVOR)
ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ [QBR] ମହସେୟର ପୌତ୍ର ନେରୀୟର ପୁତ୍ର ସରାୟ [QBR] ଯେଉଁ ସମୟରେ ରାଜା ସଙ୍ଗେ ବାବିଲକୁ ଗଲା, [QBR] ସେ ସମୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସରାୟକୁ ଯାହା ଆଜ୍ଞା କରିଥିଲେ, [QBR] ତହିଁର ବୃତ୍ତାନ୍ତ। ଏହି ସରାୟ ରାଜଗୃହର ପ୍ରଧାନ ଅଧ୍ୟକ୍ଷ ଥିଲା। [PE][PS]
ଯିରିମିୟ 51 : 60 (IRVOR)
ଆଉ, ବାବିଲର ଭବିଷ୍ୟତ ଅମଙ୍ଗଳର ସକଳ କଥା, ଅର୍ଥାତ୍‍, ବାବିଲ ବିଷୟରେ ଏହି ଯେସକଳ କଥା ଲିଖିତ ଅଛି, ତାହା ଯିରିମୀୟ ଗୋଟିଏ ନଳାକାର ପୁସ୍ତକରେ ଲେଖିଲେ। [PE][PS]
ଯିରିମିୟ 51 : 61 (IRVOR)
ପୁଣି, ଯିରିମୀୟ ସରାୟକୁ କହିଲେ, “ଦେଖ, ତୁମ୍ଭେ ବାବିଲରେ ଉପସ୍ଥିତ ହେଲା ଉତ୍ତାରେ ଏହିସବୁ କଥା ପାଠ କରିବ,
ଯିରିମିୟ 51 : 62 (IRVOR)
ଆଉ କହିବ, ‘ହେ ସଦାପ୍ରଭୁ, ତୁମ୍ଭେ ଏହି ସ୍ଥାନ ବିଷୟରେ କହିଅଛ ଯେ, ତୁମ୍ଭେ ତାହା ଉଚ୍ଛିନ୍ନ କରିବ, ତହିଁ ମଧ୍ୟରେ ମନୁଷ୍ୟ କି ପଶୁ କେହି ବାସ କରିବ ନାହିଁ, ମାତ୍ର ତାହା ଚିରକାଳ ଧ୍ୱଂସସ୍ଥାନ ହେବ।’ [PE][PS]
ଯିରିମିୟ 51 : 63 (IRVOR)
ପୁଣି, ଏହି ନଳାକାର ପୁସ୍ତକ ପାଠ କରିବାର ସମାପ୍ତ କଲା ଉତ୍ତାରେ ତୁମ୍ଭେ ତହିଁରେ ଖଣ୍ଡେ ପଥର ବାନ୍ଧି ଫରାତ୍‍ ନଦୀର ମଧ୍ୟସ୍ଥାନରେ ତାହା ପକାଇ ଦେବ;
ଯିରିମିୟ 51 : 64 (IRVOR)
ଆଉ, ତୁମ୍ଭେ କହିବ, ‘ଆମ୍ଭେ (ସଦାପ୍ରଭୁ) ବାବିଲ ଉପରେ ଯେଉଁ ଅମଙ୍ଗଳ ଘଟାଇବା, ତହିଁ ସକାଶୁ ସେ ଏରୂପ ମଗ୍ନ ହୋଇ ପୁନର୍ବାର ଉଠିବ ନାହିଁ; ପୁଣି, ଲୋକମାନେ କ୍ଳାନ୍ତ ହେବେ।’ ଯିରିମୀୟଙ୍କ ବାକ୍ୟ ଏତିକି।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64

BG:

Opacity:

Color:


Size:


Font: