ଯିହୋଶୂୟ 24 : 1 (IRVOR)
ଶିଖିମରେ ଚୁକ୍ତିର ନୂତନୀକରଣ ଏଥିଉତ୍ତାରେ ଯିହୋଶୂୟ ଇସ୍ରାଏଲ ବଂଶସମୂହକୁ ଶିଖିମରେ ଏକତ୍ର କରି ସେମାନଙ୍କ ପ୍ରାଚୀନବର୍ଗକୁ ଓ ସେମାନଙ୍କ ପ୍ରଧାନମାନଙ୍କୁ ଓ ସେମାନଙ୍କ ବିଚାରକର୍ତ୍ତୃଗଣଙ୍କୁ ଓ ସେମାନଙ୍କ ଅଧ୍ୟକ୍ଷମାନଙ୍କୁ ଡକାଇଲେ, ତହିଁରେ ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଠିଆ ହେଲେ।
ଯିହୋଶୂୟ 24 : 2 (IRVOR)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପୂର୍ବ କାଳରେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମ ଓ ନାହୋରର ପିତା ତେରହ ପ୍ରଭୃତି ନଦୀ ସେପାରିରେ ବାସ କରି ଅନ୍ୟ ଦେବତାମାନଙ୍କର ସେବା କରୁଥିଲେ;
ଯିହୋଶୂୟ 24 : 3 (IRVOR)
ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମକୁ ସେହି ନଦୀ ସେପାରିରୁ ନେଇ କିଣାନ ଦେଶର ସର୍ବତ୍ର ଭ୍ରମଣ କରାଇଲୁ ଓ ତାହାର ବଂଶକୁ ବହୁପ୍ରଜ କଲୁ ଓ ତାହାକୁ ଇସ୍ହାକ ଦେଲୁ।
ଯିହୋଶୂୟ 24 : 4 (IRVOR)
ଆଉ ଆମ୍ଭେ ଇସ୍ହାକକୁ ଯାକୁବ ଓ ଏଷୌ ଦେଲୁ; ପୁଣି ଆମ୍ଭେ ଅଧିକାରାର୍ଥେ ଏଷୌକୁ ସେୟୀର ପର୍ବତ ଦେଲୁ; ଆଉ ଯାକୁବ ଓ ତାହାର ସନ୍ତାନମାନେ ମିସରକୁ ଗଲେ।
ଯିହୋଶୂୟ 24 : 5 (IRVOR)
ଏଉତ୍ତାରେ ଆମ୍ଭେ ମୋଶା ଓ ହାରୋଣକୁ ପଠାଇଲୁ ଓ ମିସର ମଧ୍ୟରେ ଯେଉଁ କାର୍ଯ୍ୟ କଲୁ, ତଦ୍ଦ୍ୱାରା ତାହାକୁ ଦଣ୍ଡ ଦେଲୁ; ତହିଁ ଉତ୍ତାରେ ଆମ୍ଭେ ତୁମ୍ଭମାନଙ୍କୁ ବାହାର କରି ଆଣିଲୁ।
ଯିହୋଶୂୟ 24 : 6 (IRVOR)
ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।
ଯିହୋଶୂୟ 24 : 7 (IRVOR)
ତହିଁରେ ସେମାନେ ସଦାପ୍ରଭୁଙ୍କୁ ଡାକ ପକାନ୍ତେ, ସେ ତୁମ୍ଭମାନଙ୍କ ଓ ମିସ୍ରୀୟମାନଙ୍କ ମଧ୍ୟରେ ଅନ୍ଧକାର ସ୍ଥାପନ କଲେ, ଆଉ ସେମାନଙ୍କ ଉପରକୁ ସମୁଦ୍ର ଆଣି ସେମାନଙ୍କୁ ଆଚ୍ଛନ୍ନ କଲେ; ଆମ୍ଭେ ମିସରରେ ଯାହା କଲୁ; ତାହା ତୁମ୍ଭମାନଙ୍କ ଚକ୍ଷୁ ଦେଖିଲା, ତହିଁ ଉତ୍ତାରେ ତୁମ୍ଭେମାନେ ଅନେକ ଦିନ ପ୍ରାନ୍ତରରେ ବାସ କଲ।
ଯିହୋଶୂୟ 24 : 8 (IRVOR)
ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।
ଯିହୋଶୂୟ 24 : 9 (IRVOR)
ତେବେ ମୋୟାବ-ରାଜା ସିପ୍ପୋରର ପୁତ୍ର ବାଲାକ୍ ଉଠି ଇସ୍ରାଏଲ ପ୍ରତିକୂଳରେ ଯୁଦ୍ଧ କଲା, ପୁଣି ସେ ଲୋକ ପଠାଇ ତୁମ୍ଭମାନଙ୍କୁ ଶାପ ଦେବା ନିମନ୍ତେ ବିୟୋରର ପୁତ୍ର ବିଲୀୟମ୍କୁ ଡକାଇଲା।
ଯିହୋଶୂୟ 24 : 10 (IRVOR)
ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ।
ଯିହୋଶୂୟ 24 : 11 (IRVOR)
ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,
ଯିହୋଶୂୟ 24 : 12 (IRVOR)
ଆଉ ତୁମ୍ଭର ଖଡ୍ଗ କି ତୁମ୍ଭର ଧନୁ ଦ୍ୱାରା ନୁହେଁ, ମାତ୍ର ଆମ୍ଭେ ତୁମ୍ଭମାନଙ୍କ ଆଗେ ଆଗେ ବିରୁଡ଼ି* ଦେଖନ୍ତୁ ଯାତ୍ରା 23:28 ପଠାଇଲୁ, ଯେ ସେମାନଙ୍କୁ, ଅର୍ଥାତ୍, ଇମୋରୀୟମାନଙ୍କ ଦୁଇ ରାଜାଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଲା।
ଯିହୋଶୂୟ 24 : 13 (IRVOR)
ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।”
ଯିହୋଶୂୟ 24 : 14 (IRVOR)
ମନୋନୀତ କର କାହାର ସେବା କରିବ ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
ଯିହୋଶୂୟ 24 : 15 (IRVOR)
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।
ଯିହୋଶୂୟ 24 : 16 (IRVOR)
ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।”
ଯିହୋଶୂୟ 24 : 17 (IRVOR)
ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର, ସେ ଆପେ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିସର ଦେଶର ଦାସଗୃହରୁ ବାହାର କରି ଆଣିଲେ ଓ ଆମ୍ଭମାନଙ୍କ ଦୃଷ୍ଟିଗୋଚରରେ ଏହିସବୁ ମହା ଚିହ୍ନ ପ୍ରକାଶ କଲେ, ପୁଣି ଯେଉଁ ସକଳ ପଥରେ ଓ ଯେ ଯେ ଗୋଷ୍ଠୀ ଦେଇ ଆମ୍ଭେମାନେ ଆସିଅଛୁ, ସେମାନଙ୍କ ମଧ୍ୟରେ ସେ ଆମ୍ଭମାନଙ୍କୁ ରକ୍ଷା କରିଅଛନ୍ତି।
ଯିହୋଶୂୟ 24 : 18 (IRVOR)
ଆହୁରି ସେହି ସଦାପ୍ରଭୁ ଏ ଦେଶ ନିବାସୀ ଇମୋରୀୟ ଆଦି ସବୁ ଗୋଷ୍ଠୀକି ଆମ୍ଭମାନଙ୍କ ସମ୍ମୁଖରୁ ଘଉଡ଼ାଇ ଦେଇଅଛନ୍ତି; ଏଣୁ ଆମ୍ଭେମାନେ ମଧ୍ୟ ସଦାପ୍ରଭୁଙ୍କର ସେବା କରିବୁ, କାରଣ ସେ ଆମ୍ଭମାନଙ୍କର ପରମେଶ୍ୱର।
ଯିହୋଶୂୟ 24 : 19 (IRVOR)
ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ-ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।
ଯିହୋଶୂୟ 24 : 20 (IRVOR)
ତୁମ୍ଭେମାନେ ଯେବେ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ବିଦେଶୀୟ ଦେବତାମାନଙ୍କୁ ସେବା କରିବ, ତେବେ ସେ ତୁମ୍ଭମାନଙ୍କ ପ୍ରତି ଫେରି ଅମଙ୍ଗଳ କରିବେ, ପୁଣି ତୁମ୍ଭମାନଙ୍କର ମଙ୍ଗଳ କରିଥିଲେ ହେଁ ତୁମ୍ଭମାନଙ୍କୁ ସଂହାର କରିବେ।”
ଯିହୋଶୂୟ 24 : 21 (IRVOR)
ତହୁଁ ଲୋକମାନେ ଯିହୋଶୂୟଙ୍କୁ କହିଲେ, “ନାହିଁ; ମାତ୍ର ଆମ୍ଭେମାନେ ସଦାପ୍ରଭୁଙ୍କର ସେବା କରିବା।”
ଯିହୋଶୂୟ 24 : 22 (IRVOR)
ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।”
ଯିହୋଶୂୟ 24 : 23 (IRVOR)
ସେ କହିଲେ, “ତେବେ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ବିଦେଶୀୟ ଦେବତାମାନେ ଅଛନ୍ତି, ସେମାନଙ୍କୁ ଏବେ ବାହାର କରି ଦିଅ, ପୁଣି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଡ଼କୁ ଆପଣା ଆପଣା ହୃଦୟ ଡେର।”
ଯିହୋଶୂୟ 24 : 24 (IRVOR)
ତହିଁରେ ଲୋକମାନେ ଯିହୋଶୂୟଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ସେବା ଆମ୍ଭେମାନେ କରିବୁ ଓ ତାହାଙ୍କ ରବ ଶୁଣିବୁ।
ଯିହୋଶୂୟ 24 : 25 (IRVOR)
ତହିଁରେ ଯିହୋଶୂୟ ସେହି ଦିନ ଲୋକମାନଙ୍କ ସହିତ ନିୟମ ସ୍ଥିର କରି ଶିଖିମରେ ସେମାନଙ୍କ ନିମନ୍ତେ ବିଧି ଓ ଶାସନ ସ୍ଥାପନ କଲେ।
ଯିହୋଶୂୟ 24 : 26 (IRVOR)
ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ୍ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ୍ ବୃକ୍ଷ ମୂଳେ ସ୍ଥାପନ କଲେ।
ଯିହୋଶୂୟ 24 : 27 (IRVOR)
ତହୁଁ ଯିହୋଶୂୟ ସମସ୍ତ ଲୋକଙ୍କୁ କହିଲେ, “ଦେଖ, ଏହି ପ୍ରସ୍ତର ଆମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯାହା ଯାହା କହିଲେ, ସେସବୁ କଥା ଏ ଶୁଣିଅଛି; ଏହେତୁ ତୁମ୍ଭେମାନେ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କୁ ଅସ୍ୱୀକାର ନ କର, ଏଥିପାଇଁ ଏ ତୁମ୍ଭମାନଙ୍କ ପ୍ରତିକୂଳରେ ସାକ୍ଷୀ ହେବ।”
ଯିହୋଶୂୟ 24 : 28 (IRVOR)
ଏଉତ୍ତାରେ ଯିହୋଶୂୟ ଲୋକମାନଙ୍କର ପ୍ରତି ଜଣକୁ ଆପଣା ଆପଣା ଅଧିକାରକୁ ଯିବା ପାଇଁ ବିଦାୟ କଲେ।
ଯିହୋଶୂୟ 24 : 29 (IRVOR)
ଯିହୋଶୂୟଙ୍କ ମୃତ୍ୟୁୁ ଏବଂ ସମାଧି ଏ ସକଳ ଘଟଣା ଉତ୍ତାରେ ସଦାପ୍ରଭୁଙ୍କ ସେବକ ନୂନର ପୁତ୍ର ଯିହୋଶୂୟ ଏକ ଶହ ଦଶ ବର୍ଷ ବୟସ୍କ ହୋଇ ମଲେ।
ଯିହୋଶୂୟ 24 : 30 (IRVOR)
ତହିଁରେ ଲୋକମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନାତ୍ସେରହରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ।
ଯିହୋଶୂୟ 24 : 31 (IRVOR)
ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ କାର୍ଯ୍ୟ ଜ୍ଞାତ ଥିଲେ, ସେମାନଙ୍କ ମଧ୍ୟରୁ ଯିହୋଶୂୟଙ୍କ ଉତ୍ତାରେ ଯେଉଁମାନେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଇସ୍ରାଏଲ ସଦାପ୍ରଭୁଙ୍କର ସେବା କଲେ।
ଯିହୋଶୂୟ 24 : 32 (IRVOR)
ପୁଣି ଯାକୁବ ଏକ ଶହ ରୌପ୍ୟ ମୁଦ୍ରାରେ ଶିଖିମର ପିତା ହମୋର ସନ୍ତାନମାନଙ୍କଠାରୁ ଯେଉଁ ଭୂମି କ୍ରୟ କରିଥିଲେ, ଶିଖିମ୍ସ୍ଥିତ ସେହି ଭୂମିଖଣ୍ଡରେ ଇସ୍ରାଏଲ ସନ୍ତାନଗଣ ଯୋଷେଫଙ୍କର ଯେଉଁ ଅସ୍ଥି ମିସରରୁ ଆଣିଥିଲେ, ତାହା ପୋତିଲେ, ଆଉ ତାହା ଯୋଷେଫ-ସନ୍ତାନମାନଙ୍କ ଅଧିକାର ହେଲା।
ଯିହୋଶୂୟ 24 : 33 (IRVOR)
ଏ ଉତ୍ତାରେ ହାରୋଣଙ୍କ ପୁତ୍ର ଇଲୀୟାସର ମଲା; ତହିଁରେ ଲୋକମାନେ ଇଫ୍ରୟିମର ପର୍ବତମୟ ଦେଶରେ ତାହାର ପୁତ୍ର ପୀନହସ୍କୁ ଦତ୍ତ ପର୍ବତରେ ତାହାକୁ କବର ଦେଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33