ଯିହୋଶୂୟ 1 : 1 (IRVOR)
ଯିହୋଶୂୟଙ୍କୁ ସଦାପ୍ରଭୁଙ୍କ କର୍ତ୍ତୃତ୍ୱ ଓ ଅଧିକାର ସଦାପ୍ରଭୁଙ୍କ ସେବକ ମୋଶାଙ୍କର ମୃତ୍ୟୁୁ ଉତ୍ତାରେ ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟ ନାମକ ମୋଶାଙ୍କର ପରିଚାରକଙ୍କୁ କହିଲେ,
ଯିହୋଶୂୟ 1 : 2 (IRVOR)
ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
ଯିହୋଶୂୟ 1 : 3 (IRVOR)
ଯେ ଯେ ସ୍ଥାନରେ ତୁମ୍ଭମାନଙ୍କ ତଳିପା ପଡ଼ିବ, ସେସବୁ ସ୍ଥାନ ମୋଶା ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ।
ଯିହୋଶୂୟ 1 : 4 (IRVOR)
ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍‍, ଫରାତ୍‍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
ଯିହୋଶୂୟ 1 : 5 (IRVOR)
ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
ଯିହୋଶୂୟ 1 : 6 (IRVOR)
ତୁମ୍ଭେ ବଳବାନ ଓ ସାହସିକ ହୁଅ; କାରଣ ଏମାନଙ୍କ ପୂର୍ବପୁରୁଷଗଣ ନିକଟରେ ଯେଉଁ ଦେଶ ଦେବାକୁ ଆମ୍ଭେ ଶପଥ କରିଅଛୁ, ତାହା ତୁମ୍ଭେ ଏମାନଙ୍କୁ ଅଧିକାର କରାଇବ।
ଯିହୋଶୂୟ 1 : 7 (IRVOR)
ମାତ୍ର ଆମ୍ଭର ସେବକ ମୋଶା ତୁମ୍ଭକୁ ଯେ ସମସ୍ତ ବ୍ୟବସ୍ଥା ଆଦେଶ କରିଅଛି, ସେସବୁ ତୁମ୍ଭେ ମାନିବାକୁ ଓ କରିବାକୁ ବଳବାନ ଓ ଅତି ସାହସିକ ହୁଅ; ତହିଁର ଦକ୍ଷିଣକୁ କି ବାମକୁ ଫେର ନାହିଁ, ତହିଁରେ ତୁମ୍ଭେ ଯେକୌଣସି ସ୍ଥାନକୁ ଯିବ, ସେଠାରେ କୁଶଳ ପ୍ରାପ୍ତ ହେବ।
ଯିହୋଶୂୟ 1 : 8 (IRVOR)
ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।
ଯିହୋଶୂୟ 1 : 9 (IRVOR)
ଆମ୍ଭେ କି ତୁମ୍ଭକୁ ଆଜ୍ଞା ଦେଇ ନାହୁଁ ? ବଳବାନ ହୁଅ ଓ ସାହସିକ ହୁଅ; ତ୍ରାସଯୁକ୍ତ ହୁଅ ନାହିଁ, କି ହତାଶ ହୁଅ ନାହିଁ; କାରଣ ତୁମ୍ଭେ ଯେଉଁଆଡ଼େ ଯିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀ ହେବେ।
ଯିହୋଶୂୟ 1 : 10 (IRVOR)
ଯିହୋଶୂୟଙ୍କର ଦାୟିତ୍ୱ ଗ୍ରହଣ ଏଥିଉତ୍ତାରେ ଯିହୋଶୂୟ ଲୋକମାନଙ୍କ ଅଧ୍ୟକ୍ଷମାନଙ୍କୁ ଆଜ୍ଞା ଦେଇ କହିଲେ,
ଯିହୋଶୂୟ 1 : 11 (IRVOR)
ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।
ଯିହୋଶୂୟ 1 : 12 (IRVOR)
ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
ଯିହୋଶୂୟ 1 : 13 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।
ଯିହୋଶୂୟ 1 : 14 (IRVOR)
ମୋଶା ଯର୍ଦ୍ଦନର ପୂର୍ବ ପାରିରେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇ ଅଛନ୍ତି, ସେଠାରେ ତୁମ୍ଭମାନଙ୍କର ସ୍ତ୍ରୀଲୋକ ଓ ବାଳକ ଓ ପଶୁମାନେ ରହିବେ; ମାତ୍ର ତୁମ୍ଭେମାନେ, ତୁମ୍ଭମାନଙ୍କ ମହାବିକ୍ରମଶାଳୀ ଲୋକମାନେ, ସସଜ୍ଜ ହୋଇ ଆପଣା ଭାଇମାନଙ୍କ ଆଗେ ଆଗେ ପାର ହୋଇଯିବ,
ଯିହୋଶୂୟ 1 : 15 (IRVOR)
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।
ଯିହୋଶୂୟ 1 : 16 (IRVOR)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।
ଯିହୋଶୂୟ 1 : 17 (IRVOR)
ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।
ଯିହୋଶୂୟ 1 : 18 (IRVOR)
ଯେଉଁ ବ୍ୟକ୍ତି ତୁମ୍ଭ ଆଜ୍ଞାର ବିରୁଦ୍ଧାଚରଣ କରିବ ଓ ତୁମ୍ଭେ ଯେ ଯେ କଥା ଆଦେଶ କରିବ, ତାହାସବୁ ଶୁଣିବ ନାହିଁ, ସେ ଯେକେହି ହେଉ, ତାହାର ପ୍ରାଣଦଣ୍ଡ ହେବ। ତୁମ୍ଭେ କେବଳ ବଳବାନ ଓ ସାହସିକ ହୁଅ।

1 2 3 4 5 6 7 8 9 10 11 12 13 14 15 16 17 18