ଲେବୀୟ ପୁସ୍ତକ 18 : 1 (IRVOR)
{#1ନିଷିଦ୍ଧ ଯୌନ ସମ୍ପର୍କ } [PS]ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 18 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 18 : 3 (IRVOR)
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶର ଆଚରଣ ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚ଼ାଲିବ ନାହିଁ।
ଲେବୀୟ ପୁସ୍ତକ 18 : 4 (IRVOR)
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 18 : 5 (IRVOR)
ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ। [PE]
ଲେବୀୟ ପୁସ୍ତକ 18 : 6 (IRVOR)
[PS]ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 18 : 7 (IRVOR)
ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
ଲେବୀୟ ପୁସ୍ତକ 18 : 8 (IRVOR)
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
ଲେବୀୟ ପୁସ୍ତକ 18 : 9 (IRVOR)
ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।
ଲେବୀୟ ପୁସ୍ତକ 18 : 10 (IRVOR)
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।
ଲେବୀୟ ପୁସ୍ତକ 18 : 11 (IRVOR)
ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
ଲେବୀୟ ପୁସ୍ତକ 18 : 12 (IRVOR)
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।
ଲେବୀୟ ପୁସ୍ତକ 18 : 13 (IRVOR)
ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।
ଲେବୀୟ ପୁସ୍ତକ 18 : 14 (IRVOR)
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।
ଲେବୀୟ ପୁସ୍ତକ 18 : 15 (IRVOR)
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।
ଲେବୀୟ ପୁସ୍ତକ 18 : 16 (IRVOR)
ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ।
ଲେବୀୟ ପୁସ୍ତକ 18 : 17 (IRVOR)
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରରେ ଜନ୍ମ ହୋଇଛନ୍ତି; ଏହା ଦୁଷ୍ଟତା ଅଟେ।
ଲେବୀୟ ପୁସ୍ତକ 18 : 18 (IRVOR)
ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ୱରେ ତାହାର ସପତ୍ନୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତା’ର ଭଗିନୀକୁ ଗ୍ରହଣ କରିବ ନାହିଁ।
ଲେବୀୟ ପୁସ୍ତକ 18 : 19 (IRVOR)
ପୁଣି, କୌଣସି ସ୍ତ୍ରୀ ତାହାର ରଜଧର୍ମ ହେତୁ ଅଶୁଚି ଥିବା ପର୍ଯ୍ୟନ୍ତ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
ଲେବୀୟ ପୁସ୍ତକ 18 : 20 (IRVOR)
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ। [PE]
ଲେବୀୟ ପୁସ୍ତକ 18 : 21 (IRVOR)
[PS]ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 18 : 22 (IRVOR)
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
ଲେବୀୟ ପୁସ୍ତକ 18 : 23 (IRVOR)
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା। [PE]
ଲେବୀୟ ପୁସ୍ତକ 18 : 24 (IRVOR)
[PS]ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
ଲେବୀୟ ପୁସ୍ତକ 18 : 25 (IRVOR)
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
ଲେବୀୟ ପୁସ୍ତକ 18 : 26 (IRVOR)
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ବ୍ୟବସ୍ଥା ପାଳନ କରିବ, ସ୍ୱଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ।
ଲେବୀୟ ପୁସ୍ତକ 18 : 27 (IRVOR)
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି।
ଲେବୀୟ ପୁସ୍ତକ 18 : 28 (IRVOR)
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
ଲେବୀୟ ପୁସ୍ତକ 18 : 29 (IRVOR)
ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
ଲେବୀୟ ପୁସ୍ତକ 18 : 30 (IRVOR)
ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” [PE]
❮
❯