ଯୋହନଲିଖିତ ସୁସମାଚାର 10 : 1 (IRVOR)
ଯୀଶୁ ଉତ୍ତମ ମେଷପାଳକ ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;
ଯୋହନଲିଖିତ ସୁସମାଚାର 10 : 2 (IRVOR)
କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ ।
ଯୋହନଲିଖିତ ସୁସମାଚାର 10 : 3 (IRVOR)
ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତା'ର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ ।
ଯୋହନଲିଖିତ ସୁସମାଚାର 10 : 4 (IRVOR)
ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;
ଯୋହନଲିଖିତ ସୁସମାଚାର 10 : 5 (IRVOR)
କିନ୍ତୁ ସେମାନେ ଅଚିହ୍ନା ଲୋକର ପଛେ ପଛେ କେବେ ହେଁ ଚାଲିବେ ନାହିଁ, ମାତ୍ର ତାହା ପାଖରୁ ପଳାଇଯିବେ, କାରଣ ସେମାନେ ଅଚିହ୍ନା ଲୋକମାନଙ୍କର ସ୍ୱର ଚିହ୍ନନ୍ତି ନାହିଁ ।
ଯୋହନଲିଖିତ ସୁସମାଚାର 10 : 6 (IRVOR)
ଯୀଶୁ ସେମାନଙ୍କୁ ଏହି ଉପମା କହିଲେ, କିନ୍ତୁ ସେ ସେମାନଙ୍କୁ ଯାହା ଯାହା କହୁଥିଲେ, ସେହି ସବୁ କ'ଣ ବୋଲି ସେମାନେ ବୁଝିଲେ ନାହିଁ ।
ଯୋହନଲିଖିତ ସୁସମାଚାର 10 : 7 (IRVOR)
ତେଣୁ ଯୀଶୁ ପୁନର୍ବାର କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର ।
ଯୋହନଲିଖିତ ସୁସମାଚାର 10 : 8 (IRVOR)
ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।
ଯୋହନଲିଖିତ ସୁସମାଚାର 10 : 9 (IRVOR)
ମୁଁ ଦ୍ୱାର, ଯଦି କେହି ମୋ' ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ ।
ଯୋହନଲିଖିତ ସୁସମାଚାର 10 : 10 (IRVOR)
ଚୋର କେବଳ ଚୋରି, ବଧ ଓ ବିନାଶ କରିବା ନିମନ୍ତେ ଆସେ; ସେମାନେ ଯେପରି ଜୀବନ ପାଆନ୍ତି ଓ ପ୍ରଚୁର ଭାବରେ ପାଆନ୍ତି, ଏଥି ନିମନ୍ତେ ମୁଁ ଆସିଅଛି ।
ଯୋହନଲିଖିତ ସୁସମାଚାର 10 : 11 (IRVOR)
ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ ।
ଯୋହନଲିଖିତ ସୁସମାଚାର 10 : 12 (IRVOR)
ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),
ଯୋହନଲିଖିତ ସୁସମାଚାର 10 : 13 (IRVOR)
କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।
ଯୋହନଲିଖିତ ସୁସମାଚାର 10 : 14 (IRVOR)
ମୁଁ ଉତ୍ତମ ମେଷପାଳକ । ପିତା ଯେପରି ମୋତେ ଜାଣନ୍ତି ଓ ମୁଁ ପିତାଙ୍କୁ ଜାଣେ,
ଯୋହନଲିଖିତ ସୁସମାଚାର 10 : 15 (IRVOR)
ସେହିପରି ମୁଁ ମୋ' ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋ' ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋର ପ୍ରାଣ ଦିଏ ।
ଯୋହନଲିଖିତ ସୁସମାଚାର 10 : 16 (IRVOR)
ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ ।
ଯୋହନଲିଖିତ ସୁସମାଚାର 10 : 17 (IRVOR)
ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ ।
ଯୋହନଲିଖିତ ସୁସମାଚାର 10 : 18 (IRVOR)
କେହି ମୋ'ଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ । ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି । ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି ।
ଯୋହନଲିଖିତ ସୁସମାଚାର 10 : 19 (IRVOR)
ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।
ଯୋହନଲିଖିତ ସୁସମାଚାର 10 : 20 (IRVOR)
ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ ?
ଯୋହନଲିଖିତ ସୁସମାଚାର 10 : 21 (IRVOR)
ଅନ୍ୟମାନେ କହିଲେ, ଏହି ସବୁ କଥା ତ ଭୂତ ଲାଗିଥିବା ଲୋକର ନୁହେଁ; ଭୂତ କ'ଣ ଅନ୍ଧର ଆଖି ଫିଟାଇ ପାରେ ?
ଯୋହନଲିଖିତ ସୁସମାଚାର 10 : 22 (IRVOR)
ପିତା ଓ ପୁତ୍ର ଏକ ସେତେବେଳେ ଯିରୂଶାଲମରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ,
ଯୋହନଲିଖିତ ସୁସମାଚାର 10 : 23 (IRVOR)
ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ ।
ଯୋହନଲିଖିତ ସୁସମାଚାର 10 : 24 (IRVOR)
ସେଥିରେ ଯିହୂଦୀମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କୁହ ।
ଯୋହନଲିଖିତ ସୁସମାଚାର 10 : 25 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି;
ଯୋହନଲିଖିତ ସୁସମାଚାର 10 : 26 (IRVOR)
କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ ।
ଯୋହନଲିଖିତ ସୁସମାଚାର 10 : 27 (IRVOR)
ମୋ' ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,
ଯୋହନଲିଖିତ ସୁସମାଚାର 10 : 28 (IRVOR)
ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ ।
ଯୋହନଲିଖିତ ସୁସମାଚାର 10 : 29 (IRVOR)
ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରି ପାରେ ନାହିଁ ।
ଯୋହନଲିଖିତ ସୁସମାଚାର 10 : 30 (IRVOR)
ଯୋହନଲିଖିତ ସୁସମାଚାର 10 : 31 (IRVOR)
ଯିହୂଦୀମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ ।
ଯୋହନଲିଖିତ ସୁସମାଚାର 10 : 32 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?
ଯୋହନଲିଖିତ ସୁସମାଚାର 10 : 33 (IRVOR)
ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ୱର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ୱର ବୋଲାଉଥିବାରୁ ।
ଯୋହନଲିଖିତ ସୁସମାଚାର 10 : 34 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥାରେ ଏହା କ'ଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ୱରଗଣ ?
ଯୋହନଲିଖିତ ସୁସମାଚାର 10 : 35 (IRVOR)
ଯେଉଁମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ୱରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇ ପାରେ ନାହିଁ),
ଯୋହନଲିଖିତ ସୁସମାଚାର 10 : 36 (IRVOR)
ତାହାହେଲେ ଯାହାଙ୍କୁ ଈଶ୍ୱର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କ'ଣ ତୁମ୍ଭେମାନେ, ମୁଁ ଈଶ୍ୱରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ୱର ନିନ୍ଦା କରୁଅଛୁ ବୋଲି କହୁଅଛ ?
ଯୋହନଲିଖିତ ସୁସମାଚାର 10 : 37 (IRVOR)
ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
ଯୋହନଲିଖିତ ସୁସମାଚାର 10 : 38 (IRVOR)
କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋ'ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥି ନିମନ୍ତେ କର୍ମସବୁ ବିଶ୍ୱାସ କର ।
ଯୋହନଲିଖିତ ସୁସମାଚାର 10 : 39 (IRVOR)
ସେଥିରେ ସେମାନେ ତାହାଙ୍କୁ ଧରିବା ପାଇଁ ପୁନର୍ବାର ଚେଷ୍ଟା କରିବାକୁ ଲାଗିଲେ, କିନ୍ତୁ ସେ ସେମାନଙ୍କ ହସ୍ତରେ ନ ପଡ଼ି ବାହାରିଗଲେ ।
ଯୋହନଲିଖିତ ସୁସମାଚାର 10 : 40 (IRVOR)
ଏଥିଉତ୍ତାରେ ସେ ପୁନର୍ବାର ଯର୍ଦନର ଆରପାରିକୁ ଚାଲିଯାଇ, ଯୋହନ ଯେଉଁ ସ୍ଥାନରେ ପୂର୍ବେ ବାପ୍ତିସ୍ମ ଦେଉଥିଲେ, ସେହି ସ୍ଥାନକୁ ଆସି ସେଠାରେ ରହିଲେ ।
ଯୋହନଲିଖିତ ସୁସମାଚାର 10 : 41 (IRVOR)
ଆଉ, ଅନେକେ ତାହାଙ୍କ ନିକଟକୁ ଆସି କହିଲେ, ଯୋହନ ସିନା କୌଣସି ଆଶ୍ଚର୍ଯ୍ୟକର୍ମ କଲେ ନାହିଁ, କିନ୍ତୁ ଏହି ବ୍ୟକ୍ତିଙ୍କ ବିଷୟରେ ଯୋହନ ଯେ ସମସ୍ତ କଥା କହିଲେ, ସେହି ସବୁ ସତ୍ୟ;
ଯୋହନଲିଖିତ ସୁସମାଚାର 10 : 42 (IRVOR)
ଆଉ, ସେ ସ୍ଥାନରେ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
❮
❯