ଯିରିମିୟ 7 : 1 (IRVOR)
{#1ମନ୍ଦିରରେ ଯିରିମୀୟଙ୍କ ପ୍ରଚାର }
ଯିରିମିୟ 7 : 2 (IRVOR)
[PS]ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, [PE]
ଯିରିମିୟ 7 : 3 (IRVOR)
[PS]ତୁମ୍ଭେ ସଦାପ୍ରଭୁଙ୍କ ଗୃହର ଦ୍ୱାରରେ ଠିଆ ହୋଇ ସେଠାରେ ଏହି କଥା ପ୍ରଚାର କରି କୁହ, “ହେ ଯିହୁଦାର ଲୋକ ସମସ୍ତେ, ସଦାପ୍ରଭୁଙ୍କର ଭଜନା କରିବା ନିମନ୍ତେ ଏହିସବୁ ଦ୍ୱାରରେ ପ୍ରବେଶ କରିଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ। [PE][PS]ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ଶୁଧୁରାଅ, ତହିଁରେ ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ବାସ କରାଇବା।’
ଯିରିମିୟ 7 : 4 (IRVOR)
ଏହିସବୁ ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ସଦାପ୍ରଭୁଙ୍କର ମନ୍ଦିର, ଏହି ମିଥ୍ୟା କଥାରେ ବିଶ୍ୱାସ କର ନାହିଁ। [PE]
ଯିରିମିୟ 7 : 5 (IRVOR)
[PS]କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର;
ଯିରିମିୟ 7 : 6 (IRVOR)
ଯଦି ତୁମ୍ଭେମାନେ ବିଦେଶୀ, ପିତୃହୀନ ଓ ବିଧବା ପ୍ରତି ଉପଦ୍ରବ ନ କର ଓ ଏହି ସ୍ଥାନରେ ନିର୍ଦ୍ଦୋଷର ରକ୍ତପାତ ନ କର, କିଅବା ଆପଣା ଆପଣାର କ୍ଷତି ନିମନ୍ତେ ଅନ୍ୟ ଦେବଗଣର ପଶ୍ଚାଦ୍ଗାମୀ ନ ହୁଅ;
ଯିରିମିୟ 7 : 7 (IRVOR)
ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। [PE]
ଯିରିମିୟ 7 : 8 (IRVOR)
[PS]ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ।
ଯିରିମିୟ 7 : 9 (IRVOR)
ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
ଯିରିମିୟ 7 : 10 (IRVOR)
ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?’ [PE]
ଯିରିମିୟ 7 : 11 (IRVOR)
[PS]ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’
ଯିରିମିୟ 7 : 12 (IRVOR)
ମାତ୍ର ଶୀଲୋସ୍ଥିତ ଯେଉଁ ସ୍ଥାନରେ ଆମ୍ଭେ ପୂର୍ବେ ଆପଣା ନାମ ବାସ କରାଇଥିଲୁ, ଏବେ ତୁମ୍ଭେମାନେ ଆମ୍ଭର ସେହି ସ୍ଥାନକୁ ଯାଅ, ଆଉ ଆମ୍ଭର ଇସ୍ରାଏଲ ଲୋକଙ୍କ ଦୁଷ୍ଟତା ସକାଶୁ ଆମ୍ଭେ ତହିଁ ପ୍ରତି ଯାହା କରିଅଛୁ, ତାହା ଦେଖ। [PE]
ଯିରିମିୟ 7 : 13 (IRVOR)
[PS]ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଏହିସବୁ କର୍ମ କରିଅଛ ଓ ଆମ୍ଭେ ପ୍ରତ୍ୟୁଷରେ ଉଠି କଥା କହିଲେ ହେଁ ତୁମ୍ଭେମାନେ ଶୁଣିଲ ନାହିଁ ଓ ଆମ୍ଭେ ଡାକିଲେ ହେଁ ତୁମ୍ଭେମାନେ ଉତ୍ତର ଦେଲ ନାହିଁ;
ଯିରିମିୟ 7 : 14 (IRVOR)
ଏହେତୁ ଆମ୍ଭେ ଶୀଲୋ ପ୍ରତି ଯେରୂପ କରିଅଛୁ, ଆମ୍ଭ ନାମରେ ଖ୍ୟାତ ଏହି ଯେଉଁ ଗୃହରେ ତୁମ୍ଭେମାନେ ବିଶ୍ୱାସ କରୁଅଛ, ତାହା ପ୍ରତି; ପୁଣି ତୁମ୍ଭମାନଙ୍କ ଓ ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ସ୍ଥାନ ପ୍ରତି ଆମ୍ଭେ ତଦ୍ରୂପ କରିବା !
ଯିରିମିୟ 7 : 15 (IRVOR)
ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। [PE]
ଯିରିମିୟ 7 : 16 (IRVOR)
[PS]ଏଣୁକରି ତୁମ୍ଭେ ଏହି ଲୋକମାନଙ୍କ ପାଇଁ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ କାତରୋକ୍ତି ଅବା ପ୍ରାର୍ଥନା ଉତ୍ସର୍ଗ କର ନାହିଁ, ଆମ୍ଭ ନିକଟରେ ନିବେଦନ କର ନାହିଁ; କାରଣ ଆମ୍ଭେ ତୁମ୍ଭ କଥା ଶୁଣିବା ନାହିଁ।
ଯିରିମିୟ 7 : 17 (IRVOR)
ସେମାନେ ଯିହୁଦାର ନଗର ଓ ଯିରୂଶାଲମର ସଡ଼କସବୁରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖୁ ନାହଁ ?
ଯିରିମିୟ 7 : 18 (IRVOR)
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ[* ଆକାଶର ରାଣୀ ଅର୍ଥାତ୍ ଏହା ଅଷ୍ଟାରୋତ୍ ଦେବୀର ଅନ୍ୟ ନାମ ଅଟେ ] ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।’ [PE]
ଯିରିମିୟ 7 : 19 (IRVOR)
[PS]ସଦାପ୍ରଭୁ କହନ୍ତି, ‘ସେମାନେ କ’ଣ ଆମ୍ଭକୁ ବିରକ୍ତ କରନ୍ତି ? ବରଞ୍ଚ ଆପଣାମାନଙ୍କ ମୁଖର ବିବର୍ଣ୍ଣତା ନିମନ୍ତେ କ’ଣ ଆପଣାମାନଙ୍କୁ ବିରକ୍ତ ନ କରନ୍ତି ?’
ଯିରିମିୟ 7 : 20 (IRVOR)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ‘ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।’ [PE]
ଯିରିମିୟ 7 : 21 (IRVOR)
[PS]ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ତୁମ୍ଭେମାନେ ଆପଣାମାନଙ୍କର ଅନ୍ୟାନ୍ୟ ବଳି ସହିତ ତୁମ୍ଭମାନଙ୍କର ହୋମବଳି ଯୋଗ କରି ମାଂସ ଭୋଜନ କର।
ଯିରିମିୟ 7 : 22 (IRVOR)
କାରଣ ଯେଉଁ ଦିନ ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ, ସେହି ଦିନ ଆମ୍ଭେ ହୋମ କିଅବା ବଳିଦାନ ବିଷୟରେ କହିଲୁ ନାହିଁ କି ଆଜ୍ଞା ଦେଲୁ ନାହିଁ;’ [PE]
ଯିରିମିୟ 7 : 23 (IRVOR)
[PS]ମାତ୍ର ଆମ୍ଭେ ଆଜ୍ଞା ଦେଇ ସେମାନଙ୍କୁ ଏହି କଥା କହିଲୁ, ‘ତୁମ୍ଭେମାନେ ଆମ୍ଭ ରବରେ ଅବଧାନ କର, ତହିଁରେ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯେ ଯେ ପଥରେ ଚାଲିବାକୁ ଆଜ୍ଞା କରୁ, ସେସବୁ ପଥରେ ତୁମ୍ଭେମାନେ ଚାଲ, ତହିଁରେ ତୁମ୍ଭମାନଙ୍କର ମଙ୍ଗଳ ହେବ।’
ଯିରିମିୟ 7 : 24 (IRVOR)
ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ମାତ୍ର ସେମାନେ ଆପଣା ଆପଣା ମନ୍ତ୍ରଣାରେ ଓ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣର ଅବାଧ୍ୟତାନୁସାରେ ଗମନ କରି ପଶ୍ଚାଦ୍ବର୍ତ୍ତୀ ହେଲେ, ଅଗ୍ରବର୍ତ୍ତୀ ହେଲେ ନାହିଁ। [PE]
ଯିରିମିୟ 7 : 25 (IRVOR)
[PS]ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ମିସର ଦେଶରୁ ବାହାର ହୋଇ ଆସିବା ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭେ ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବା ନିମନ୍ତେ ନିତ୍ୟ ନିତ୍ୟ ପ୍ରତ୍ୟୁଷରେ ଉଠି ତୁମ୍ଭମାନଙ୍କ ନିକଟକୁ ସେମାନଙ୍କୁ ପଠାଇଅଛୁ;
ଯିରିମିୟ 7 : 26 (IRVOR)
ତଥାପି ସେମାନେ ଆମ୍ଭ କଥା ଶୁଣିଲେ ନାହିଁ, କିଅବା ତହିଁରେ କର୍ଣ୍ଣପାତ କଲେ ନାହିଁ,ମାତ୍ର ଆପଣା ଆପଣା ଗ୍ରୀବା ଶକ୍ତ କଲେ; ସେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣ ଅପେକ୍ଷା ଅଧିକ ଦୁରାଚାର କଲେ। [PE]
ଯିରିମିୟ 7 : 27 (IRVOR)
[PS]ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ।
ଯିରିମିୟ 7 : 28 (IRVOR)
ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ଯେଉଁମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ ଓ ଶିକ୍ଷା ଗ୍ରହଣ କରି ନାହାନ୍ତି, ସେମାନେ ଏହି ଗୋଷ୍ଠୀ; ସତ୍ୟତା ଲୁପ୍ତ ଓ ତାହା ସେମାନଙ୍କ ମୁଖରୁ ଉଚ୍ଛିନ୍ନ ହୋଇଅଛି। [PE]
ଯିରିମିୟ 7 : 29 (IRVOR)
{#1ହିନ୍ନୋମ ହତ୍ୟା ଉପତ୍ୟକା } [QS]ହେ ଯିରୂଶାଲମ, ଆପଣା ମସ୍ତକର କେଶ କାଟି ପକାଇଦିଅ [QE][QS]ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର; [QE][QS]କାରଣ ସଦାପ୍ରଭୁ ଆପଣାର କ୍ରୋଧପାତ୍ର ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଅଛନ୍ତି। [QE]
ଯିରିମିୟ 7 : 30 (IRVOR)
[QS]ଯେହେତୁ ସଦାପ୍ରଭୁ କହନ୍ତି, [QE][QS]‘ଆମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ ଯିହୁଦାର ସନ୍ତାନଗଣ କରିଅଛନ୍ତି; [QE][QS]ସେମାନେ ଆମ୍ଭ ନାମରେ ଖ୍ୟାତ ଏହି ଗୃହକୁ ଅଶୁଚି କରିବା ନିମନ୍ତେ [QE][QS]ସେମାନଙ୍କର ଘୃଣାଯୋଗ୍ୟ ବସ୍ତୁ ତହିଁ ମଧ୍ୟରେ ରଖିଅଛନ୍ତି। [QE]
ଯିରିମିୟ 7 : 31 (IRVOR)
[PS]ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’
ଯିରିମିୟ 7 : 32 (IRVOR)
ଏନିମନ୍ତେ ସଦାପ୍ରଭୁ କହନ୍ତି, ‘ଦେଖ, ଯେଉଁ ସମୟରେ ତାହା ତୋଫତ୍ କିଅବା ହିନ୍ନୋମ ପୁତ୍ରର ଉପତ୍ୟକା ନାମରେ ଆଉ ଖ୍ୟାତ ନ ହୋଇ ହତ୍ୟା-ଉପତ୍ୟକା ବୋଲି ଖ୍ୟାତ ହେବ, ଏପରି ସମୟ ଆସୁଅଛି; କାରଣ ଆଉ ସ୍ଥାନ ନ ଥିବାଯାଏ ଲୋକମାନେ ତୋଫତରେ କବର ଦେବେ।’ [QE]
ଯିରିମିୟ 7 : 33 (IRVOR)
[PS]ତହିଁରେ ଏହି ଲୋକମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ; ଆଉ, ସେମାନଙ୍କୁ କେହି ତଡ଼ି ଦେବ ନାହିଁ।
ଯିରିମିୟ 7 : 34 (IRVOR)
ସେସମୟରେ ଆମ୍ଭେ ଯିହୁଦାର ନଗରସବୁରେ ଓ ଯିରୂଶାଲମର ସଡ଼କସବୁରେ, ଆମୋଦର ଧ୍ୱନି, ଆନନ୍ଦର ଧ୍ୱନି ଓ ବରକନ୍ୟାର ଧ୍ୱନି ନିବୃତ୍ତ କରାଇବା; କାରଣ ଦେଶ ଧ୍ୱଂସସ୍ଥାନ ହେବ।” [QE]
❮
❯