ଲେବୀୟ ପୁସ୍ତକ 16 : 1 (IRVOR)
ପ୍ରାୟଶ୍ଚିତ୍ତ ଦିବସ ଆଉ, ହାରୋଣଙ୍କର ଦୁଇ ପୁତ୍ର ସଦାପ୍ରଭୁଙ୍କ ନିକଟବର୍ତ୍ତୀ ହୋଇ ମଲା ଉତ୍ତାରେ, ସଦାପ୍ରଭୁ ମୋଶାଙ୍କୁ କହିଲେ;
ଲେବୀୟ ପୁସ୍ତକ 16 : 2 (IRVOR)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।
ଲେବୀୟ ପୁସ୍ତକ 16 : 3 (IRVOR)
ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।
ଲେବୀୟ ପୁସ୍ତକ 16 : 4 (IRVOR)
ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।
ଲେବୀୟ ପୁସ୍ତକ 16 : 5 (IRVOR)
ପୁଣି, ସେ ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।
ଲେବୀୟ ପୁସ୍ତକ 16 : 6 (IRVOR)
ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
ଲେବୀୟ ପୁସ୍ତକ 16 : 7 (IRVOR)
ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
ଲେବୀୟ ପୁସ୍ତକ 16 : 8 (IRVOR)
ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।
ଲେବୀୟ ପୁସ୍ତକ 16 : 9 (IRVOR)
ପୁଣି, ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ସଦାପ୍ରଭୁଙ୍କ ନିମନ୍ତେ ହେବ, ହାରୋଣ ତାକୁ ନେଇ ପାପାର୍ଥେ ବଳିଦାନ କରିବ।
ଲେବୀୟ ପୁସ୍ତକ 16 : 10 (IRVOR)
ମାତ୍ର ଯେଉଁ ଛାଗ ଗୁଲିବାଣ୍ଟ ଦ୍ୱାରା ତ୍ୟାଗ ନିମନ୍ତେ ହେବ, ସେ ଯେପରି ତ୍ୟାଗ ନିମନ୍ତେ ପ୍ରାନ୍ତରକୁ ପଠାଯାଇ ପାରିବ, ଏଥିପାଇଁ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ଜୀଅନ୍ତା ଠିଆ କରିବ।
ଲେବୀୟ ପୁସ୍ତକ 16 : 11 (IRVOR)
ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
ଲେବୀୟ ପୁସ୍ତକ 16 : 12 (IRVOR)
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।
ଲେବୀୟ ପୁସ୍ତକ 16 : 13 (IRVOR)
ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେହି ସୁଗନ୍ଧି ଧୂପ ଦେବ, ତହିଁରେ ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂପର ଧୂମ ମେଘରେ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।
ଲେବୀୟ ପୁସ୍ତକ 16 : 14 (IRVOR)
ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
ଲେବୀୟ ପୁସ୍ତକ 16 : 15 (IRVOR)
ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।
ଲେବୀୟ ପୁସ୍ତକ 16 : 16 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।
ଲେବୀୟ ପୁସ୍ତକ 16 : 17 (IRVOR)
ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
ଲେବୀୟ ପୁସ୍ତକ 16 : 18 (IRVOR)
ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।
ଲେବୀୟ ପୁସ୍ତକ 16 : 19 (IRVOR)
ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
ଲେବୀୟ ପୁସ୍ତକ 16 : 20 (IRVOR)
ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
ଲେବୀୟ ପୁସ୍ତକ 16 : 21 (IRVOR)
ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।
ଲେବୀୟ ପୁସ୍ତକ 16 : 22 (IRVOR)
ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
ଲେବୀୟ ପୁସ୍ତକ 16 : 23 (IRVOR)
ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
ଲେବୀୟ ପୁସ୍ତକ 16 : 24 (IRVOR)
ତହିଁ ଉତ୍ତାରେ ସେ କୌଣସି ପବିତ୍ର ସ୍ଥାନରେ ଆପଣା ଶରୀର ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ; ପୁଣି, ଆପଣାର ହୋମ ବଳି ଓ ଲୋକମାନଙ୍କର ହୋମ ବଳି ଉତ୍ସର୍ଗ କରି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
ଲେବୀୟ ପୁସ୍ତକ 16 : 25 (IRVOR)
ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।
ଲେବୀୟ ପୁସ୍ତକ 16 : 26 (IRVOR)
ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।
ଲେବୀୟ ପୁସ୍ତକ 16 : 27 (IRVOR)
ପୁଣି, ପାପାର୍ଥକ ବଳି ନିମନ୍ତେ ଯେଉଁ ଗୋବତ୍ସର ଓ ପାପାର୍ଥକ ବଳି ନିମନ୍ତେ ଯେଉଁ ଛାଗର ରକ୍ତ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନକୁ ଅଣାଯାଇଥିଲା, ଲୋକମାନେ ସେଗୁଡ଼ିକୁ ଛାଉଣି ବାହାରକୁ ନେଇ ଯାଇ ସେଗୁଡ଼ିକର ଚର୍ମ, ମାଂସ ଓ ମଳ ଅଗ୍ନିରେ ଦଗ୍ଧ କରିବେ।
ଲେବୀୟ ପୁସ୍ତକ 16 : 28 (IRVOR)
ପୁଣି ଯେଉଁ ଲୋକ ତାହା ଦଗ୍ଧ କରିବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ।
ଲେବୀୟ ପୁସ୍ତକ 16 : 29 (IRVOR)
ତୁମ୍ଭମାନଙ୍କ ନିମନ୍ତେ ଏହା ଅନନ୍ତକାଳୀନ ବିଧି ହେବ; ସପ୍ତମ ମାସରେ ଓ ସେହି ମାସର ଦଶମ ଦିନରେ ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ଲୋକ ହେଉ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ ଓ କୌଣସି ପ୍ରକାର କର୍ମ କରିବ ନାହିଁ।
ଲେବୀୟ ପୁସ୍ତକ 16 : 30 (IRVOR)
କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ।
ଲେବୀୟ ପୁସ୍ତକ 16 : 31 (IRVOR)
ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।
ଲେବୀୟ ପୁସ୍ତକ 16 : 32 (IRVOR)
ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।
ଲେବୀୟ ପୁସ୍ତକ 16 : 33 (IRVOR)
ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
ଲେବୀୟ ପୁସ୍ତକ 16 : 34 (IRVOR)
ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34