ଯିହୋଶୂୟ 15 : 1 (IRVOR)
ଯିହୁଦାର ବାଣ୍ଟ ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
ଯିହୋଶୂୟ 15 : 2 (IRVOR)
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର* ଅର୍ଥାତ୍ ମୃତ୍ୟୁ ସାଗର ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
ଯିହୋଶୂୟ 15 : 3 (IRVOR)
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
ଯିହୋଶୂୟ 15 : 4 (IRVOR)
ଏଉତ୍ତାରେ ଅସ୍‍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
ଯିହୋଶୂୟ 15 : 5 (IRVOR)
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
ଯିହୋଶୂୟ 15 : 6 (IRVOR)
ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
ଯିହୋଶୂୟ 15 : 7 (IRVOR)
ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
ଯିହୋଶୂୟ 15 : 8 (IRVOR)
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।
ଯିହୋଶୂୟ 15 : 9 (IRVOR)
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
ଯିହୋଶୂୟ 15 : 10 (IRVOR)
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
ଯିହୋଶୂୟ 15 : 11 (IRVOR)
ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
ଯିହୋଶୂୟ 15 : 12 (IRVOR)
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
ଯିହୋଶୂୟ 15 : 13 (IRVOR)
ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
ଯିହୋଶୂୟ 15 : 14 (IRVOR)
ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
ଯିହୋଶୂୟ 15 : 15 (IRVOR)
ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
ଯିହୋଶୂୟ 15 : 16 (IRVOR)
ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।
ଯିହୋଶୂୟ 15 : 17 (IRVOR)
ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
ଯିହୋଶୂୟ 15 : 18 (IRVOR)
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
ଯିହୋଶୂୟ 15 : 19 (IRVOR)
ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
ଯିହୋଶୂୟ 15 : 20 (IRVOR)
ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
ଯିହୋଶୂୟ 15 : 21 (IRVOR)
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର
ଯିହୋଶୂୟ 15 : 22 (IRVOR)
ଓ କୀନା ଓ ଦୀମୋନା ଓ ଅଦାଦା
ଯିହୋଶୂୟ 15 : 23 (IRVOR)
ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍;
ଯିହୋଶୂୟ 15 : 24 (IRVOR)
ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍
ଯିହୋଶୂୟ 15 : 25 (IRVOR)
ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;)
ଯିହୋଶୂୟ 15 : 26 (IRVOR)
ଅମାମ୍‍ ଓ ଶେମା ଓ ମୋଲାଦା
ଯିହୋଶୂୟ 15 : 27 (IRVOR)
ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ
ଯିହୋଶୂୟ 15 : 28 (IRVOR)
ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା;
ଯିହୋଶୂୟ 15 : 29 (IRVOR)
ବାଲା ଓ ଇୟୀମ୍‍ ଓ ଏତ୍‍ସମ୍‍;
ଯିହୋଶୂୟ 15 : 30 (IRVOR)
ଇଲତୋଲଦ୍‍ ଓ କସୀଲ ଓ ହର୍ମା
ଯିହୋଶୂୟ 15 : 31 (IRVOR)
ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା
ଯିହୋଶୂୟ 15 : 32 (IRVOR)
ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
ଯିହୋଶୂୟ 15 : 33 (IRVOR)
ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା
ଯିହୋଶୂୟ 15 : 34 (IRVOR)
ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍;
ଯିହୋଶୂୟ 15 : 35 (IRVOR)
ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
ଯିହୋଶୂୟ 15 : 36 (IRVOR)
ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।
ଯିହୋଶୂୟ 15 : 37 (IRVOR)
ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ
ଯିହୋଶୂୟ 15 : 38 (IRVOR)
ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ;
ଯିହୋଶୂୟ 15 : 39 (IRVOR)
ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;
ଯିହୋଶୂୟ 15 : 40 (IRVOR)
କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍
ଯିହୋଶୂୟ 15 : 41 (IRVOR)
ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍‍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
ଯିହୋଶୂୟ 15 : 42 (IRVOR)
ଲିବ୍‍ନା ଓ ଏଥର୍‍ ଓ ଆଶନ୍‍
ଯିହୋଶୂୟ 15 : 43 (IRVOR)
ଓ ଯିପ୍ତହ ଓ ଅସ୍‍ନା ଓ ନତ୍‍ସୀବ୍‍;
ଯିହୋଶୂୟ 15 : 44 (IRVOR)
କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
ଯିହୋଶୂୟ 15 : 45 (IRVOR)
ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
ଯିହୋଶୂୟ 15 : 46 (IRVOR)
ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍‍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।
ଯିହୋଶୂୟ 15 : 47 (IRVOR)
ଅସ୍‍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
ଯିହୋଶୂୟ 15 : 48 (IRVOR)
ପର୍ବତମୟ ଦେଶରେ ଶାମୀର୍‍ ଓ ଯତ୍ତୀର ଓ ସୋଖୋ;
ଯିହୋଶୂୟ 15 : 49 (IRVOR)
ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି)
ଯିହୋଶୂୟ 15 : 50 (IRVOR)
ଓ ଅନାବ ଓ ଇଷ୍ଟିମୋୟ ଓ ଆନୀମ୍‍
ଯିହୋଶୂୟ 15 : 51 (IRVOR)
ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।
ଯିହୋଶୂୟ 15 : 52 (IRVOR)
ଅରାବ୍‍ ଓ ଦୂମା ଓ ଇଶୀୟନ୍‍
ଯିହୋଶୂୟ 15 : 53 (IRVOR)
ଓ ଯାନୁମ୍‍ ଓ ବେଥ୍-ତ୍ତପୂହ ଓ ଅଫେକା
ଯିହୋଶୂୟ 15 : 54 (IRVOR)
ଓ ହୁମ୍‍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।
ଯିହୋଶୂୟ 15 : 55 (IRVOR)
ମାୟୋନ୍‍, କର୍ମିଲ ଓ ସୀଫ୍ ଓ ଯୁଟା
ଯିହୋଶୂୟ 15 : 56 (IRVOR)
ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ;
ଯିହୋଶୂୟ 15 : 57 (IRVOR)
କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।
ଯିହୋଶୂୟ 15 : 58 (IRVOR)
ହଲହୁଲ ଓ ବେଥ୍-ସୁର ଓ ଗଦୋର
ଯିହୋଶୂୟ 15 : 59 (IRVOR)
ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।
ଯିହୋଶୂୟ 15 : 60 (IRVOR)
କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।
ଯିହୋଶୂୟ 15 : 61 (IRVOR)
ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା
ଯିହୋଶୂୟ 15 : 62 (IRVOR)
ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।
ଯିହୋଶୂୟ 15 : 63 (IRVOR)
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63