ବିଚାରକର୍ତାମାନଙ୍କ ବିବରଣ 8 : 1 (IRVOR)
ସେବହ, ସଲମୁନ୍ନର ପରାଜୟ ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ।
ବିଚାରକର୍ତାମାନଙ୍କ ବିବରଣ 8 : 2 (IRVOR)
ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି ? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ ?
ବିଚାରକର୍ତାମାନଙ୍କ ବିବରଣ 8 : 3 (IRVOR)
ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି ? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା।
ବିଚାରକର୍ତାମାନଙ୍କ ବିବରଣ 8 : 4 (IRVOR)
ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।
ବିଚାରକର୍ତାମାନଙ୍କ ବିବରଣ 8 : 5 (IRVOR)
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।
ବିଚାରକର୍ତାମାନଙ୍କ ବିବରଣ 8 : 6 (IRVOR)
ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ ?
ବିଚାରକର୍ତାମାନଙ୍କ ବିବରଣ 8 : 7 (IRVOR)
ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋ’ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।
ବିଚାରକର୍ତାମାନଙ୍କ ବିବରଣ 8 : 8 (IRVOR)
ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।
ବିଚାରକର୍ତାମାନଙ୍କ ବିବରଣ 8 : 9 (IRVOR)
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ* ଅର୍ଥାତ୍ ଶତ୍ରୁମାନଙ୍କୁ ପରାସ୍ତ କରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି। † ଯାହା କାନ୍ଥ ଉପରେ ନିର୍ମିତ ଗଡ଼
ବିଚାରକର୍ତାମାନଙ୍କ ବିବରଣ 8 : 10 (IRVOR)
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 11 (IRVOR)
ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍ବିହର ପୂର୍ବଦିଗରେ ତମ୍ବୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 12 (IRVOR)
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ।
ବିଚାରକର୍ତାମାନଙ୍କ ବିବରଣ 8 : 13 (IRVOR)
ତହୁଁ ଯୋୟାଶ୍ର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 14 (IRVOR)
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା।
ବିଚାରକର୍ତାମାନଙ୍କ ବିବରଣ 8 : 15 (IRVOR)
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, “ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ ?”
ବିଚାରକର୍ତାମାନଙ୍କ ବିବରଣ 8 : 16 (IRVOR)
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ୱାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ।
ବିଚାରକର୍ତାମାନଙ୍କ ବିବରଣ 8 : 17 (IRVOR)
ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ।
ବିଚାରକର୍ତାମାନଙ୍କ ବିବରଣ 8 : 18 (IRVOR)
ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 19 (IRVOR)
ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋ’ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାଆନ୍ତ ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ।
ବିଚାରକର୍ତାମାନଙ୍କ ବିବରଣ 8 : 20 (IRVOR)
ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା।
ବିଚାରକର୍ତାମାନଙ୍କ ବିବରଣ 8 : 21 (IRVOR)
ତହିଁରେ ସେବହ ଓ ସଲମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ୱ। ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ।
ବିଚାରକର୍ତାମାନଙ୍କ ବିବରଣ 8 : 22 (IRVOR)
{ଗିଦିୟୋନ୍ଙ୍କ ଏଫୋଦ } ଏଥିଉତ୍ତାରେ ଇସ୍ରାଏଲ ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ।
ବିଚାରକର୍ତାମାନଙ୍କ ବିବରଣ 8 : 23 (IRVOR)
ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବି ନାହିଁ, କିଅବା ମୋ’ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ।
ବିଚାରକର୍ତାମାନଙ୍କ ବିବରଣ 8 : 24 (IRVOR)
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ। କାରଣ ସେମାନେ ଇଶ୍ମାୟେଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା।
ବିଚାରକର୍ତାମାନଙ୍କ ବିବରଣ 8 : 25 (IRVOR)
ତହିଁରେ ସେମାନେ ଉତ୍ତର କଲେ, ଆମ୍ଭେମାନେ ତାହା ଅବଶ୍ୟ ଦେବୁ। ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ।
ବିଚାରକର୍ତାମାନଙ୍କ ବିବରଣ 8 : 26 (IRVOR)
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।
ବିଚାରକର୍ତାମାନଙ୍କ ବିବରଣ 8 : 27 (IRVOR)
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ‡ ଏହାର ଅର୍ଥ ପାଇଁ ଦେଖନ୍ତୁ ଯାତ୍ରା. 28 ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ୱରୂପ ହେଲା।
ବିଚାରକର୍ତାମାନଙ୍କ ବିବରଣ 8 : 28 (IRVOR)
ଏହିରୂପେ ମିଦୀୟନ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ। ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା।
ବିଚାରକର୍ତାମାନଙ୍କ ବିବରଣ 8 : 29 (IRVOR)
{ଗିଦିୟୋନ୍ଙ୍କ ମୃତ୍ୟୁୁ } ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଯିରୁବ୍ବାଲ୍[§ ଗିଦିୟୋନ୍ର ଅନ୍ୟ ନାମ ] ଯାଇ ତାଙ୍କ ନିଜ ଗୃହରେ ବାସ କଲେ।
ବିଚାରକର୍ତାମାନଙ୍କ ବିବରଣ 8 : 30 (IRVOR)
ସେହି ଗିଦିୟୋନ୍ର ଔରସଜାତ ସତୁରି ଜଣ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 31 (IRVOR)
ପୁଣି ଶିଖିମରେ ତାଙ୍କର ଯେଉଁ ଉପପତ୍ନୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 32 (IRVOR)
ଏଥିଉତ୍ତାରେ ଯୋୟାଶ୍ର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶ୍ର କବରରେ କବର ପାଇଲେ।
ବିଚାରକର୍ତାମାନଙ୍କ ବିବରଣ 8 : 33 (IRVOR)
ଏଥିଉତ୍ତାରେ ଗିଦିୟୋନ୍ ମଲା କ୍ଷଣି ଇସ୍ରାଏଲ ଲୋକମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ* ଅର୍ଥାତ୍ ଆପଣାମାନଙ୍କର ଦେବତା ମାନିଲେ।
ବିଚାରକର୍ତାମାନଙ୍କ ବିବରଣ 8 : 34 (IRVOR)
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ ସନ୍ତାନଗଣକୁ ରକ୍ଷା କରିଥିଲେ ଯେଉଁ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
ବିଚାରକର୍ତାମାନଙ୍କ ବିବରଣ 8 : 35 (IRVOR)
କିଅବା ଯିରୁବ୍ବାଲ୍, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ସଦୟ ହୋଇଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ।
❮
❯