ଯିରିମିୟ 52 : 1 (IRVOR)
{ଯିରୂଶାଲମର ପତନର ବର୍ଣ୍ଣନା} [PS] ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।
ଯିରିମିୟ 52 : 2 (IRVOR)
ଆଉ, ସେ ଯିହୋୟାକୀମ୍‍ର କୃତ ସମସ୍ତ କର୍ମାନୁସାରେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା।
ଯିରିମିୟ 52 : 3 (IRVOR)
କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା। [PE][PS]
ଯିରିମିୟ 52 : 4 (IRVOR)
ଏଥିଉତ୍ତାରେ ତାହାଙ୍କ ରାଜତ୍ଵର ନବମ ବର୍ଷରେ, ଦଶମ ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମକୁ ଆସି ତହିଁ ବିରୁଦ୍ଧରେ ଛାଉଣି କଲେ; ଆଉ, ସେମାନେ ତହିଁର ଚତୁର୍ଦ୍ଦିଗରେ ଗଡ଼ ନିର୍ମାଣ କଲେ।
ଯିରିମିୟ 52 : 5 (IRVOR)
ତହୁଁ ସିଦିକୀୟ ରାଜାଙ୍କ ରାଜତ୍ଵର ଏଗାର ବର୍ଷ ପର୍ଯ୍ୟନ୍ତ ନଗର ଅବରୁଦ୍ଧ ହୋଇ ରହିଲା। [PE][PS]
ଯିରିମିୟ 52 : 6 (IRVOR)
ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।
ଯିରିମିୟ 52 : 7 (IRVOR)
ତେବେ, ନଗରରେ ଏକ ସ୍ଥାନ ଭଗ୍ନ ହୁଅନ୍ତେ, ସମସ୍ତ ଯୋଦ୍ଧା ଏକ ରାତ୍ରି ଭିତରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ୟବର୍ତ୍ତୀ ଦ୍ୱାର ପଥ ଦେଇ ପଳାଇଲେ; ସେସମୟରେ କଲ୍‍ଦୀୟମାନେ ନଗରର ବିରୁଦ୍ଧରେ ଚତୁର୍ଦ୍ଦିଗରେ ଥିଲେ; ପୁଣି, ଲୋକମାନେ ଆରବା ପଥ ଦେଇ ଚାଲିଗଲେ।
ଯିରିମିୟ 52 : 8 (IRVOR)
ମାତ୍ର କଲ୍‍ଦୀୟମାନଙ୍କ ସୈନ୍ୟ ରାଜାର ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟକୁ ଧରିଲେ; ତହିଁରେ ତାହାର ସକଳ ସୈନ୍ୟ ତାହା ନିକଟରୁ ଛିନ୍ନଭିନ୍ନ ହୋଇଗଲେ। [PE][PS]
ଯିରିମିୟ 52 : 9 (IRVOR)
ତହୁଁ ସେମାନେ ରାଜାକୁ ଧରି ହମାତ୍‍ ଦେଶସ୍ଥ ରିବ୍‍ଲାକୁ ବାବିଲ ରାଜା ନିକଟକୁ ନେଇଗଲେ; ତହିଁରେ ସେ ତାହା ପ୍ରତି ଦଣ୍ଡାଜ୍ଞା କଲା।
ଯିରିମିୟ 52 : 10 (IRVOR)
ଆଉ, ବାବିଲର ରାଜା ସିଦିକୀୟର ପୁତ୍ରମାନଙ୍କୁ ତାହାର ସାକ୍ଷାତରେ ବଧ କଲା; ସେ ଯିହୁଦାର ଅଧିପତି ସମସ୍ତଙ୍କୁ ହିଁ ରିବ୍‍ଲାରେ ବଧ କଲା।
ଯିରିମିୟ 52 : 11 (IRVOR)
ଆଉ, ସେ ସିଦିକୀୟର ଚକ୍ଷୁ ଉପାଡ଼ି ପକାଇଲା; ପୁଣି, ବାବିଲର ରାଜା ତାହାକୁ ଶୃଙ୍ଖଳରେ ବଦ୍ଧ କରି ବାବିଲକୁ ନେଇଗଲା ଓ ତାହାର ମୃତ୍ୟୁୁ ପର୍ଯ୍ୟନ୍ତ ତାହାକୁ କାରାଗାରରେ ରଖିଲା। [PS]
ଯିରିମିୟ 52 : 12 (IRVOR)
{ଯିରୂଶାଲମ ମନ୍ଦିର ବିଧ୍ୱସ୍ତ} [PS] ପଞ୍ଚମ ମାସରେ, ମାସର ଦଶମ ଦିନରେ, ବାବିଲର ରାଜା ନବୂଖଦ୍‍ନିତ୍ସର ରାଜାଙ୍କ ରାଜତ୍ଵର ଊଣେଇଶ ବର୍ଷରେ, ବାବିଲ ରାଜାର ସମ୍ମୁଖରେ ଦଣ୍ଡାୟମାନ ନବୂଷରଦନ୍‍ ନାମକ ପ୍ରହରୀବର୍ଗର ସେନାପତି ଯିରୂଶାଲମକୁ ଆସିଲା।
ଯିରିମିୟ 52 : 13 (IRVOR)
ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।
ଯିରିମିୟ 52 : 14 (IRVOR)
ଆଉ, ପ୍ରହରୀବର୍ଗର ସେନାପତି ସଙ୍ଗେ ଥିବା କଲ୍‍ଦୀୟ ସମସ୍ତ ସୈନ୍ୟ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ। [PE][PS]
ଯିରିମିୟ 52 : 15 (IRVOR)
ସେତେବେଳେ ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଲୋକମାନଙ୍କ ମଧ୍ୟରୁ ନିତାନ୍ତ ଦରିଦ୍ରମାନଙ୍କୁ ଓ ନଗରର ଅବଶିଷ୍ଟ ଲୋକମାନଙ୍କୁ, ଆଉ ବାବିଲ ରାଜାର ପକ୍ଷକୁ ପଳାୟନକାରୀମାନଙ୍କୁ ଓ ଅବଶିଷ୍ଟ ସାଧାରଣ ଲୋକମାନଙ୍କୁ ବନ୍ଦୀ କରି ନେଇଗଲା।
ଯିରିମିୟ 52 : 16 (IRVOR)
ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ଦେଶର ନିତାନ୍ତ ଦରିଦ୍ରମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ରାକ୍ଷାକ୍ଷେତ୍ରର କର୍ମଚାରୀ ଓ କୃଷକ ହେବା ପାଇଁ ଛାଡ଼ିଗଲା। [PE][PS]
ଯିରିମିୟ 52 : 17 (IRVOR)
ପୁଣି, କଲ୍‍ଦୀୟମାନେ ସଦାପ୍ରଭୁଙ୍କ ଗୃହର ପିତ୍ତଳ ସ୍ତମ୍ଭ ଓ ସଦାପ୍ରଭୁଙ୍କ ଗୃହର ବୈଠିକି ସବୁ ଓ ପିତ୍ତଳମୟ ସମୁଦ୍ର ରୂପ ପାତ୍ର ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳସବୁ ବାବିଲକୁ ନେଇଗଲେ।
ଯିରିମିୟ 52 : 18 (IRVOR)
ଆହୁରି, ସେମାନେ ହାଣ୍ଡି ଓ କରଚୁଲି, କତୁରୀ, କୁଣ୍ଡ, ଚାମସ ଓ ପରିଚର୍ଯ୍ୟାର୍ଥକ ସକଳ ପିତ୍ତଳମୟ ପାତ୍ର ନେଇଗଲେ।
ଯିରିମିୟ 52 : 19 (IRVOR)
ପ୍ରହରୀବର୍ଗର ସେନାପତି ତାଟିଆ, ଅଙ୍ଗାରଧାନୀ, କୁଣ୍ଡ, ହାଣ୍ଡି, ଦୀପବୃକ୍ଷ, ଚାମସ ଓ ପାତ୍ର ସବୁ, ଯାହା ସୁନାର ଥିଲା, ତାହା ସୁନା କରି ଓ ଯାହା ରୂପାର ଥିଲା, ତାହା ରୂପା କରି ନେଇଗଲା। [PE][PS]
ଯିରିମିୟ 52 : 20 (IRVOR)
ଶଲୋମନ ରାଜା ସଦାପ୍ରଭୁଙ୍କ ଗୃହ ନିମନ୍ତେ ଯେଉଁ ଦୁଇ ସ୍ତମ୍ଭ, ଏକ ସମୁଦ୍ର ରୂପ ପାତ୍ର ଓ ତହିଁର ତଳସ୍ଥ ଦ୍ୱାଦଶ ପିତ୍ତଳମୟ ବୃଷରୂପ ବୈଠିକି ନିର୍ମାଣ କରିଥିଲେ, ସେହିସବୁ ପାତ୍ରର ପିତ୍ତଳ ଅପରିମିତ ଥିଲା।
ଯିରିମିୟ 52 : 21 (IRVOR)
ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠରହାତ ଓ ପରିଧି ବାରହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା। [PE][PS]
ଯିରିମିୟ 52 : 22 (IRVOR)
ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।
ଯିରିମିୟ 52 : 23 (IRVOR)
ପାର୍ଶ୍ୱରେ ଛୟାନବେ ଡାଳିମ୍ବ ଥିଲା; ଜାଲିକର୍ମର ଉପରେ ଚାରିଆଡ଼େ ଏକ ଶତ ଡାଳିମ୍ବାକୃତି ଥିଲା। [PS]
ଯିରିମିୟ 52 : 24 (IRVOR)
{ଯିହୁଦାର ଲୋକମାନେ ବାବିଲକୁ ନିର୍ବାସିତ} [PS] ପୁଣି, ପ୍ରହରୀବର୍ଗର ସେନାପତି ପ୍ରଧାନ ଯାଜକ ସରାୟକୁ ଓ ଦ୍ୱିତୀୟ ଯାଜକ ସଫନୀୟକୁ, ଆଉ ତିନି ଜଣ ଦ୍ୱାରପାଳକୁ ଧରିଲା।
ଯିରିମିୟ 52 : 25 (IRVOR)
ଆଉ, ନଗରରୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ ଏକ ଜଣ ଅଧ୍ୟକ୍ଷକୁ ଓ ନଗରରେ ପ୍ରାପ୍ତ ରାଜମୁଖ ଦର୍ଶନକାରୀମାନଙ୍କ ମଧ୍ୟରୁ ସାତଜଣକୁ ଓ ଦେଶର ଲୋକ ଗଣନାକାରୀ ସେନାପତିର ଲେଖକଙ୍କୁ ଓ ନଗର ମଧ୍ୟରେ ପ୍ରାପ୍ତ ଦେଶୀୟ ଷାଠିଏ ଲୋକକୁ ଧରିଲା। [PE][PS]
ଯିରିମିୟ 52 : 26 (IRVOR)
ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍ ସେମାନଙ୍କୁ ଧରି ରିବ୍‍ଲାକୁ ବାବିଲ ରାଜା ନିକଟକୁ ନେଇଗଲା।
ଯିରିମିୟ 52 : 27 (IRVOR)
ତହିଁରେ ବାବିଲର ରାଜା ହମାତ୍‍ ଦେଶସ୍ଥ ରିବ୍‍ଲାରେ ସେମାନଙ୍କୁ ଆଘାତ କରି ବଧ କଲା। ଏହିରୂପେ ଯିହୁଦା ଆପଣା ଦେଶରୁ ବନ୍ଦୀ ହୋଇ ନୀତ ହେଲା। [PE][PS]
ଯିରିମିୟ 52 : 28 (IRVOR)
ନବୂଖଦ୍‍ନିତ୍ସର ଯେଉଁମାନଙ୍କୁ ବନ୍ଦୀ କରି ନେଇଗଲା, ସେହି ଲୋକମାନଙ୍କର ସଂଖ୍ୟା ଏହି; ସପ୍ତମ ବର୍ଷରେ ତିନି ସହସ୍ର ତେଇଶ ଜଣ ଯିହୁଦୀ ଲୋକ;
ଯିରିମିୟ 52 : 29 (IRVOR)
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ଅଠର ବର୍ଷରେ ସେ ଯିରୂଶାଲମରୁ ଆଠ ଶହ ବତିଶ ଲୋକ ବନ୍ଦୀ କରି ନେଇଗଲା;
ଯିରିମିୟ 52 : 30 (IRVOR)
ନବୂଖଦ୍‍ନିତ୍ସରଙ୍କ ରାଜତ୍ଵର ତେଇଶ ବର୍ଷରେ ନବୂଷରଦନ୍‍ ପ୍ରହରୀବର୍ଗର ସେନାପତି, ସାତ ଶହ ପଇଁଚାଳିଶ ଜଣ ଯିହୁଦୀଙ୍କୁ ବନ୍ଦୀ କରି ନେଇଗଲା; ସର୍ବସୁଦ୍ଧା ଚାରି ସହସ୍ର ଛ’ ଶତ ଲୋକ ଥିଲେ। ବନ୍ଦୀତ୍ୱରୁ ଯିହୋୟାଖୀନ୍‍ର ମୁକ୍ତି [PE][PS]
ଯିରିମିୟ 52 : 31 (IRVOR)
ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍‍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍‍-ମରୋଦକ୍‍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍‍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
ଯିରିମିୟ 52 : 32 (IRVOR)
ଆଉ, ସେ ତାହାକୁ ପ୍ରୀତିବାକ୍ୟ କହିଲା ଓ ତାହା ସଙ୍ଗେ ବାବିଲରେ ଥିବା ରାଜାମାନଙ୍କର ଆସନଠାରୁ ତାହାର ଆସନ ଉଚ୍ଚରେ ସ୍ଥାପନ କଲା,
ଯିରିମିୟ 52 : 33 (IRVOR)
ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।
ଯିରିମିୟ 52 : 34 (IRVOR)
ପୁଣି, ତାହାର ଦିନାତିପାତ ନିମନ୍ତେ ବାବିଲର ରାଜାଠାରୁ ନିତ୍ୟ ବୃତ୍ତି ଦିଆଗଲା, ସେ ଆପଣା ମରଣଦିନ ପର୍ଯ୍ୟନ୍ତ, ଆପଣା ଜୀବନର ସମସ୍ତକାଳ ପ୍ରତିଦିନ ଏକ ନିରୂପିତ ଅଂଶ ପାଇଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34

BG:

Opacity:

Color:


Size:


Font: