ଯିରିମିୟଙ୍କ ବିଳାପ 5 : 1 (IRVOR)
ଈଶ୍ୱରଙ୍କ କରୁଣାର ନିବେଦନ ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଯାହା ଘଟିଅଛି, ତାହା ସ୍ମରଣ କର; ଅବଲୋକନ କରି ଆମ୍ଭମାନଙ୍କ ଅପମାନ ଦେଖ।
ଯିରିମିୟଙ୍କ ବିଳାପ 5 : 2 (IRVOR)
ଆମ୍ଭମାନଙ୍କ ଅଧିକାର ବିଦେଶୀୟମାନଙ୍କର ହସ୍ତକୁ ଯାଇଅଛି, ଆମ୍ଭମାନଙ୍କର ଗୃହସବୁ ପର ଦେଶୀୟମାନଙ୍କର ହସ୍ତଗତ ହୋଇଅଛି।
ଯିରିମିୟଙ୍କ ବିଳାପ 5 : 3 (IRVOR)
ଆମ୍ଭେମାନେ ଅନାଥ ଓ ପିତୃହୀନ, ଆମ୍ଭମାନଙ୍କର ମାତୃଗଣ ବିଧବା ତୁଲ୍ୟ ହୋଇଅଛନ୍ତି।
ଯିରିମିୟଙ୍କ ବିଳାପ 5 : 4 (IRVOR)
ଆମ୍ଭେମାନେ ନିଜ ଜଳ ରୂପା ଦେଇ ପାନ କରିଅଛୁ; ଆମ୍ଭମାନଙ୍କର କାଷ୍ଠ ଆମ୍ଭମାନଙ୍କୁ ବିକାଯାଏ।
ଯିରିମିୟଙ୍କ ବିଳାପ 5 : 5 (IRVOR)
ଆମ୍ଭମାନଙ୍କ ପଛରେ ଗୋଡ଼ାଇବା ଲୋକମାନେ ଆମ୍ଭମାନଙ୍କର ବେକ ଧରିଅଛନ୍ତି; ଆମ୍ଭେମାନେ କ୍ଳାନ୍ତ ହୋଇଅଛୁ ଓ କିଛି ବିଶ୍ରାମ ପାଇ ନାହୁଁ।
ଯିରିମିୟଙ୍କ ବିଳାପ 5 : 6 (IRVOR)
ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସ୍ରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।
ଯିରିମିୟଙ୍କ ବିଳାପ 5 : 7 (IRVOR)
ଆମ୍ଭମାନଙ୍କର ପୂର୍ବପୁରୁଷଗଣ ପାପ କରିଅଛନ୍ତି, ଆଉ ସେମାନେ ମରିଅଛନ୍ତି; ପୁଣି, ଆମ୍ଭେମାନେ ସେମାନଙ୍କର ଅଧର୍ମ ବହନ କରିଅଛୁ।
ଯିରିମିୟଙ୍କ ବିଳାପ 5 : 8 (IRVOR)
ଦାସମାନେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି; ସେମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ କେହି ନାହିଁ।
ଯିରିମିୟଙ୍କ ବିଳାପ 5 : 9 (IRVOR)
ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।
ଯିରିମିୟଙ୍କ ବିଳାପ 5 : 10 (IRVOR)
ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।
ଯିରିମିୟଙ୍କ ବିଳାପ 5 : 11 (IRVOR)
ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗର ସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।
ଯିରିମିୟଙ୍କ ବିଳାପ 5 : 12 (IRVOR)
ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।
ଯିରିମିୟଙ୍କ ବିଳାପ 5 : 13 (IRVOR)
ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।
ଯିରିମିୟଙ୍କ ବିଳାପ 5 : 14 (IRVOR)
ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।
ଯିରିମିୟଙ୍କ ବିଳାପ 5 : 15 (IRVOR)
ଆମ୍ଭମାନଙ୍କ ଚିତ୍ତର ଆନନ୍ଦ ନିବୃତ୍ତ ହୋଇଅଛି; ଆମ୍ଭମାନଙ୍କର ନୃତ୍ୟ ଶୋକରେ ପରିଣତ ହୋଇଅଛି।
ଯିରିମିୟଙ୍କ ବିଳାପ 5 : 16 (IRVOR)
ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍ ଆମ୍ଭମାନଙ୍କୁ ! କାରଣ ଆମ୍ଭେମାନେ ପାପ କରିଅଛୁ।
ଯିରିମିୟଙ୍କ ବିଳାପ 5 : 17 (IRVOR)
ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।
ଯିରିମିୟଙ୍କ ବିଳାପ 5 : 18 (IRVOR)
କାରଣ ସିୟୋନ ପର୍ବତ ଉଚ୍ଛିନ୍ନ ସ୍ଥାନ ହୋଇଅଛି; କୋକିଶିଆଳିମାନେ ତହିଁ ଉପରେ ଭ୍ରମଣ କରନ୍ତି।
ଯିରିମିୟଙ୍କ ବିଳାପ 5 : 19 (IRVOR)
ହେ ସଦାପ୍ରଭୁ, ତୁମ୍ଭେ ନିତ୍ୟସ୍ଥାୟୀ ତୁମ୍ଭ ସିଂହାସନ ପୁରୁଷାନୁକ୍ରମେ ଥାଏ।
ଯିରିମିୟଙ୍କ ବିଳାପ 5 : 20 (IRVOR)
ତୁମ୍ଭେ କାହିଁକି ଚିର କାଳ ଆମ୍ଭମାନଙ୍କୁ ପାସୋରୁ ଅଛ, ଆଉ ଏତେ ଦୀର୍ଘ କାଳ ଅାମ୍ଭମାନଙ୍କୁ ପରିତ୍ୟାଗ କରୁଅଛ ?
ଯିରିମିୟଙ୍କ ବିଳାପ 5 : 21 (IRVOR)
ହେ ସଦାପ୍ରଭୁ, ତୁମ୍ଭ ପ୍ରତି ଆମ୍ଭମାନଙ୍କୁ ଫେରାଅ, ତହିଁରେ ଆମ୍ଭେମାନେ ଫେରି ଆସିବା; ପୂର୍ବ କାଳ ପରି ନୂତନ ସମୟ ଆମ୍ଭମାନଙ୍କୁ ଦିଅ।
ଯିରିମିୟଙ୍କ ବିଳାପ 5 : 22 (IRVOR)
ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22