ଯୋହନଲିଖିତ ସୁସମାଚାର 7 : 1 (IRVOR)
କୁଟୀରବାସ ପର୍ବରେ ଯୀଶୁ ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 2 (IRVOR)
କିନ୍ତୁ ଯିହୂଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ,
ଯୋହନଲିଖିତ ସୁସମାଚାର 7 : 3 (IRVOR)
ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହି ସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦା ପ୍ରଦେଶକୁ ଯାଅ,
ଯୋହନଲିଖିତ ସୁସମାଚାର 7 : 4 (IRVOR)
କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ । ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର ।
ଯୋହନଲିଖିତ ସୁସମାଚାର 7 : 5 (IRVOR)
କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 6 (IRVOR)
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ ।
ଯୋହନଲିଖିତ ସୁସମାଚାର 7 : 7 (IRVOR)
ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି ।
ଯୋହନଲିଖିତ ସୁସମାଚାର 7 : 8 (IRVOR)
ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ ।
ଯୋହନଲିଖିତ ସୁସମାଚାର 7 : 9 (IRVOR)
ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ ।
ଯୋହନଲିଖିତ ସୁସମାଚାର 7 : 10 (IRVOR)
କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ ।
ଯୋହନଲିଖିତ ସୁସମାଚାର 7 : 11 (IRVOR)
ଏଣୁ ଯିହୂଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ ?
ଯୋହନଲିଖିତ ସୁସମାଚାର 7 : 12 (IRVOR)
ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି ।
ଯୋହନଲିଖିତ ସୁସମାଚାର 7 : 13 (IRVOR)
ତଥାପି ଯିହୂଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 14 (IRVOR)
କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 7 : 15 (IRVOR)
ଏଥିରେ ଯିହୂଦୀମାନେ ଚମତ୍କୃତ ହୋଇ କହିଲେ, ଏ ପାଠ ନ ପଢ଼ି କିପରି ପଣ୍ଡିତ ହେଲା ?
ଯୋହନଲିଖିତ ସୁସମାଚାର 7 : 16 (IRVOR)
ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର ।
ଯୋହନଲିଖିତ ସୁସମାଚାର 7 : 17 (IRVOR)
କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ ।
ଯୋହନଲିଖିତ ସୁସମାଚାର 7 : 18 (IRVOR)
ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ ।
ଯୋହନଲିଖିତ ସୁସମାଚାର 7 : 19 (IRVOR)
ମୋଶା କ'ଣ ତୁମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥା ଦେଇ ନାହାଁନ୍ତି ? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ । ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ?
ଯୋହନଲିଖିତ ସୁସମାଚାର 7 : 20 (IRVOR)
ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି ?
ଯୋହନଲିଖିତ ସୁସମାଚାର 7 : 21 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ ।
ଯୋହନଲିଖିତ ସୁସମାଚାର 7 : 22 (IRVOR)
ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ ।
ଯୋହନଲିଖିତ ସୁସମାଚାର 7 : 23 (IRVOR)
ମୋଶାଙ୍କର ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ?
ଯୋହନଲିଖିତ ସୁସମାଚାର 7 : 24 (IRVOR)
ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।
ଯୋହନଲିଖିତ ସୁସମାଚାର 7 : 25 (IRVOR)
ଏ କ'ଣ ମସୀହ ? ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ?
ଯୋହନଲିଖିତ ସୁସମାଚାର 7 : 26 (IRVOR)
ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାଁନ୍ତି । ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି ?
ଯୋହନଲିଖିତ ସୁସମାଚାର 7 : 27 (IRVOR)
ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଅଟନ୍ତି ।
ଯୋହନଲିଖିତ ସୁସମାଚାର 7 : 28 (IRVOR)
ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ ।
ଯୋହନଲିଖିତ ସୁସମାଚାର 7 : 29 (IRVOR)
ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ ।
ଯୋହନଲିଖିତ ସୁସମାଚାର 7 : 30 (IRVOR)
ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
ଯୋହନଲିଖିତ ସୁସମାଚାର 7 : 31 (IRVOR)
କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?
ଯୋହନଲିଖିତ ସୁସମାଚାର 7 : 32 (IRVOR)
ଯୀଶୁଙ୍କୁ ଧରିବା ନିମନ୍ତେ ଚେଷ୍ଟା ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ ।
ଯୋହନଲିଖିତ ସୁସମାଚାର 7 : 33 (IRVOR)
ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି ।
ଯୋହନଲିଖିତ ସୁସମାଚାର 7 : 34 (IRVOR)
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ ।
ଯୋହନଲିଖିତ ସୁସମାଚାର 7 : 35 (IRVOR)
ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ ? ଏ କ'ଣ ଗ୍ରୀକ୍‍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍‍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି ?
ଯୋହନଲିଖିତ ସୁସମାଚାର 7 : 36 (IRVOR)
ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ ?
ଯୋହନଲିଖିତ ସୁସମାଚାର 7 : 37 (IRVOR)
ଜୀବନଦାୟୀ ସ୍ରୋତ ଶେଷଦିନ, ଅର୍ଥାତ୍‍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ ।
ଯୋହନଲିଖିତ ସୁସମାଚାର 7 : 38 (IRVOR)
ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ ।
ଯୋହନଲିଖିତ ସୁସମାଚାର 7 : 39 (IRVOR)
ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ ।
ଯୋହନଲିଖିତ ସୁସମାଚାର 7 : 40 (IRVOR)
ଲୋକଙ୍କ ଭିତରେ ମତଭେଦ ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ ।
ଯୋହନଲିଖିତ ସୁସମାଚାର 7 : 41 (IRVOR)
ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କ'ଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ ?
ଯୋହନଲିଖିତ ସୁସମାଚାର 7 : 42 (IRVOR)
ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ ?
ଯୋହନଲିଖିତ ସୁସମାଚାର 7 : 43 (IRVOR)
ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା;
ଯୋହନଲିଖିତ ସୁସମାଚାର 7 : 44 (IRVOR)
ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ ।
ଯୋହନଲିଖିତ ସୁସମାଚାର 7 : 45 (IRVOR)
ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ?
ଯୋହନଲିଖିତ ସୁସମାଚାର 7 : 46 (IRVOR)
ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ ।
ଯୋହନଲିଖିତ ସୁସମାଚାର 7 : 47 (IRVOR)
ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
ଯୋହନଲିଖିତ ସୁସମାଚାର 7 : 48 (IRVOR)
ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି?
ଯୋହନଲିଖିତ ସୁସମାଚାର 7 : 49 (IRVOR)
କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ ।
ଯୋହନଲିଖିତ ସୁସମାଚାର 7 : 50 (IRVOR)
ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ,
ଯୋହନଲିଖିତ ସୁସମାଚାର 7 : 51 (IRVOR)
ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କ'ଣ ତାହାକୁ ଦୋଷୀ କରେ ?
ଯୋହନଲିଖିତ ସୁସମାଚାର 7 : 52 (IRVOR)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କ'ଣ ଜଣେ ଗାଲିଲୀୟ ଲୋକ ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ ।
ଯୋହନଲିଖିତ ସୁସମାଚାର 7 : 53 (IRVOR)
ବ୍ୟଭିଚାର କର୍ମରେ ଧୃତା ସ୍ତ୍ରୀ [ଆଉ ସେମାନେ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ଚାଲିଗଲେ,

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53