ଯିରିମିୟ 9 : 1 (IRVOR)
ଆଃ, ଯେବେ ମୋହର ମସ୍ତକ ଜଳମୟ [QBR] ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, [QBR] ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି ! [QBR]
ଯିରିମିୟ 9 : 2 (IRVOR)
ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, [QBR] ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! [QBR] କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ। [QBR]
ଯିରିମିୟ 9 : 3 (IRVOR)
ପୁଣି, ସେମାନେ ଅସତ୍ୟତା ନିମନ୍ତେ ଆପଣା ଆପଣା ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି; [QBR] ଆଉ, ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପକ୍ଷରେ ନୁହେଁ; [QBR] କାରଣ ସେମାନେ ଦୁଷ୍ଟତା ଉପରେ ଦୁଷ୍ଟତା କରିବା ପାଇଁ ଅଗ୍ରସର ହୁଅନ୍ତି, [QBR] “ସେମାନେ ଆମ୍ଭଙ୍କୁ ଜାଣନ୍ତି ନାହିଁ,” ଏହା ସଦାପ୍ରଭୁ କହନ୍ତି। [QBR]
ଯିରିମିୟ 9 : 4 (IRVOR)
ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ [QBR] ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; [QBR] କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ [QBR] ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ। [QBR]
ଯିରିମିୟ 9 : 5 (IRVOR)
ଆଉ, ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ପ୍ରବଞ୍ଚନା କରିବେ [QBR] ଓ ସତ୍ୟ କଥା କହିବେ ନାହିଁ; [QBR] ସେମାନେ ଆପଣା ଆପଣା ଜିହ୍ୱାକୁ ମିଥ୍ୟା କହିବା ପାଇଁ ଶିଖାଇ ଅଛନ୍ତି; [QBR] ସେମାନେ ଅଧର୍ମ କରିବା ପାଇଁ ଆପଣାମାନଙ୍କୁ ବ୍ୟସ୍ତ କରନ୍ତି। [QBR]
ଯିରିମିୟ 9 : 6 (IRVOR)
ପ୍ରବଞ୍ଚନା ମଧ୍ୟରେ ତୁମ୍ଭର ବସତି ସ୍ଥାନ ଅଛି; [QBR] ସଦାପ୍ରଭୁ କହନ୍ତି, “ସେମାନେ ପ୍ରବଞ୍ଚନା ସକାଶୁ ଆମ୍ଭକୁ ଜାଣିବାକୁ ଅସ୍ୱୀକାର କରନ୍ତି।” [QBR]
ଯିରିମିୟ 9 : 7 (IRVOR)
ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QBR] “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; [QBR] କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ? [QBR]
ଯିରିମିୟ 9 : 8 (IRVOR)
ସେମାନଙ୍କର ଜିହ୍ୱା ପ୍ରାଣନାଶକ ତୀର ସ୍ୱରୂପ; ତାହା ପ୍ରବଞ୍ଚନାର କଥା କହେ; [QBR] ଲୋକେ ମୁଖରେ ପ୍ରତିବାସୀ ସଙ୍ଗେ ପ୍ରେମାଳାପ କରନ୍ତି, ମାତ୍ର ଅନ୍ତରେ ଛକି ବସନ୍ତି।” [QBR]
ଯିରିମିୟ 9 : 9 (IRVOR)
ସଦାପ୍ରଭୁ କହନ୍ତି, “ଆମ୍ଭେ କ’ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? [QBR] ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ’ଣ ପରିଶୋଧ ନେବ ନାହିଁ ?” [QBR]
ଯିରିମିୟ 9 : 10 (IRVOR)
ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର [QBR] ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, [QBR] କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟ ଦେଇ କେହି ଗତାୟାତ କରେ ନାହିଁ; [QBR] ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; [QBR] ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି। [QBR]
ଯିରିମିୟ 9 : 11 (IRVOR)
ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; [QBR] ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା। [QBR]
ଯିରିମିୟ 9 : 12 (IRVOR)
ଏହା ଯେ ବୁଝିପାରେ, ଏପରି ଜ୍ଞାନୀ ମନୁଷ୍ୟ କିଏ ଅଛି ? [QBR] ଓ ଏହା ବ୍ୟକ୍ତ କରିବା ପାଇଁ ସଦାପ୍ରଭୁଙ୍କର ମୁଖ ଯାହାକୁ ଜ୍ଞାତ କରାଇଅଛି, ଏପରି ବ୍ୟକ୍ତି କିଏ ? [QBR] ଦେଶ କି ନିମନ୍ତେ ବିନଷ୍ଟ ଓ ପ୍ରାନ୍ତର ତୁଲ୍ୟ ଦଗ୍ଧ ହେଲା ଯେ, [QBR] କେହି ତହିଁର ମଧ୍ୟଦେଇ ଗତାୟାତ କରେ ନାହିଁ ? [PE][PS]
ଯିରିମିୟ 9 : 13 (IRVOR)
ଆହୁରି, ସଦାପ୍ରଭୁ କହନ୍ତି, “କାରଣ ଏହି, ଆମ୍ଭେ ସେମାନଙ୍କ ସମ୍ମୁଖରେ ଆପଣାର ଯେଉଁ ବ୍ୟବସ୍ଥା ରଖିଲୁ, ତାହା ସେମାନେ ତ୍ୟାଗ କରିଅଛନ୍ତି ଓ ଆମ୍ଭର ବାକ୍ୟ ପାଳନ କରି ନାହାନ୍ତି, କିଅବା ତଦନୁସାରେ ଆଚରଣ କରି ନାହାନ୍ତି;
ଯିରିମିୟ 9 : 14 (IRVOR)
ମାତ୍ର ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଓ ସେମାନଙ୍କ ପୂର୍ବପୁରୁଷମାନଙ୍କ ଶିକ୍ଷାମତେ ବାଲ୍‍ ନାମକ ଦେବଗଣର ଅନୁଗାମୀ ହୋଇ ଆଚରଣ କରିଅଛନ୍ତି।” [PE][PS]
ଯିରିମିୟ 9 : 15 (IRVOR)
ଏଥିପାଇଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ, ଅର୍ଥାତ୍‍, ଏହି ଲୋକମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।
ଯିରିମିୟ 9 : 16 (IRVOR)
ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।” [QBR]
ଯିରିମିୟ 9 : 17 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, [QBR] “ତୁମ୍ଭେମାନେ ବିବେଚନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡାକ [QBR] ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ; [QBR]
ଯିରିମିୟ 9 : 18 (IRVOR)
ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ [QBR] ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, [QBR] ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।” [QBR]
ଯିରିମିୟ 9 : 19 (IRVOR)
କାରଣ ସିୟୋନଠାରୁ ଏହି ହାହାକାର ଶବ୍ଦ ଶୁଣା ଯାଉଅଛି, [QBR] ଆମ୍ଭେମାନେ କିପରି ବିନଷ୍ଟ ହୋଇଅଛୁ ! [QBR] ଲୋକମାନେ ଆମ୍ଭମାନଙ୍କର ବାସସ୍ଥାନ ଭୂମିସାତ୍‍ କରିବାରୁ [QBR] ଆମ୍ଭେମାନେ ଦେଶ ତ୍ୟାଗ କରି ଅତିଶୟ ଲଜ୍ଜିତ ହୋଇଅଛୁ। [QBR]
ଯିରିମିୟ 9 : 20 (IRVOR)
ତଥାପି ଆଗୋ ସ୍ତ୍ରୀମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ [QBR] ଓ ତୁମ୍ଭମାନଙ୍କର କର୍ଣ୍ଣ ତାହାଙ୍କର ମୁଖ ନିର୍ଗତ ବାକ୍ୟ ଗ୍ରହଣ କରୁ, [QBR] ଆଉ ତୁମ୍ଭେମାନେ ଆପଣା ଆପଣା କନ୍ୟାମାନଙ୍କୁ ହାହାକାର କରିବାର [QBR] ଓ ପ୍ରତ୍ୟେକେ ଆପଣା ପ୍ରତିବାସିନୀକୁ ବିଳାପ କରିବାର ଶିକ୍ଷା ଦିଅ। [QBR]
ଯିରିମିୟ 9 : 21 (IRVOR)
କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି [QBR] ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; [QBR] ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ। [QBR]
ଯିରିମିୟ 9 : 22 (IRVOR)
କୁହ, ସଦାପ୍ରଭୁ ଏହି କଥା କହନ୍ତି, “ମନୁଷ୍ୟମାନଙ୍କର ଶବ ଖତ ପରି [QBR] ଓ ଶସ୍ୟଚ୍ଛେଦକର ପଶ୍ଚାତ୍‍ ପଡ଼ିଥିବା ଅଳ୍ପ ଅଳ୍ପ ଶସ୍ୟ ପରି କ୍ଷେତ୍ରରେ ପଡ଼ି ରହିବ, [QBR] କେହି ସେସବୁକୁ ସଂଗ୍ରହ କରିବେ ନାହିଁ।” [QBR]
ଯିରିମିୟ 9 : 23 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, [QBR] କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; [QBR]
ଯିରିମିୟ 9 : 24 (IRVOR)
ମାତ୍ର ଯେବେ କେହି ଦର୍ପ କରେ, [QBR] ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; [QBR] ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, [QBR] କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।” [PE][PS]
ଯିରିମିୟ 9 : 25 (IRVOR)
ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
ଯିରିମିୟ 9 : 26 (IRVOR)
ଆମ୍ଭେ ମିସରକୁ ଓ ଯିହୁଦାକୁ, ଇଦୋମକୁ, ଅମ୍ମୋନ ସନ୍ତାନଗଣକୁ ଓ ମୋୟାବକୁ, ଆପଣା ଆପଣା କେଶ କୋଣ ମୁଣ୍ଡନକାରୀ ପ୍ରାନ୍ତରବାସୀ ସମସ୍ତଙ୍କୁ ଦଣ୍ଡ ଦେବା; କାରଣ ସକଳ ଗୋଷ୍ଠୀ ଅସୁନ୍ନତ [* ଅସୁନ୍ନତ ଅର୍ଥାତ୍ ନିୟମ ପାଳନ କଲେ ନାହିଁ] , ପୁଣି ସମଗ୍ର ଇସ୍ରାଏଲ ବଂଶ ଅନ୍ତଃକରଣରେ ଅସୁନ୍ନତ ଅଟନ୍ତି।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26

BG:

Opacity:

Color:


Size:


Font: