ଯୋହନଲିଖିତ ସୁସମାଚାର 21 : 1 (IRVOR)
ସାତ ଜଣ ଶିଷ୍ୟଙ୍କୁ ଯୀଶୁଙ୍କ ଦର୍ଶନ ଏଥିଉତ୍ତାରେ ଯୀଶୁ ତିବିରୀୟା ସମୁଦ୍ରକୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ । ସେ ଏହି ପ୍ରକାରେ ଦର୍ଶନ ଦେଲେ;
ଯୋହନଲିଖିତ ସୁସମାଚାର 21 : 2 (IRVOR)
ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ ।
ଯୋହନଲିଖିତ ସୁସମାଚାର 21 : 3 (IRVOR)
ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି । ସେମାନେ ତାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ । ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ ।
ଯୋହନଲିଖିତ ସୁସମାଚାର 21 : 4 (IRVOR)
କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ ।
ଯୋହନଲିଖିତ ସୁସମାଚାର 21 : 5 (IRVOR)
ଯୀଶୁ ସେମାନଙ୍କୁ କହିଲେ, ପିଲାମାନେ ତୁମ୍ଭମାନଙ୍କ ପାଖରେ କ'ଣ କିଛି ଖାଇବାର ଅଛି ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ ।
ଯୋହନଲିଖିତ ସୁସମାଚାର 21 : 6 (IRVOR)
ସେ ସେମାନଙ୍କୁ କହିଲେ, ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ । ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ ।
ଯୋହନଲିଖିତ ସୁସମାଚାର 21 : 7 (IRVOR)
ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଫୁଙ୍ଗା ଦେହ ହୋଇଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ;
ଯୋହନଲିଖିତ ସୁସମାଚାର 21 : 8 (IRVOR)
କିନ୍ତୁ ଅନ୍ୟ ଶିଷ୍ୟମାନେ ମାଛରେ ଭର୍ତ୍ତି ହୋଇଥିବା ଜାଲ ଟାଣି ଟାଣି ସାନ ନାଆରେ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ ।
ଯୋହନଲିଖିତ ସୁସମାଚାର 21 : 9 (IRVOR)
ସେମାନେ କୂଳରେ ଓହ୍ଳାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ ।
ଯୋହନଲିଖିତ ସୁସମାଚାର 21 : 10 (IRVOR)
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ ।
ଯୋହନଲିଖିତ ସୁସମାଚାର 21 : 11 (IRVOR)
ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ ।
ଯୋହନଲିଖିତ ସୁସମାଚାର 21 : 12 (IRVOR)
ଯୀଶୁ ସେମାନଙ୍କୁ କହିଲେ, ଆସି ଭୋଜନ କର । ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ ।
ଯୋହନଲିଖିତ ସୁସମାଚାର 21 : 13 (IRVOR)
ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ ।
ଯୋହନଲିଖିତ ସୁସମାଚାର 21 : 14 (IRVOR)
ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ ।
ଯୋହନଲିଖିତ ସୁସମାଚାର 21 : 15 (IRVOR)
ପିତରଙ୍କୁ ଯୀଶୁଙ୍କ ଆଦେଶ ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ ।
ଯୋହନଲିଖିତ ସୁସମାଚାର 21 : 16 (IRVOR)
ସେ ପୁନର୍ବାର ଦ୍ୱିତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ସେ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ପ୍ରତିପାଳନ କର ।
ଯୋହନଲିଖିତ ସୁସମାଚାର 21 : 17 (IRVOR)
ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।
ଯୋହନଲିଖିତ ସୁସମାଚାର 21 : 18 (IRVOR)
ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ ।
ଯୋହନଲିଖିତ ସୁସମାଚାର 21 : 19 (IRVOR)
ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ୱରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ । ଏହା କହିଲା ଉତ୍ତାରେ ସେ ତାଙ୍କୁ କହିଲେ, ମୋହର ଅନୁଗାମୀ ହୁଅ ।
ଯୋହନଲିଖିତ ସୁସମାଚାର 21 : 20 (IRVOR)
ଯୀଶୁ ଓ ତାହାଙ୍କ ପ୍ରିୟ ଶିଷ୍ୟ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।
ଯୋହନଲିଖିତ ସୁସମାଚାର 21 : 21 (IRVOR)
ପିତର ତାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କ'ଣ ?
ଯୋହନଲିଖିତ ସୁସମାଚାର 21 : 22 (IRVOR)
ଯୀଶୁ ତାଙ୍କୁ କହିଲେ, ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ? ତୁମ୍ଭେ ମୋହର ଅନୁଗାମୀ ହୁଅ ।
ଯୋହନଲିଖିତ ସୁସମାଚାର 21 : 23 (IRVOR)
ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାଙ୍କୁ କହି ନ ଥିଲେ, କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କ'ଣ ଅଛି ବୋଲି କହିଥିଲେ ।
ଯୋହନଲିଖିତ ସୁସମାଚାର 21 : 24 (IRVOR)
ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ ।
ଯୋହନଲିଖିତ ସୁସମାଚାର 21 : 25 (IRVOR)
ଉପସଂହାର ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହି ସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହି ସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25