ଲେବୀୟ ପୁସ୍ତକ 1 : 1 (IRVOR)
ହୋମବଳିର ନିୟମ ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
ଲେବୀୟ ପୁସ୍ତକ 1 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।
ଲେବୀୟ ପୁସ୍ତକ 1 : 3 (IRVOR)
ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
ଲେବୀୟ ପୁସ୍ତକ 1 : 4 (IRVOR)
ପୁଣି, ସେ ହୋମ ବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।
ଲେବୀୟ ପୁସ୍ତକ 1 : 5 (IRVOR)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
ଲେବୀୟ ପୁସ୍ତକ 1 : 6 (IRVOR)
ପୁଣି ସେ ସେହି ହୋମବଳିର ଚର୍ମ କାଢ଼ି ତାହା ଖଣ୍ଡ ଖଣ୍ଡ କରିବ।
ଲେବୀୟ ପୁସ୍ତକ 1 : 7 (IRVOR)
ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।
ଲେବୀୟ ପୁସ୍ତକ 1 : 8 (IRVOR)
ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।
ଲେବୀୟ ପୁସ୍ତକ 1 : 9 (IRVOR)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
ଲେବୀୟ ପୁସ୍ତକ 1 : 10 (IRVOR)
ଆଉ ଯଦି ସେ ମେଷ କି ଛାଗପଲରୁ ହୋମ ବଳି ଉତ୍ସର୍ଗ କରେ,
ଲେବୀୟ ପୁସ୍ତକ 1 : 11 (IRVOR)
ତେବେ ସେ ନିଖୁନ୍ତ ପୁଂ ପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।
ଲେବୀୟ ପୁସ୍ତକ 1 : 12 (IRVOR)
ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।
ଲେବୀୟ ପୁସ୍ତକ 1 : 13 (IRVOR)
ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।
ଲେବୀୟ ପୁସ୍ତକ 1 : 14 (IRVOR)
ଆଉ ଯଦି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକ୍ଷୀମାନଙ୍କ ମଧ୍ୟରୁ ହୋମ ବଳି ଉତ୍ସର୍ଗ କରେ, ତେବେ କପୋତ ଅବା ପାରାଛୁଆ ମଧ୍ୟରୁ ତାହା ନେବ।
ଲେବୀୟ ପୁସ୍ତକ 1 : 15 (IRVOR)
ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।
ଲେବୀୟ ପୁସ୍ତକ 1 : 16 (IRVOR)
ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।
ଲେବୀୟ ପୁସ୍ତକ 1 : 17 (IRVOR)
ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

1 2 3 4 5 6 7 8 9 10 11 12 13 14 15 16 17