ଲେବୀୟ ପୁସ୍ତକ 20 : 1 (IRVOR)
ଶିଶୁ ବଳି ଓ ବ୍ୟଭିଚାରର ଦଣ୍ଡ ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
ଲେବୀୟ ପୁସ୍ତକ 20 : 2 (IRVOR)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
ଲେବୀୟ ପୁସ୍ତକ 20 : 3 (IRVOR)
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
ଲେବୀୟ ପୁସ୍ତକ 20 : 4 (IRVOR)
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେହି ସମୟରେ ଯଦି ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ବନ୍ଦ କରନ୍ତି ଓ ତାହାକୁ ବଧ ନ କରନ୍ତି,
ଲେବୀୟ ପୁସ୍ତକ 20 : 5 (IRVOR)
ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା।
ଲେବୀୟ ପୁସ୍ତକ 20 : 6 (IRVOR)
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।
ଲେବୀୟ ପୁସ୍ତକ 20 : 7 (IRVOR)
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 20 : 8 (IRVOR)
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।
ଲେବୀୟ ପୁସ୍ତକ 20 : 9 (IRVOR)
ଯେକେହି ଆପଣା ପିତା କି ଆପଣା ମାତାକୁ ଅଭିଶାପ ଦିଏ, ସେ ନିତାନ୍ତ ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଅଭିଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ।
ଲେବୀୟ ପୁସ୍ତକ 20 : 10 (IRVOR)
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।
ଲେବୀୟ ପୁସ୍ତକ 20 : 11 (IRVOR)
ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
ଲେବୀୟ ପୁସ୍ତକ 20 : 12 (IRVOR)
ପୁଣି, ଯଦି କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତାନ୍ତ ହତ ହେବେ; ସେମାନେ ପାଷାଣ୍ଡ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
ଲେବୀୟ ପୁସ୍ତକ 20 : 13 (IRVOR)
ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
ଲେବୀୟ ପୁସ୍ତକ 20 : 14 (IRVOR)
ଆଉ, କେହି ଯଦି କୌଣସି ସ୍ତ୍ରୀକୁ ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ।
ଲେବୀୟ ପୁସ୍ତକ 20 : 15 (IRVOR)
ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।
ଲେବୀୟ ପୁସ୍ତକ 20 : 16 (IRVOR)
ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
ଲେବୀୟ ପୁସ୍ତକ 20 : 17 (IRVOR)
ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
ଲେବୀୟ ପୁସ୍ତକ 20 : 18 (IRVOR)
ପୁଣି, ଯଦି କେହି ରଜସ୍ୱଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ରକ୍ତର କ୍ଷରଣ ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ରକ୍ତର କ୍ଷରଣ ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
ଲେବୀୟ ପୁସ୍ତକ 20 : 19 (IRVOR)
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
ଲେବୀୟ ପୁସ୍ତକ 20 : 20 (IRVOR)
ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।
ଲେବୀୟ ପୁସ୍ତକ 20 : 21 (IRVOR)
ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।
ଲେବୀୟ ପୁସ୍ତକ 20 : 22 (IRVOR)
ତୁମ୍ଭେ ପବିତ୍ର ହେବ ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
ଲେବୀୟ ପୁସ୍ତକ 20 : 23 (IRVOR)
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।
ଲେବୀୟ ପୁସ୍ତକ 20 : 24 (IRVOR)
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
ଲେବୀୟ ପୁସ୍ତକ 20 : 25 (IRVOR)
ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।
ଲେବୀୟ ପୁସ୍ତକ 20 : 26 (IRVOR)
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
ଲେବୀୟ ପୁସ୍ତକ 20 : 27 (IRVOR)
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”
❮
❯