ଯୋହନଲିଖିତ ସୁସମାଚାର 8 : 1 (IRVOR)
କିନ୍ତୁ ଯୀଶୁ ଜୀତପର୍ବତକୁ ଗଲେ ।
ଯୋହନଲିଖିତ ସୁସମାଚାର 8 : 2 (IRVOR)
ପ୍ରତ୍ୟୁଷରେ ସେ ପୁନର୍ବାର ମନ୍ଦିରକୁ ଆସିଲେ, ପୁଣି, ସମସ୍ତ ଲୋକ ତାହାଙ୍କ ନିକଟକୁ ଆସନ୍ତେ, ସେ ଉପବେଶନ କରି ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 3 (IRVOR)
ଆଉ, ଶାସ୍ତ୍ରୀ ଓ ଫାରୂଶୀମାନେ ବ୍ୟଭିଚାର କର୍ମରେ ଧୃତା ଜଣେ ସ୍ତ୍ରୀଲୋକକୁ ଘେନିଆସି ତାହାକୁ ମଧ୍ୟସ୍ଥଳରେ ଠିଆ କରାଇ ତାହାଙ୍କୁ କହିଲେ,
ଯୋହନଲିଖିତ ସୁସମାଚାର 8 : 4 (IRVOR)
ହେ ଗୁରୁ, ଏହି ସ୍ତ୍ରୀଲୋକଟି ବ୍ୟଭିଚାର କର୍ମ କରୁଥିବା ସମୟରେ ଧରାପଡ଼ିଅଛି ।
ଯୋହନଲିଖିତ ସୁସମାଚାର 8 : 5 (IRVOR)
ଏହିପରି ଲୋକମାନଙ୍କୁ ପଥର ଫୋପାଡ଼ି ମାରିବାକୁ ମୋଶା ଆମ୍ଭମାନଙ୍କୁ ମୋଶାଙ୍କ ବ୍ୟବସ୍ଥାରେ ଆଜ୍ଞା ଦେଇଅଛନ୍ତି; ତେବେ ଆପଣ କ'ଣ କହୁଅଛନ୍ତି ?
ଯୋହନଲିଖିତ ସୁସମାଚାର 8 : 6 (IRVOR)
ସେମାନେ ଯେପରି ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି, ଏଥି ନିମନ୍ତେ ସେମାନେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ । କିନ୍ତୁ ଯୀଶୁ ଅଧୋମୁଖ ହୋଇ ଅଙ୍ଗୁଳି ଦ୍ୱାରା ଭୂମିରେ ଲେଖିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 7 (IRVOR)
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାକୁ ପଥର ଫୋପାଡ଼ୁ ।
ଯୋହନଲିଖିତ ସୁସମାଚାର 8 : 8 (IRVOR)
ପୁନର୍ବାର ସେ ଅଧୋମୁଖ ହୋଇ ଭୂମିରେ ଲେଖିବାକୁ ଲାଗିଲେ ।
ଯୋହନଲିଖିତ ସୁସମାଚାର 8 : 9 (IRVOR)
ତାହା ଶୁଣି ସେମାନେ ବଡ଼ଠାରୁ ଆରମ୍ଭ କରି ଜଣ ଜଣ ହୋଇ ବାହାରିଯିବାକୁ ଲାଗିଲେ, ଆଉ କେବଳ ଯୀଶୁ ଓ ମଧ୍ୟସ୍ଥଳରେ ସେହି ସ୍ତ୍ରୀଲୋକ ଅବଶିଷ୍ଟ ରହିଲେ ।
ଯୋହନଲିଖିତ ସୁସମାଚାର 8 : 10 (IRVOR)
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି ? କେହି କ'ଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ ?
ଯୋହନଲିଖିତ ସୁସମାଚାର 8 : 11 (IRVOR)
ସେ କହିଲା, କେହି ନାହିଁ, ପ୍ରଭୁ । ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ ।]
ଯୋହନଲିଖିତ ସୁସମାଚାର 8 : 12 (IRVOR)
ଯୀଶୁ ଜଗତର ଜ୍ୟୋତିଃ ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ ।
ଯୋହନଲିଖିତ ସୁସମାଚାର 8 : 13 (IRVOR)
ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ ।
ଯୋହନଲିଖିତ ସୁସମାଚାର 8 : 14 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ ।
ଯୋହନଲିଖିତ ସୁସମାଚାର 8 : 15 (IRVOR)
ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 16 (IRVOR)
କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 17 (IRVOR)
ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥାରେ ମଧ୍ୟ ଲେଖା ଅଛି ।
ଯୋହନଲିଖିତ ସୁସମାଚାର 8 : 18 (IRVOR)
ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 19 (IRVOR)
ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ ।
ଯୋହନଲିଖିତ ସୁସମାଚାର 8 : 20 (IRVOR)
ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା ।
ଯୋହନଲିଖିତ ସୁସମାଚାର 8 : 21 (IRVOR)
ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ।
ଯୋହନଲିଖିତ ସୁସମାଚାର 8 : 22 (IRVOR)
ତେଣୁ ଯିହୂଦୀମାନେ କହିବାକୁ ଲାଗିଲେ, ଏ କ'ଣ ଆତ୍ମହତ୍ୟା କରିବ ବୋଲି କହୁଅଛି, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ ?
ଯୋହନଲିଖିତ ସୁସମାଚାର 8 : 23 (IRVOR)
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ; ତୁମ୍ଭେମାନେ ଜଗତରୁ ଉତ୍ପନ , ମୁଁ ଜଗତରୁ ଉତ୍ପନ ନୁହେଁ ।
ଯୋହନଲିଖିତ ସୁସମାଚାର 8 : 24 (IRVOR)
ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ ।
ଯୋହନଲିଖିତ ସୁସମାଚାର 8 : 25 (IRVOR)
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ ? ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ସଙ୍ଗରେ କଥା କହିଲେ ଲାଭ କ'ଣ ?
ଯୋହନଲିଖିତ ସୁସମାଚାର 8 : 26 (IRVOR)
ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହି ସବୁ ଜଗତକୁ ଜଣାଉଅଛି ।
ଯୋହନଲିଖିତ ସୁସମାଚାର 8 : 27 (IRVOR)
ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 28 (IRVOR)
ଅତଏବ, ଯୀଶୁ କହିଲେ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ ।
ଯୋହନଲିଖିତ ସୁସମାଚାର 8 : 29 (IRVOR)
ମୋହର ପ୍ରେରଣକର୍ତ୍ତା ମୋ' ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ ।
ଯୋହନଲିଖିତ ସୁସମାଚାର 8 : 30 (IRVOR)
ସେ ଏହି ସମସ୍ତ କଥା କହନ୍ତେ, ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ ।
ଯୋହନଲିଖିତ ସୁସମାଚାର 8 : 31 (IRVOR)
ଯୋହନଲିଖିତ ସୁସମାଚାର 8 : 32 (IRVOR)
ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ, ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ ।
ଯୋହନଲିଖିତ ସୁସମାଚାର 8 : 33 (IRVOR)
ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ ?
ଯୋହନଲିଖିତ ସୁସମାଚାର 8 : 34 (IRVOR)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ ।
ଯୋହନଲିଖିତ ସୁସମାଚାର 8 : 35 (IRVOR)
ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ ।
ଯୋହନଲିଖିତ ସୁସମାଚାର 8 : 36 (IRVOR)
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ ।
ଯୋହନଲିଖିତ ସୁସମାଚାର 8 : 37 (IRVOR)
ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ ।
ଯୋହନଲିଖିତ ସୁସମାଚାର 8 : 38 (IRVOR)
ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର ।
ଯୋହନଲିଖିତ ସୁସମାଚାର 8 : 39 (IRVOR)
ଶୟତାନର ସନ୍ତାନ ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା । ଯୀଶୁ ସେମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର;
ଯୋହନଲିଖିତ ସୁସମାଚାର 8 : 40 (IRVOR)
କିନ୍ତୁ ଯେ ଈଶ୍ୱରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରିଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ ।
ଯୋହନଲିଖିତ ସୁସମାଚାର 8 : 41 (IRVOR)
ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ । ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର ।
ଯୋହନଲିଖିତ ସୁସମାଚାର 8 : 42 (IRVOR)
ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ ।
ଯୋହନଲିଖିତ ସୁସମାଚାର 8 : 43 (IRVOR)
ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ ।
ଯୋହନଲିଖିତ ସୁସମାଚାର 8 : 44 (IRVOR)
ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।
ଯୋହନଲିଖିତ ସୁସମାଚାର 8 : 45 (IRVOR)
କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ ।
ଯୋହନଲିଖିତ ସୁସମାଚାର 8 : 46 (IRVOR)
ମୋ'ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି ? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ ?
ଯୋହନଲିଖିତ ସୁସମାଚାର 8 : 47 (IRVOR)
ଯେ ଈଶ୍ୱରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ୱରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଉତ୍ପନ୍ନ ନୁହଁ ।
ଯୋହନଲିଖିତ ସୁସମାଚାର 8 : 48 (IRVOR)
ଅବ୍ରହାମଙ୍କ ପୂର୍ବରୁ ଯୀଶୁ ଥିଲେ ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
ଯୋହନଲିଖିତ ସୁସମାଚାର 8 : 49 (IRVOR)
ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।
ଯୋହନଲିଖିତ ସୁସମାଚାର 8 : 50 (IRVOR)
କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି ।
ଯୋହନଲିଖିତ ସୁସମାଚାର 8 : 51 (IRVOR)
ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ ।
ଯୋହନଲିଖିତ ସୁସମାଚାର 8 : 52 (IRVOR)
ଯିହୂଦୀମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ ।
ଯୋହନଲିଖିତ ସୁସମାଚାର 8 : 53 (IRVOR)
ତୁ କ'ଣ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ ?
ଯୋହନଲିଖିତ ସୁସମାଚାର 8 : 54 (IRVOR)
ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି ;
ଯୋହନଲିଖିତ ସୁସମାଚାର 8 : 55 (IRVOR)
ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ । ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ ।
ଯୋହନଲିଖିତ ସୁସମାଚାର 8 : 56 (IRVOR)
ତୁମ୍ଭମାନଙ୍କର ପିତା ଅବ୍ରାହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ ।
ଯୋହନଲିଖିତ ସୁସମାଚାର 8 : 57 (IRVOR)
ସେଥିରେ ଯିହୂଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କ'ଣ ଅବ୍ରହାମଙ୍କୁ ଦେଖିଅଛ ?
ଯୋହନଲିଖିତ ସୁସମାଚାର 8 : 58 (IRVOR)
ଯୀଶୁ ସେମାନଙ୍କୁ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି ।
ଯୋହନଲିଖିତ ସୁସମାଚାର 8 : 59 (IRVOR)
ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ ।
❮
❯