ଯିହୋଶୂୟ 5 : 2 (IRVOR)
ଏଥିଉତ୍ତାରେ ଆମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ ନଦୀର ଜଳ କିପରି ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମପାରିସ୍ଥିତ ଇମୋରୀୟ ରାଜାଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜାଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ। {ଗିଲ୍ଗଲ୍ରେ ସୁନ୍ନତ } ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।
ଯିହୋଶୂୟ 5 : 3 (IRVOR)
ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ।
ଯିହୋଶୂୟ 5 : 4 (IRVOR)
ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।
ଯିହୋଶୂୟ 5 : 5 (IRVOR)
ବାହାରି ଆସିଥିବା ସମସ୍ତ ଲୋକ ସୁନ୍ନତ ହୋଇଥିଲେ; ମାତ୍ର ମିସରରୁ ବାହାରି ଆସୁ ଆସୁ ଯେତେ ଲୋକ ବାଟରେ ପ୍ରାନ୍ତର ମଧ୍ୟରେ ଜନ୍ମିଥିଲେ, ସେମାନଙ୍କର ସୁନ୍ନତ ହୋଇ ନ ଥିଲା।
ଯିହୋଶୂୟ 5 : 6 (IRVOR)
ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।
ଯିହୋଶୂୟ 5 : 7 (IRVOR)
ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।
ଯିହୋଶୂୟ 5 : 8 (IRVOR)
ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।
ଯିହୋଶୂୟ 5 : 9 (IRVOR)
ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଆଜି ଆମ୍ଭେ ତୁମ୍ଭମାନଙ୍କଠାରୁ ମିସରର ଦୁର୍ନାମ ଘୁଞ୍ଚାଇଲୁ; ଏହେତୁ ଆଜିଯାଏ ସେହି ସ୍ଥାନର ନାମ ଗିଲ୍ଗଲ୍* ଅର୍ଥାତ୍ ଘୁଞ୍ଚିବାର ରହିଲା।
ଯିହୋଶୂୟ 5 : 10 (IRVOR)
କିଣାନରେ ପ୍ରଥମ ନିସ୍ତାର ଭୋଜ ଇସ୍ରାଏଲ ସନ୍ତାନଗଣ ଗିଲ୍ଗଲ୍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।
ଯିହୋଶୂୟ 5 : 11 (IRVOR)
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।
ଯିହୋଶୂୟ 5 : 12 (IRVOR)
ପୁଣି ଦେଶର ପୁରାତନ ଶସ୍ୟ ଭୋଜନ କରିବାର ପରଦିନ ମାନ୍ନା ନିବୃତ୍ତ ହେଲା; ତହୁଁ ଇସ୍ରାଏଲ ସନ୍ତାନଗଣ ଆଉ ମାନ୍ନା ପାଇଲେ ନାହିଁ; ମାତ୍ର ସେମାନେ ସେହି ବର୍ଷ କିଣାନ ଦେଶର ଫଳ ଭୋଜନ କଲେ।
ଯିହୋଶୂୟ 5 : 13 (IRVOR)
ଯିହୋଶୂୟ ଏବଂ ଏକ ଖଡ୍ଗଧାରୀ ବ୍ୟକ୍ତି ପୁଣି ଯିହୋଶୂୟ ଯିରୀହୋ ନିକଟରେ ଥିବା ବେଳେ ଏପରି ହେଲା ଯେ, ସେ ଚକ୍ଷୁ ମେଲାଇ ଅନାଇଲେ, ଆଉ ଦେଖ, ନିଷ୍କୋଷ-ଖଡ୍ଗ ହସ୍ତ ଏକ ପୁରୁଷ ତାଙ୍କ ସମ୍ମୁଖରେ ଛିଡ଼ା ହେଲେ; ଏଥିରେ ଯିହୋଶୂୟ ତାଙ୍କ ନିକଟକୁ ଯାଇ ତାଙ୍କୁ ପଚାରିଲେ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷ କି ଆମ୍ଭମାନଙ୍କ ବିପକ୍ଷମାନଙ୍କ ପକ୍ଷ ?
ଯିହୋଶୂୟ 5 : 14 (IRVOR)
ତହୁଁ ସେ କହିଲେ, ନା; ମାତ୍ର ଆମ୍ଭେ ସଦାପ୍ରଭୁଙ୍କ ସୈନ୍ୟର ସେନାପତି, ଏବେ ଆସିଲୁ; ତହିଁରେ ଯିହୋଶୂୟ ଭୂମିରେ ମୁହଁମାଡ଼ି ପଡ଼ି ପ୍ରଣାମ କରି ତାହାଙ୍କୁ କହିଲେ, ମୋହର ପ୍ରଭୁ ଆପଣା ଦାସକୁ କି ଆଜ୍ଞା ଦେଉ ଅଛନ୍ତି ?
ଯିହୋଶୂୟ 5 : 15 (IRVOR)
ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।
❮
❯
1
2
3
4
5
6
7
8
9
10
11
12
13
14
15