ଲେବୀୟ ପୁସ୍ତକ 12 : 1 (IRVOR)
ପ୍ରସୂତିମାନଙ୍କର ଶୁଚିକରଣ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 12 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ।
ଲେବୀୟ ପୁସ୍ତକ 12 : 3 (IRVOR)
ତହୁଁ ଅଷ୍ଟମ ଦିନରେ ବାଳକର ପୁରୁଷାଙ୍ଗଚର୍ମର ଛେଦନ ହେବ।
ଲେବୀୟ ପୁସ୍ତକ 12 : 4 (IRVOR)
ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
ଲେବୀୟ ପୁସ୍ତକ 12 : 5 (IRVOR)
ମାତ୍ର ଯଦି ସେ କନ୍ୟା ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ଦୁଇ ସପ୍ତାହ ଅଶୁଚି ରହିବ; ପୁଣି ସେ ଛଷଠି ଦିନ ଆପଣା ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ।
ଲେବୀୟ ପୁସ୍ତକ 12 : 6 (IRVOR)
ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
ଲେବୀୟ ପୁସ୍ତକ 12 : 7 (IRVOR)
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ଉତ୍ସର୍ଗ କରି ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଆପଣା ରକ୍ତସ୍ରାବରୁ ଶୁଚି ହେବ; ପୁତ୍ର ବା କନ୍ୟା ପ୍ରସବକାରିଣୀ ନିମନ୍ତେ ଏହି ବ୍ୟବସ୍ଥା।
ଲେବୀୟ ପୁସ୍ତକ 12 : 8 (IRVOR)
ମାତ୍ର ଯଦି ସେ ମେଷବତ୍ସ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ, ତହିଁରୁ ଗୋଟିଏକୁ ହୋମାର୍ଥକ ବଳି ରୂପେ ଓ ଅନ୍ୟଟିକୁ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ; ପୁଣି ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଶୁଚି ହେବ।”

1 2 3 4 5 6 7 8