ବିଚାରକର୍ତାମାନଙ୍କ ବିବରଣ 20 : 1 (IRVOR)
{ବିନ୍ୟାମୀନ୍ ବିରୁଦ୍ଧରେ ଇସ୍ରାଏଲର ଯୁଦ୍ଧ} [PS] ଏଥିଉତ୍ତାରେ ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ଓ ଗିଲୀୟଦ ଦେଶ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ସମସ୍ତେ ବାହାର ହେଲେ ଓ ସମଗ୍ର ମଣ୍ଡଳୀ ଏକ ମନୁଷ୍ୟ ପରି ମିସ୍ପାରେ ସଦାପ୍ରଭୁଙ୍କ ସାକ୍ଷାତରେ ଏକତ୍ରିତ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 2 (IRVOR)
ପରମେଶ୍ୱରଙ୍କ ଲୋକଗଣର ସେହି ସମାଜରେ ଇସ୍ରାଏଲର ସମୁଦାୟ ବଂଶୀୟ ଲୋକଙ୍କ ପ୍ରଧାନବର୍ଗ ଓ ଚାରି ଲକ୍ଷ ଖଡ୍ଗଧାରୀ ପଦାତିକ ଉପସ୍ଥିତ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 3 (IRVOR)
(ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା ? ତାହା ଆମ୍ଭମାନଙ୍କୁ କୁହ।
ବିଚାରକର୍ତାମାନଙ୍କ ବିବରଣ 20 : 4 (IRVOR)
ତହିଁରେ ସେହି ହତ ସ୍ତ୍ରୀର ଲେବୀୟ ଉପପତି ଉତ୍ତର ଦେଇ କହିଲା, ମୁଁ ଓ ମୋର ଉପପତ୍ନୀ ରାତ୍ରିକ୍ଷେପଣ ନିମନ୍ତେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ ଆସିଥିଲୁ।
ବିଚାରକର୍ତାମାନଙ୍କ ବିବରଣ 20 : 5 (IRVOR)
ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
ବିଚାରକର୍ତାମାନଙ୍କ ବିବରଣ 20 : 6 (IRVOR)
ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
ବିଚାରକର୍ତାମାନଙ୍କ ବିବରଣ 20 : 7 (IRVOR)
ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।
ବିଚାରକର୍ତାମାନଙ୍କ ବିବରଣ 20 : 8 (IRVOR)
ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 20 : 9 (IRVOR)
ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
ବିଚାରକର୍ତାମାନଙ୍କ ବିବରଣ 20 : 10 (IRVOR)
ପୁଣି ଲୋକମାନଙ୍କ ନିମନ୍ତେ ଖାଦ୍ୟଦ୍ରବ୍ୟ ଆଣିବା ପାଇଁ ଆମ୍ଭେମାନେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଶହକେ ଦଶ ଜଣ, ହଜାରକେ ଏକ ଶହ ଜଣ, ଦଶ ହଜାରରେ ଏକ ହଜାର ଜଣ ଲେଖାଏଁ ନେବୁ, ତହିଁରେ ଲୋକମାନେ ବିନ୍ୟାମୀନ୍‍ର ଅଧିକାରସ୍ଥ ଗିବୀୟାକୁ [* ଗିବୀୟାକୁ ଏବ୍ରୀ ଭାଷାରେ ଗେବା] ଆସିଲେ, ସେମାନେ ଇସ୍ରାଏଲ ମଧ୍ୟରେ ଯେସମସ୍ତ ମୂଢ଼ତାର କର୍ମ କରିଅଛନ୍ତି, ତଦନୁସାରେ ସେମାନଙ୍କୁ ପ୍ରତିଫଳ ଦେବେ।
ବିଚାରକର୍ତାମାନଙ୍କ ବିବରଣ 20 : 11 (IRVOR)
ଏହିରୂପେ ଇସ୍ରାଏଲୀୟ ସମସ୍ତ ଲୋକ ଏକ ମନୁଷ୍ୟ ପରି ଯୁକ୍ତ ହୋଇ ସେହି ନଗର ବିରୁଦ୍ଧରେ ଏକତ୍ରିତ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 12 (IRVOR)
ଏଥିଉତ୍ତାରେ ଇସ୍ରାଏଲ ବଂଶ ବିନ୍ୟାମୀନ୍‍ର ସମୁଦାୟ ବଂଶ ନିକଟକୁ ଲୋକ ପଠାଇ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଏ କି ଦୁଷ୍ଟତା ଘଟିଅଛି ?
ବିଚାରକର୍ତାମାନଙ୍କ ବିବରଣ 20 : 13 (IRVOR)
ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ [† ଦୁଷ୍ଟ ଲୋକମାନଙ୍କୁ ବେଲିଆଲ୍‍ ସନ୍ତାନମାନଙ୍କୁ] ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 20 : 14 (IRVOR)
ପୁଣି ଇସ୍ରାଏଲ ସନ୍ତାନଗଣ ସଙ୍ଗେ ଯୁଦ୍ଧ କରିବା ପାଇଁ ବିନ୍ୟାମୀନ୍-ସନ୍ତାନଗଣ ନଗରମାନରୁ ବାହାରି ଗିବୀୟାକୁ ଯାଇ ଏକତ୍ରିତ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 15 (IRVOR)
ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 16 (IRVOR)
ଏହି ଲୋକସମୂହ ମଧ୍ୟରେ ସାତ ଶହ ବଛା ଲୋକ ବାଁହାତିଆ ଥିଲେ; ସେମାନେ ପ୍ରତ୍ୟେକେ ବଣା ନୋହି ଏକ କେଶକୁ ହିଁ ଲକ୍ଷ୍ୟ କରି ଛାଟିଣୀ ମାରି ପାରନ୍ତି।
ବିଚାରକର୍ତାମାନଙ୍କ ବିବରଣ 20 : 17 (IRVOR)
ବିନ୍ୟାମୀନ୍ ଛଡ଼ା ଇସ୍ରାଏଲର ଖଡ୍ଗଧାରୀ ଚାରି ଲକ୍ଷ ଲୋକ ଗଣିତ ହେଲେ; ଏସମସ୍ତେ ଯୋଦ୍ଧା।
ବିଚାରକର୍ତାମାନଙ୍କ ବିବରଣ 20 : 18 (IRVOR)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।
ବିଚାରକର୍ତାମାନଙ୍କ ବିବରଣ 20 : 19 (IRVOR)
ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 20 (IRVOR)
ପୁଣି ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସଙ୍ଗେ ଯୁଦ୍ଧ କରିବାକୁ ବାହାରିଲେ ଓ ଇସ୍ରାଏଲୀୟ ଲୋକମାନେ ଗିବୀୟା ନିକଟରେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲେ।
ବିଚାରକର୍ତାମାନଙ୍କ ବିବରଣ 20 : 21 (IRVOR)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ଗିବୀୟାରୁ ବାହାରି ସେହିଦିନ ଇସ୍ରାଏଲ ମଧ୍ୟରୁ ବାଇଶ ହଜାର ଲୋକଙ୍କୁ ସଂହାର କରି ଭୂମିରେ ନିପାତ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 22 (IRVOR)
ତହିଁ ଉତ୍ତାରେ ଇସ୍ରାଏଲୀୟ ଲୋକମାନେ ଆପଣାମାନଙ୍କୁ ଆଶ୍ୱାସ ଦେଇ ପ୍ରଥମ ଦିନ ଯେଉଁ ସ୍ଥାନରେ ଆପଣାମାନଙ୍କୁ ସଜାଇଥିଲେ, ପୁନର୍ବାର ସେହି ସ୍ଥାନରେ ଯୁଦ୍ଧ ସଜାଇଲେ।
ବିଚାରକର୍ତାମାନଙ୍କ ବିବରଣ 20 : 23 (IRVOR)
ପୁଣି ଇସ୍ରାଏଲ ସନ୍ତାନଗଣ ଉଠି ଯାଇ ସନ୍ଧ୍ୟା ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ରୋଦନ କଲେ; ପୁଣି ସେମାନେ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ କି ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେବା ? ତହିଁରେ ସଦାପ୍ରଭୁ କହିଲେ, ତାହା ବିରୁଦ୍ଧରେ ଯାଅ।
ବିଚାରକର୍ତାମାନଙ୍କ ବିବରଣ 20 : 24 (IRVOR)
ଏ ଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଦ୍ୱିତୀୟ ଦିନ ବିନ୍ୟାମୀନ୍ ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 25 (IRVOR)
ପୁଣି ବିନ୍ୟାମୀନ୍ ସେହି ଦ୍ୱିତୀୟ ଦିନ ସେମାନଙ୍କ ବିରୁଦ୍ଧରେ ଗିବୀୟାରୁ ବାହାରି ଇସ୍ରାଏଲ ସନ୍ତାନଗଣର ଅଠର ହଜାର ଲୋକଙ୍କୁ ପୁନର୍ବାର ସଂହାର କରି ଭୂମିରେ ନିପାତ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 26 (IRVOR)
ତେବେ ସମସ୍ତ ଇସ୍ରାଏଲ ସନ୍ତାନ ଓ ସମସ୍ତ ଲୋକ ଉଠି ବେଥେଲ୍‍କୁ ଯାଇ ରୋଦନ କଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସି ସେଦିନ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 27 (IRVOR)
ସେହି ସମୟରେ ପରମେଶ୍ୱରଙ୍କ ନିୟମ ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
ବିଚାରକର୍ତାମାନଙ୍କ ବିବରଣ 20 : 28 (IRVOR)
ଏହେତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ ପଚାରି କହିଲେ, ଆମ୍ଭେ ଆପଣା ଭାଇ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଏବେହେଁ କି ପୁନର୍ବାର ଯିବା, ଅବା କ୍ଷାନ୍ତ ହେବା ? ସଦାପ୍ରଭୁ କହିଲେ, ଯାଅ; ଆମ୍ଭେ କାଲି ତୁମ୍ଭ ହସ୍ତରେ ତାହାକୁ ସମର୍ପଣ କରିବା।
ବିଚାରକର୍ତାମାନଙ୍କ ବିବରଣ 20 : 29 (IRVOR)
ତହୁଁ ଇସ୍ରାଏଲ ଗିବୀୟାର ଚତୁର୍ଦ୍ଦିଗରେ ଲୋକ ଛକି ବସାଇ ରଖିଲା।
ବିଚାରକର୍ତାମାନଙ୍କ ବିବରଣ 20 : 30 (IRVOR)
ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠି ଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
ବିଚାରକର୍ତାମାନଙ୍କ ବିବରଣ 20 : 31 (IRVOR)
ତହୁଁ ବିନ୍ୟାମୀନ୍-ସନ୍ତାନଗଣ ସେହି ଲୋକମାନଙ୍କ ବିରୁଦ୍ଧରେ ଯାଇ ନଗରଠାରୁ ଦୂରକୁ ଆକର୍ଷିତ ହେଲେ; ପୁଣି ପୂର୍ବ ସମୟ ପରି ଲୋକମାନଙ୍କୁ ଆଘାତ ଓ ବଧ କରିବାକୁ ଲାଗିଲେ; ଆଉ ବେଥେଲ୍‍ ଆଡ଼େ ଓ କ୍ଷେତ୍ର ଦେଇ ଗିବୀୟା ଆଡ଼େ ଯିବା ଦୁଇ ସଡ଼କରେ ସେମାନେ ଊଣାଧିକ ଇସ୍ରାଏଲୀୟ ତିରିଶ ଲୋକଙ୍କୁ ବଧ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 32 (IRVOR)
ତହୁଁ ବିନ୍ୟାମୀନ୍-ସନ୍ତାନମାନେ କହିଲେ, ଏମାନେ ତ ପୂର୍ବ ପରି ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି। ମାତ୍ର ଇସ୍ରାଏଲ ସନ୍ତାନଗଣ କହିଲେ, ଆମ୍ଭେମାନେ ପଳାଇ ନଗରରୁ ସଡ଼କକୁ ସେମାନଙ୍କୁ ଆକର୍ଷଣ କରିନେଉ।
ବିଚାରକର୍ତାମାନଙ୍କ ବିବରଣ 20 : 33 (IRVOR)
ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 34 (IRVOR)
ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 20 : 35 (IRVOR)
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍‍କୁ ଆଘାତ କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିଦିନ ବିନ୍ୟାମୀନ୍‍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 36 (IRVOR)
ଏହିରୂପେ ବିନ୍ୟାମୀନ୍-ସନ୍ତାନଗଣ ଆପଣାମାନଙ୍କୁ ପରାସ୍ତ ହେବାର ଦେଖିଲେ; କାରଣ ଇସ୍ରାଏଲୀୟ ଲୋକମାନେ ଗିବୀୟାରେ ଛକି ବସାଇଥିବା ଲୋକମାନଙ୍କ ଉପରେ ନିର୍ଭର ରଖି ବିନ୍ୟାମୀନ୍‍କୁ ସ୍ଥାନ ଛାଡ଼ିଦେଲେ।
ବିଚାରକର୍ତାମାନଙ୍କ ବିବରଣ 20 : 37 (IRVOR)
ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 38 (IRVOR)
ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
ବିଚାରକର୍ତାମାନଙ୍କ ବିବରଣ 20 : 39 (IRVOR)
ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
ବିଚାରକର୍ତାମାନଙ୍କ ବିବରଣ 20 : 40 (IRVOR)
ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
ବିଚାରକର୍ତାମାନଙ୍କ ବିବରଣ 20 : 41 (IRVOR)
ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 42 (IRVOR)
ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 43 (IRVOR)
ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
ବିଚାରକର୍ତାମାନଙ୍କ ବିବରଣ 20 : 44 (IRVOR)
ତହିଁରେ ବିନ୍ୟାମୀନ୍‍ର ଅଠର ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 45 (IRVOR)
ଏଉତ୍ତାରେ ସେମାନେ ଫେରି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ; ତହୁଁ ଏମାନେ ସଡ଼କରେ ପାଞ୍ଚ ହଜାର ଲୋକଙ୍କୁ ଗୋଟାଇ ସାଉଣ୍ଟି ମାରିଲେ; ପୁଣି ଗିଦୀୟୋମ୍‍ ପର୍ଯ୍ୟନ୍ତ ସେମାନଙ୍କ ପଛେ ଲାଗି ରହି ସେମାନଙ୍କର ଦୁଇ ହଜାର ଲୋକଙ୍କୁ ବଧ କଲେ।
ବିଚାରକର୍ତାମାନଙ୍କ ବିବରଣ 20 : 46 (IRVOR)
ଏହିରୂପେ ସେହିଦିନ ବିନ୍ୟାମୀନ୍‍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 47 (IRVOR)
ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍‍ ଶୈଳକୁ ପଳାଇଲେ ଓ ରିମ୍ମୋନ୍‍ ଶୈଳରେ ଚାରି ମାସ ରହିଲେ।
ବିଚାରକର୍ତାମାନଙ୍କ ବିବରଣ 20 : 48 (IRVOR)
ଏଥିଉତ୍ତାରେ ଇସ୍ରାଏଲୀୟ ଲୋକମାନେ ବିନ୍ୟାମୀନ୍ ସନ୍ତାନଗଣର ବିରୁଦ୍ଧରେ ଫେରି ସମୁଦାୟ ନଗର ଓ ପଶୁ ଓ ଯାହା କିଛି ପାଇଲେ, ସେସବୁକୁ ଖଡ୍ଗଧାରରେ ଆଘାତ କଲେ; ଆହୁରି ସେମାନେ ଯେତେ ନଗର ପାଇଲେ, ସେସବୁରେ ଅଗ୍ନି ଲଗାଇଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48

BG:

Opacity:

Color:


Size:


Font: