ଲେବୀୟ ପୁସ୍ତକ 14 : 1 (IRVOR)
କୁଷ୍ଠ ରୋଗୀର ଶୁଚିକରଣ ବିଧି ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 14 : 2 (IRVOR)
“କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
ଲେବୀୟ ପୁସ୍ତକ 14 : 3 (IRVOR)
ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ, ଯଦି କୁଷ୍ଠୀର କୁଷ୍ଠରୋଗର ଘା’ ସୁସ୍ଥ ହୋଇଥାଏ,
ଲେବୀୟ ପୁସ୍ତକ 14 : 4 (IRVOR)
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
ଲେବୀୟ ପୁସ୍ତକ 14 : 5 (IRVOR)
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।
ଲେବୀୟ ପୁସ୍ତକ 14 : 6 (IRVOR)
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;
ଲେବୀୟ ପୁସ୍ତକ 14 : 7 (IRVOR)
ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
ଲେବୀୟ ପୁସ୍ତକ 14 : 8 (IRVOR)
ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
ଲେବୀୟ ପୁସ୍ତକ 14 : 9 (IRVOR)
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।
ଲେବୀୟ ପୁସ୍ତକ 14 : 10 (IRVOR)
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
ଲେବୀୟ ପୁସ୍ତକ 14 : 11 (IRVOR)
ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
ଲେବୀୟ ପୁସ୍ତକ 14 : 12 (IRVOR)
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।
ଲେବୀୟ ପୁସ୍ତକ 14 : 13 (IRVOR)
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
ଲେବୀୟ ପୁସ୍ତକ 14 : 14 (IRVOR)
ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
ଲେବୀୟ ପୁସ୍ତକ 14 : 15 (IRVOR)
ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
ଲେବୀୟ ପୁସ୍ତକ 14 : 16 (IRVOR)
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
ଲେବୀୟ ପୁସ୍ତକ 14 : 17 (IRVOR)
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
ଲେବୀୟ ପୁସ୍ତକ 14 : 18 (IRVOR)
ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।
ଲେବୀୟ ପୁସ୍ତକ 14 : 19 (IRVOR)
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
ଲେବୀୟ ପୁସ୍ତକ 14 : 20 (IRVOR)
ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
ଲେବୀୟ ପୁସ୍ତକ 14 : 21 (IRVOR)
ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
ଲେବୀୟ ପୁସ୍ତକ 14 : 22 (IRVOR)
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
ଲେବୀୟ ପୁସ୍ତକ 14 : 23 (IRVOR)
ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
ଲେବୀୟ ପୁସ୍ତକ 14 : 24 (IRVOR)
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।
ଲେବୀୟ ପୁସ୍ତକ 14 : 25 (IRVOR)
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
ଲେବୀୟ ପୁସ୍ତକ 14 : 26 (IRVOR)
ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;
ଲେବୀୟ ପୁସ୍ତକ 14 : 27 (IRVOR)
ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
ଲେବୀୟ ପୁସ୍ତକ 14 : 28 (IRVOR)
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
ଲେବୀୟ ପୁସ୍ତକ 14 : 29 (IRVOR)
ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
ଲେବୀୟ ପୁସ୍ତକ 14 : 30 (IRVOR)
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
ଲେବୀୟ ପୁସ୍ତକ 14 : 31 (IRVOR)
ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
ଲେବୀୟ ପୁସ୍ତକ 14 : 32 (IRVOR)
ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
ଲେବୀୟ ପୁସ୍ତକ 14 : 33 (IRVOR)
ଗୃହ ଶୁଚିକରଣ ବିଧି ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
ଲେବୀୟ ପୁସ୍ତକ 14 : 34 (IRVOR)
“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
ଲେବୀୟ ପୁସ୍ତକ 14 : 35 (IRVOR)
ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋ’ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;
ଲେବୀୟ ପୁସ୍ତକ 14 : 36 (IRVOR)
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
ଲେବୀୟ ପୁସ୍ତକ 14 : 37 (IRVOR)
ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
ଲେବୀୟ ପୁସ୍ତକ 14 : 38 (IRVOR)
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।
ଲେବୀୟ ପୁସ୍ତକ 14 : 39 (IRVOR)
ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,
ଲେବୀୟ ପୁସ୍ତକ 14 : 40 (IRVOR)
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ।
ଲେବୀୟ ପୁସ୍ତକ 14 : 41 (IRVOR)
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।
ଲେବୀୟ ପୁସ୍ତକ 14 : 42 (IRVOR)
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ।
ଲେବୀୟ ପୁସ୍ତକ 14 : 43 (IRVOR)
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
ଲେବୀୟ ପୁସ୍ତକ 14 : 44 (IRVOR)
ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।
ଲେବୀୟ ପୁସ୍ତକ 14 : 45 (IRVOR)
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।
ଲେବୀୟ ପୁସ୍ତକ 14 : 46 (IRVOR)
ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।
ଲେବୀୟ ପୁସ୍ତକ 14 : 47 (IRVOR)
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ।
ଲେବୀୟ ପୁସ୍ତକ 14 : 48 (IRVOR)
ଆଉ, ଯାଜକ ଆସି ଦେଖନ୍ତେ, ଯଦି, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଅଦୃଶ୍ୟ ହୋଇଅଛି।
ଲେବୀୟ ପୁସ୍ତକ 14 : 49 (IRVOR)
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
ଲେବୀୟ ପୁସ୍ତକ 14 : 50 (IRVOR)
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;
ଲେବୀୟ ପୁସ୍ତକ 14 : 51 (IRVOR)
ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
ଲେବୀୟ ପୁସ୍ତକ 14 : 52 (IRVOR)
ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।
ଲେବୀୟ ପୁସ୍ତକ 14 : 53 (IRVOR)
ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।
ଲେବୀୟ ପୁସ୍ତକ 14 : 54 (IRVOR)
କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
ଲେବୀୟ ପୁସ୍ତକ 14 : 55 (IRVOR)
ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠରୋଗ;
ଲେବୀୟ ପୁସ୍ତକ 14 : 56 (IRVOR)
ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
ଲେବୀୟ ପୁସ୍ତକ 14 : 57 (IRVOR)
ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।”
❮
❯