ଲେବୀୟ ପୁସ୍ତକ 13 : 1 (IRVOR)
କୁଷ୍ଠ ରୋଗ ସମ୍ବନ୍ଧୀୟ ବିଧି ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଲେବୀୟ ପୁସ୍ତକ 13 : 2 (IRVOR)
“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।
ଲେବୀୟ ପୁସ୍ତକ 13 : 3 (IRVOR)
ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।
ଲେବୀୟ ପୁସ୍ତକ 13 : 4 (IRVOR)
ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
ଲେବୀୟ ପୁସ୍ତକ 13 : 5 (IRVOR)
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
ଲେବୀୟ ପୁସ୍ତକ 13 : 6 (IRVOR)
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
ଲେବୀୟ ପୁସ୍ତକ 13 : 7 (IRVOR)
ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
ଲେବୀୟ ପୁସ୍ତକ 13 : 8 (IRVOR)
ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
ଲେବୀୟ ପୁସ୍ତକ 13 : 9 (IRVOR)
କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
ଲେବୀୟ ପୁସ୍ତକ 13 : 10 (IRVOR)
ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,
ଲେବୀୟ ପୁସ୍ତକ 13 : 11 (IRVOR)
ତେବେ ତାହାର ଶରୀରର ଚର୍ମରେ ତାହା ପୁରାତନ କୁଷ୍ଠରୋଗ ଅଟେ, ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେ ତାହାକୁ ରୁଦ୍ଧ କରିବ ନାହିଁ, କାରଣ ସେ ଅଶୁଚି।
ଲେବୀୟ ପୁସ୍ତକ 13 : 12 (IRVOR)
ଆଉ, ଯଦି କୁଷ୍ଠ ରୋଗ ଚର୍ମରେ ଫୁଟି ବାହାରେ ଓ ଯେତେ ଦୂର ଯାଜକକୁ ଦେଖାଯାଏ, ତଦନୁସାରେ ଘା’ଯୁକ୍ତ ଲୋକର ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ଚର୍ମ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଥାଏ,
ଲେବୀୟ ପୁସ୍ତକ 13 : 13 (IRVOR)
ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
ଲେବୀୟ ପୁସ୍ତକ 13 : 14 (IRVOR)
ମାତ୍ର ଯେତେବେଳେ କଞ୍ଚା ମାଂସ ତାହା ଦେହରେ ପ୍ରକାଶ ପାଏ, ସେତେବେଳେ ସେ ଅଶୁଚି ହେବ।
ଲେବୀୟ ପୁସ୍ତକ 13 : 15 (IRVOR)
ଆଉ, ଯାଜକ ସେହି କଞ୍ଚା ମାଂସ ଦେଖି ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ସେହି କଞ୍ଚା ମାଂସ ଅଶୁଚି; ତାହା କୁଷ୍ଠରୋଗ।
ଲେବୀୟ ପୁସ୍ତକ 13 : 16 (IRVOR)
ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,
ଲେବୀୟ ପୁସ୍ତକ 13 : 17 (IRVOR)
ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
ଲେବୀୟ ପୁସ୍ତକ 13 : 18 (IRVOR)
ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,
ଲେବୀୟ ପୁସ୍ତକ 13 : 19 (IRVOR)
ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;
ଲେବୀୟ ପୁସ୍ତକ 13 : 20 (IRVOR)
ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।
ଲେବୀୟ ପୁସ୍ତକ 13 : 21 (IRVOR)
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
ଲେବୀୟ ପୁସ୍ତକ 13 : 22 (IRVOR)
ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା’ ଅଟେ।
ଲେବୀୟ ପୁସ୍ତକ 13 : 23 (IRVOR)
ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
ଲେବୀୟ ପୁସ୍ତକ 13 : 24 (IRVOR)
କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;
ଲେବୀୟ ପୁସ୍ତକ 13 : 25 (IRVOR)
ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।
ଲେବୀୟ ପୁସ୍ତକ 13 : 26 (IRVOR)
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
ଲେବୀୟ ପୁସ୍ତକ 13 : 27 (IRVOR)
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।
ଲେବୀୟ ପୁସ୍ତକ 13 : 28 (IRVOR)
ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।
ଲେବୀୟ ପୁସ୍ତକ 13 : 29 (IRVOR)
ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ;
ଲେବୀୟ ପୁସ୍ତକ 13 : 30 (IRVOR)
ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।
ଲେବୀୟ ପୁସ୍ତକ 13 : 31 (IRVOR)
ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
ଲେବୀୟ ପୁସ୍ତକ 13 : 32 (IRVOR)
ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,
ଲେବୀୟ ପୁସ୍ତକ 13 : 33 (IRVOR)
ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।
ଲେବୀୟ ପୁସ୍ତକ 13 : 34 (IRVOR)
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
ଲେବୀୟ ପୁସ୍ତକ 13 : 35 (IRVOR)
ମାତ୍ର ତାହାର ଶୁଚି ହେଲା ଉତ୍ତାରେ ଯଦି ଚର୍ମରେ ସେହି ଛଉ ବ୍ୟାପିଯାଏ,
ଲେବୀୟ ପୁସ୍ତକ 13 : 36 (IRVOR)
ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ।
ଲେବୀୟ ପୁସ୍ତକ 13 : 37 (IRVOR)
ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
ଲେବୀୟ ପୁସ୍ତକ 13 : 38 (IRVOR)
ପୁଣି, ଯଦି କୌଣସି ପୁରୁଷ କି ସ୍ତ୍ରୀର ଶରୀରର ଚର୍ମରେ ଚିକ୍କଣ ଚିହ୍ନଗୁଡ଼ିକ, ଅର୍ଥାତ୍‍, ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନଗୁଡ଼ିକ ହୁଏ;
ଲେବୀୟ ପୁସ୍ତକ 13 : 39 (IRVOR)
ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।
ଲେବୀୟ ପୁସ୍ତକ 13 : 40 (IRVOR)
ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
ଲେବୀୟ ପୁସ୍ତକ 13 : 41 (IRVOR)
ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
ଲେବୀୟ ପୁସ୍ତକ 13 : 42 (IRVOR)
ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
ଲେବୀୟ ପୁସ୍ତକ 13 : 43 (IRVOR)
ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;
ଲେବୀୟ ପୁସ୍ତକ 13 : 44 (IRVOR)
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।
ଲେବୀୟ ପୁସ୍ତକ 13 : 45 (IRVOR)
ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
ଲେବୀୟ ପୁସ୍ତକ 13 : 46 (IRVOR)
ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
ଲେବୀୟ ପୁସ୍ତକ 13 : 47 (IRVOR)
ବସ୍ତ୍ର କିମ୍ବା ଚର୍ମ ନିର୍ମିତ ଦ୍ରବ୍ୟର କୁଷ୍ଠ ରୋଗ ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,
ଲେବୀୟ ପୁସ୍ତକ 13 : 48 (IRVOR)
ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
ଲେବୀୟ ପୁସ୍ତକ 13 : 49 (IRVOR)
ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
ଲେବୀୟ ପୁସ୍ତକ 13 : 50 (IRVOR)
ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।
ଲେବୀୟ ପୁସ୍ତକ 13 : 51 (IRVOR)
ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।
ଲେବୀୟ ପୁସ୍ତକ 13 : 52 (IRVOR)
ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
ଲେବୀୟ ପୁସ୍ତକ 13 : 53 (IRVOR)
ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;
ଲେବୀୟ ପୁସ୍ତକ 13 : 54 (IRVOR)
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;
ଲେବୀୟ ପୁସ୍ତକ 13 : 55 (IRVOR)
ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
ଲେବୀୟ ପୁସ୍ତକ 13 : 56 (IRVOR)
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
ଲେବୀୟ ପୁସ୍ତକ 13 : 57 (IRVOR)
ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।
ଲେବୀୟ ପୁସ୍ତକ 13 : 58 (IRVOR)
ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।
ଲେବୀୟ ପୁସ୍ତକ 13 : 59 (IRVOR)
ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59