ବିଚାରକର୍ତାମାନଙ୍କ ବିବରଣ 1 : 1 (IRVOR)
{କିଣାନ ଅଧିକୃତ ଅବ୍ୟାହତ} [PS] ଯିହୋଶୂୟଙ୍କର ମୃତ୍ୟୁୁ ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରିଲେ, “କିଣାନୀୟମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ପାଇଁ ଯୁଦ୍ଧ କରିବାକୁ କିଏ ପ୍ରଥମେ ଯିବ ?”
ବିଚାରକର୍ତାମାନଙ୍କ ବିବରଣ 1 : 2 (IRVOR)
ତହୁଁ ସଦାପ୍ରଭୁ କହିଲେ, “ଯିହୁଦା ଯିବ; ଦେଖ, ଆମ୍ଭେ ତାହା ହସ୍ତରେ ସେହି ଦେଶ ସମର୍ପଣ କରିଅଛୁ।”
ବିଚାରକର୍ତାମାନଙ୍କ ବିବରଣ 1 : 3 (IRVOR)
ତହିଁରେ ଯିହୁଦା ଆପଣା ଭ୍ରାତା ଶିମୀୟୋନକୁ କହିଲା, ଗୁଲିବାଣ୍ଟକ୍ରମେ ନିରୂପିତ ଆମ୍ଭ ଭାଗକୁ ଆସ, ଆମ୍ଭେମାନେ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା; ପୁଣି ଆମ୍ଭେ ମଧ୍ୟ ତୁମ୍ଭ ସଙ୍ଗେ ତୁମ୍ଭ ଭାଗକୁ ଯିବା। ତହିଁରେ ଶିମୀୟୋନ ତାହା ସଙ୍ଗେ ଗଲା।
ବିଚାରକର୍ତାମାନଙ୍କ ବିବରଣ 1 : 4 (IRVOR)
ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 5 (IRVOR)
ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 6 (IRVOR)
ମାତ୍ର ଅଦୋନୀବେଷକ୍‌ ପଳାଇଗଲା; ତହୁଁ ସେମାନେ ତାହା ପଛେ ଗୋଡ଼ାଇ ତାକୁ ଧରିଲେ ଏବଂ ତାହାର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛେଦନ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 7 (IRVOR)
ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
ବିଚାରକର୍ତାମାନଙ୍କ ବିବରଣ 1 : 8 (IRVOR)
ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 9 (IRVOR)
ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।
ବିଚାରକର୍ତାମାନଙ୍କ ବିବରଣ 1 : 10 (IRVOR)
ପୁଣି ଯିହୁଦା ହିବ୍ରୋଣବାସୀ କିଣାନୀୟମାନଙ୍କ ବିରୁଦ୍ଧରେ ଯାଇ ଶେଶୟକୁ ଓ ଅହୀମାନକୁ ଓ ତଲ୍ମୟକୁ ବଧ କଲା; ପୂର୍ବେ ଏହି ହିବ୍ରୋଣର ନାମ କିରୀୟଥ୍‍-ଅର୍ବ ଥିଲା।
ବିଚାରକର୍ତାମାନଙ୍କ ବିବରଣ 1 : 11 (IRVOR)
ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।
ବିଚାରକର୍ତାମାନଙ୍କ ବିବରଣ 1 : 12 (IRVOR)
ପୁଣି କାଲେବ କହିଲେ, ଯେ କେହି କିରୀୟଥ୍‍-ସେଫରକୁ ଆଘାତ କରି ହସ୍ତଗତ କରିବ, ମୁଁ ତାହା ସହିତ ମୋ’ କନ୍ୟା ଅକ୍‍ଷାର ବିବାହ ଦେବି।
ବିଚାରକର୍ତାମାନଙ୍କ ବିବରଣ 1 : 13 (IRVOR)
ଏଥିରେ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
ବିଚାରକର୍ତାମାନଙ୍କ ବିବରଣ 1 : 14 (IRVOR)
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକି ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ ?”
ବିଚାରକର୍ତାମାନଙ୍କ ବିବରଣ 1 : 15 (IRVOR)
ତହୁଁ ସେ କହିଲା, ମୋତେ ଏକ ଆଶୀର୍ବାଦ ପ୍ରଦାନ କରନ୍ତୁ; କାରଣ ଆପଣ ଦକ୍ଷିଣଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ; ତହିଁରେ କାଲେବ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
ବିଚାରକର୍ତାମାନଙ୍କ ବିବରଣ 1 : 16 (IRVOR)
ଏଥିଉତ୍ତାରେ ମୋଶାଙ୍କର ପତ୍ନୀ-ଭ୍ରାତା କେନୀୟର ସନ୍ତାନମାନେ ଯିହୁଦା-ସନ୍ତାନମାନଙ୍କ ସହିତ ଖର୍ଜ୍ଜୁରପୁରରୁ [* ଅର୍ଥାତ୍ ଯିରୀହୋ ନଗର] ଅରାଦର ଦକ୍ଷିଣ ଦିଗସ୍ଥିତ ଯିହୁଦା ପ୍ରାନ୍ତରକୁ ଉଠି ଯାଇ ସେ ସ୍ଥାନରେ ଲୋକମାନଙ୍କ ମଧ୍ୟରେ ବାସ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 17 (IRVOR)
ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା [† ଅର୍ଥାତ୍ ବିନାଶ] ହେଲା।
ବିଚାରକର୍ତାମାନଙ୍କ ବିବରଣ 1 : 18 (IRVOR)
ଯିହୁଦା ମଧ୍ୟ ଘସା ଓ ତହିଁର ଅଞ୍ଚଳ, ଅସ୍କିଲୋନ ଓ ତହିଁର ଅଞ୍ଚଳ, ପୁଣି ଇକ୍ରୋଣ ଓ ତହିଁର ଅଞ୍ଚଳ ହସ୍ତଗତ କଲା।
ବିଚାରକର୍ତାମାନଙ୍କ ବିବରଣ 1 : 19 (IRVOR)
ସଦାପ୍ରଭୁ ଯିହୁଦାର ସହାୟ ଥିଲେ; ଏଣୁ ସେ ସେହି ପର୍ବତମୟ ଦେଶ ନିବାସୀମାନଙ୍କୁ ତଡ଼ିଦେଲା; ମାତ୍ର ସେ ତଳଭୂମି ନିବାସୀମାନଙ୍କୁ ତଡ଼ିଦେଇ ପାରିଲା ନାହିଁ, କାରଣ ସେମାନଙ୍କର ଲୌହ ରଥ ଥିଲା।
ବିଚାରକର୍ତାମାନଙ୍କ ବିବରଣ 1 : 20 (IRVOR)
ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
ବିଚାରକର୍ତାମାନଙ୍କ ବିବରଣ 1 : 21 (IRVOR)
ବିନ୍ୟାମୀନ୍-ସନ୍ତାନମାନେ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ; ମାତ୍ର ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ବିନ୍ୟାମୀନ୍-ସନ୍ତାନଗଣ ସହିତ ବାସ କରୁଅଛନ୍ତି।
ବିଚାରକର୍ତାମାନଙ୍କ ବିବରଣ 1 : 22 (IRVOR)
ଏଥିଉତ୍ତାରେ ଯୋଷେଫ-ବଂଶ ମଧ୍ୟ ବେଥେଲ୍‍ ପ୍ରତିକୂଳରେ ଗଲେ; ପୁଣି ସଦାପ୍ରଭୁ ସେମାନଙ୍କ ସଙ୍ଗେ ସଙ୍ଗେ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 1 : 23 (IRVOR)
ସେତେବେଳେ ଯୋଷେଫ-ବଂଶ ବେଥେଲ୍‍ ଅନୁସନ୍ଧାନ କରିବାକୁ ଲୋକ ପଠାଇଲେ; ପୂର୍ବେ ସେହି ନଗରର ନାମ ଲୂସ୍‍ ଥିଲା।
ବିଚାରକର୍ତାମାନଙ୍କ ବିବରଣ 1 : 24 (IRVOR)
ତହିଁରେ ସେହି ନିରୀକ୍ଷକମାନେ ସେ ନଗରରୁ ଜଣକୁ ବାହାରେ ଆସିବାର ଦେଖି କହିଲେ, ବିନୟ କରୁଅଛୁ, ସେହି ନଗରରେ ପ୍ରବେଶ କରିବା ପଥ ଆମ୍ଭମାନଙ୍କୁ ଦେଖାଅ; ତାହା କଲେ ଆମ୍ଭେମାନେ ତୁମ୍ଭ ପ୍ରତି ଦୟା ବ୍ୟବହାର କରିବା।
ବିଚାରକର୍ତାମାନଙ୍କ ବିବରଣ 1 : 25 (IRVOR)
ତହୁଁ ସେ ସେମାନଙ୍କୁ ନଗରରେ ପ୍ରବେଶ କରିବା ପଥ ଦେଖାନ୍ତେ, ସେମାନେ ଖଡ୍ଗଧାରରେ ସେହି ନଗରକୁ ଆଘାତ କଲେ, ମାତ୍ର ସେହି ଲୋକକୁ ଓ ତାହାର ସବୁ ବଂଶକୁ ଛାଡ଼ିଦେଲେ।
ବିଚାରକର୍ତାମାନଙ୍କ ବିବରଣ 1 : 26 (IRVOR)
ଏଥିଉତ୍ତାରେ ସେ ଲୋକ ହିତ୍ତୀୟମାନଙ୍କ ଦେଶକୁ ଯାଇ ଏକ ନଗର ସ୍ଥାପନ କରି ତହିଁର ନାମ ଲୂସ୍‍ ରଖିଲା; ତହିଁର ସେହି ନାମ ଆଜି ପର୍ଯ୍ୟନ୍ତ ଅଛି। [PS]
ବିଚାରକର୍ତାମାନଙ୍କ ବିବରଣ 1 : 27 (IRVOR)
{ସମ୍ପୂର୍ଣ୍ଣ ବିଜୟର ବିଫଳତା} [PS] ଆଉ ମନଃଶି, ବେଥ୍-ଶାନ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 28 (IRVOR)
ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 1 : 29 (IRVOR)
ଆଉ ଇଫ୍ରୟିମ ଗେଷର ନିବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତହିଁରେ କିଣାନୀୟମାନେ ଗେଷରରେ ବାସ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 30 (IRVOR)
ସବୂଲୂନ କିଟ୍ରୋଣ ଓ ନହଲୋଲ୍‍ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ତହିଁରେ କିଣାନୀୟମାନେ ସେମାନଙ୍କ ମଧ୍ୟରେ ବାସ କରି ବେଠି କର୍ମ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 31 (IRVOR)
ଆଶେର ଅକ୍‍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍‍ ଓ ଅକଷୀବ୍ କି ହିଲବା କି ଅଫିକ୍‍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ।
ବିଚାରକର୍ତାମାନଙ୍କ ବିବରଣ 1 : 32 (IRVOR)
ମାତ୍ର ଆଶେରୀୟମାନେ ସେହି ଦେଶ ନିବାସୀ କିଣାନୀୟମାନଙ୍କୁ ତଡ଼ି ନ ଦେବାରୁ ସେମାନଙ୍କ ମଧ୍ୟରେ ବାସ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 33 (IRVOR)
ନପ୍ତାଲି ବେଥ୍-ଶେମଶ କି ବେଥ୍ନାତ ନିବାସୀମାନଙ୍କୁ ତଡ଼ିଦେଲା ନାହିଁ; ମାତ୍ର ସେ ସେହି ଦେଶ ନିବାସୀ କିଣାନୀୟମାନଙ୍କ ମଧ୍ୟରେ ବାସ କଲା, ତଥାପି ବେଥ୍-ଶେମଶ ଓ ବେଥ୍-ଆନାତ୍ ନିବାସୀମାନେ ସେମାନଙ୍କର ବେଠି କର୍ମ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 34 (IRVOR)
ଆଉ ଇମୋରୀୟମାନେ ଦାନ୍-ସନ୍ତାନଗଣକୁ ପର୍ବତମୟ ଦେଶରେ ରହିବାକୁ ବାଧ୍ୟ କଲେ; ଆଉ ତଳିଭୂମିକି ସେମାନଙ୍କୁ ଆସିବାକୁ ଦେଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 1 : 35 (IRVOR)
ମାତ୍ର ଇମୋରୀୟମାନେ ହେରସ ପର୍ବତରେ ଅୟାଲୋନରେ ଓ ଶାଲବୀମ୍‍ରେ ବାସ କରିବାକୁ ମନସ୍ଥ କଲେ; ତଥାପି ଯୋଷେଫ-ବଂଶର ହସ୍ତ ପ୍ରବଳ ହୁଅନ୍ତେ, ସେମାନେ ବେଠି କର୍ମ କଲେ।
ବିଚାରକର୍ତାମାନଙ୍କ ବିବରଣ 1 : 36 (IRVOR)
ପୁଣି ଅକ୍ରବ୍ବୀମ-ଘାଟୀ ଶୈଳଠାରୁ ଆଗକୁ ଇମୋରୀୟମାନଙ୍କ ସୀମା ଥିଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36

BG:

Opacity:

Color:


Size:


Font: