ବିଚାରକର୍ତାମାନଙ୍କ ବିବରଣ 21 : 1 (IRVOR)
{ବିନ୍ୟାମୀନ୍ ଗୋଷ୍ଠୀ ପାଇଁ ପତ୍ନୀ} [PS] ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 21 : 2 (IRVOR)
ତେଣୁ ଲୋକମାନେ ବେଥେଲ୍‍କୁ ଆସି ସନ୍ଧ୍ୟା ପର୍ଯ୍ୟନ୍ତ ସେହି ସ୍ଥାନରେ ପରମେଶ୍ୱରଙ୍କ ସମ୍ମୁଖରେ ବସି ରବ ଉଠାଇ ଅତ୍ୟନ୍ତ ରୋଦନ କଲେ।
ବିଚାରକର୍ତାମାନଙ୍କ ବିବରଣ 21 : 3 (IRVOR)
ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା ?
ବିଚାରକର୍ତାମାନଙ୍କ ବିବରଣ 21 : 4 (IRVOR)
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ବିଚାରକର୍ତାମାନଙ୍କ ବିବରଣ 21 : 5 (IRVOR)
ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି ? କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ।
ବିଚାରକର୍ତାମାନଙ୍କ ବିବରଣ 21 : 6 (IRVOR)
ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
ବିଚାରକର୍ତାମାନଙ୍କ ବିବରଣ 21 : 7 (IRVOR)
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।
ବିଚାରକର୍ତାମାନଙ୍କ ବିବରଣ 21 : 8 (IRVOR)
ପୁଣି ସେମାନେ କହିଲେ, ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି ? ତହିଁରେ ଦେଖ, ଯାବେଶ ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 21 : 9 (IRVOR)
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 21 : 10 (IRVOR)
ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
ବିଚାରକର୍ତାମାନଙ୍କ ବିବରଣ 21 : 11 (IRVOR)
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।
ବିଚାରକର୍ତାମାନଙ୍କ ବିବରଣ 21 : 12 (IRVOR)
ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
ବିଚାରକର୍ତାମାନଙ୍କ ବିବରଣ 21 : 13 (IRVOR)
ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
ବିଚାରକର୍ତାମାନଙ୍କ ବିବରଣ 21 : 14 (IRVOR)
ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 21 : 15 (IRVOR)
ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।
ବିଚାରକର୍ତାମାନଙ୍କ ବିବରଣ 21 : 16 (IRVOR)
ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା ?
ବିଚାରକର୍ତାମାନଙ୍କ ବିବରଣ 21 : 17 (IRVOR)
ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍‍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
ବିଚାରକର୍ତାମାନଙ୍କ ବିବରଣ 21 : 18 (IRVOR)
ତଥାପି ଆମ୍ଭେମାନେ ସେମାନଙ୍କ ସହିତ ଆପଣାମାନଙ୍କ କନ୍ୟାର ବିବାହ ଦେଇ ନ ପାରୁ, କାରଣ ଯେ କେହି ବିନ୍ୟାମୀନ୍‍କୁ କନ୍ୟା ଦେବ, ସେ ଶାପଗ୍ରସ୍ତ ହେଉ ବୋଲି କହି ଇସ୍ରାଏଲ ସନ୍ତାନଗଣ ଶପଥ କରିଅଛନ୍ତି।
ବିଚାରକର୍ତାମାନଙ୍କ ବିବରଣ 21 : 19 (IRVOR)
ଆହୁରି ସେମାନେ କହିଲେ, ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।
ବିଚାରକର୍ତାମାନଙ୍କ ବିବରଣ 21 : 20 (IRVOR)
ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
ବିଚାରକର୍ତାମାନଙ୍କ ବିବରଣ 21 : 21 (IRVOR)
ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲି ଯାଅ।
ବିଚାରକର୍ତାମାନଙ୍କ ବିବରଣ 21 : 22 (IRVOR)
ପୁଣି ସେମାନଙ୍କ ପିତା ଅବା ଭାଇମାନେ ଆମ୍ଭମାନଙ୍କ ନିକଟକୁ ବିବାଦ କରିବାକୁ ଆସିଲେ ଆମ୍ଭେମାନେ ସେମାନଙ୍କୁ କହିବୁ, ଆମ୍ଭମାନଙ୍କୁ ଅନୁଗ୍ରହ କରି ସେମାନଙ୍କୁ ଛାଡ଼ି ଦିଅ; କାରଣ ଆମ୍ଭେମାନେ ଯୁଦ୍ଧରେ ସେମାନଙ୍କର ପ୍ରତି ଜଣ ପାଇଁ ଭାର୍ଯ୍ୟା ନେଇ ନାହୁଁ; ଅବା ତୁମ୍ଭେମାନେ ହିଁ ସେମାନଙ୍କୁ ତୁମ୍ଭମାନଙ୍କ କନ୍ୟାଗଣ ବିବାହ ନିମନ୍ତେ ଦେଇ ନାହଁ; ନୋହିଲେ ତୁମ୍ଭେମାନେ ଏବେ ଅପରାଧୀ ହୁଅନ୍ତ।
ବିଚାରକର୍ତାମାନଙ୍କ ବିବରଣ 21 : 23 (IRVOR)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
ବିଚାରକର୍ତାମାନଙ୍କ ବିବରଣ 21 : 24 (IRVOR)
ତହୁଁ ଇସ୍ରାଏଲ ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
ବିଚାରକର୍ତାମାନଙ୍କ ବିବରଣ 21 : 25 (IRVOR)
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25

BG:

Opacity:

Color:


Size:


Font: